ଭୁବନେଶ୍ୱର,୨୬।୮: ୟୁନିୟନ ବ୍ୟାଙ୍କ ଅଫ୍ ଇଣ୍ଡିଆ (ୟୁବିଆଇ) ପକ୍ଷରୁ ଶୁକ୍ରବାର ଏକ ଜାତୀୟ ସ୍ତରୀୟ କୁଇଜ୍ ପ୍ରତିଯୋଗିତା ‘ୟୁ ଜିନିୟସ୍’ ଭୁବନେଶ୍ୱର ଚନ୍ଦ୍ରଶେଖରପୁରସ୍ଥିତ ରେଳ ଅଡିଟୋରିୟମଠାରେ ଆୟୋଜିତ ହୋଇଯାଇଛି। ଉକ୍ତ ପ୍ରତିଯୋଗିତାରେ କଟକ, ଭୁବନେଶ୍ୱର, ବାଲେଶ୍ୱର, ବାରିପଦା, ବ୍ରହ୍ମପୁର ଓ ପୁରୀ ଭଳି ଅନେକ ଜିଲାରୁ ୧୦୦୦ରୁ ଊର୍ଦ୍ଧ୍ୱ ସ୍କୁଲ ପିଲାମାନେ ଭାଗ ନେଇଥିବାବେଳେ ପ୍ରାୟ ୩୦୦ ଅଭିଭାବକ ଏବଂ ଶିକ୍ଷକଶିକ୍ଷୟିତ୍ରୀ ଉପସ୍ଥିତ ରହି ପିଲାମାନଙ୍କୁ ପ୍ରୋତ୍ସାହିତ କରିବା ସହ ୟୁନିୟନ ବ୍ୟାଙ୍କର ଉଦ୍ୟମକୁ ପ୍ରଶଂସା କରିଥିଲେ। ଏହି ପରିପ୍ରେକ୍ଷୀରେ ୟୁବିଆଇ ଭୁବନେଶ୍ୱର ଅଞ୍ଚଳର ମହାପ୍ରବନ୍ଧକ ତଥା ଆଞ୍ଚଳିକ ମୁଖ୍ୟ ସର୍ଭେସ୍ ରଞ୍ଜନ, ଉପ-ମହାପ୍ରବନ୍ଧକ ଆର୍. ଦେବରାଜ, ଉପ-ମହାପ୍ରବନ୍ଧକ ରଞ୍ଜିତ୍ କୁମାର, ଭୁବନେଶ୍ୱର କ୍ଷେତ୍ରର ଉପ-ମହାପ୍ରବନ୍ଧକ ତଥା କ୍ଷେତ୍ରୀୟ ମୁଖ୍ୟ ନିରଞ୍ଜନ ବାରିକ, ଏବଂ କଟକ କ୍ଷେତ୍ରର ସହାୟକ ମହାପ୍ରବନ୍ଧକ ତଥା କ୍ଷେତ୍ରୀୟ ମୁଖ୍ୟ ସରୋଜ କୁମାର ରାଉତ, ଏସ୍.ପି. ମହାନ୍ତି, ରିଜିଓନାଲ ଡାଇରେକ୍ଟର, ଭାରତୀୟ ରିଜର୍ଭ ବ୍ୟାଙ୍କ, ପିଭିଏସ୍ ସନ୍ଥରାମ, ସିଏସ୍ସି ଏବଂ ଡିଆଇଜି, ଆର୍ପିଏଫ୍, ଇଷ୍ଟକୋଷ୍ଟ ରେଲୱେ ପ୍ରମୁଖ ଉପସ୍ଥିତ ଥିଲେ। ଉକ୍ତ ପ୍ରତିଯୋଗିତାରେ ଡିଏଭି କଳିଙ୍ଗ ନଗର ସ୍କୁଲ ବିଜୟୀ ହାସଲ କରିଥିଲା। ଏହି ଅବସରରେ ସମସ୍ତ ଛାତ୍ରୀଛାତ୍ରଙ୍କୁ ମାନପତ୍ର ଦିଆଯାଇଥିଲା। ସେହିଭଳି ଉଦ୍ଯାପନୀ ସଭାରେ ବିଜୟୀ ପ୍ରତିଯୋଗୀଙ୍କୁ ସମ୍ମାନିତ କରିବା ସହିତ ପୁରସ୍କୃତ କରାଯାଇଥିଲା। ପ୍ରତିଯୋଗିତା ଦ୍ୱାରା ଛାତ୍ରୀଛାତ୍ରମାନେ ଉତ୍ସାହିତ ଏବଂ ପ୍ରୋତ୍ସାହିତ ହେବା ସହ ସେମାନଙ୍କ ମଧ୍ୟରେ ଦଳୀୟ ଭାବନା, ସାଧାରଣ ଜ୍ଞାନ ଏବଂ ବିତ୍ତୀୟଜ୍ଞାନର ଭାବନା ସୃଷ୍ଟି କରିବା ୟୁନିୟନ ବ୍ୟାଙ୍କ ଅଫ୍ ଇଣ୍ଡିଆର ସାମାଜିକ ଦାୟିତ୍ୱବୋଧତା ବୋଲି ବ୍ୟାଙ୍କ ପକ୍ଷରୁ କୁହାଯାଇଥିଲା।
IND vs WI: ତୃତୀୟ ଦିନିକିଆ ପୂର୍ବରୁ ବଡ଼ ଝଟ୍କା, ବାଦ୍ ପଡ଼ିଲେ ଷ୍ଟାର୍ ଅଲରାଉଣ୍ଡର, ମାରିଥିଲେ ଦମଦାର୍ ଶତକ!
ନୂଆଦିଲ୍ଲୀ,୨।୧୦: ଭାରତ ଏବଂ ୱେଷ୍ଟଇଣ୍ଡିଜ୍ ମଧ୍ୟରେ ଖେଳାଯାଉଥିବା ୩ ମ୍ୟାଚ୍ ବିଶିଷ୍ଟ ଦିନିକିଆ (ODI) ସିରିଜ୍ରେ ଭାରତୀୟ ଦଳ ୨-୦ ରେ ଅଗ୍ରଣୀ ସହ ସିରିଜ୍ କବ୍ଜା…
ତୁଳା ରାଶିରେ ଶୁକ୍ରଙ୍କ ଓଲଟା ଚାଲି: ଅକ୍ଟୋବର ୩ରୁ ଏହି ୫ଟି ରାଶିର ଲୋକଙ୍କୁ ରହିବାକୁ ପଡ଼ିବ ସାବଧାନ!
୨୦୨୬ ଅକ୍ଟୋବର ୩ ତାରିଖରୁ ଶୁକ୍ର ନିଜର ସ୍ୱରାଶି ତୁଳାରେ ବକ୍ରୀ ଅର୍ଥାତ୍ ଓଲଟା ଚାଲି ଚାଲିବାକୁ ଯାଉଛନ୍ତି। ଶୁକ୍ରଙ୍କର ଏହି ଚଳନ ହେତୁ ସମ୍ପର୍କ, ଭାଗୀଦାରୀ,…
SRHର ଅଧିନାୟକ ନିଷ୍ପତ୍ତିକୁ ନେଇ ଝଡ଼! କ୍ଷୁବ୍ଧ ଅଭିଷେକ ଶର୍ମା, ଛାଡ଼ିପାରନ୍ତି ଦଳ
ନୂଆଦିଲ୍ଲୀ,୨।୧୦: ଇଣ୍ଡିଆନ୍ ପ୍ରିମିୟର ଲିଗ୍ (IPL) ୨୦୨୭ ସଂସ୍କରଣ ପୂର୍ବରୁ ସନ୍ରାଇଜର୍ସ ହାଇଦ୍ରାବାଦ (SRH) ଶିବିରରୁ ଏକ ବଡ଼ ଖବର ସାମ୍ନାକୁ ଆସିଛି। ଗଣମାଧ୍ୟମ ରିପୋର୍ଟ ଅନୁଯାୟୀ,…
ଧାମୁଣିପଙ୍ଗା ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ କ୍ଲଷ୍ଟର ସ୍ତରୀୟ ‘ସୁରଭି’ ମହୋତ୍ସବ ଅନୁଷ୍ଠିତ
କଲ୍ୟାଣସିଂହପୁର, ୨/୧୦ (ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ ଅନ୍ତର୍ଗତ ଧାମୁଣିପଙ୍ଗା ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ପରିସରରେ କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ‘ସୁରଭି’…
ଚୋରାରେ କଟାଯାଇଥିବା ୪ ଶାଳ ଗଛର ଗଣ୍ଡି ଜବତ
ପାଟଣା, ୨।୧୦ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ରେଞ୍ଜ ଅନ୍ତର୍ଗତ ପାଟଣା ସେକ୍ସନର ମଲ୍ଲିପୋଷି ବିଟ୍ ଅଧୀନ ନୂଆପଡ଼ା ଗ୍ରାମ ହୁଡ଼ିରୁ ଚୋରାରେ କଟାଯାଇ…
କଙ୍କାଳ ଜବତ, ନିଖୋଜ ମହିଳାଙ୍କ କଙ୍କାଳ ବୋଲି ଅନୁମାନ
ରିଆମାଳ,୨|୧୦(ବଦ୍ରିନାରାୟଣ ଅଗ୍ରୱାଲା): ଦେବଗଡ଼ ଜିଲା ରିଆମାଳ ଥାନା ଗୁଣ୍ଡିଆପାଲି ଗ୍ରାମ ପଞ୍ଚାୟତ ଅନ୍ତର୍ଗତ ସାନଡଙ୍ଗାଘାଟର ମୁଣ୍ଡା ସାହି ଗୋହିରା ନାଳ ପାଖରୁ ରିଆମାଳ ଥାନା ପୁଲିସ ଏକ…
ଅନ୍ତରବା ଛକରେ ଦୁର୍ଘଟଣା, ୩ ଗୁରୁତର, ୨ ଆହତ
ମୋହନା, ୨।୧୦ (ମନ୍ମଥ ମିଶ୍ର): ଗଜପତି ଜିଲା ଅଡ଼ବା ଥାନା ଅନ୍ତରବା ଛକରେ ଗୁରୁବାର ଏକ ସଡ଼କ ଦୁର୍ଘଟଣା ଘଟି ୩ ଜଣ ଗୁରୁତର ଓ ୨…
ଭାରତ-ପାକିସ୍ତାନ ମହାମୁକାବିଲା: ଓପନର ବୈଭବ ସୂର୍ଯ୍ୟବଂଶୀଙ୍କୁ ନେଇ ବଢ଼ିଲା ଚିନ୍ତା, ସାମ୍ନାକୁ ଆସିଲା…
ନୂଆଦିଲ୍ଲୀ,୨।୧୦: ଏସିଆନ୍ ଗେମ୍ସ କ୍ରିକେଟ୍ ପ୍ରତିଯୋଗିତାର ଫାଇନାଲ୍ରେ ଆସନ୍ତା ଅକ୍ଟୋବର ୩ ତାରିଖରେ ଭାରତ ଓ ପାକିସ୍ତାନ ମୁହାଁମୁହିଁ ହେବାକୁ ଯାଉଛନ୍ତି। ଏହି ହାଇ-ଭୋଲ୍ଟେଜ୍ ସ୍ୱର୍ଣ୍ଣ ପଦକ…

