ୟୁବିଓଆଇର ନୂତନ କ୍ଷେତ୍ର ମହାପ୍ରବନ୍ଧକ

ଭୁବନେଶ୍ୱର,୧୪।୧୦: ୟୁନିୟନ୍‌ ବ୍ୟାଙ୍କ ଅଫ୍‌ ଇଣ୍ଡିଆ (ୟୁବିଓଆଇ) ର ଭୁବନେଶ୍ୱରସ୍ଥିତ ଆଞ୍ଚଳିକ କାର୍ଯ୍ୟାଳୟର ନୂତନ କ୍ଷେତ୍ର ମହାପ୍ରବନ୍ଧକ ଭାବେ ବରିଷ୍ଠ ବ୍ୟାଙ୍କର ସର୍ଭେଶ ରଞ୍ଜନ ନିକଟରେ କାର୍ଯ୍ୟଭାର ଗ୍ରହଣ କରିଛନ୍ତି। ଏହା ପୂର୍ବରୁ ରଞ୍ଜନ ୟୁନିୟନ୍‌ ବ୍ୟାଙ୍କର ମୁଖ୍ୟ କାର୍ଯ୍ୟାଳୟରେ ଋଣନୀତି (ଷ୍ଟ୍ରାଟେଜି) ବିଭାଗର ମହାପ୍ରବନ୍ଧକ ଭାବେ କାର୍ଯ୍ୟରତ ଥିଲେ। ୧୯୯୬ ରେ ସେ ବ୍ୟାଙ୍କରେ ଯୋଗ ଦେବା ସହ ଉତ୍ତର ପ୍ରଦେଶ, କର୍ଣ୍ଣାଟକ, ମହାରାଷ୍ଟ୍ର, ବିହାର ଓ ପଶ୍ଚିମବଙ୍ଗ ଭଳି ରାଜ୍ୟରେ ବିଭିନ୍ନ ଗୁରୁତ୍ୱପୂର୍ଣ୍ଣ ପଦପଦବୀରେ କାର୍ଯ୍ୟ କରିବାର ବ୍ୟାପକ ଅଭିଜ୍ଞତା ହାସଲ କରିଛନ୍ତି। ତାଙ୍କର ୨୬ ବର୍ଷର କାର୍ଯ୍ୟକାଳ ମଧ୍ୟରେ ସେ ପ୍ରାୟ ୮ ବର୍ଷ ଧରି ବିଭିନ୍ନ ଶାଖାରେ କାର୍ଯ୍ୟ କରିଥିଲା ବେଳେ ବାକି ସମୟରେ ପ୍ରଶାସନିକ କାର୍ଯ୍ୟାଳୟ ଓ ପ୍ରଶିକ୍ଷଣ କେନ୍ଦ୍ରରେ ପ୍ରଶିକ୍ଷକ ଭାବେ ମଧ୍ୟ କାର୍ଯ୍ୟ କରିଛନ୍ତି। ଏଠାରେ ଉଲ୍ଲେଖଯୋଗ୍ୟ ଯେ ରାଜ୍ୟର ଭୁବନେଶ୍ୱରସ୍ଥିତ ଏହି ଆଞ୍ଚଳିକ କାର୍ଯ୍ୟାଳୟ ଅଧିନରେ ବ୍ୟାଙ୍କର ୬ଟି କ୍ଷେତ୍ରୀୟ କାର୍ଯ୍ୟାଳୟ ରହିଛି। ଷ୍ଟେଟ୍‌ ବ୍ୟାଙ୍କ ପରେ ରାଜ୍ୟରେ ଦ୍ୱିତୀୟ ସର୍ବାଧିକ ଶାଖା ନେଟ୍‌ୱର୍କ ମାଧ୍ୟମରେ ଗ୍ରାହକ ସେବା ପ୍ରଦାନ କରାଯାଉଛି। ଗ୍ରାହକ ସନ୍ତୁଷ୍ଟିକୁ ଅଧିକ ଧ୍ୟାନ ଦେବେ ବୋଲି ରଞ୍ଜନ ମତପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

‘ମୃତ ଝିଅ ଅପେକ୍ଷା ଛାଡପତ୍ର ପାଇଥିବା ଝିଅ ଭଲ’, ସୁପ୍ରିମ କୋର୍ଟରେ ଭାବପ୍ରବଣ ହୋଇଗଲେ SG ମେହେଟା

ନୂଆଦିଲ୍ଲୀ,୨୫।୫: ଭୋପାଳରେ ଘଟିଥିବା ବହୁଚର୍ଚ୍ଚିତ ଟ୍ବିଶା ଶର୍ମା ମୃତ୍ୟୁ ମାମଲା ସମ୍ପର୍କରେ ସଲିସିଟର ଜେନେରାଲ (SG)ତୁଷାର ମେହେଟ୍ଟା ଏକ ଗୁରୁତ୍ୱପୂର୍ଣ୍ଣ ଟିପ୍ପଣୀ କରିଛନ୍ତି। ସୋମବାର (୨୫ ମଇ,…

ଇରାନର ବଡ଼ ଅନୁରୋଧ ରଖିଲା ଫିଫା

ତେହରାନ, ୨୫ା୫: ଆସନ୍ତା ୧୧ ତାରିଖରୁ ଆରମ୍ଭ ହେବାକୁଥିବା ଫିଫା ବିଶ୍ୱକପ୍‌ ଲାଗି ଇରାନ ପକ୍ଷରୁ ଦଳର ଟ୍ରେନିଂ କ୍ୟାମ୍ପ ଆମେରିକାରୁ ମେକ୍ସିକୋକୁ ସ୍ଥାନାନ୍ତର କରିବା ଲାଗି…

ବ୍ରିଜ ଉପରେ ଭୟଙ୍କର ଦୁର୍ଘଟଣା: ହାଇଓ୍ବା ଓଲଟି ଲାଗିଗଲା ନିଆଁ, ଡ୍ରାଇଭର ନିଖୋଜ

ରାଉରକେଲା,୨୫ା୫(ସଙ୍ଗୀତା ଜେନା): ରାଉରକେଲାର ନୂତନ ବ୍ରାହ୍ମଣୀ ବ୍ରିଜ୍‌ ଉପରେ ଏକ ବଡ଼ଧରଣର ଦୁର୍ଘଟଣା ଘଟିଛି। ଭାରସାମ୍ୟ ହରାଇ ଏକ ହାଇଓ୍ବା ଓଲଟି ପଡ଼ିବାରୁ ଏଥିରେ ନିଆଁ ଲାଗିଯାଇଥିଲା।…

ଧର୍ମେନ୍ଦ୍ର, ଶିବୁ ସୋରେନଙ୍କୁ ମରଣୋତ୍ତର ପଦ୍ମ ବିଭୂଷଣ, ୬୬ ଜଣଙ୍କୁ ସମ୍ମାନୀତ କରିବେ ରାଷ୍ଟ୍ରପତି

ନୂଆଦିଲ୍ଲୀ,୨୫।୫: ସୋମବାର ସାରେ ରାଷ୍ଟ୍ରପତି ଭବନର ଦରବାର ହଲରେ ପଦ୍ମ ପୁରସ୍କାର ସମାରୋହ ଅନୁଷ୍ଠିତ ହେବ। ଏହି କାର୍ଯ୍ୟକ୍ରମ ସମୟରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ୬୬ଜଣ ବିଶିଷ୍ଟ…

ବୈଶିଙ୍ଗା-ରୁପ୍ସା ରାସ୍ତାରେ ମର୍ମନ୍ତୁଦ ଦୁର୍ଘଟଣା, ଶିକ୍ଷକ ମୃତ

ବୈଶିଙ୍ଗା,୨୫।୫(ରତନ ଦାଶ): ମୟୂରଭଞ୍ଜ ଜିଲାର ବୈଶିଙ୍ଗା ବଜାର ଅଞ୍ଚଳରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ହୋଇଛି । ଏଥିରେ ବେତନଟୀ ବ୍ଲକ ପ୍ରାଥମିକ ବିଦ୍ୟାଳୟ ଶିକ୍ଷକ ସଂଘ…

ପେଟ୍ରୋଲ-ଡିଜେଲର ମୂଲ୍ୟ ବୃଦ୍ଧିକୁ ନେଇ ବର୍ଷିଲେ ରାହୁଲ, ସରକାର ଚୁପଚାପ୍ ପକେଟ…..

ନୂଆଦିଲ୍ଲୀ,୨୫।୫: ସୋମବାର ଦିନ ପୁଣିଥରେ ଦେଶରେ ପେଟ୍ରୋଲ ଏବଂ ଡିଜେଲର ମୂଲ୍ୟ ବୃଦ୍ଧି ପାଇଛି। ମାତ୍ର ୧୦ ଦିନ ମଧ୍ୟରେ ଏହା ଚତୁର୍ଥ ଥର ପାଇଁ ସରକାର…

ତାପମାତ୍ରା ୪୦ ଡିଗ୍ରୀ: ମିଳୁନି ପିଇବା ପାଣି, ଗରା, ବାଲଟି ଓ ଡେକଚି ଧରି…

ପାଟଣା, ୨୫।୫ (ବୀର କିଶୋର ଦାଶ): କେନ୍ଦୁଝର ଜିଲାରେ ତାପମାତ୍ରା ୪୦ ଡିଗ୍ରୀ ସେଲସିଅସ୍‌କୁ ଛୁଇଁଥିବା ବେଳେ ପାଟଣା ବ୍ଲକ୍ ଅନ୍ତର୍ଗତ ଡୁମୁରିଆ ପଞ୍ଚାୟତର ବଣମହୁଳଡିହା ପାତୁଳୁ…

ସୌମ୍ୟ ମୃତ୍ୟୁ: ବିବାଦୀୟ ADGଙ୍କ ବଦଳି, ମା ଆଣିଥିଲେ ସାଂଘାତିକ…

ଭୁବନେଶ୍ୱର,୨୨।୫: ବରିଷ୍ଠ ଆଇପିଏସ୍ ଅଧିକାରୀ ଦୟାଲ ଗଙ୍ଗୱାରଙ୍କ ବଦଳି କରାଯାଇଛି। ତାଙ୍କୁ ADGP (କମ୍ୟୁନିକେସନ) ପଦରୁ ହଟାଯାଇ ଗୃହ ବିଭାଗରେ OSD (ଅଫିସର ଅନ୍ ସ୍ପେସିଆଲ୍ ଡ୍ୟୁଟି)…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri