Posted inଖେଳ

୨୦ବର୍ଷରୁ କମ୍‌ ଫୁଟ୍‌ବଲ ବିଶ୍ୱକପ୍‌: ଇଂଲଣ୍ଡ ନକ୍‌ଆଉଟ୍‌କୁ ଉନ୍ନୀତ

ବୁଏନ୍ସଏୟାର୍ସ, ୨୭ା୫ (ପି.ଟି.): ଉରୁଗୁଏ ବିପକ୍ଷରେ ୩-୨ ଗୋଲ୍‌ରେ ବିଜୟ ହାସଲ କରି ଇଂଲଣ୍ଡ ୨୦ବର୍ଷରୁ କମ୍‌ ଫୁଟ୍‌ବଲ ବିଶ୍ୱକପ୍‌ ନକଆଉଟ ପର୍ଯ୍ୟାୟକୁ ଉନ୍ନୀତ ହୋଇଛି। ଏଥିସହିତ ଦଳ ଅନ୍ୟତମ ଟାଇଟଲ ଫେଭରାଇଟ୍‌ ହୋଇ ଉଭା ହୋଇଛି। ଦକ୍ଷିଣ ଆଫ୍ରିକା ଓ ହଣ୍ଡୁରାସ୍‌ ମ୍ୟାଚ ୨-୨ରେ ଡ୍ର’ ରହିବା ଏବଂ ଗାମ୍ବିଆଠାରୁ ୨-୧ ଗୋଲ୍‌ରେ ପରାଜୟ ପରେ ଫ୍ରାନ୍ସ ଅଡୁଆରେ ପଡ଼ିଛି। ଏହି ଫଳାଫଳ ଗ୍ରୁପ୍‌ ‘ଏଫ୍‌’ରେ ପ୍ରଥମ ଦୁଇ ଦଳ ମଧ୍ୟରେ ରହିବା ଫ୍ରାନ୍ସ ପାଇଁ ଅସମ୍ଭବ ହୋଇପଡ଼ିଛି। ଅପରାଜେୟ ଗାମ୍ବିଆ ୬ ପଏଣ୍ଟ ସହ ପ୍ରି-କ୍ୱାର୍ଟରରେ ପ୍ରବେଶ କରିଛି। ପଛକୁ ପଛ ପରାଜୟ ବରଣ କରିଥିବା ଫ୍ରାନ୍ସ ହଣ୍ଡୁରାସ ବିପକ୍ଷ ଶେଷ ମ୍ୟାଚ ଜିତିବା ନିହାତି ଆବଶ୍ୟକ ହୋଇପଡ଼ିଛି। ଏହାଦ୍ୱାରା ଗ୍ରୁପ୍‌ ପର୍ଯ୍ୟାୟରେ ତୃତୀୟ ସ୍ଥାନ ଅଧିକାର କରିଥିବା ଦଳଗୁଡ଼ିକ ମଧ୍ୟରୁ ଶ୍ରେଷ୍ଠ ୪ ମଧ୍ୟରେ ରହି ପରବର୍ତ୍ତୀ ରାଉଣ୍ଡକୁ ଉନ୍ନୀତ ହୋଇପାରିବ। ଗ୍ରୁପ୍‌ ‘ଇ’ରେ ଟ୍ୟୁନିସିଆ ୩-୦ ଗୋଲ୍‌ରେ ଇରାକକୁ ପରାସ୍ତ କରି ନକଆଉଟ ପର୍ଯ୍ୟାୟ ପାଇଁ ଦୌଡ଼ରେ ରହିଛି। ଇଂଲଣ୍ଡ ରବିବାର ଏହାର ପରବର୍ତ୍ତୀ ମ୍ୟାଚ ଇରାକ ବିପକ୍ଷରେ ଖେଳିବ। ଗ୍ରୁପ୍‌ର ଶୀର୍ଷ ସ୍ଥାନ ପାଇଁ ଉରୁଗୁଏ ଓ ଟ୍ୟୁନିସିଆ ମଧ୍ୟରେ ପ୍ରତିଦ୍ୱନ୍ଦ୍ୱିତା ହେବ। ଉଭୟ ଦଳ ୩ ପଏଣ୍ଟ ଲେଖାଏ ହାସଲ କରିଛନ୍ତି। ହେଲେ ଗୋଲ୍‌ ବ୍ୟବଧାନ ଦୃଷ୍ଟିରୁ ଉରୁଗୁଏ ଗୋଟିଏ ଗୋଲ୍‌ରେ ଆଗୁଆ ରହିଛି। ଗ୍ରୁପ୍‌ ‘ଏଫ୍‌’ରେ ହଣ୍ଡୁରାସ ସହ ଡ୍ର ରଖି ଦକ୍ଷିଣ କୋରିଆ ଦ୍ୱିତୀୟ ସ୍ଥାନକୁ ଉନ୍ନୀତ ହୋଇଛି। ରବିବାର ଦଳ ଗାମ୍ବିଆ ସହ ମୁକାବିଲା କରିବ।


Enter your email to get our daily news in your inbox.

All Right Reserved By Dharitri.Com

କଫ୍‌ ସିରଫ ଚାଲାଣ ବେଳେ ମାଡ଼ି ବସିଲା ପୋଲିସ

ଡୁଙ୍ଗୁରିପାଲି,୫।୯(ଦୀନବନ୍ଧୁ ସୁନା): ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ଥାନା ପୋଲିସ ଶନିବାର ବେଆଇନ କଫ୍‌ ସିରଫ ଜବତ କରି ୩ଜଣ ଅଭିଯୁକ୍ତଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି।…

୨୧ ଦିନ ପରେ ଶିକ୍ଷକ ଆନ୍ଦୋଳନ ସ୍ଥଗିତ, ସରକାରଙ୍କ ସହ ସଫଳ ବୈଠକ ପରେ…

ଭୁବନେଶ୍ୱର,୫।୯: ଶିକ୍ଷକ ଓ କର୍ମଚାରୀଙ୍କ ଅହୋରାତ୍ର ଆନ୍ଦୋଳନ ୨୧ଦିନ ପରେ ସ୍ଥଗିତ ହୋଇଛି। ଶନିବାର ରାତି ପ୍ରାୟ ୮ଟାରେ ଭୁବନେଶ୍ୱର ଲୋୟର ପିଏମ୍‌ଜିସ୍ଥିତ ଧାରଣାସ୍ଥଳରେ ଆଠଟି ସଂଗଠନର…

ପାକିସ୍ତାନକୁ ହରାଇ ଭାରତର ଲଗାତର ତୃତୀୟ ବିଜୟ

ଦୁବାଇ,୫ା୯: ମହିଳା ଏସିଆ କପ୍‌ ଟି୨୦ ପ୍ରତିଯୋଗିତାରେ ଶନିବାର ଅନୁଷ୍ଠିତ ମ୍ୟାଚ୍‌ରେ ଭାରତ ୭ ଉଇକେଟରେ ପାକିସ୍ତାନକୁ ପରାସ୍ତ କରିଛି। ପୂର୍ବରୁ ସେମିଫାଇନାଲରେ ସ୍ଥାନ ପକ୍କା କରିଥିବା…

ନେପାଳ ବନ୍ୟା: ୧୩ ଶହ ଟପିଲା ମୃତ୍ୟୁ ସଂଖ୍ୟା, ଏବେ ବି ୫,୦୦୦ ନିଖୋଜ

କାଠମାଣ୍ଡୁ,୫ା୯: ନେପାଳ ବନ୍ୟା ମୃତ୍ୟୁସଂଖ୍ୟା ଦିନକୁ ଦିନ ବଢିବାରେ ଲାଗିଛି। ଶନିବାର ସୁଦ୍ଧା ମୃତ୍ୟୁ ସଂଖ୍ୟା ୧,୩୪୪ରେ ପହଞ୍ଚିଛି। ବନ୍ୟା କ୍ଷତିଗ୍ରସ୍ତ ୮ ଜିଲାରୁ ଅଧିକରୁ ଅଧିକ…

‘ସମାଜ ଗଠନରେ ଶିକ୍ଷକଙ୍କ ଭୂମିକା ଗୁରୁତ୍ୱପୂର୍ଣ୍ଣ’

ବଞ୍ଚୋ/ଆନନ୍ଦପୁର,୫ା୯(ପ୍ରଦୋଷ ବିଶ୍ୱାଳ/ଶ୍ରୀଧର ମହାରଣା): କେନ୍ଦୁଝର ଜିଲା ଆନନ୍ଦପୁର ବ୍ଲକ୍‌ ଶିକ୍ଷା ଅଧିକାରୀଙ୍କ କାର୍ଯ୍ୟାଳୟ ପରିସରରେ ଗୁରୁଦିବସ ପାଳିତ ହୋଇଯାଇଛି। ବ୍ଲକ ଶିକ୍ଷା ଅଧିକାରୀ ହରିହର ଦଳେଇଙ୍କ ନେତୃତ୍ୱରେ…

ଠିକାଦାରଙ୍କ ବିଲ୍‌ କରାଇଦେବାକୁ ନେଉଥିଲେ ଲାଞ୍ଚ; ଭିଜିଲାନ୍ସ ଜାଲରେ ଡ୍ରେନେଜ୍‌ ଏଇ: ଅଫିସ୍‌ ଗାଡ଼ିରୁ ଲକ୍ଷାଧିକ ଟଙ୍କା ଜବତ

କେନ୍ଦ୍ରାପଡ଼ା/ମାର୍ଶାଘାଇ, ୫।୯(ଜଗନ୍ନାଥ ଧଳ/ଶୁଭେନ୍ଦୁ ପ୍ରସାଦ ଚୌଧୁରୀ): କେନ୍ଦ୍ରାପଡ଼ା ଜିଲା ଡ୍ରେନେଜ୍‌ ଡିଭିଜନ୍‌ର ଆସିଷ୍ଟାଣ୍ଟ ଇଞ୍ଜିନିୟର (ଏଇ) ଅନୁପମା ସାହୁ ଭିଜିଲାନ୍ସ ହାତରେ ଶନିବାର ଧରାପଡ଼ିଛନ୍ତି। ତାଙ୍କ ନିକଟରୁ…

ଗୁରୁଦିବସରେ ୧୭୬ ଶିକ୍ଷକଙ୍କୁ ମିଳିଲା ପଦୋନ୍ନତି, ଛୁଟିଲା ଶୁଭେଚ୍ଛା ବାର୍ତ୍ତା…

ମାଲକାନଗିରି,୫ା୯(ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ଜିଲା ଶିକ୍ଷା କାର୍ଯ୍ୟାଳୟ ପକ୍ଷରୁ ଗୁରୁଦିବସ ଅବସରରେ ୧୭୬ଜଣ ଲେବଲ-୪ ପ୍ରାରମ୍ଭିକ ଶିକ୍ଷକଙ୍କୁ ଲେବଲ-୩କୁ ଶନିବାର ପଦୋନ୍ନତି ଦିଆଯାଇଛି। ଜିଲା ଶିକ୍ଷା ଅଧିକାରୀ…

ପ୍ରକଳ୍ପ ଟନେଲରୁ ଜୀବିତ ଉଦ୍ଧାର ହେଲେ ଚାଇନା ନାଗରିକ

କାଠମାଣ୍ଡୁ,୫ା୯: ନେପାଳର ରସୁଓ୍ବା ଜିଲାରେ ଏକ ଜଳବିଦ୍ୟୁତ୍‌ ପ୍ରକଳ୍ପ ଟନେଲ ମଧ୍ୟରୁ ଶନିବାର ଜଣେ ଚାଇନା ନାଗରିକଙ୍କୁ ଜୀବନ୍ତ ଉଦ୍ଧାର କରାଯାଇଛି। ବନ୍ୟା କ୍ଷତିଗ୍ରସ୍ତ ଅପର ତ୍ରିଶୂଳୀ-୧…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri