Posted inଖେଳ

୧୯ ବର୍ଷରୁ କମ ବିଶ୍ବକପ୍‌: ଦଶମ ଥର ଫାଇନାଲରେ ଭାରତ, ଜାଣନ୍ତୁ କେଉଁଠି ଦେଖିବେ

ନୂଆଦିଲ୍ଲୀ,୪ା୨: ଆଇସିସି ୧୯ ବର୍ଷରୁ କମ ବିଶ୍ବକପ୍‌ରେ ଭାରତର ଦବଦବା ଜାରି ରହିଛି। ବୁଧବାର ଅନୁଷ୍ଠିତ ଦ୍ୱିତୀୟ ସେମିଫାଇନାଲରେ ଭାରତୀୟ ଦଳ ଆଫଗାନିସ୍ତାନକୁ ୭ ୱିକେଟରେ ପରାସ୍ତ କରି ଦଶମ ଥର ପାଇଁ ଫାଇନାଲରେ ପ୍ରବେଶ କରିଛି। ଆରୋନ ଜର୍ଜଙ୍କ ଚମତ୍କାର ଶତକ ଏବଂ ବୈଭବ ସୂର୍ଯ୍ୟବଂଶୀଙ୍କ ବିସ୍ଫୋରକ ବ୍ୟାଟିଂ ବଳରେ ଭାରତ ୩୧୧ ରନର ବିଶାଳ ଲକ୍ଷ୍ୟକୁ ସହଜରେ ହାସଲ କରିନେଇଛି।

ଓପ୍‌ନର ଆରୋନ ଜର୍ଜ ୧୦୪ ବଲରୁ ୧୧୫ ରନର ଏକ ଗୁରୁତ୍ୱପୂର୍ଣ୍ଣ ଇନିଂସ ଖେଳି ଭାରତୀୟ ବିଜୟର ମୂଳଦୁଆ ପକାଇଥିଲେ। ତାଙ୍କ ଇନିଂସରେ ୧୩ଟି ଚୌକା ଓ ୨ଟି ଛକା ସାମିଲ ଥିଲା। ଅନ୍ୟପଟେ ମାତ୍ର ୧୪ ବର୍ଷୀୟ ବୈଭବ ସୂର୍ଯ୍ୟବଂଶୀ ମାତ୍ର ୩୩ ବଲରୁ ୬୮ ରନ୍ ସଂଗ୍ରହ କରି ଆଫଗାନିସ୍ତାନ ବୋଲରଙ୍କୁ ନାକେଦମ କରିଥିଲେ। ସେ ମାତ୍ର ୨୪ ବଲରେ ନିଜର ଅର୍ଦ୍ଧଶତକ ପୂରଣ କରିଥିଲେ। ଅଧିନାୟକ ଆୟୁଷ ମାତ୍ରେ ୬୨ ରନର ଏକ ଦାୟିତ୍ୱପୂର୍ଣ୍ଣ ଇନିଂସ ଖେଳି ଦଳକୁ ଜିତାଇବାରେ ସାହାଯ୍ୟ କରିଥିଲେ।

୫ ଥରର ଚାମ୍ପିୟନ ଭାରତୀୟ ଦଳ ଆସନ୍ତା ଫେବ୍ରୁଆରୀ ୬ (ଶୁକ୍ରବାର) ହରାରେ ସ୍ପୋର୍ଟସ କ୍ଲବରେ ଇଂଲଣ୍ଡକୁ ଭେଟିବ। ଇଂଲଣ୍ଡ ପ୍ରଥମ ସେମିଫାଇନାଲରେ ଅଷ୍ଟ୍ରେଲିଆକୁ ହରାଇ ଫାଇନାଲରେ ପହଞ୍ଚିଛି।


Enter your email to get our daily news in your inbox.

All Right Reserved By Dharitri.Com

ହାର ମାନିବାକୁ ପ୍ରସ୍ତୁତ ନୁହେଁ ଇରାନ, କେମିତି ହେବ ଶାନ୍ତି ଆଲୋଚନା? ଟ୍ରମ୍ପଙ୍କୁ ଫୋନ ଲଗାଇଲେ ନେତାନ୍ୟାହୁ

ଓ୍ବାଶିଂଟନ,୨୪।୩: ମଧ୍ୟପ୍ରାଚ୍ୟରେ ଉତ୍ତେଜନା ଏକ ଉତ୍କଟ ସ୍ଥିତିରେ ପହଞ୍ଚିଛି। ଗୋଟିଏ ପଟେ, ବେଞ୍ଜାମିନ ନେତାନ୍ୟାହୁ ଜାରି ଆକ୍ରମଣ ବିଷୟରେ କହୁଛନ୍ତି, ଅନ୍ୟପଟେ ଡୋନାଲ୍ଡ ଟ୍ରମ୍ପ ଇରାନ ସହିତ…

IPL 2026: କୋଲକାତାର କ୍ୟାପ୍ଟେନ ହେବେକି ରିଙ୍କୁ ସିଂ? KKRକୁ ପରାମର୍ଶ ଦେଲେ….

ନୂଆଦିଲ୍ଲୀ,୨୪।୩: ତିନିଥର ଚାମ୍ପିଅନ୍ କୋଲକାତା ନାଇଟ୍ ରାଇଡର୍ସ ପୁଣି ଥରେ ଅଜିଙ୍କ୍ୟ ରାହାଣେଙ୍କ ଅଧିନାୟକତ୍ୱରେ ମଇଦାନକୁ ଓହ୍ଲାଇବାକୁ ପ୍ରସ୍ତୁତ ହେଉଛି । ଗତ ସିଜନରେ କେକେଆରର ଅଧିନାୟକ…

ନଇଁବାକୁ ପ୍ରସ୍ତୁତ ନୁହେଁ ଇରାନ, ଆମେରିକାକୁ ଦେଲା ଅଲ୍ଟିମେଟମ, ‘ଗ୍ୟାରେଣ୍ଟି ଦିଅ, ନଚେତ୍‌ ମୁଣ୍ଡ ବଦଳରେ ମୁଣ୍ଡ…’

ତେହରାନ୍‌,୨୪।୩: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ସମ୍ପ୍ରତି କହିଛନ୍ତି ଯେ ଇରାନ ଏକ ଚୁକ୍ତିରେ ପହଞ୍ଚିବାକୁ ଚାହୁଁଛି; କିନ୍ତୁ, ଇରାନ ପକ୍ଷରୁ ଏକ କଠୋର ବିବୃତ୍ତି ଆସିଛି।…

କଲମ୍ବିଆରେ ସେନା ବିମାନ ଦୁର୍ଘଟଣା; ୬୬ ଯବାନ ମୃତ, ଭିଡିଓ ଦେଖିଲେ….

କଲମ୍ବିଆ,୨୪।୩: କଲମ୍ବିଆରେ ଏକ ବଡ଼ ବାୟୁସେନା ବିମାନ ଦୁର୍ଘଟଣା ଘଟିଛି । ପ୍ରତିରକ୍ଷା ମନ୍ତ୍ରଣାଳୟ ଅନୁଯାୟୀ, ୧୨୫ ଜଣ ସୈନିକଙ୍କୁ ନେଇ ଯାଉଥିବା ଏକ ବିମାନ ପୁଏର୍ଟୋ…

ଇରାନ-ଆମେରିକା ଯୁଦ୍ଧରେ ମଧ୍ୟସ୍ଥତା କରିବ ପାକିସ୍ତାନ! ଟ୍ରମ୍ପଙ୍କ ସହ କଥା ହେଲେ ମୁନିର

ଇସଲାମାବାଦ,୨୪।୩: ଇରାନ ଏବଂ ଆମେରିକା ମଧ୍ୟରେ ସମାଧାନ ପାଇଁ ପ୍ରୟାସ ତୀବ୍ର ହୋଇଛି। ଗୋଟିଏ କ୍ଷେତ୍ରରେ, ଆମେରିକା ଏବଂ ଇରାନ ମଧ୍ୟରେ ବିବାଦର ଅନ୍ତ ଘଟାଇବା ପାଇଁ…

ଯୁଦ୍ଧ ମଧ୍ୟରେ ଟ୍ରମ୍ପଙ୍କ ବଡ଼ ଘୋଷଣା: ବିଶ୍ୱ ବଜାରରେ ଆଶ୍ୱସ୍ତି, ହ୍ରାସ ପାଇଲା…

ଓ୍ବାଶିଂଟନ୍‌,୨୩।୩: ମଧ୍ୟପ୍ରାଚ୍ୟରେ ବଢ଼ୁଥିବା ଉତ୍ତେଜନା ଯୋଗୁ ସାରା ବିଶ୍ୱରେ ଅଶୋଧିତ ତୈଳ ମୂଲ୍ୟ ବୃଦ୍ଧି ପାଇଛି। ଭାରତୀୟ ମୁଦ୍ରା ଡଲାର ତୁଳନାରେ ୯୪.୦୧କୁ ଖସି ଆସି ଏସିଆରେ…

ଉଡାଣ ଭରିବାର କିଛି ସମୟ ପରେ ବାୟୁସେନା ବିମାନ ଦୁର୍ଘଟଣାଗ୍ରସ୍ତ, ୧୧୦ ଜଣ କରୁଥିଲେ ଯାତ୍ରା

କଲମ୍ବିଆ,୨୩।୩: କଲମ୍ବିଆରେ ଏକ ବାୟୁସେନା ବିମାନ ଦୁର୍ଘଟଣାଗ୍ରସ୍ତ ହୋଇଛି। ଏଥିରେ ମୋଟ ୧୧୦ ଜଣ ଯାତ୍ରା କରୁଥିଲେ। ରିପୋର୍ଟ ଅନୁଯାୟୀ ବିମାନଟି ଉଡ଼ାଣ ଆରମ୍ଭ ହେବାର କିଛି…

ଯୁଦ୍ଧ ଭିତରେ ଟ୍ରମ୍ପଙ୍କ ବଡ଼ ଘୋଷଣା, ଇରାନ ବିରୋଧରେ ୫ ଦିନ ଯୁଦ୍ଧ ସ୍ଥଗିତ ରଖିଲା ଆମେରିକା

ନୂଆଦିଲ୍ଲୀ,୨୩।୩: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଘୋଷଣା କରିଛନ୍ତି ଯେ ସେ ଆଗାମୀ ପାଞ୍ଚ ଦିନ ପାଇଁ ଇରାନର ଏନର୍ଜୀ ଭିତ୍ତିଭୂମି ଉପରେ ଆକ୍ରମଣ ଯୋଜନାକୁ ସ୍ଥଗିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri