ଭୁବନେଶ୍ୱର,୨୬।୮: ୟୁନିୟନ ବ୍ୟାଙ୍କ ଅଫ୍ ଇଣ୍ଡିଆ (ୟୁବିଆଇ) ପକ୍ଷରୁ ଶୁକ୍ରବାର ଏକ ଜାତୀୟ ସ୍ତରୀୟ କୁଇଜ୍ ପ୍ରତିଯୋଗିତା ‘ୟୁ ଜିନିୟସ୍’ ଭୁବନେଶ୍ୱର ଚନ୍ଦ୍ରଶେଖରପୁରସ୍ଥିତ ରେଳ ଅଡିଟୋରିୟମଠାରେ ଆୟୋଜିତ ହୋଇଯାଇଛି। ଉକ୍ତ ପ୍ରତିଯୋଗିତାରେ କଟକ, ଭୁବନେଶ୍ୱର, ବାଲେଶ୍ୱର, ବାରିପଦା, ବ୍ରହ୍ମପୁର ଓ ପୁରୀ ଭଳି ଅନେକ ଜିଲାରୁ ୧୦୦୦ରୁ ଊର୍ଦ୍ଧ୍ୱ ସ୍କୁଲ ପିଲାମାନେ ଭାଗ ନେଇଥିବାବେଳେ ପ୍ରାୟ ୩୦୦ ଅଭିଭାବକ ଏବଂ ଶିକ୍ଷକଶିକ୍ଷୟିତ୍ରୀ ଉପସ୍ଥିତ ରହି ପିଲାମାନଙ୍କୁ ପ୍ରୋତ୍ସାହିତ କରିବା ସହ ୟୁନିୟନ ବ୍ୟାଙ୍କର ଉଦ୍ୟମକୁ ପ୍ରଶଂସା କରିଥିଲେ। ଏହି ପରିପ୍ରେକ୍ଷୀରେ ୟୁବିଆଇ ଭୁବନେଶ୍ୱର ଅଞ୍ଚଳର ମହାପ୍ରବନ୍ଧକ ତଥା ଆଞ୍ଚଳିକ ମୁଖ୍ୟ ସର୍ଭେସ୍ ରଞ୍ଜନ, ଉପ-ମହାପ୍ରବନ୍ଧକ ଆର୍. ଦେବରାଜ, ଉପ-ମହାପ୍ରବନ୍ଧକ ରଞ୍ଜିତ୍ କୁମାର, ଭୁବନେଶ୍ୱର କ୍ଷେତ୍ରର ଉପ-ମହାପ୍ରବନ୍ଧକ ତଥା କ୍ଷେତ୍ରୀୟ ମୁଖ୍ୟ ନିରଞ୍ଜନ ବାରିକ, ଏବଂ କଟକ କ୍ଷେତ୍ରର ସହାୟକ ମହାପ୍ରବନ୍ଧକ ତଥା କ୍ଷେତ୍ରୀୟ ମୁଖ୍ୟ ସରୋଜ କୁମାର ରାଉତ, ଏସ୍.ପି. ମହାନ୍ତି, ରିଜିଓନାଲ ଡାଇରେକ୍ଟର, ଭାରତୀୟ ରିଜର୍ଭ ବ୍ୟାଙ୍କ, ପିଭିଏସ୍ ସନ୍ଥରାମ, ସିଏସ୍ସି ଏବଂ ଡିଆଇଜି, ଆର୍ପିଏଫ୍, ଇଷ୍ଟକୋଷ୍ଟ ରେଲୱେ ପ୍ରମୁଖ ଉପସ୍ଥିତ ଥିଲେ। ଉକ୍ତ ପ୍ରତିଯୋଗିତାରେ ଡିଏଭି କଳିଙ୍ଗ ନଗର ସ୍କୁଲ ବିଜୟୀ ହାସଲ କରିଥିଲା। ଏହି ଅବସରରେ ସମସ୍ତ ଛାତ୍ରୀଛାତ୍ରଙ୍କୁ ମାନପତ୍ର ଦିଆଯାଇଥିଲା। ସେହିଭଳି ଉଦ୍ଯାପନୀ ସଭାରେ ବିଜୟୀ ପ୍ରତିଯୋଗୀଙ୍କୁ ସମ୍ମାନିତ କରିବା ସହିତ ପୁରସ୍କୃତ କରାଯାଇଥିଲା। ପ୍ରତିଯୋଗିତା ଦ୍ୱାରା ଛାତ୍ରୀଛାତ୍ରମାନେ ଉତ୍ସାହିତ ଏବଂ ପ୍ରୋତ୍ସାହିତ ହେବା ସହ ସେମାନଙ୍କ ମଧ୍ୟରେ ଦଳୀୟ ଭାବନା, ସାଧାରଣ ଜ୍ଞାନ ଏବଂ ବିତ୍ତୀୟଜ୍ଞାନର ଭାବନା ସୃଷ୍ଟି କରିବା ୟୁନିୟନ ବ୍ୟାଙ୍କ ଅଫ୍ ଇଣ୍ଡିଆର ସାମାଜିକ ଦାୟିତ୍ୱବୋଧତା ବୋଲି ବ୍ୟାଙ୍କ ପକ୍ଷରୁ କୁହାଯାଇଥିଲା।
ପାଣ୍ଡିଆନଙ୍କ ଭୂମିକାକୁ ନେଇ ଏମିତି କହିଲେ ସମ୍ବିତ ରାଉତରାୟ, କହିଲେ ୨୦୨୬ରେ ବହୁତ କିଛି…
ଭୁବନେଶ୍ୱର,୨୧ା୧୨: ୨୦୨୬ରେ ବହୁତ କିଛି ହେବ। କିଛି ମେଳି ନାହିଁ ବୋଲି କହିଛନ୍ତି ବିଜେଡି ନେତା ସମ୍ବିତ ରାଉତରାୟ। ସେ କହିଛନ୍ତି, ରାଜନୀତି କଲେ ଚର୍ଚ୍ଚା...
ଥାନାରେ ଏତଲା ଦେଲେ ହ୍ୟୁମାନ ସାଗରଙ୍କ ମା, ମୋ’ ପୁଅକୁ…
କଟକ,୨୧ା୧୨: ଓଡ଼ିଶାର ଜଣାଶୁଣା କଣ୍ଠଶିଳ୍ପୀ ହ୍ୟୁମାନ ସାଗରଙ୍କ ମୃତ୍ୟୁ ମାମଲାରେ ଥାନାରେ ଏତଲା ଦିଆଯାଇଛି। ତେବେ କଟକ ମର୍କତ ନଗର ଥାନାରେ ଏତଲା ଦେଇଛନ୍ତି ହ୍ୟୁମାନଙ୍କ...
ବାସୁଦେବପୁରରେ ଭୟଙ୍କର ଦୁର୍ଘଟଣା: ହାଇଓ୍ବା- ଟ୍ରେଲର ମୁହାଁମୁହିଁ ଧକ୍କା
ବାସୁଦେବପୁର,୨୧।୧୨(କାଳୀପଦ ରାୟ): ବାସୁଦେବପୁର ବ୍ଲକ ଅଧୀନ ଜାମଝାଡି, ଧାମରା ରାସ୍ତାର ମାତାଜୀ ମଠ ଛକଠାରେ ଏକ ହାଇଓ୍ବା ଓ ଟ୍ରେଲର ମୁହାଁମୁହିଁ ଧକ୍କା ହୋଇଛନ୍ତି। ହାଇଓ୍ବାଟି...
କାହିଁକି ଭଡ଼ା ବୃଦ୍ଧି କଲା ରେଳ ବିଭାଗ ଜାଣନ୍ତୁ…
ନୂଆଦିଲ୍ଲୀ,୨୧ା୧୨: ଭାରତୀୟ ରେଳ ବିଭାଗ ୨୬ ଡିସେମ୍ବରରୁ ଯାତ୍ରୀ ଭଡ଼ାରେ ପରିବର୍ତ୍ତନ ଘୋଷଣା କରିଛି। ତେବେ ଏହି ଭଡ଼ା ବୃଦ୍ଧି ପଛରେ ମୁଖ୍ୟ କାରଣ ହେଉଛି...
ବ୍ୟାଟରୁ ବିଜନେସ, କେମିତି ୧୦୦୦କୋଟିର ସାମ୍ରାଜ୍ୟ ଠିଆ କଲେ ବିରାଟ? ଜାଣନ୍ତୁ…
ନୂଆଦିଲ୍ଲୀ,୨୧।୧୨: ଯେତେବେଳେ ବିରାଟ କୋହଲି ପଡ଼ିଆରେ ଚୌକା ଏବଂ ଛକା ମାରିଥାନ୍ତି, ଷ୍ଟାଡିୟମ କରତାଳିରେ ପ୍ରତିଧ୍ୱନିତ ହୋଇଯାଏ। କିନ୍ତୁ ବହୁତ କମ ଲୋକ ଜାଣନ୍ତି ଯେ...
ବିଜେଡିକୁ ନେଇ ଏମିତି କହିଲେ ଅଶୋକ ପଣ୍ଡା, ଭାଜପା କଂଗ୍ରେସରେ ଯେଭଳି…
ଭୁବନେଶ୍ୱର,୨୧ା୧୨: ବିଜେଡିକୁ ନେଇ ବରିଷ୍ଠ ନେତା ଅଶୋକ ପଣ୍ଡା ଏକ ବୟାନ ଦେଇଛନ୍ତି। ସେ କହିଛନ୍ତି, ଭାଜପା-କଂଗ୍ରେସରେ ଯେଭଳି କନ୍ଦଳ ଥିଲା ବିଜେଡିରେ ସେଭଳି ନାହିଁ...
ସାଜସଜ୍ଜା ଅନନ୍ୟ, ଅପେକ୍ଷାରେ ଅଭିନୟ
ବରଗଡ଼,୨୧।୧୨(ପ୍ରେମାନନ୍ଦ ଖମାରୀ): ବୃହତ୍ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା। ଆସନ୍ତା ୨୪ରୁ ଏହି ମହୋତ୍ସବ ଆରମ୍ଭ ହେବ। ୨୦୨୬ ଜାନୁଆରୀ ୩ ପର୍ଯ୍ୟନ୍ତ ଏହା ଚାଲିବ।...
ବଡ଼ ଖବର: ୨୬ ଡିସେମ୍ୱରରୁ ମହଙ୍ଗା ହେବ ଟ୍ରେନଯାତ୍ରା, ଜେନରାଲ ସିଟ୍ ପାଇଁ ଦେବାକୁ ପଡିବ ଏତେ ଟଙ୍କା
ନୂଆଦିଲ୍ଲୀ,୨୧।୧୨: ଯାତ୍ରୀଗଣ ଦୟାକରି ଧ୍ୟାନ ଦିଅନ୍ତୁ। ଟ୍ରେନରେ ଯାତ୍ରା କରୁଥିଲେ ଆପଣଙ୍କ ପାଇଁ ଜରୁରୀ ଖବର। ଟ୍ରେନରେ ଯାତ୍ରା କରିବା ଏବେ ପଡିପାରେ ମହଙ୍ଗା। ଡିସେମ୍ୱର...
Archives


