ଓପିଟିସିଏଲ୍‌ ସହିତ ୟୁବିଆଇର ଏମ୍‌ଓୟୁ ସ୍ବାକ୍ଷରିତ

ଭୁବନେଶ୍ୱର, ୨୫।୧୧(ସୁନିତ୍‌ ମିଶ୍ର): ଓଡ଼ିଶା ପାୱାର ଟ୍ରାନ୍ସମିଶନ୍‌ କର୍ପୋରେଶନ୍‌ ଲିମିଟେଡ୍‌(ଓପିଟିସିଏଲ୍‌) ସୋମବାର ୟୁନିୟନ୍‌ ବ୍ୟାଙ୍କ୍‌ ଅଫ୍‌ ଇଣ୍ଡିଆ(ୟୁବିଆଇ) ସହିତ ଏକ ବୁଝାମଣାପତ୍ର(ଏମ୍‌ଓୟୁ) ସ୍ବାକ୍ଷର କରିଛି। ଲୋକସେବା ଭବନଠାରେ ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂ ଦେଓଙ୍କ ଉପସ୍ଥିତିରେ ଏହି ବୁଝାମଣାପତ୍ର ସ୍ବାକ୍ଷର ହୋଇଛି। କାର୍ଯ୍ୟକ୍ରମରେ ଶକ୍ତି ବିଭାଗର ପ୍ରମୁଖ ଶାସନ ସଚିବ ବିଶାଲ କୁମାର ଦେବ, ଓପିଟିସିଏଲ୍‌ ସିଏମ୍‌ଡି ଭାସ୍କର ଜ୍ୟୋତି ଶର୍ମା ପ୍ରମୁଖ ଉପସ୍ଥିତ ଥିଲେ। ଏହି ବୁଝାମଣାପତ୍ର ଦ୍ୱାରା ଓପିଟିସିଏଲ୍‌ର ପ୍ରତ୍ୟେକ କର୍ମଚାରୀଙ୍କୁ ସେମାନଙ୍କ କ୍ୟାଡର କିମ୍ବା ପଦବୀ ନିର୍ବିଶେଷରେ ସୁଦୃଢ଼ ଆର୍ଥିକ ନିରାପତ୍ତା ପ୍ରଦାନ କରିବ। ପ୍ରତ୍ୟେକ କର୍ମଚାରୀଙ୍କୁ ୧ କୋଟି ୨୦ ଲକ୍ଷ ଟଙ୍କାର ବ୍ୟକ୍ତିଗତ ଦୁର୍ଘଟଣା ବୀମା ଏବଂ ଅତିରିକ୍ତ ୨୦ ଲକ୍ଷ ଟଙ୍କାର ଜୀବନ ବୀମା’ ପ୍ରଦାନ କରାଯିବ। ବାର୍ଷିକ ୩୦,୦୦୦ ଟଙ୍କା ପର୍ଯ୍ୟନ୍ତ ହସ୍ପିଟାଲ୍‌ କ୍ୟାଶ୍‌ ସୁବିଧା ଏହି ଯୋଜନାରେ ଅନ୍ତର୍ଭୁକ୍ତ। କର୍ମଚାରୀମାନେ ସେମାନଙ୍କ ଶୂନ୍ୟ ବାଲାନ୍ସ ସଞ୍ଚୟ ଖାତାରେ ରୁପେ ସିଲେକ୍ଟ ଡେବିଟ୍‌ କାର୍ଡ ମଧ୍ୟ ପାଇବେ। ଏହା ମାଧ୍ୟମରେ ୧୫ ଲକ୍ଷ ଟଙ୍କାର ଅତିରିକ୍ତ ଦୁର୍ଘଟଣା ବୀମା କଭରେଜ୍‌ ମିଳିବ। ବାର୍ଷିକ ୭୫,୦୦୦ ହଜାର ଟଙ୍କା ମୂଲ୍ୟର ଲାଇଫଷ୍ଟାଇଲ୍‌ ସୁବିଧା, ଯେପରିକି ମାଗଣା ଏୟାରପୋର୍ଟ ଲାଉଞ୍ଜ୍‌ ଏବଂ ମାଗଣା ବ୍ୟାଙ୍କିଙ୍ଗ୍‌ କାରବାର ଆଦି ବିନା କୌଣସି ଅତିରିକ୍ତ ଖର୍ଚ୍ଚରେ ମିଳିପାରିବ। ସମସ୍ତ ନିୟମିତ କର୍ମଚାରୀଙ୍କ ବ୍ୟତୀତ ୟୁନିୟନ୍‌ ବ୍ୟାଙ୍କରେ ଆକାଉଣ୍ଟ୍‌ ଥିବା ଓପିଟିସିଏଲର ପେନସନଭୋଗୀମାନଙ୍କ ପାଇଁ ମଧ୍ୟ ୟୁନିୟନ୍‌ ସମ୍ମାନ ନାମକ ଅନ୍ୟ ଏକ ସ୍ବତନ୍ତ୍ର ପ୍ୟାକେଜ୍‌ ପ୍ରସ୍ତୁତ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଦୁଲୀପ ଟ୍ରଫି ଖେଳିବାର ୩ ଦିନ ମଧ୍ୟରେ ଟି୨୦ ଖେଳିବା ଚାଲେଞ୍ଜିଂ ହେବ: ଇଶାନ

ଚେନ୍ନାଇ,୫ା୯: ଦୁଲୀପ ଟ୍ରଫି ଫାଇନାଲ ଶେଷ ହେବାର ୩ ଦିନ ମଧ୍ୟରେ ଭାରତୀୟ ଦଳ ପାଇଁ ଟି୨୦ ଖେଳିବା ଚାଲେଞ୍ଜିଂ ହେବ ବୋଲି ତିଲକ ବର୍ମା ଏବଂ…

ଶନିଙ୍କ ନକ୍ଷତ୍ରରେ ମଙ୍ଗଳ ଗୋଚର: ୪ ରାଶିଙ୍କୁ ବଡ଼ ଡିଲ୍‌ ଅଫର୍‌, ଧନଲାଭ ଯୋଗ

ପୁଷ୍ୟା ନକ୍ଷତ୍ର ହେଉଛି ଶନିଦେବଙ୍କ ନକ୍ଷତ୍ର। ଶନିଙ୍କ ନକ୍ଷତ୍ରରେ ମଙ୍ଗଳଙ୍କ ପ୍ରବେଶ ବିଭିନ୍ନ ରାଶିର ଲୋକଙ୍କ ଜୀବନ ଉପରେ ପ୍ରଭାବ ପକାଇବ। ସୂଚନାଯୋଗ୍ୟ ଯେ, ମଙ୍ଗଳଙ୍କ ଏହି…

ଗୁରୁଦିବସରେ ଶିକ୍ଷା,ଶିକ୍ଷକ ଓ ଶିକ୍ଷାୟତନ

ଦିଗପହଣ୍ଡି,୫|୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ପୁଞ୍ଜିକଂୟା ଛକ ସ୍ଥିତ ନନ୍ଦିଘୋଷ କଲ୍ୟାଣ ମଣ୍ଡପ ସଭାଗୃହରେ ସ୍ଥାନୀୟ ଗଣ ଅଧିକାର ଓ ଆଇନ ସୁରକ୍ଷା ମଞ୍ଚ…

ନେପାଳ ମାଗିବ ‘Climate Justice’: ବନ୍ୟା କ୍ଷୟକ୍ଷତି ପରେ UN ଯିବେ ପ୍ରଧାନମନ୍ତ୍ରୀ ବାଲେନ ଶାହ

କାଠମାଣ୍ଡୁ,୫।୯: ନେପାଳର ପ୍ରଧାନମନ୍ତ୍ରୀ ବାଲେନ ଶାହ ଚଳିତ ମାସ ଶେଷ ଭାଗରେ ମିଳିତ ଜାତିସଂଘ ସାଧାରଣ ପରିଷଦ (UNGA)ର 81ତମ ଅଧିବେଶନରେ ଉଦବୋଧନ ଦେବା ପାଇଁ ଆମେରିକା…

‘ଝିଅଙ୍କୁ ସ୍କର୍ଟ ପିନ୍ଧାଇ ସ୍କୁଲ ଛାଡନ୍ତୁନି’… ସ୍ୱାସ୍ଥ୍ୟମନ୍ତ୍ରୀ ଦେଲେ ଏମିତି ବୟାନ, ହେଉଛି ଚର୍ଚ୍ଚା

କୋଲକାତା,୫।୯: ପଶ୍ଚିମବଙ୍ଗର ସ୍ୱାସ୍ଥ୍ୟମନ୍ତ୍ରୀ ଡକ୍ଟର ଶରଦ୍ୱତ ମୁଖାର୍ଜୀ ରାଜ୍ୟର ସମସ୍ତ ସ୍କୁଲକୁ ପରାମର୍ଶ ଦେଇଛନ୍ତି ଯେ, ଡେଙ୍ଗୁ ଋତୁରେ ସ୍କୁଲ ଛାତ୍ରଛାତ୍ରୀଙ୍କୁ ହାତ-ଗୋଡ଼ ସମ୍ପୂର୍ଣ୍ଣ ଘୋଡ଼ାଇ ହୋଇ…

ବଞ୍ଜାରା ଗ୍ୟାଙ୍ଗର ୫ ମହିଳାଙ୍କୁ ଗିରଫ କଲା ପୋଲିସ

ଭୁବନେଶ୍ୱର,୫।୯: ନୟାପଲ୍ଲୀ ପୋଲିସ ଶନିବାର ବଞ୍ଜାରା ଲୁଟେରା ଗ୍ୟାଙ୍ଗର ୫ଜଣ ମହିଳାଙ୍କୁ ଧରିବାରେ ସକ୍ଷମ ହୋଇଛି। ଗରଫ ସମସ୍ତ ମହିଳା ମହାରାଷ୍ଟ୍ରର ବୋଲି ସୂଚନା ମିଳିଛି। ପୋଲିସ…

୫ ଦିନ ହେଲା ‘ଆଜି ନୁହେଁ, କାଲି ଦେବୁ’ କହି ଭଣ୍ଡାଉଛନ୍ତି ଗ୍ୟାସ ବିତରକ: ସିଲିଣ୍ଡର ରଖି ଗ୍ରାହକଙ୍କ ରାସ୍ତାରୋକ

ରାଜନଗର, ୫।୯(ଭାସ୍କର ରାଉତରାୟ): ଦୀର୍ଘଦିନ ଧରି ରାଜନଗର ଅଞ୍ଚଳରେ ଗ୍ୟାସ ଯୋଗାଣକୁ ନେଇ ଗ୍ରାହକମାନେ ନାନା ସମସ୍ୟାର ସମ୍ମୁଖୀନ ହେଉଥିବା ଅଭିଯୋଗ ହୋଇଛି। ଗ୍ୟାସ ବିତରକମାନେ ବିଭିନ୍ନ…

ପରିବର୍ତ୍ତନ ହେବ କି RCBର ନାମ? ମୁହଁ ଖୋଲିଲେ ଚେୟାରମ୍ୟାନ ଆର୍ଯ୍ୟମାନ ବିର୍ଲା

ନୂଆଦିଲ୍ଲୀ,୫।୯: ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (RCB) IPL 2026 ଟାଇଟଲ ଜିତିଲା। ଏହା ଦଳର ଲଗାତାର ଦ୍ୱିତୀୟ ଟ୍ରଫି। ପୂର୍ବ ସିଜିନ ଆରମ୍ଭ ହେବା ପୂର୍ବରୁ ଫ୍ରାଞ୍ଚାଇଜର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri