ଯାତ୍ରା ଉପରେ ପ୍ରତିବନ୍ଧକ ଲଗାଇଲା ୟୁଏଇ

ଆବୁଧାବି,୨।୭: ଭାରତକୁ ୟୁନାଇଟେଡ୍‌ ଆରବ ଏମିରେଟ୍ସ (ୟୁଏଇ) ପକ୍ଷରୁ ଏକ ବଡ଼ ଝଟ୍‌କା ମିଳିଛି। ଭାରତୀୟ ନାଗରିକଙ୍କ ଯାତ୍ରା ଉପରେ ୟୁଏଇ ପ୍ରତିବନ୍ଧକ ଲଗାଇଛି। ଭାରତ ସମେତ ୧୩ଟି ଦେଶର ଯାତ୍ରା ଉପରେ ୟୁଏଇ ସରକାର ପ୍ରତିବନ୍ଧକ ଲଗାଇଛନ୍ତି। ଶୁକ୍ରବାର ୟୁଏଇର ବେସସାମରିକ ଚଳାଚଳ ପ୍ରାଧିକରଣ ଏନେଇ ଏକ ବିଜ୍ଞପ୍ତି ଜାରି କରିଛି। କେବଳ ଭାରତ ନୁହେଁ ନେପାଳ, ପାକିସ୍ତାନ, ବାଂଲାଦେଶ, ଶ୍ରୀଲଙ୍କା, ଭିଏତନାମ, ନାମ୍ବିଆ ଓ ଜାମ୍ବିଆ ଆଦି ଦେଶର ଯାତ୍ରା ଉପରେ ୟୁଏଇ ପ୍ରତିବନ୍ଧକ ଲଗାଇଛି। କିନ୍ତୁ ଭାରତକୁ ନେଇ ୟୁଏଇର ଏଭଳି ପଦକ୍ଷେପ ଏକ ବଡ଼ କାର୍ଯ୍ୟନୁଷ୍ଠାନ ବୋଲି କୁହାଯାଉଛି। କାରଣ ଏଥିଯୋଗୁ ୟୁଏଇରେ କାମ କରୁଥିବା ଲକ୍ଷ ଲକ୍ଷ ଭାରତୀୟଙ୍କ ଉପରେ ପ୍ରଭାବ ପଡ଼ିବ। ସୂଚନାଯୋଗ୍ୟ, କରୋନା ଭାଇରସ୍‌ ସଂକ୍ରମଣରୁ ନିଜ ଦେଶକୁ ରକ୍ଷା କରିବା ଲାଗି ୟୁଏଇ ସରକାର ଏକ କଡ଼ା କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛନ୍ତି। ଏହିକ୍ରମରେ ସରକାର ଉକ୍ତ ଦେଶଗଡ଼ିକର ଯାତ୍ରା ଉପରେ ପ୍ରତିବନ୍ଧକ ଲଗାଇଛନ୍ତି। ତେବେ ଭାରତରେ ଏହି ପ୍ରତିବନ୍ଧକ ସେତେବେଳେ ଲଗାଯାଇଛି ଯେତେବେଳେ ଦୈନିକ ସଂକ୍ରମଣ ହ୍ରାସ ପାଉଛି। ଅନ୍ୟପଟେ ସରକାରଙ୍କ ପକ୍ଷରୁ ଜାରି କରାଯାଇଥିବା ଏକ ବିଜ୍ଞପ୍ତିରେ କୁହାଯାଇଛି ଯେ, ଗତ ୧୪ଦିନ ମଧ୍ୟରେ ଯେଉଁମାନେ ଭାରତ ଗସ୍ତ କରିଛନ୍ତି। ସେମାନଙ୍କର ୟୁଏଇ ଫେରିବା ପାଇଁ କିଛିମାତ୍ରାରେ କଟକଣା କୋହଳ କରାଯିବ। ଏତଦ୍‌ ବ୍ୟତୀତ ଭାରତରେ ରହୁଥିବା ୟୁଏଇବାସିନ୍ଦାମାନେ ନିଜ ଦେଶକୁ ଫେରିବାକୁ ହେଲେ ପ୍ରଥମେ ସେମାନଙ୍କୁ ଟିକାର ଉଭୟ ଡୋଜ ନେବାକୁ ପଡ଼ିବ। ଏଥିସହ ନୂଆ ନିର୍ଦ୍ଦେଶ ଅନୁଯାୟୀ ସେମାନଙ୍କୁ ୟୁଏଇ ଫେରିବାକୁ ଅନୁମତି ଦିଆଯିବ ବୋଲି ସରକାର ଘୋଷଣା କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଇସ୍ରାଏଲ କେମିତି କଲା ଆକ୍ରମଣ, ଇରାନର କେତେ ହେଲା କ୍ଷତି ଜାଣନ୍ତୁ ସେ ସମ୍ପର୍କରେ…

ତେହରାନ,୧୯ା୪: ଇରାନ ଏବଂ ଇସ୍ରାଏଲ ମଧ୍ୟରେ ବିଶ୍ୱଯୁଦ୍ଧର ଆଶଙ୍କା ଆହୁରି ଗଭୀର ହେବାକୁ ଲାଗିଲାଣି। ଇସ୍ରାଏଲ ଦ୍ୱାରା ଇରାନ ଉପରେ କ୍ଷେପଣାସ୍ତ୍ର ଏବଂ ଡ୍ରୋନ୍‌ ଆକ୍ରମଣ...

ଦିନେଶ ତ୍ରିପାଠୀ କିଏ? ଯାହାଙ୍କ ଯୁଦ୍ଧ ଦକ୍ଷତା ବେଶ୍‌ ପ୍ରସିଦ୍ଧ, ଜାଣନ୍ତୁ ତାଙ୍କ ବିଷୟରେ…

ନୂଆଦିଲ୍ଲୀ,୧୯ା୪: ଦିନେଶ ତ୍ରିପାଠୀଙ୍କୁ କେନ୍ଦ୍ର ସରକାର ପରବର୍ତ୍ତୀ ନୌସେନା ମୁଖ୍ୟ ଭାବରେ ନିଯୁକ୍ତ କରିଛନ୍ତି। ଦିନେଶ ଏପ୍ରିଲ ୩୦ରେ ତାଙ୍କର ନୂତନ ଦାୟିତ୍ୱ ଗ୍ରହଣ କରିବେ...

ଇସ୍ରାଏଲ ଜାହାଜରେ ଥିବା ୧୬ ଭାରତୀୟ ଘରକୁ ଫେରିବେ

ଜେରୁଜେଲମ୍‌,୧୯ା୪: ଭାରତରେ ଇରାନର ରାଷ୍ଟ୍ରଦୂତ ଇରାଜ ଇଲାହୀ କହିଛନ୍ତି, ତାଙ୍କ ଦେଶ ଦ୍ୱାରା ଧରାଯାଇଥିବା ମାଲ୍‌ବାହୀ ଜାହାଜର ଅବଶିଷ୍ଟ ୧୬ ଜଣ ଭାରତୀୟ କ୍ରୁ ସଦସ୍ୟଙ୍କୁ...

ତେହେରାନ ଯାଉଥିବା ସମସ୍ତ ବିମାନ ବାତିଲ, ଇରାନ କହିଲା ପାଓ୍ବାର ଓ ନ୍ୟୁକ୍ଲିୟର ପ୍ଲାଣ୍ଟ ସମ୍ପୂର୍ଣ୍ଣ ଭାବେ ସୁରକ୍ଷିତ

ତେହେରାନ,୧୯।୪: ସିରିଆର ରାଜଧାନୀ ଦମିଶ୍କରେ ଇରାନ ଦୂତାବାସ ଉପରେ ଏୟାର ଷ୍ଟ୍ରାଇକ ପରେ ପଶ୍ଚିମ ଏସିଆର ଅବସ୍ଥା କ୍ରମାଗତ ଭାବେ ଖରାପ ହେବାରେ ଲାଗିଛି। ସମଗ୍ର...

ମାନିଲେନି ନେତାନ୍ୟାହୁ: ଇରାନ ଉପରେ ଗୋଟିଏ ପରେ ଗୋଟିଏ ମିଶାଇଲ ମାଡ଼

ଜେରୁଜେଲମ୍‌,୧୯।୪: ଶେଷରେ ଇସ୍ରାଏଲ ଇରାନ ଉପରେ ଆକ୍ରମଣ କରିଛି। ଇରାନର ଅନେକ ସହର ଉପରେ ଇସ୍ରାଏଲ ମିଶାଏଲ ମାଡ କରିଛି। ଇରାନ ଶୁକ୍ରବାର ଏନେଇ ସୂଚନା...

ମିଡଲ ଇଷ୍ଟରେ ହେବ ମହାଯୁଦ୍ଧ! ଇସ୍ରାଏଲ ଆକ୍ରମଣର ଜବାବ ଦେଲା ଇରାନ

ଦୁବଇ,୧୯।୪: ମଧ୍ୟ ପୂର୍ବରେ ଯୁଦ୍ଧର ନିଆଁ ପୁଣି ଜଳିଛି। ଇରାନ ଉପରେ ଆକ୍ରମଣ କରି ଇସ୍ରାଏଲ ଯୁଦ୍ଧ ଘୋଷଣା କରିଛି। ତେବେ ଇରାନ ମଧ୍ୟ ଇସ୍ରାଏଲର...

ହେଲିକପ୍ଟର ଦୁର୍ଘଟଣାରେ କେନିଆର ପ୍ରତିରକ୍ଷା ମୁଖ୍ୟଙ୍କ ସମେତ ୯ ମୃତ୍ୟୁ

ନୈରୋବି,୧୯।୪: ଏକ ହେଲିକପ୍ଟର ଦୁର୍ଘଟଣାରେ ଗୁରୁବାର କେନିଆର ପ୍ରତିରକ୍ଷା ମୁଖ୍ୟ ଫ୍ରାନସିସ ଓମୋଣ୍ଡି ଓଗୋଲାଙ୍କ ମତ୍ୟୁ ଘଟିଛି। ତାଙ୍କ ସହ ହେଲିକପ୍ଟରରେ ଥିବା ୯ଜଣ ଲୋକ...

ଇରାନ୍‌ ଉପରେ ବଦ୍‌ଲା ନେଲା ଇସ୍ରାଏଲ୍‌

ଜେରୁଜେଲମ୍‌,୧୯।୪: ଇସ୍ରାଏଲ ଶୁକ୍ରବାର ଇରାନ ଉପରେ ବଦ୍‌ଲା ନେଇଛି। ଇରାନର ଅନେକ ସହର ଉପରେ ମିଶାଇଲ ମାଡ କରିଛି ଇସ୍ରାଏଲ। ଇରାନର ନ୍ୟୁକ୍ଲିୟର୍‌ ପ୍ଲାଣ୍ଟ ଉପରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri