ଭୁବନେଶ୍ୱର,୨୮।୧୦ :ୟୁନିୟନ ବ୍ୟାଙ୍କ ଅଫ୍ ଇଣ୍ଡିଆ(ୟୁବିଆଇ)ର ଭୁବନେଶ୍ୱର କ୍ଷେତ୍ରୀୟ କାର୍ଯ୍ୟାଳୟ ପକ୍ଷରୁ ନିକଟରେ ଏକ ମେଗା ସଂଯୋଗୀକରଣ ଅଭିଯାନର ଶୁଭାରମ୍ଭ କରାଯାଇଛି। ବିଶେଷକରି ଆସ୍ପିରେଶନାଲ ଜିଲା ଖୋର୍ଦ୍ଧା ପାଇଁ ଏହି ଅଭିଯାନ ୟୁବିଆଇ ପକ୍ଷରୁ ଆରମ୍ଭ ହୋଇଯାଇଛି। ଏହି ପରିପ୍ରେକ୍ଷୀରେ ୟୁବିଆଇ କେନ୍ଦ୍ରୀୟ କାର୍ଯ୍ୟାଳୟର ମହାପ୍ରବନ୍ଧକ ଗୋକୁଳାନନ୍ଦ ଦାସ, ଭୁବନେଶ୍ୱର ଅଞ୍ଚଳର ଅଞ୍ଚଳ ମୁଖ୍ୟ ତଥା ମହାପ୍ରବନ୍ଧକ ସର୍ଭେଶ ରଞ୍ଜନ, ଭୁବନେଶ୍ୱର କ୍ଷେତ୍ରୀୟ କାର୍ଯ୍ୟାଳୟର କ୍ଷେତ୍ରୀୟ ମୁଖ୍ୟ ତଥା ଉପ-ମହାପ୍ରବନ୍ଧକ ନିରଞ୍ଜନ ବାରିକ, ଭୁବନେଶ୍ୱର କ୍ଷେତ୍ରୀୟ କାର୍ଯ୍ୟାଳୟର ସହାୟକ ମହାପ୍ରବନ୍ଧକ ତଥା ଉପ-କ୍ଷେତ୍ରୀୟ ମୁଖ୍ୟ ଅଶୋକ କୁମାର ମିଶ୍ର, ଭୁବନେଶ୍ୱର କ୍ଷେତ୍ରୀୟ କାର୍ଯ୍ୟାଳୟର ସହାୟକ ମହାପ୍ରବନ୍ଧକ ତଥା ଉପ-କ୍ଷେତ୍ରୀୟ ମୁଖ୍ୟ ଜିତେନ୍ଦ୍ର କୁମାର ସାମଲ, ସହାୟକ ମହାପ୍ରବନ୍ଧକ ତଥା ଏମ୍ଏଲ୍ପି ମୁଖ୍ୟ ହରେରାମ ଶାହାଙ୍କ ସମେତ ଭୁବନେଶ୍ୱର କ୍ଷେତ୍ରୀୟ କାର୍ଯ୍ୟାଳୟର ବହୁ ବରିଷ୍ଠ ଅଧିକାରୀ ଓ ଆର୍ଏଲ୍ପି ଭୁବନେଶ୍ୱର, ଭୁବନେଶ୍ୱର ସହର ଅଧୀନ ବିଭିନ୍ନ ଶାଖାର ଶାଖା ମୁଖ୍ୟ ଏବଂ ବ୍ୟାଙ୍କର ଗ୍ରାହକମାନେ ଉପସ୍ଥିତ ଥିଲେ। ଏହି ଅବସରରେ ବିଭିନ୍ନ ଯୋଜନା ଅନ୍ତର୍ଗତ ଗ୍ରାହକମାନଙ୍କୁ ପ୍ରାୟ ୨୦୦ଟି ମଞ୍ଜୁରୀ ପତ୍ର ପ୍ରଦାନ କରାଯାଇଥିଲା। ଏହି ସଂଯୋଗୀକରଣ କାର୍ଯ୍ୟକ୍ରମ ବ୍ୟାଙ୍କର ନୟାପଲ୍ଲୀ ଶାଖା, ଚନ୍ଦ୍ରଶେଖରପୁର ଶାଖା, ଭୁବନେଶ୍ୱର ମୁଖ୍ୟ ଶାଖା ଏବଂ ଆଇଗିଣିଆ ଶାଖାଠାରେ ଅନୁଷ୍ଠିତ ହୋଇଥିଲା।
ସେହିଭଳି ବ୍ୟାଙ୍କରେ ଉପଲବ୍ଧ ଥିବା ବିଭିନ୍ନ ଯୋଜନା ସମ୍ବନ୍ଧରେ ଦାସ ଗ୍ରାହକମାନଙ୍କ ସହ ବିସ୍ତୃତ ଭାବେ ଆଲୋଚନା କରିବା ସହ ବ୍ୟାଙ୍କିଙ୍ଗ୍ ସେବାକୁ ଅଧିକ ପ୍ରଭାବଶାଳୀ କରି ଗ୍ରାହକମାନଙ୍କୁ ନିଜର ମତାମତ ପ୍ରଦାନ କରିବାକୁ ଅନୁରୋଧ କରିଥିଲେ।
ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ
ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…
ଭୁବନେଶ୍ୱର ଫୁଲ ଦୋକାନ
ଫର୍ନସ ଏନ୍ ପେଟାଲ୍ସ ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…
ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ
କଳିଙ୍ଗ ଫିଟନେସ୍ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍ରେ ସବୁ ପ୍ରକାର…
ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ
ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…
କଟକ ଦହିବରା ଆଳୁଦମ
ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…
ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ
ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…
ଶ୍ରେଷ୍ଠ ପାଞ୍ଚ ପୁରୀର ମଠ
ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…
ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ
ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

