ସ୍ୱାସ୍ଥ୍ୟମନ୍ତ୍ରୀ ନେଲେ ପ୍ରଥମ କରୋନା ଟିକା

ଆବୁଧାବି,୨୦ ।୯: ୟୁନାଇଟେଡ ଆରବ ଏମିରେଟ୍ସ(ୟୁଏଇ)ର ସ୍ୱାସ୍ଥ୍ୟମନ୍ତ୍ରୀ ଅବଦୁଲରହମାନ ବିନ ମହମ୍ମଦ ଅଲ ଓୱେସ ଶନିବାର କରୋନା ଭାଇରସର ଟିକା ନେଇଛନ୍ତି । ତାଙ୍କୁ ଏହାର ପ୍ରଥମ ଡୋଜ୍ ଦିଆଯାଇଛି । ମିନିଷ୍ଟ୍ରି ଅଫ୍ ହେଲ୍‌ଥ ଆଣ୍ଡ ପ୍ରିଭେନ୍‌ଶନ ଅନୁମତି ଦେବା ପରେ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଏହି ଟିକା ଦିଆଯାଇଛି । ତେବେ ମନ୍ତ୍ରଣାଳୟ ପ୍ରଥମେ ଏହି ଟିକା କରୋନା ଯୋଦ୍ଧାଙ୍କୁ ଦେବାକୁ ଅନୁମତି ପ୍ରଦାନ କରିଥିଲା । ଖଲିଜ ଟାଇମର ସୂଚନା ଅନୁଯାୟୀ, ସ୍ୱାସ୍ଥ୍ୟମନ୍ତ୍ରୀ କହିଛନ୍ତି ଦେଶ ଯେକୌଣସି ବିବଦ ସମୟରେ ଲୋକଙ୍କୁ ରକ୍ଷା କରିବାକୁ ଚାହେଁ । ତେବେ କ୍ଲିନିକାଲ ଟ୍ରାଏଲର ସକରାତ୍ମକ ଫଳାଫଳ ଉତ୍ସାହିତ କରୁଛି । ସେ ଆହୁରି ମଧ୍ୟ କହିଛନ୍ତି କରୋନା ଟିକା ସୁରକ୍ଷିତ ଓ ପ୍ରଭାବି । ସୂଚନାଯୋଗ୍ୟ, ଏହାପୂର୍ବରୁ ନ୍ୟାଶନାଲ କ୍ଲିନିକାଲ କମିଟି ଫର୍ କୋଭିଡ-୧୯ର ଅଧ୍ୟକ୍ଷ ଟିକାର ତୃତୀୟ ପର୍ଯ୍ୟାୟର ମୁଖ୍ୟ ଯାଞ୍ଚକର୍ତ୍ତା ଡା. ନୱଲ ଅଲ କାବି କହିଛନ୍ତି କ୍ଲିନିକାଲ ଟ୍ରାଏଲ ଠିକ୍ ରାସ୍ତାରେ ଯାଉଛି । ଏପର୍ଯ୍ୟନ୍ତ କରାଯାଇଥିବା ସମସ୍ତ ଟେଷ୍ଟ ସଫଳ ରହିଛି । ଛଅ ସପ୍ତାହରୁ କମ୍ ସମୟରେ ଯେବେଠାରୁ ଏହା ଉପରେ ଅଧ୍ୟୟନ କରାଗଲାଣି ୧୨୫ ଦେଶର ୩୧ ହଜାର ସେଚ୍ଛାସେବୀ କ୍ଲିନିକାଲ ଟ୍ରାଏଲରେ ସାମିଲ ହୋଇ ସାରିଲେଣି । ଏପର୍ଯ୍ୟନ୍ତ ଯାହାବି ପାଶ୍ୱର୍ ପ୍ରତିକ୍ରିୟା ସାମ୍ନାକୁ ଆସିଛି ତାହା ଖୁବ୍ କମ୍ କୌଣସି ଅଧିକ ମାତ୍ରାର ପାଶ୍ୱର୍ ପ୍ରତିକ୍ରିୟା ଦେଖିବାକୁ ମିଳିନାହିଁ ।


Enter your email to get our daily news in your inbox.

All Right Reserved By Dharitri.Com

ରାତି ସାରା ଦୁଇ ଗାଁରେ ହାଇଭୋଲଟେଜ୍ ପ୍ରେମ ଡ୍ରାମା: ନାକେଦମ ହେଲା ନନ୍ଦିପଦା ପୋଲିସ

ହାଟଡିହୀ/ଛେନାପଦୀ, ୨୬/୮ (ଶୁଭକାନ୍ତ ନାୟକ/ନିରାକାର ପରିଡା): କେନ୍ଦୁଝର ଜିଲ୍ଲା ନନ୍ଦିପଦା ଥାନା ଅଞ୍ଚଳରେ ଗତ ମଙ୍ଗଳବାର ବିଳମ୍ବିତ ରାତିରେ ଦୁଇଟି ଭିନ୍ନ ଭିନ୍ନ ଗ୍ରାମରେ ପ୍ରେମ ବ୍ୟାପାରକୁ…

ଜିମ୍‌ରୁ ବାହାରୁଥିବା ବେଳେ ଗାୟକଙ୍କୁ ଗୁଳିକରି ହତ୍ୟା, ୨୦ରୁ ଅଧିକ..

ଲକ୍ଷ୍ନୌ,୨୬।୮: ଉତ୍ତରପ୍ରଦେଶର ଶାମଲୀରେ ବୁଧବାର ସନ୍ଧ୍ୟାରେ ଏକ ଚାଞ୍ଚଲ୍ୟକର ହତ୍ୟାକାଣ୍ଡ ଘଟିଛି । ସଦର କୋତୱାଲି ଥାନା ଅଞ୍ଚଳରେ ଅଜଣା ଦୁର୍ବୃତ୍ତଙ୍କ ଗୁଳିମାଡ଼ରେ ଚର୍ଚ୍ଚିତ ହରିୟାଣାର ଗାୟକ…

ଗୋଧୋଇବାକୁ ଯାଇ ଫେରିଲେନି ରଥ, ସକାଳୁ ପୋଖରୀରୁ ମିଳିଲା…

ଲାଞ୍ଜିଗଡ,୨୬।୮(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ବ୍ଲକ ଛତ୍ରପୁର ପଞ୍ଚାୟତ ଅନ୍ତର୍ଗତ ରଘୁନାଥପୁର ଗାଁରେ ଅଭାବନୀୟ ଘଟଣା ଘଟିଛି । ପୋଖରୀରେ ବୁଡ଼ି ଜଣେ ଯୁବକଙ୍କ…

ସେପ୍ଟେମ୍ୱର ୧ରୁ ମହଙ୍ଗା ହେବ ଅଟୋ ଭଡା, ଜାଣନ୍ତୁ କେତେ ଦବାକୁ ପଡିବ ଟଙ୍କା…

ନୂଆଦିଲ୍ଲୀ,୨୬।୮: ମୁମ୍ୱାଇରେ CNG ରେ ଚାଲୁଥିବା କଳା-ହଳଦିଆ ଟ୍ୟାକ୍ସି ଏବଂ ଅଟୋ ରିକ୍ସାରେ ଯାତ୍ରା କରିବା ୧ ସେପ୍ଟେମ୍ୱରରୁ ମହଙ୍ଗା ହୋଇଯିବ। ମହାରାଷ୍ଟ୍ର ପରିବହନ ପ୍ରାଧିକରଣ ବୁଧବାର…

ସୋର ଉପକାରାଗାରର ୱାର୍ଡରଙ୍କୁ ମରଣାନ୍ତର ଆକ୍ରମଣ, ଦିବାଲୋକରେ ଗୋଡାଇ ଗୋଡାଇ ହାଣିଲେ

ସୋର,୨୬।୮(ଜନ୍ମେଜୟ ମିଶ୍ର): ସୋର ଉପକାରାଗାରର ୱାର୍ଡରଙ୍କୁ ମରଣାନ୍ତକ ଆକ୍ରମଣ ହୋଇଛି । ଦିନ ଦ୍ବିପହରରେ ମାଣତ୍ରୀ ଛକ ନିକଟରେ ତିନଜଣ ଦୁର୍ବୃତ୍ତ ହାଣି ଦେଇଥିବା ଜଣାପଡ଼ିଛି ।…

୧ ସେପ୍ଟେମ୍ୱରରେ ଶନି-ଗୁରୁଙ୍କ ମହାମିଳନ! ୩ ରାଶିଙ୍କ ସୁନା ଭଳି ଚମକିବ କ୍ୟାରିୟର, ଆଖି ପିଛୁଳାକେ ଧନ…

ଜ୍ୟୋତିଷ ଶାସ୍ତ୍ରରେ ଗ୍ରହମାନଙ୍କର ଗୋଚର ଏବଂ ସେମାନଙ୍କ ଦ୍ୱାରା ସୃଷ୍ଟି ହେଉଥିବା ଶୁଭ-ଅଶୁଭ ଯୋଗର ବିଶେଷ ମହତ୍ତ୍ୱ ରହିଛି। ୧ ସେପ୍ଟେମ୍ୱର ୨୦୨୬ରେ ଶନି ଏବଂ ଦେବଗୁରୁ…

ଗ୍ଲାସିୟର ହ୍ରଦ, ହିମସ୍ଖଳନ, କିମ୍ବା ଭୂମିକମ୍ପ… ହଠାତ କାହିଁକି ନେପାଳରେ ଆସିଲା ବନ୍ୟା? ବୈଜ୍ଞାନିକମାନେ କହିଲେ ପ୍ରକୃତ କାରଣ

କାଠମାଣ୍ଡୁ,୨୬।୮: ନେପାଳର ରାସୁୱା ଜିଲାର ଭୋଟେ କୋଶି ନଦୀରେ ବନ୍ୟାର ପ୍ରକୃତ କାରଣ ସ୍ଥାନୀୟ ବର୍ଷା ନୁହେଁ, ବରଂ ଏକ ବିଶାଳ ହିମସ୍ଖଳନ ହୋଇପାରେ। କାଠମାଣ୍ଡୁ ବିଶ୍ୱବିଦ୍ୟାଳୟର…

ସ୍କୁଲ ପଛ ନାଳରୁ ଛାତ୍ରଙ୍କ ରକ୍ତାକ୍ତ ମୃତଦେହ ଉଦ୍ଧାର, ସୋମବାରଠାରୁ ଥିଲେ ନିଖୋଜ

କୋରାପୁଟ,୨୬।୮(ଅମିତାଭ ବେହେରା): ବୋରିଗୁମ୍ମା ବ୍ଲକ ଗୁମୁଡ଼ା ସରକାରୀ ଉଚ୍ଚ ବିଦ୍ୟାଳୟ ପଛପଟ ନାଳରୁ ଜଣେ ଅଷ୍ଟମ ଶ୍ରେଣୀ ଛାତ୍ରଙ୍କ ରକ୍ତାକ୍ତ ମୃତଦେହ ଉଦ୍ଧାର ହୋଇଛି । ମୃତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri