ୟୁବିଆଇର ମେଗା ରିଟେଲ୍‌ ଏକ୍ସପୋ

ଭୁବନେଶ୍ୱର,୫।୩: ୟୁନିୟନ୍‌ ବ୍ୟାଙ୍କ ଅଫ୍‌ ଇଣ୍ଡିଆ (ୟୁବିଆଇ)ର କ୍ଷେତ୍ରୀୟ କାର୍ଯ୍ୟାଳୟ ଭୁବନେଶ୍ୱର ପକ୍ଷରୁ ଏକ ଦୁଇଦିନିଆ ମେଗା ରିଟେଲ୍‌ ଏକ୍ସପୋ-୨୦୨୪ ଭୁବନେଶ୍ୱର କ୍ଷେତ୍ରୀୟ କାର୍ଯ୍ୟାଳୟଠାରେ ଆୟୋଜିତ ହୋଇଯାଇଛି। ଏହି ଅବସରରେ ଭୁବନେଶ୍ୱର ଅଞ୍ଚଳର ଆଞ୍ଚଳିକ ମୁଖ୍ୟ ସର୍ଭେଶ ରଞ୍ଜନ ସମ୍ମାନିତ ଅତିଥି ଭାବେ ଯୋଗ ଦେଇ ଏହାର ଉଦଘାଟନ କରିଥିଲେ। ଅନ୍ୟମାନଙ୍କ ମଧ୍ୟରେ ଭୁବନେଶ୍ୱର ଅଞ୍ଚଳର ଉପ-ଆଞ୍ଚଳିକ ମୁଖ୍ୟ ଆର୍‌ ଦେବରାଜ,ରଞ୍ଜିତ ସିଂ,ଭୁବନେଶ୍ୱର କ୍ଷେତ୍ରର କ୍ଷେତ୍ରୀୟ ମୁଖ୍ୟ ନିରଞ୍ଜନ ବାରିକ, ଭୁବନେଶ୍ୱର କ୍ଷେତ୍ରର ଉପ-କ୍ଷେତ୍ରୀୟ ମୁଖ୍ୟ ଅଶୋକ ମିଶ୍ର,ଜିତେନ୍ଦ୍ର କୁମାର ସାମଲଙ୍କ ସମେତ ଏମ୍‌ଏଲ୍‌ପି ମୁଖ୍ୟ ହରେରାମ ସାହା, ଆର୍‌ଏଲ୍‌ପି ଶାଖା ମୁଖ୍ୟ ହରେକୃଷ୍ଣ ପାହି, ଭୁବନେଶ୍ୱର ସହର ଅନ୍ତର୍ଗତ ବିଭିନ୍ନ ଶାଖାର ଶାଖା ମୁଖ୍ୟ ଏବଂ ଭୁବନେଶ୍ୱର କ୍ଷେତ୍ରୀୟ କାର୍ଯ୍ୟାଳୟ, ଆର୍‌ଏଲ୍‌ପି ଭୁବନେଶ୍ୱର ଓ ଏମ୍‌ଏଲ୍‌ପି ଭୁବନେଶ୍ୱରର ଅଧିକାରୀଙ୍କ ସମେତ ବ୍ୟାଙ୍କର କର୍ମଚାରୀ ଓ ଗ୍ରାହକମାନେ ଉପସ୍ଥିତ ଥିଲେ। ଉକ୍ତ କାର୍ଯ୍ୟକ୍ରମରେ ୧୧ଜଣ ପ୍ରତିଷ୍ଠିତ ବିଲ୍ଡର, ୭ଜଣ ପ୍ରତିଷ୍ଠିତ କାର ଏବଂ ଗାଡି ଡିଲର, ୨ଟି ଶିକ୍ଷାନୁଷ୍ଠାନ ଓ ଅନ୍ୟମାନେ ଅଂଶଗ୍ରହଣ କରିଥିଲେ। ଅପରପକ୍ଷରେ କାର ଡିଲରମାନେ ପ୍ରଦର୍ଶନୀରେ ଗାଡି ପ୍ରଦର୍ଶନ କରିଥିଲେ। ଆଞ୍ଚଳିକ ମୁଖ୍ୟ ସର୍ଭେଶ ରଞ୍ଜନ ଏହିପରି କାର୍ଯ୍ୟକ୍ରମ ଆୟୋଜନ କରିବାର ଆଭିମୁଖ୍ୟ ସମ୍ପର୍କରେ ଗ୍ରାହକମାନଙ୍କୁ ଅବଗତ କରାଇବା ସହ ଗ୍ରାହକମାନଙ୍କୁ ସାଙ୍କସନ ଆଡଭାଇସ୍‌ ଏବଂ ଇନ୍‌-ପ୍ରିନ୍ସପୁଲ ସାଙ୍କସନ୍‌ ଆଡଭାଇସ୍‌ ପ୍ରଦାନ କରିଥିଲେ। ଏହି ଦୁଇଦିନିଆ ଏକ୍ସପୋକୁ ପ୍ରାୟ ୧୫୦୦ ବ୍ୟକ୍ତି ପରିଦର୍ଶନ କରି ଏହାକୁ ସଫଳ କରାଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଆଜି ଭାରତ ପାଇଁ ଐତିହାସିକ ଦିନ: ୨୮ ବର୍ଷ ପରେ ପୁଣି ଦୋହରାଇବ ଇତିହାସ, ୨ ଦେଶ ବିପକ୍ଷରେ…

ନୂଆଦିଲ୍ଲୀ,୩।୧୦: ଭାରତୀୟ କ୍ରିକେଟ ପାଇଁ ଆଜି ଅର୍ଥାତ୍‌ ଅକ୍ଟୋବର ୩ ଏକ ଐତିହାସିକ ଦିନ ହେବାକୁ ଯାଉଛି। ଏହି ଦିନ ଭାରତୀୟ କ୍ରିକେଟ ଟିମ ଗୋଟିଏ ଦିନରେ…

ଅଲ-ଟାଇମ ବେଷ୍ଟ ଫିଲ୍ଡର୍ସ୍‌-୧୧ ଘୋଷଣା: ୪ ଭାରତୀୟଙ୍କୁ ମିଳିଲା ସ୍ଥାନ, ଯୁବରାଜ ବାଦ୍‌

ନୂଆଦିଲ୍ଲୀ,୩।୧୦: କ୍ରିକେଟ୍‌ର ରନ ଓ ଉଇକେଟ ସହ ଫିଲ୍ଡିଂ ମଧ୍ୟ ମ୍ୟାଚ୍‌ର ଗତିପଥ ବଦଳାଇବାରେ ବଡ଼ ଭୂମିକା ନିଏ। ଏକ ଚମତ୍କାର କ୍ୟାଚ, ଦ୍ରୁତ ଥ୍ରୋ କିମ୍ବା…

ମୋଦି, ଶାହା, ଜ୍ଞାନେଶ ‘ଗଣତନ୍ତ୍ର ଧ୍ୱଂସ’ କରିଛନ୍ତି: ରାହୁଲ

ନୂଆଦିଲ୍ଲୀ, ୩।୧୦: ବିରୋଧୀ ଦଳର ନେତା ରାହୁଲ ଗାନ୍ଧୀ ଅଭିଯୋଗ କରିଛନ୍ତି, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, ଗୃହମନ୍ତ୍ରୀ ଅମିତ ଶାହା ଏବଂ ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ…

ଅସୁରକ୍ଷିତ ଶ୍ରେଣୀଗୃହରେ ପାଠପଢ଼ା: ବିଦ୍ୟାର୍ଥୀଙ୍କ ସୁରକ୍ଷା ଚିନ୍ତାରେ ଅଭିଭାବକ

ଜି.ଉଦୟଗିରି,୩ା୧୦(ଚିନ୍ମୟ କୁମାର ସେଠୀ):କନ୍ଧମାଳ ଜିଲା ଜି.ଉଦୟଗିରିରେ ୧୯୩୬ରେ ହବାକ୍‌ ଉଚ୍ଚ ବିଦ୍ୟାଳୟ ପ୍ରତିଷ୍ଠା ହୋଇଥିଲା। ବହୁ ପୁରାତନ ଏହି ବିଦ୍ୟାଳୟର ଶ୍ରେଣୀଗୃହଗୁଡିକ ଏବେ ବିପଦସଙ୍କୁଳ ଅବସ୍ଥାରେ ରହିଛି।…

ବିମାନ ଯାତ୍ରୀଙ୍କୁ ବଞ୍ଚାଇବାକୁ ଯାଇ ଜୀବନ ଦେଇଥିଲେ ନୀରଜା

ନୂଆଦିଲ୍ଲୀ,୩।୧୦: ବର୍ତ୍ତମାନ ସମଗ୍ର ବିଶ୍ୱରେ ଫ୍ଲାଏଦୁବାଇ ବିମାନ ଅପହରଣ ଘଟଣାର ହିରୋ ସ୍ମିତ୍‌ ମଚ୍ଛାରଙ୍କୁ ତାଙ୍କ ଅପୂର୍ବ ସାହସିକତା ପାଇଁ ପ୍ରଶଂସା କରାଯାଉଛି। ତେବେ ଏହି ଘଟଣା,…

ନିଜ ପୁଅଙ୍କୁ ନିୟନ୍ତ୍ରଣ କରିପାରି ନ ଥିବା ଶ୍ୱଶୁରଙ୍କୁ ଦାୟୀ କରାଯାଇପାରିବ ନାହିଁ

ନୂଆଦିଲ୍ଲୀ,୩ା୧୦: ଘରୋଇ ହିଂସା ଆଇନ ଅନୁଯାୟୀ ନିଜ ପ୍ରାପ୍ତବୟସ୍କ ପୁଅଙ୍କୁ ନିୟନ୍ତ୍ରଣ କରିବାରେ ବିଫଳ ହୋଇଥିବା ଶ୍ୱଶୁରଙ୍କୁ ଦାୟୀ କରାଯାଇପାରିବ ନାହିଁ ବୋଲି ଦିଲ୍ଲୀ ହାଇକୋର୍ଟ ରାୟ…

ପଞ୍ଜାବ ପ୍ରଦେଶ କଂଗ୍ରେସ କମିଟି ସଭାପତି ପଦରୁ ଓ୍ବାରିଙ୍ଗ୍‌ଙ୍କ ଇସ୍ତଫା

ନୂଆଦିଲ୍ଲୀ,୩ା୧୦: କଂଗ୍ରେସ ନେତା ଅମରିନ୍ଦର ସିଂ ରାଜା ଓ୍ବାରିଙ୍ଗ୍‌ ଶୁକ୍ରବାର ଦଳର ପୂର୍ବତନ ଅଧ୍ୟକ୍ଷ ରାହୁଲ ଗାନ୍ଧୀଙ୍କୁ ଭେଟି ପଞ୍ଜାବ ରାଜ୍ୟ କଂଗ୍ରେସ ସଭାପତି ପଦରୁ ଆନୁଷ୍ଠାନିକ…

ଫ୍ରାନ୍ସରେ ଛାତ୍ର-ପୋଲିସ ସଂଘର୍ଷ: ୪୦୦ ସ୍କୁଲ ବନ୍ଦ

ପ୍ୟାରିସ୍‌, ୩।୧୦: ଫ୍ରାନ୍ସରେ ଶୁକ୍ରବାର ବିକ୍ଷୋଭ ଆହୁରି ତୀବ୍ରତର ହୋଇଛି। ହାଇସ୍କୁଲ ଛାତ୍ରୀଛାତ୍ରମାନେ ବିଲ୍ଡିଂଗୁଡ଼ିକର ପ୍ରବେଶପଥ ଅବରୋଧ କରିବା, ପୋଲିସ ସହ ସଂଘର୍ଷ କରିବା ଏବଂ କେତେକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?