ୟୁକୋ ବ୍ୟାଙ୍କର ୨ଡିବିୟୁ ଉଦ୍‌ଘାଟିତ

ଭୁବନେଶ୍ୱର,୧୯ା୧୦: ୟୁକୋ ବ୍ୟାଙ୍କର ୨ଟି ଡିଜିଟାଲ ବ୍ୟାଙ୍କିଙ୍ଗ୍‌ ୟୁନିଟ୍‌ (ଡିବିୟୁ)ର ଶୁଭାରମ୍ଭ ନିକଟରେ ହୋଇଯାଇଛି। ଏପରିକି ସମଗ୍ର ଦେଶରେ ୭୫ ଜିଲାରେ ୭୫ ଡିବିୟୁକୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଭର୍ଚୁଆଲ ମୋଡ୍‌ରେ ଉଦ୍‌ଘାଟନକରି ଦେଶବାସୀଙ୍କ ନିମନ୍ତେ ଲୋକାର୍ପଣ କରାଯାଇଛି। ସେଥିମଧ୍ୟରୁ ୟୁକୋ ବ୍ୟାଙ୍କର ୨ଟି ଡିବିୟୁ ସାମିଲ ରହିଛି। ବିଶେଷକରି କଟକ ଜିଲାର ସାଲେପୁର ଏବଂ ପୁରୀ ଜିଲାର ପୁରୀଠାରେ ବ୍ୟାଙ୍କର ଡିବିୟୁ ଶାଖାର ଲୋକାର୍ପଣ ହୋଇଯାଇଛି। ଏହି ପରିପ୍ରେକ୍ଷୀରେ ସାଲେପୁର ୟୁନିଟ୍‌ ଲୋକାର୍ପଣ ଉସତ୍ବରେ କେନ୍ଦ୍ର ରାଷ୍ଟ୍ରମନ୍ତ୍ରୀ ବିଶ୍ୱେଶ୍ୱର ଟୁଡୁ, କେନ୍ଦ୍ରାପଡ଼ା ସାଂସଦ ଅନୁଭବ ମହାନ୍ତି, ୟୁକୋ ବ୍ୟାଙ୍କର କାର୍ଯ୍ୟନିର୍ବାହୀ ନିର୍ଦ୍ଦେଶକ ଇସ୍ରାକ ଅଲ୍ଲି ଖାନ୍‌ଙ୍କ ସମେତ ବହୁ ଜଣାଶୁଣା ବ୍ୟକ୍ତିବିଶେଷ ଉପସ୍ଥିତ ଥିଲେ। ସେହିପରି ପୁରୀ ୟୁନିଟ୍‌ ଲୋକାର୍ପଣ ଉସତ୍ବରେ ପୁରୀ ବିଧାୟକ ଜୟନ୍ତ କୁମାର ଷଡ଼ଙ୍ଗୀ, ପୁରୀ ସାଂସଦଙ୍କ ପ୍ରତିନିଧି ଭକ୍ତଚରଣ ଦାସ, ୟୁକୋ ବ୍ୟାଙ୍କ ଭୁବନେଶ୍ୱର ଆଞ୍ଚଳିକ କାର୍ଯ୍ୟାଳୟର ମହାପ୍ରବନ୍ଧକ ଏବଂ ଆଞ୍ଚଳିକ ମୁଖ୍ୟ ଗୌତମ ପାତ୍ରଙ୍କ ସମେତ ବହୁ ବରିଷ୍ଠ କର୍ମଚାରୀ ଓ ଅନ୍ୟମାନେ ଉପସ୍ଥିତ ଥିଲେ। ସେହିଭଳି ଏହାଦ୍ୱାରା ସାଧାରଣ ବ୍ୟକ୍ତି ଏବଂ ବ୍ୟାଙ୍କିଙ୍ଗ୍‌ ସେବା ମଧ୍ୟରେ ଥିବା ଦୂରତ୍ୱ ହ୍ରାସ ହେବା ସହ ବର୍ଷ ସାରା ୨୪ଘଣ୍ଟିଆ ବ୍ୟାଙ୍କିଙ୍ଗ୍‌ ସେବା ମିଳିପାରିବ। ଏହି ସମସ୍ତ ବ୍ୟାଙ୍କିଙ୍ଗ୍‌ କାରବାର ବିନା କାଗଜ ଏବଂ ଗ୍ରାହକମାନଙ୍କୁ ତତ୍‌କ୍ଷଣାତ ସେବା ଯୋଗାଇଦେବା ନିମନ୍ତେ ପ୍ରଯୁଜ୍ୟ ହେବ।


Enter your email to get our daily news in your inbox.

All Right Reserved By Dharitri.Com

କୋର୍ଟଙ୍କ ବଡ଼ ରାୟ: ହତ୍ୟାକାରୀଙ୍କୁ ଆଜୀବନ ଜେଲ

ଭବାନୀପାଟଣା,୩୦ା୭(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଏମ୍‌. ରାମପୁର ଥାନା ଅନ୍ତର୍ଗତ କୁଟ୍ରୁପଲା ଗାଁରେ ୨୦୧୪ରେ ହୋଇଥିବା ଏକ ହତ୍ୟା ମାମଲାର ରାୟ ଗୁରୁବାର ପ୍ରକାଶ ପାଇଛି।…

ପ୍ରେମିକଙ୍କ ଘର ବାରଣ୍ଡାରେ ଧାରଣାରେ ବସିଲେ ପ୍ରେମିକା

ମାଲକାନଗିର,୩୦।୭ (ଦୁର୍ଯ୍ୟୋଧନ ପାତ୍ର): ଜଣେ ବିବାହିତ ଯୁବକ ବିବାହର ପ୍ରତିଶ୍ରୁତି ଦେଇ ସମ୍ପର୍କ ଓ ପରେ ପ୍ରତାରଣା ବିରୋଧରେ ବିବାହିତ ପ୍ରେମିକା ଗତ ତିନି ଦିନ ଧରି…

କୋରାପୁଟରେ ୬୫୪. ୫ ମି.ମି. ରେକର୍ଡ ବର୍ଷା, ଭାଙ୍ଗିଲା ୮ ଘର

କୋରାପୁଟ,୩୦ା୭(ଅମିତାଭ ବେହେରା): ଗତ ୨୪ ଘଣ୍ଟା ମଧ୍ୟରେ କୋରାପୁଟ ଜିଲାର ୧୪ ବ୍ଲକରେ ମୋଟ ୬୫୪.୫ ମି.ମି. ବର୍ଷା ରେକର୍ଡ ହୋଇଛି। ହାରାହାରି ବର୍ଷାର ପରିମାଣ ୪୬.୭୫…

ଆମେରିକାର ବଡ଼ ଆକ୍ରମଣ, ଧ୍ୱଂସ ହେଲା ଇରାନର ସାମରିକ ଘାଟି

ବାଗଦାଦ୍‌,୩୦।୭: ଆମେରିକୀୟ ସେନା ଉପରେ ଇରାନର କ୍ଷେପଣାସ୍ତ୍ର ଆକ୍ରମଣର ବଡ଼ ଜବାବ ଦେଇଛି ଆମେରିକା। ଆମେରିକୀୟ ସେନାର ସେଣ୍ଟ୍ରାଲ କମାଣ୍ଡ ଅନୁଯାୟୀ ଇରାନର ବିପ୍ଳବୀ ଗାର୍ଡ କୋର୍‌(ଆଇଆରଜିସି)ର…

ଜର୍ସି ସମର୍ଥନରେ ଅଧିନାୟକ ହରମନପ୍ରୀତ

ନୂଆଦିଲ୍ଲୀ,୩୦ା୭: ହକି ଇଣ୍ଡିଆ (ଏଚ୍‌ଆଇ) ପକ୍ଷରୁ ଭାରତୀୟ ହକି ଦଳର ଜର୍ସି ରଙ୍ଗ ପରିବର୍ତ୍ତନକୁ ନେଇ ବିବାଦ ଦେଖାଦେଇଥିବା ବେଳେ ପୁରୁଷ ଦଳର ଅଧିନାୟକ ହରମନପ୍ରୀତ ଏଥିପ୍ରତି…

ଲୋକ ସଭା ପରେ ରାଜ୍ୟ ସଭାରେ ବି ମୋହର; ପାରିତ ହେଲା ‘ଆଣ୍ଟି-ପେପର ଲିକ୍ ବିଲ୍’, ଦୋଷୀଙ୍କୁ ହେବ ୧୦ ବର୍ଷ ଜେଲ୍

ନୂଆଦିଲ୍ଲୀ,୩୦।୭: ଲୋକ ସଭାରେ ଆଣ୍ଟି-ପେପର ଲିକ୍ ବିଲ୍ ଗୃହୀତ ହେବା ପରେ, ରାଜ୍ୟ ସଭାରେ ପାସ୍ ହୋଇଛି। ଅଧ୍ୟକ୍ଷ ସି.ଭି. ରାଧାକୃଷ୍ଣନ୍ ଏହାକୁ ଭଏସ୍ ଭୋଟ୍ ଦ୍ୱାରା…

ଜାଭେଲିନ ଫାଇନାଲରେ ଏହି ୩ ଭାରତୀୟ

ଗ୍ଲାସ୍‌ଗୋ,୩୦ା୭: ଦୁଇ ଥରର ଅଲିମ୍ପିକ୍‌ ପଦକଧାରୀ ନୀରଜ ଚୋପ୍ରାଙ୍କ ସମେତ ୩ ଭାରତୀୟ ଚଳିତ ରାଜ୍ୟଗୋଷ୍ଠୀ କ୍ରୀଡ଼ାର ପୁରୁଷ ଜାଭେଲିନ ଥ୍ରୋ ଫାଇନାଲରେ ପ୍ରବେଶ କରିଛନ୍ତି। ୨୦୧୮…

ରକ୍ଷାବନ୍ଧନ ପୂର୍ବରୁ ବଡ଼ ଝଟକା! ପୋଷ୍ଟ ଅଫିସ ବଢ଼ାଇଲା ସ୍ପିଡ୍ ପୋଷ୍ଟ ଦର, ଜାଣିନିଅନ୍ତୁ କେତେ…

ନୂଆଦିଲ୍ଲୀ,୩୦।୭: ଆଜି ମଧ୍ୟ, ବହୁ ସଂଖ୍ୟକ ଲୋକ ପାନ୍, ଆଧାର କିମ୍ବା ଅନ୍ୟାନ୍ୟ ଗୁରୁତ୍ୱପୂର୍ଣ୍ଣ ଡକ୍ୟୁମେଣ୍ଟ ପଠାଇବା ପାଇଁ ସ୍ପିଡ୍ ପୋଷ୍ଟ ବ୍ୟବହାର କରିବାକୁ ପସନ୍ଦ କରନ୍ତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri