ୟୁବିଆଇର ସ୍ବଚ୍ଛତା ଅଭିଯାନ

ଭୁବନେଶ୍ୱର,୪।୧୦: ୟୁନିୟନ୍‌ ବ୍ୟାଙ୍କ ଅଫ୍‌ ଇଣ୍ଡିଆ (ୟୁବିଆଇ)ର ଭୁବନେଶ୍ୱର କ୍ଷେତ୍ରୀୟ କାର୍ଯ୍ୟାଳୟ ପକ୍ଷରୁ ସ୍ବଚ୍ଛତା ଅଭିଯାନ (ସ୍ବଚ୍ଛତା ହିଁ ସେବା) କାର୍ଯ୍ୟକ୍ରମ ଭୁବନେଶ୍ୱରର ପୋଖରୀପୁଟସ୍ଥିତ ମଧୁସୂଦନ ପାର୍କ ଏବଂ ମୋ ବସ୍‌ ଷ୍ଟାଣ୍ଡ୍‌ଠାରେ ଆୟୋଜିତ ହୋଇଯାଇଛି। ଉକ୍ତ କାର୍ଯ୍ୟକ୍ରମରେ ଭୁବନେଶ୍ୱର ଏମ୍‌ପି ଅପରାଜିତା ଷଡ଼ଙ୍ଗୀ ସମ୍ମାନିତ ଅତିଥି ଭାବେ ଯୋଗ ଦେଇଥିବାବେଳେ ଭୁବନେଶ୍ୱର ଅଞ୍ଚଳର କ୍ଷେତ୍ର ମହାପ୍ରବନ୍ଧକ ତଥା ଆଞ୍ଚଳିକ ମୁଖ୍ୟ ସର୍ଭେଶ ରଞ୍ଜନ, ଉପ-ଆଞ୍ଚଳିକ ମୁଖ୍ୟ ଆର୍‌.ଦେବରାଜ, ଭୁବନେଶ୍ୱର କ୍ଷେତ୍ରର କ୍ଷେତ୍ରୀୟ ମୁଖ୍ୟ ନିରଞ୍ଜନ ବାରିକ ଏବଂ ଭୁବନେଶ୍ୱର କ୍ଷେତ୍ରୀୟ କାର୍ଯ୍ୟାଳୟର ଉପ-କ୍ଷେତ୍ରୀୟ ମୁଖ୍ୟ ଅଶୋକ କୁମାର ମିଶ୍ର ଏବଂ ଉପ-କ୍ଷେତ୍ରୀୟ ମୁଖ୍ୟ ଜିତେନ୍ଦ୍ର କୁମାର ସାମଲଙ୍କ ସମେତ ବିଭିନ୍ନ ଶାଖାର ୫୦ରୁ ଊର୍ଦ୍ଧ୍ୱ ଅଧିକାରୀ ଓ କର୍ମଚାରୀ ଅଂଶଗ୍ରହଣ କରିଥିଲେ। ସେହଭଳି ଗାନ୍ଧୀ ଜୟନ୍ତୀ ଅବସରରେ ଭୁବନେଶ୍ୱର କ୍ଷେତ୍ରୀୟ କାର୍ଯ୍ୟାଳୟ ପରିସରରେ ଏକ ବୈଠକର ଆୟୋଜନ କରାଯାଇଥିଲା। ଉକ୍ତ କାର୍ଯ୍ୟକ୍ରମରେ ଭୁବନେଶ୍ୱର ଅଞ୍ଚଳର କ୍ଷେତ୍ର ମହାପ୍ରବନ୍ଧକ ତଥା ଆଞ୍ଚଳିକ ମୁଖ୍ୟ ସର୍ଭେଶ ରଞ୍ଜନ, ଉପ-ଆଞ୍ଚଳିକ ମୁଖ୍ୟ ଆର୍‌.ଦେବରାଜ, ଭୁବନେଶ୍ୱର କ୍ଷେତ୍ରର କ୍ଷେତ୍ରୀୟ ମୁଖ୍ୟ ନିରଞ୍ଜନ ବାରିକ ଏବଂ ଭୁବନେଶ୍ୱର କ୍ଷେତ୍ରୀୟ କାର୍ଯ୍ୟାଳୟର ଉପ-କ୍ଷେତ୍ରୀୟ ମୁଖ୍ୟ ଅଶୋକ କୁମାର ମିଶ୍ର ଏବଂ ଉପ-କ୍ଷେତ୍ରୀୟ ମୁଖ୍ୟ ଜିତେନ୍ଦ୍ର କୁମାର ସାମଲ ପ୍ରମୁଖ ଉପସ୍ଥିତ ଥିଲେ। ବିଶିଷ୍ଟ ଗାନ୍ଧୀ କର୍ମକର୍ତ୍ତା ଏବଂ ସର୍ବୋଦୟ ନେତା ଆନନ୍ଦିକା ସାମନ୍ତରାୟ ଗାନ୍ଧୀ ଦର୍ଶନ ତତ୍ତ୍ବ ବିଷୟରେ ଆଲୋଚନା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ନାଗ ପଞ୍ଚମୀରେ ଦୁର୍ଲଭ ଯୋଗ; ସୂର୍ଯ୍ୟ କରିବେ ଗୋଚର, ୩ ରାଶିଙ୍କ ଉପରେ ବର୍ଷିବ ଧନ ଦୌଲତ…

ଚଳିତବର୍ଷ, ପବିତ୍ର ନାଗ ପଞ୍ଚମୀ ତିଥି ଆସନ୍ତା ଅଗଷ୍ଟ ୧୭ ତାରିଖ ଅର୍ଥାତ୍ ସୋମବାରରେ ପାଳିତ ହେବାକୁ ଯାଉଛି । ଏହି ବର୍ଷ, ନାଗ ପଞ୍ଚମୀ ମଧ୍ୟ…

ଥୁଆମୂଳ ରାମପୁରରେ ସ୍ବାଧୀନତା ଦିବସ: କୋର୍ଟରେ ପତାକା ଉତ୍ତୋଳନ କଲେ ବିଚାରପତି

ଥୁଆମୂଳ ରାମପୁର,୧୫।୮(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକର ବିଭିନ୍ନ ସରକାରୀ ଏବଂ ବେସରକାରୀ ଅନୁଷ୍ଠାନଗୁଡ଼ିକରେ ୮୦ତମ ସ୍ବାଧୀନତା ଦିବସ ଉତ୍ସାହ ଏବଂ ଆନନ୍ଦର ସହିତ…

କଲ୍ୟାଣସିଂହପୁର ଭିଡ଼ ହିଂସାରୁ ଯୁବତୀଙ୍କୁ ଉଦ୍ଧାର କରିଥିବା ୩ ସାହସୀ ଯୁବକଙ୍କୁ ଜିଲାସ୍ତରୀୟ ସମ୍ମାନ

​କଲ୍ୟାଣସିଂହପୁର, ୧୫/୮(ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲାରେ ଉତ୍ସାହ ଓ ଦେଶଭକ୍ତିର ମାହୋଲ ମଧ୍ୟରେ ୮୦ତମ ସ୍ୱାଧୀନତା ଦିବସ ଅତ୍ୟନ୍ତ ଆଡ଼ମ୍ବରର ସହ ପାଳିତ ହୋଇଯାଇଛି। ସ୍ଥାନୀୟ…

ସ୍ବାଧୀନତା ଦିବସରେ ରକ୍ତଦାନ କଲେ ସ୍ବେଚ୍ଛାସେବୀ

ବରଗଡ଼,୧୫।୮(ପ୍ରେମାନନ୍ଦ ଖମାରୀ): ସ୍ବାଧୀନତା ଦିବସ ଅବସରରେ ବରଗଡ଼ର ସାମାଜିକ ଅନୁଷ୍ଠାନ ସଂକଳ୍ପ ପରିବାର ପକ୍ଷରୁ ଏକ ସ୍ବେଚ୍ଛାକୃତ ରକ୍ତଦାନ ଶିବିର ଆୟୋଜିତ ହୋଇଥିଲା। ଜିଲାସ୍ତରୀୟ ସ୍ବାଧୀନତା ଦିବସ…

ପତାକା ଉତ୍ତୋଳନକୁ ନେଇ ଟଣାଓଟରା

ଖଲ୍ଲିକୋଟ,୧୫।୮(ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ବ୍ଲକ ପରିସରରେ ସ୍ବଧୀନତା ଦିବସ ପାଳନ ବେଳେ ପତାକା ଉତ୍ତୋଳନକୁ ନେଇ ବିଡିଓ ଦେବାଶିଷ ସାମଲ ଏବଂ ବ୍ଲକ…

ଉପଖଣ୍ଡସ୍ତରୀୟ ସ୍ବାଧୀନତା ଦିବସ, ପତାକା ଉତ୍ତୋଳନ କଲେ ଉପଜିଲାପାଳ

ସୁବର୍ଣ୍ଣପୁର,୧୫।୮(ଯୁଗଳ କିଶୋର ମିଶ୍ର): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁରଠାରେ ଉପଖଣ୍ଡସ୍ତରୀୟ ୮୦ତମ ସ୍ବାଧୀନତା ଦିବସ ପାଳନ ହୋଇଯାଇଛି l ବୀରମହାରାଜପୁର ଉପଜିଲାପାଳ ସୁରେନ୍ଦ୍ର କୁମାର ମେହେର ପତାକା ଉତ୍ତୋଳନ…

ଜଗନ୍ନାଥ ଦର୍ଶନ ହେଲା ଶେଷ ଦର୍ଶନ

ପୁରୀ,୧୫।୮( ଅଜିତ୍ କୁମାର ମହାନ୍ତି ): ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଦର୍ଶନ ସମୟରେ ଜଣେ ବୃଦ୍ଧ ଶ୍ରଦ୍ଧାଳୁଙ୍କର ପ୍ରାଣହାନି ଘଟିଛି। ମୃତକ ଜଣକ ହେଉଛନ୍ତି ଯାଜପୁର ଜିଲା ବିଞ୍ଝାରପୁର…

ଖୁସିରେ ୪ ଗ୍ରାମର ଗ୍ରାମବାସୀ: ୧୦୯ ଜଣଙ୍କୁ ମିଳିଲା….

ଗୁଡ଼ାରି, ୧୫।୮ (ପ୍ରମୋଦ କୁମାର ପତି): ରାୟଗଡ଼ା ଜିଲାର ଗୁଡ଼ାରି ତହସିଲ ଅନ୍ତର୍ଗତ ଢେପାଗୁଡ଼ା ରାଜସ୍ୱ ଅଞ୍ଚଳର ୪ଟି ଗ୍ରାମର ୧୦୯ ଜଣ ହିତାଧିକାରୀଙ୍କୁ ଶନିବାର ସ୍ଥାୟୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri