Posted inଜାତୀୟ

୬ରେ ବିଧାନସଭାରେ ଆଗତ ହୋଇପାରେ ୟୁସିସି ବିଲ୍‌

ଡେରାଡୁନ୍‌,୪।୨: ଉତ୍ତରାଖଣ୍ଡ ସରକାରଙ୍କ ଦ୍ୱାରା ନିଯୁକ୍ତ ଉଚ୍ଚସ୍ତରୀୟ କମିଟି ସୁପାରିସ କରିଥିବା ସମାନ ନାଗରିକ ସଂହିତା (ୟୁସିସି) ବିଲ୍‌ ରବିବାର ରାଜ୍ୟ କ୍ୟାବିନେଟ୍‌ର ଅନୁମୋଦନ ଲାଭ କରିଛି। ମୁଖ୍ୟମନ୍ତ୍ରୀ ପୁଷ୍କର ସିଂ ଧାମିଙ୍କ ଅଧ୍ୟକ୍ଷତାରେ କ୍ୟାବିନେଟ ବୈଠକ ବସିଥିଲା। ନାଗରିକ ଆଇନରେ ସମାନତା ଆଣିବା ଉକ୍ତ ବିଲ୍‌ର ଲକ୍ଷ୍ୟ। ମଙ୍ଗଳବାର ବିଧାନସଭାରେ ଉକ୍ତ ବିଲ୍‌ ଆଗତ କରାଯିବ ବୋଲି ଏକ ସୂତ୍ରରୁ ଜଣାପଡ଼ିଛି।

ଅବସରପ୍ରାପ୍ତ ସୁପ୍ରିମକୋର୍ଟ ବିଚାରପତି ରଞ୍ଜନା ପ୍ରକାଶ ଦେଶାଇଙ୍କ ଅଧ୍ୟକ୍ଷତାରେ ଗଠିତ ଉଚ୍ଚସ୍ତରୀୟ କମିଟି ଦୁଇଦିନ ପୂର୍ବରୁ ମୁଖ୍ୟମନ୍ତ୍ରୀ ଧାମିଙ୍କୁ ଚିଠା ଆଇନ ଦସ୍ତାବିଜ୍‌ ହସ୍ତାନ୍ତର କରିଥିଲେ। ଉକ୍ତ ଚିଠା ଆଇନରେ ବହୁପତ୍ନୀ ଗ୍ରହଣକୁ ନିଷେଧ କରାଯିବା ସହ ସମାନ ଉତ୍ତରାଧିକାର, ଲିଭ୍‌-ଇନ୍‌ ରିଲେଶନରେ ରହିଲେ ଘୋଷଣାନାମା ବାଧ୍ୟତାମୂଳକ କରାଯିବାକୁ ପ୍ରସ୍ତାବ ରହିଛି। ଚିଠା ଆଇନ ଅନୁଯାୟୀ ଝିଅମାନଙ୍କ ବିବାହ ବୟସ ୧୮ ଏବଂ ପୁଅଙ୍କ ପାଇଁ ୨୧ ବର୍ଷ ରହିବ। ବିବାହ ନିମନ୍ତେ ପଞ୍ଜୀକରଣ ବାଧ୍ୟତାମୂଳକ ହେବ। ଛାଡ଼ପତ୍ର ପାଇଁ ଉଭୟ ସ୍ବାମୀ ଏବଂ ସ୍ତ୍ରୀଙ୍କୁ ସମାନ କାରଣ ଦର୍ଶାଇବାକୁ ହେବ। ଜଣେ ସ୍ତ୍ରୀ ବଞ୍ଚତ୍ଥିବା ଯାଏ ଦ୍ୱିତୀୟ ବିବାହ କରାଯାଇପାରିବ ନାହଁ। ପୁଅଙ୍କ ଭଳି ଝିଅମାନଙ୍କୁ ସମ୍ପତ୍ତି ଉପରେ ସମାନ ଅଧିକାର ମିଳିବ। ଯଦି ୬ ତାରିଖରେ ବିଲ୍‌ ବିଧାନସଭାରେ ଗୃହୀତ ହୁଏ, ତେବେ ୟୁସିସି ଲାଗୁ କରିବାରେ ଉତ୍ତରାଖଣ୍ଡ ଦେଶର ପ୍ରଥମ ରାଜ୍ୟ ହେବ।


Enter your email to get our daily news in your inbox.

All Right Reserved By Dharitri.Com

ଇଂଲଣ୍ଡ ଗସ୍ତ ପୂର୍ବରୁ ଆୟର୍ଲାଣ୍ଡରେ ଟି୨୦ ସିରିଜ ଖେଳିବ ଟିମ୍‌ ଇଣ୍ଡିଆ

ନୂଆଦିଲ୍ଲୀ,୧୯ା୩: ବିଶ୍ୱ ଚାମ୍ପିୟନ ଭାରତ, ଇଂଲଣ୍ଡରେ ଧଳା ବଲ ସିରିଜ୍‌ ଖେଳିବା ପୂର୍ବରୁ ଆସନ୍ତା ଜୁନରେ ଆୟର୍ଲାଣ୍ଡ ବିପକ୍ଷରେ ଏକ ଟି୨୦ ସିରିଜ୍‌ ଖେଳିବ। ଆୟର୍ଲାଣ୍ଡର ଡାଇରେକ୍ଟର…

କାଳବୈଶାଖୀ: ଉଡ଼ିଲା ଘର ଛପର, ଭାଙ୍ଗିଲା ଗଛ

ବିନିକା,୧୯ା୩ (ରାମ ଗୋପାଳ ବାଘ): ସୁବର୍ଣ୍ଣପୁର ଜିଲା ବିନିକା ଅଞ୍ଚଳରେ କାଳବୈଶାଖୀ ପ୍ରଭାବରେ ବ୍ୟାପକ କ୍ଷତି ହୋଇଛି l ଗ୍ରାମାଞ୍ଚଳ ଓ ସହରାଞ୍ଚଳରେ ଘର ଛପର ଉଡାଇ…

ଗୋଟିଏ ଦିନରେ IPLରୁ ୩ ବଡ଼ ଖେଳାଳି ବାହାର, ଲିଗ୍‌ ଆରମ୍ଭ ପୂର୍ବରୁ ହଇଚଇ

ନୂଆଦିଲ୍ଲୀ, ୧୯।୩: ଆଇପିଏଲ୍‌ର ନୂଆ ସିଜନ ଆରମ୍ଭ ହେବାକୁ ଆଉ ମାତ୍ର କିଛି ଦିନ ବାକି ଥିବା ବେଳେ ଏକାଧିକ ଫ୍ରାଞ୍ଚାଇଜ ପାଇଁ ଅଡୁଆ ବଢ଼ିବାରେ ଲାଗିଛି।…

ଗିରଫ ମାଓବାଦୀ ଖୋଲିଲେ ବଡ଼ ଗୁମର

ବଣାଇଁ,୧୯।୩(ପ୍ରଦୀପ ତ୍ରିପାଠୀ): ଓଡ଼ିଶା ଝାଡ଼ଖଣ୍ଡ ସୀମା ସଂଲଗ୍ନ ଝାଡ଼ଖଣ୍ଡ ଲାତେହାର ଜିଲାରେ ଚାଲିଥିବା ମାଓବାଦୀ ବିରୋଧୀ ଅଭିଯାନ କ୍ରମେ ଚଳିତ ମାସ ୧୪ ତାରିଖ ସୁରକ୍ଷାକର୍ମୀ ୨ଜଣ…

ମମତାଙ୍କ ପାଇଁ ଭାଜପାର ‘ଚକ୍ରବ୍ୟୁହ’: ଏପଟେ ଶୁଭେନ୍ଦୁ, ସେପଟେ ହୁମାୟୁନଙ୍କ ମୁସଲିମ୍‌ କାର୍ଡ, ଅସୁବିଧା…

କୋଲକାତା,୧୯।୩: ପଶ୍ଚିମବଙ୍ଗ ରାଜନୀତିରେ ଗୁରୁବାର ଏକ ବଡ଼ ଧରଣର ହଲଚଲ ଦେଖିବାକୁ ମିଳିଛି। ଆଗାମୀ ବିଧାନସଭା ନିର୍ବାଚନ ପାଇଁ ଭବାନୀପୁର ଆସନ ଏବେ ହଟ୍‌ସ୍ପଟ ପାଲଟିଛି। ମୁଖ୍ୟମନ୍ତ୍ରୀ…

ପୁଣି ୮୮୦୦ ଶସ୍ତା ହେଲା ସୁନା,ରୂପା ବି ୨୫,୫୦୦ ଖସିଲା; ମୁଣ୍ଡରେ ହାତ ଦେଲେଣି ନିବେଶକ,ଆଗକୁ…

ନୂଆଦିଲ୍ଲୀ, ୧୯।୩: ଗୁରୁବାର ସାରେ ମଲ୍ଟି କମୋଡିଟି ଏକ୍ସଚେଞ୍ଜ (MCX) ରେ ସୁନା ଓ ରୁପା ଦରରେ ଜୋରଦାର ହ୍ରାସ ପରିଲକ୍ଷିତ ହୋଇଛି। ମଧ୍ୟ-ପ୍ରାଚ୍ୟରେ ଉତ୍ତେଜନା ଲାଗି…

ବଜ୍ରପାତରେ ଜଳିଗଲା ନଡ଼ିଆ ଗଛ

ଢେଙ୍କିକୋଟ,୧୯ା୩(ନୀଳମଣି ମଣ୍ଡଳ): କେନ୍ଦୁଝର ଜିଲା ଢେଙ୍କିକୋଟଠାରେ କାଳବୈଶାଖୀ ପ୍ରଭାବରେ ବଜ୍ରପାତ ସାଙ୍ଗକୁ ବର୍ଷା ହୋଇଥିଲା। ବଜ୍ରପାତରେ ଢେଙ୍କିକୋଟ ବଜାରସ୍ଥିତ ରାମଚନ୍ଦ୍ର ସାହୁଙ୍କ ବାଡ଼ିରେ ଥିବା ନଡ଼ିଆ ଗଛ…

ପୁଣି କିମ୍‌ ଯଙ୍ଗ୍‌ ଉନ୍‌ ବିଜୟୀ

ପୋଙ୍ଗୟାଙ୍ଗ୍‌ ,୧୯ା୩: ଉତ୍ତର କୋରିଆ ଶାସକ କିମ୍‌ ଯଙ୍ଗ୍‌ ଉନ୍‌ ଜାତୀୟ ନିର୍ବାଚନରେ ବିପୁଳ ଭୋଟରେ ବିଜୟୀ ହୋଇଛନ୍ତି। ୧୫ତମ ସୁପ୍ରିମ ପିପୁଲ୍ସ ଆସେମ୍ବ୍ଲି ପାଇଁ ଗତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri