ୟୁକୋ ବ୍ୟାଙ୍କର ୯୨୯.୭୬ କୋଟି ଲାଭ

ଭୁବନେଶ୍ୱର,୧୫।୫: ରାଷ୍ଟ୍ରାୟତ୍ତ ୟୁକୋ ବ୍ୟାାଙ୍କ ୨୦୨୧-୨୨ ଆର୍ଥିକ ବର୍ଷରେ ମୋଟ୍‌ ୯୨୯.୭୬ କୋଟି ଟଙ୍କା ନେଟ୍‌ ଲାଭ ଉପାର୍ଜନ କରିଛି। ବ୍ୟାଙ୍କର ୨୦୨୧-୨୨ ଆର୍ଥିକ ବର୍ଷର ଚତୁର୍ଥ ତ୍ରୈମାସିକ ଆର୍ଥିକ ଫଳାଫଳ ଜାନୁୟାରୀ-ମାର୍ଚ୍ଚରେ ୩୧୨.୧୮ କୋଟି ଟଙ୍କାର ନେଟ୍‌ ଲାଭ ସଂଗ୍ରହ କରି ପୂର୍ବ ଆର୍ଥିକ ବର୍ଷର ଏହି ଅବଧି ତୁଳନାରେ ୨୯୦.୧୧% ଅଭିବୃଦ୍ଧି ହାର ହାସଲ କରିପାରିଛି। ଏହି ସମୟ ମଧ୍ୟରେ ବ୍ୟାଙ୍କର କାର୍ଯ୍ୟକାରୀ ଲାଭର ପରିମାଣ ପୂର୍ବ ଆର୍ଥିକ ବର୍ଷର ମାର୍ଚ୍ଚ ମାସ ତୁଳନାରେ ୧୫.୬୩ % ଅଭିବୃଦ୍ଧି ହାର ୪୭୯୭.୪୩ କୋଟି ଟଙ୍କାରେ ପହଞ୍ଚିପାରିଛି। ବ୍ୟାଙ୍କର ମୋଟ୍‌ ସୁଧ ଆୟ ପୂର୍ବ ବର୍ଷ ମାର୍ଚ୍ଚ ମାସ ତୁଳନାରେ ୧୬.୯୭% ଅଭିବୃଦ୍ଧି ହାରରେ ୧୬୫୨.୩୮ କୋଟିରେ ପହଞ୍ଚିଛି। ବ୍ୟାଙ୍କର ଅନ୍ୟାନ୍ୟ ଆୟ ପୂର୍ବ ବର୍ଷ ମାର୍ଚ୍ଚ ମାସ ଶେଷ ସୁଦ୍ଧା ୭୧୯.୧୫ କୋଟି ଟଙ୍କା ହୋଇଥିବା ବେଳେ ଏହା ୨୦୨୧-୨୨ ଆର୍ଥିକ ବର୍ଷର ମାର୍ଚ୍ଚ ଶେଷ ସୁଦ୍ଧା ୫୮୮.୯୫ କୋଟି ଟଙ୍କାରେ ପହଞ୍ଚିଛି। ସେହିପରି ବ୍ୟାଙ୍କର ମୋଟ୍‌ ବ୍ୟବସାୟ ପୂର୍ବ ବର୍ଷ ମାର୍ଚ୍ଚ ଶେଷ ସୁଦ୍ଧା ୩,୨୪,୩୨୪.୨୦ କୋଟି ହୋଇଥିବା ବେଳେ ଏହା ଗତ ଆର୍ଥିକ ବର୍ଷର ମାର୍ଚ୍ଚ ଶେଷ ସୁଦ୍ଧା ୩,୫୩,୮୫୦.୨୪ କୋଟି ଟଙ୍କାରେ ପହଞ୍ଚି ୯.୧୦% ଅଭିବୃଦ୍ଧି ହାର ହାସଲ କରିପାରିଛି। ସେହିପରି ବ୍ୟାଙ୍କର ମୋଟ୍‌ ଜମା ପରିମାଣ ପୂର୍ବ ବର୍ଷ ତୁଳନାରେ ୮.୮୨% ବୃଦ୍ଧି ପାଇ ୨,୨୪,୦୭୨.୯୦ କୋଟି ଟଙ୍କା ହୋଇଛି। ବ୍ୟାଙ୍କର ନେଟ୍‌ ଏନ୍‌ପିଏ ପରିମାଣ ପୂର୍ବବର୍ଷ ୩.୯୪% ଥିବାବେଳେ ଏହା ୨.୭୦%କୁ ହ୍ରାସ ପାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଧନୀ ହେବାକୁ ଛାହୁଁଥିଲେ, ଛାଡ଼ନ୍ତୁ ଏହି ୫ ଅଭ୍ୟାସ: ନଚେତ୍‌ ପଡ଼ିବ ଅଭାବ

ମଧ୍ୟବିତ୍ତ ବର୍ଗର ଲୋକମାନେ ପ୍ରାୟତଃ ଭାବନ୍ତି, ବେଳେବେଳେ ହଠାତ୍‌ ସେମାନଙ୍କର ଆର୍ଥିକ ସଙ୍କଟ ଆସିଯାଉଛି; କିନ୍ତୁ ଏହା ବାସ୍ତବରେ ନୁହେଁ। ଏହା ଏକ ପରିସ୍ଥିତି ଯାହା ଧୀରେ…

ଏକାଗ୍ରତା ଆଣେ ସଫଳତା: ସୁରେଶଙ୍କ ସହ ସ୍ବତନ୍ତ୍ର ସାକ୍ଷାତ୍‌କାର

ହାଇଟେକ୍‌ ଗ୍ରୁପ୍‌ ଅଫ୍‌ ଇନ୍‌ଷ୍ଟିଚ୍ୟୁଶନର ମ୍ୟାନେଜିଂ ଟ୍ରଷ୍ଟି ତଥା ସିଇଓ ସୁରେଶ କୁମାର ପାଣିଗ୍ରାହୀ ଜଣେ ଉଦ୍ୟୋଗୀ ଏବଂ ଶିକ୍ଷାବିତ୍‌ ଭାବରେ ଅନୁଷ୍ଠାନ ଆରମ୍ଭରୁ ଏହାର ଭିତ୍ତିଭୂମିକୁ…

ସରକାରଙ୍କ ବଡ଼ ଘୋଷଣା! ବଦଳିବ ସୁନା କିଣିବା ନିୟମ, ଜାଣନ୍ତୁ ଗ୍ରାହକଙ୍କ ଉପରେ କ’ଣ ପ୍ରଭାବ ପଡ଼ିବ…

ନୂଆଦିଲ୍ଲୀ,୪।୪: ସରକାର ସୁନା କ୍ରୟ ସମ୍ବନ୍ଧୀୟ ନିୟମଗୁଡ଼ିକୁ ଆହୁରି କଠୋର କରିବାକୁ ଯାଉଛନ୍ତି। ଏହି ପଦକ୍ଷେପର ଅଂଶ ସ୍ବରୂପ, ହଲମାର୍କିଂର ଅପବ୍ୟବହାର ବିଷୟରେ ବଢ଼ୁଥିବା ଚିନ୍ତାକୁ ଦୂର…

ଇଣ୍ଡକ୍ସନରେ ରୋଷେଇ କରୁଛନ୍ତି କି? ଭୁଲରେ ବି କରନ୍ତୁ ନାହିଁ ଏହି ୫ ଜିନିଷ ରୋଷେଇ, ନଚେତ…

ନୂଆଦିଲ୍ଲୀ,୩।୪: ମଧ୍ୟପ୍ରାଚ୍ୟରେ ଜାରି ରହିଥିବା ଯୁଦ୍ଧ ପରିସ୍ଥିତିର ପ୍ରଭାବ ଏବେ ଭାରତୀୟ ରୋଷେଇ ଘର ପର୍ଯ୍ୟନ୍ତ ପହଞ୍ଚିଛି। ତୈଳ ଏବଂ ଗ୍ୟାସ ଯୋଗାଣ ବାଧାପ୍ରାପ୍ତ ହେବା ଯୋଗୁଁ…

ନମ୍ବର ସେଭ୍‌ ନ କରି କରିପାରିବେ WhatsAppରେ ଚାଟ୍‌, ଅନେକେ ଜାଣନ୍ତି ନାହିଁ ଏହି ସିକ୍ରେଟ୍‌…

ନୂଆଦିଲ୍ଲୀ,୩।୪: ସାଧାରଣତଃ ହାଟ୍ସଆପରେ କାହା ସହିତ କଥା ହେବାକୁ ହେଲେ ଆମକୁ ପ୍ରଥମେ ସେହି ବ୍ୟକ୍ତିଙ୍କ ନମ୍ବର ନିଜ ଫୋନରେ ସେଭ କରିବାକୁ ପଡ଼ିଥାଏ। କିନ୍ତୁ ଅନେକ…

ପ୍ରପର୍ଟି କାଗଜପତ୍ର ନାହିଁ, ତଥାପି ମିଳିପାରିବ ହୋମ୍‌ ଲୋନ୍‌? ଜାଣନ୍ତୁ କ’ଣ କହୁଛି ବ୍ୟାଙ୍କ ନିୟମ

ନୂଆଦିଲ୍ଲୀ,୩।୪: ନିଜର ଏକ ସୁନ୍ଦର ଘରଟିଏ କରିବା ସମସ୍ତଙ୍କର ସ୍ବପ୍ନ ଥାଏ। ଏହି ସ୍ବପ୍ନକୁ ସାକାର କରିବାରେ ‘ହୋମ ଲୋନ୍‌’ ବା ଗୃହ ଋଣ ଏକ ମୁଖ୍ୟ…

ଏହି ଯୋଜନାରେ ୨ କୋଟି ଟଙ୍କା ପର୍ଯ୍ୟନ୍ତ ଋଣ ପ୍ରଦାନ କରୁଛନ୍ତି ସରକାର, ଏହି ଉପାୟରେ ଲାଭ ଉଠାଇପାରିବେ କୃଷକ

ନୂଆଦିଳ୍ଲୀ,୩।୪: ଦେଶର ଅଧାରୁ ଅଧିକ ଜନସଂଖ୍ୟା ଏବେ ବି ଚାଷ ଏବଂ କୃଷି ମାଧ୍ୟମରେ ଜୀବିକା ନିର୍ବାହ କରନ୍ତି, ଏବଂ ଏହି କାରଣରୁ ଭାରତର ପ୍ରଗତି ପାଇଁ…

ସଚେତନତା ହିଁ ଚିନ୍ତାଧାରା ବଦଳାଇବାର ବଡ଼ ମାଧ୍ୟମ

‘ଗୋମାୟା ପେଣ୍ଟ୍‌ସ’ର ପ୍ରତିଷ୍ଠାତା ତଥା ପରିଚାଳନା ନିର୍ଦ୍ଦେଶକ ଦୁର୍ଗା ପ୍ରିୟଦର୍ଶିନୀ ତାଙ୍କ ବ୍ୟବସାୟିକ ଯାତ୍ରା ଆରମ୍ଭ କରିବା ପୂର୍ବରୁ ଜଣେ ଗୃହିଣୀ ଭାବେ ସମାଜ ଓ ପରିବେଶ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri