ୟୁକୋ ବ୍ୟାଙ୍କର ୨ଡିବିୟୁ ଉଦ୍‌ଘାଟିତ

ଭୁବନେଶ୍ୱର,୧୯ା୧୦: ୟୁକୋ ବ୍ୟାଙ୍କର ୨ଟି ଡିଜିଟାଲ ବ୍ୟାଙ୍କିଙ୍ଗ୍‌ ୟୁନିଟ୍‌ (ଡିବିୟୁ)ର ଶୁଭାରମ୍ଭ ନିକଟରେ ହୋଇଯାଇଛି। ଏପରିକି ସମଗ୍ର ଦେଶରେ ୭୫ ଜିଲାରେ ୭୫ ଡିବିୟୁକୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଭର୍ଚୁଆଲ ମୋଡ୍‌ରେ ଉଦ୍‌ଘାଟନକରି ଦେଶବାସୀଙ୍କ ନିମନ୍ତେ ଲୋକାର୍ପଣ କରାଯାଇଛି। ସେଥିମଧ୍ୟରୁ ୟୁକୋ ବ୍ୟାଙ୍କର ୨ଟି ଡିବିୟୁ ସାମିଲ ରହିଛି। ବିଶେଷକରି କଟକ ଜିଲାର ସାଲେପୁର ଏବଂ ପୁରୀ ଜିଲାର ପୁରୀଠାରେ ବ୍ୟାଙ୍କର ଡିବିୟୁ ଶାଖାର ଲୋକାର୍ପଣ ହୋଇଯାଇଛି। ଏହି ପରିପ୍ରେକ୍ଷୀରେ ସାଲେପୁର ୟୁନିଟ୍‌ ଲୋକାର୍ପଣ ଉସତ୍ବରେ କେନ୍ଦ୍ର ରାଷ୍ଟ୍ରମନ୍ତ୍ରୀ ବିଶ୍ୱେଶ୍ୱର ଟୁଡୁ, କେନ୍ଦ୍ରାପଡ଼ା ସାଂସଦ ଅନୁଭବ ମହାନ୍ତି, ୟୁକୋ ବ୍ୟାଙ୍କର କାର୍ଯ୍ୟନିର୍ବାହୀ ନିର୍ଦ୍ଦେଶକ ଇସ୍ରାକ ଅଲ୍ଲି ଖାନ୍‌ଙ୍କ ସମେତ ବହୁ ଜଣାଶୁଣା ବ୍ୟକ୍ତିବିଶେଷ ଉପସ୍ଥିତ ଥିଲେ। ସେହିପରି ପୁରୀ ୟୁନିଟ୍‌ ଲୋକାର୍ପଣ ଉସତ୍ବରେ ପୁରୀ ବିଧାୟକ ଜୟନ୍ତ କୁମାର ଷଡ଼ଙ୍ଗୀ, ପୁରୀ ସାଂସଦଙ୍କ ପ୍ରତିନିଧି ଭକ୍ତଚରଣ ଦାସ, ୟୁକୋ ବ୍ୟାଙ୍କ ଭୁବନେଶ୍ୱର ଆଞ୍ଚଳିକ କାର୍ଯ୍ୟାଳୟର ମହାପ୍ରବନ୍ଧକ ଏବଂ ଆଞ୍ଚଳିକ ମୁଖ୍ୟ ଗୌତମ ପାତ୍ରଙ୍କ ସମେତ ବହୁ ବରିଷ୍ଠ କର୍ମଚାରୀ ଓ ଅନ୍ୟମାନେ ଉପସ୍ଥିତ ଥିଲେ। ସେହିଭଳି ଏହାଦ୍ୱାରା ସାଧାରଣ ବ୍ୟକ୍ତି ଏବଂ ବ୍ୟାଙ୍କିଙ୍ଗ୍‌ ସେବା ମଧ୍ୟରେ ଥିବା ଦୂରତ୍ୱ ହ୍ରାସ ହେବା ସହ ବର୍ଷ ସାରା ୨୪ଘଣ୍ଟିଆ ବ୍ୟାଙ୍କିଙ୍ଗ୍‌ ସେବା ମିଳିପାରିବ। ଏହି ସମସ୍ତ ବ୍ୟାଙ୍କିଙ୍ଗ୍‌ କାରବାର ବିନା କାଗଜ ଏବଂ ଗ୍ରାହକମାନଙ୍କୁ ତତ୍‌କ୍ଷଣାତ ସେବା ଯୋଗାଇଦେବା ନିମନ୍ତେ ପ୍ରଯୁଜ୍ୟ ହେବ।


Enter your email to get our daily news in your inbox.

All Right Reserved By Dharitri.Com

ପୁଣି ଟ୍ରେନ୍‌ ଟିକେଟ ବୁକିଂ ନିୟମ ବଦଳାଇଲା IRCTC, ଯାତ୍ରା କରିବାକୁ ଥିଲେ ଜାଣି ନିଅନ୍ତୁ…

ନୂଆଦିଲ୍ଲୀ,୩୦।୧୨: ଭାରତୀୟ ରେଳବାଇ ଆଧାର-ଯାଞ୍ଚ ହୋଇଥିବା IRCTC ଆକାଉଣ୍ଟ୍ ଧାରୀମାନଙ୍କ ପାଇଁ ବଡ଼ ରାହତ ଘୋଷଣା କରିଛି। ଆଡ଼ଭାନ୍ସ ରିଜର୍ଭେସନ୍ ପିରିଅଡ୍ (ARP)ର ପ୍ରଥମ ଦିନରେ...

ମହିଳାକୁ ହତ୍ୟା ଅଭିଯୋଗ, ପୋଲିସର ତନାଘନା

ଗୋପାଳପୁର,୩୦ା୧୨(ନବୀନ ରାଜ ଆଚାରୀ): ଗୋଳନ୍ଥରା ଥାନା ଅଞ୍ଚଳରେ ସୋମବାର ବିଳମ୍ବିତ ରାତିରେ ଜଣେ ମହିଳାଙ୍କୁ ତାଙ୍କ ସ୍ବାମୀ ହତ୍ୟା କରିଥିବା ଅଭିଯୋଗ ହୋଇଛି। ଫାସୀନୂଆପଡା ଗ୍ରାମରେ...

ସୁରୁଖୁରୁରେ ଧାନକିଣାକୁ ଗୁରୁତ୍ୱ ଚାଷୀ, ସମବାୟ ଓ ଯୋଗାଣ ବିଭାଗ ଅଧିକାରୀଙ୍କୁ ନେଇ ବୈଠକ

ଛତ୍ରପୁର,୩୦ା୧୨(ଦିଲୀପ ସାମଲ): ଚଳିତ ବର୍ଷ ଜିଲାରେ ଧାନକିଣା ସୁରୁଖୁରୁରେ କରିବା ପାଇଁ ମଙ୍ଗଳବାର ଚାଷୀ, ସମବାୟ ଓ ଯୋଗାଣ ବିଭାଗର ଅଧିକାରୀମାନଙ୍କୁ ନେଇ ତ୍ରିପାକ୍ଷିକ ବୈଠକ...

ବିଶ୍ୱର ୪ର୍ଥ ବୃହତ୍ ଅର୍ଥନୀତି ପାଲଟିଲା ଭାରତ; ୨୦୩୦ ସୁଦ୍ଧା ଜର୍ମାନୀକୁ ଟପିବା ଲକ୍ଷ୍ୟ

ନୂଆଦିଲ୍ଲୀ,୩୦।୧୨: ବିଶ୍ୱ ଅର୍ଥନୀତି ମାନଚିତ୍ରରେ ଭାରତର ଦବଦବା ଜାରି ରହିଛି। ଜାପାନକୁ ଟପି ଭାରତ ଏବେ ବିଶ୍ୱର ଚତୁର୍ଥ ବୃହତ୍ତମ ଅର୍ଥନୈତିକ ଶକ୍ତି ଭାବେ ଉଭା...

ଆର୍‌ସିବିକୁ ବଡ଼ ଝଟ୍‌କା, ଏହି କାରଣରୁ ଖେଳିବେ ନାହିଁ…

ନୂଆଦିଲ୍ଲୀ, ୩୦।୧୨: ମହିଳା ପ୍ରିମିଅର୍ ଲିଗ୍ (WPL) ୨୦୨୬ ଆରମ୍ଭ ହେବାକୁ ମାତ୍ର କିଛି ଦିନ ବାକି ଥିବାବେଳେ ରୟାଲ୍ ଚ୍ୟାଲେଞ୍ଜର୍ସ ବେଙ୍ଗଲୁରୁ (RCB) ଟିମ୍‌କୁ...

ରାଜ୍ୟସ୍ତରୀୟ ଟାଏକୋଣ୍ଡୋରେ ସଫଳତା: ଛୁଟୁଛି ଶୁଭେଚ୍ଛାର ସୁଅ

ରାଇକିଆ,୩୦ା୧୨ (ପ୍ରଦୀପ ବେହେରା): କନ୍ଧମାଳ ଜିଲା ରାଇକିଆ ସେଣ୍ଟ କ୍ୟାଥରିନ ବିଦ୍ୟାଳୟରଛାତ୍ରୀଛାତ୍ରମାନେ ରାଜ୍ୟସ୍ତରୀୟ ଟାଏକୋଣ୍ଡୋ କ୍ରୀଡ଼ାରେ ସଫଳତା ଅର୍ଜନ କରିଛନ୍ତି। ଭଦ୍ରକ ଠାରେ ଅନୁଷ୍ଠିତ ୩ଦିନିଆ...

ଟିମ୍‌ ଇଣ୍ଡିଆକୁ ଫେରିପାରନ୍ତି ମହମ୍ମଦ ସାମି: ବିଶ୍ୱକପ୍ ପୂର୍ବରୁ ବଦଳିପାରେ ଚୟନକର୍ତ୍ତାଙ୍କ ନିଷ୍ପତି

ମୁମ୍ବାଇ,୩୦।୧୨: ଅଭିଜ୍ଞ ଦ୍ରୁତ ବୋଲର ମହମ୍ମଦ ସାମିଙ୍କୁ ନେଇ ବିସିସିଆଇ ଚୟନକର୍ତ୍ତା ଏକ ବଡ଼ ନିଷ୍ପତ୍ତି ନେବାକୁ ଯାଉଛନ୍ତି। ଫିଟ୍‌ନେସ୍‌ ଏବଂ ବୟସକୁ ନେଇ ଚାଲିଥିବା...

ଦେଶର GDP’କୁ ଅତିକ୍ରମ କଲା ଭାରତୀୟ ପରିବାର ପାଖରେ ଥିବା ସୁନା ମୂଲ୍ୟ

ନୂଆଦିଲ୍ଲୀ,୩୦।୧୨: ଭାରତୀୟ ପରିବାରଗୁଡ଼ିକ ପାଇଁ ସୁନା କେବଳ ଏକ ଅଳଙ୍କାର ନୁହେଁ, ବରଂ ଏହା ଭାବପ୍ରବଣତା ଏବଂ ଆର୍ଥିକ ସୁରକ୍ଷାର ଏକ ପ୍ରତୀକ। ବିଶ୍ୱ ବଜାରରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri