Posted inଜାତୀୟ

ଉଦୟପୁରରେ ବୁରାରୀ ଘଟଣାର ପୁନରାବୃତ୍ତି: ଘରୁ ମିଳିଲା ସ୍ବାମୀ-ସ୍ତ୍ରୀଙ୍କ ସମେତ ୪ପିଲାଙ୍କ ମୃତଦେହ

ଉଦୟପୁର,୨୧।୧୧: ରାଜସ୍ଥାନର ଉଦୟପୁରରେ ଏକ ହୃଦୟ ବିଦାରକ ଘଟଣା ସାମ୍ନାକୁ ଆସିଛି। ଏକ ଘରୁ ଗୋଟିଏ ପରିବାରର ୬ଜଣ ସଦସ୍ୟଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର ହୋଇଛି। ଏହି ଘଟଣା ପ୍ରଚାରିତ ହେବା ପରେ ସ୍ଥାନୀୟ ଅଞ୍ଚଳରେ କୋକୁଆଭୟ ଖେଳିଯାଇଛି। ସୂଚନାଯୋଗ୍ୟ, ଉଦୟପୁର ଜିଲାର ଗୋକୁଣ୍ଡା ଅଞ୍ଚଳରେ ରହୁଥିବା ପ୍ରକାଶ ଗମେତି, ସ୍ତ୍ରୀ ଦୁର୍ଗା ଗମେତି ଏବଂ ତାଙ୍କ ୪ଜଣ ପିଲାଙ୍କ ସନ୍ଦେହଜନକ ମୃତ୍ୟୁ ହୋଇଛି। ସୋମବାର ସକାଳେ ପ୍ରକାଶଙ୍କ ଭାଇ କାମକୁ ଯିବା ପାଇଁ ତାଙ୍କୁ ଡାକିବାକୁ ଆସିଥିଲେ। କବାଟ କେହି ନ ଖୋଲିବାରୁ ଚିନ୍ତା ପ୍ରକଟ କରି ସେ ତାକୁ ଭାଙ୍ଗିଦେଇଥିଲେ। ଏହାପରେ ଘର ଭିତରର ଦୃଶ୍ୟ ଦେଖି ତାଙ୍କ ପାଦ ତଳୁ ମାଟି ଖସିଯାଇଥିଲା। ଘରର ଛାତରେ ୪ଜଣଙ୍କ ମୃତଦେହ ଝୁଲୁଥିବା ବେଳେ ଅନ୍ୟ ୨ଜଣଙ୍କ ମୃତଦେହ ତଳେ ପଡ଼ିଥିଲା। ଏହାପରେ ସେ ପୋଲିସକୁ ଖବର ଦେଇଥିଲେ। ପୋଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହକୁ ଉଦ୍ଧାର କରିବା ସହ ବ୍ୟବଚ୍ଛେଦ ପାଇଁ ହସ୍ପିଟାଲକୁ ପଠାଇଛି। ଏଥିସହ ଘଟଣାସ୍ଥଳରେ ଫରେନ୍‌ସିକ୍‌ ଟିମ୍‌ ଓ ଡଗ୍‌ ସ୍କ୍ବାର୍ଡ ପହଞ୍ଚି ଛାନ୍‌ଭିନ୍‌ ଆରମ୍ଭ କରିଛନ୍ତି। ତେବେ କେଉଁ ପରିସ୍ଥିତିରେ ପ୍ରକାଶ ଓ ତାଙ୍କ ପରିବାର ସାମୂହିକ ଆତ୍ମହତ୍ୟା କରିଛନ୍ତି ତାହା ଏପର୍ଯ୍ୟନ୍ତ ସ୍ପଷ୍ଟ ହୋଇ ନ ଥିବା ବେଳେ ପୋଲିସ ସବୁ ଦିଗକୁ ତଦନ୍ତ କରୁଛି।


Enter your email to get our daily news in your inbox.

All Right Reserved By Dharitri.Com

୩ ରାଜ୍ୟର ବିଧାନସଭା ଆସନ ପାଇଁ ମତଦାନ ଆରମ୍ଭ

ନୂଆଦିଲ୍ଲୀ,୯।୪: କେରଳମ୍‌, ଆସାମ ଓ ପୁଡୁଚେରୀର ମୋଟ ୨୯୬ ଆସନରେ ଗୁରୁବାର ଗୋଟିଏ ପର୍ଯ୍ୟାୟରେ ବିଧାନସଭା ନିର୍ବାଚନ ପାଇଁ ମତଦାନ ଆରମ୍ଭ ହୋଇଛି। ସକାଳୁ ସକାଳୁ ଲାଇନରେ…

ଗୋଟିଏ ଦିନରେ ରେକର୍ଡ ଭାଙ୍ଗିଲା ସୁନା-ରୁପା ଦର! କିଣିବା ପୂର୍ବରୁ ମୁଣ୍ଡରେ ହାତ ଦେଲେଣି ଗ୍ରାହକ,ବିଶେଷଜ୍ଞ ଚକିତ… 

ନୂଆଦିଲ୍ଲୀ,୮।୪: ପୁଣି ବଢ଼ିଲା ସୁନା-ରୁପା ଦର। ବୁଧବାର ବଜାରରେ ଏକ ବଡ଼ ପରିବର୍ତ୍ତନ ଦେଖିବାକୁ ମିଳିଛି, ଯାହା ବିଶେଷଜ୍ଞଙ୍କୁ ମଧ୍ୟ ଆଶ୍ଚର୍ଯ୍ୟ କରିଦେଇଛି। ରୁପା ଦରରେ ଗୋଟିଏ…

ନାଗାବଳି ନଦୀରେ ବୁଡି ଯୁବକ ମୃତ, ସ୍ନାନ ପାଇଁ ଯାଇଥିଲେ…

କଲ୍ୟାଣସିଂହପୁର,୮।୪ ( ଦୀପକ କୁମାର ପରିଡା ): ରାୟଗଡା ଜିଲା କଲ୍ୟାଣସିଂହପୁର ଅଞ୍ଚଳରେ ଘଟିଛି ଏକ ଦୁଃଖଦ ଘଟଣା। ନାଗାବଳି ନଦୀରେ ବୁଡି ଜଣେ ୩୬ ବର୍ଷୀୟ…

ଯୁଦ୍ଧ ଅଟକାଇ ବାଃ ବାଃ ସାଉଣ୍ଟିଲା ପାକିସ୍ତାନ, ମଧ୍ୟପ୍ରାଚ୍ୟରେ ବଢ଼ିବ ଦବ୍‌ଦବା ? ରହିଛି ଅନେକ ସ୍ବାର୍ଥ

ଇସଲାମାବାଦ,୮।୪: ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ଉତ୍ତେଜନା ମଧ୍ୟରେ ଏକ ବଡ଼ ଧରଣର ଯୁଦ୍ଧବିରତି (ସିଜ୍‌ଫାୟାର୍‌) ହୋଇଛି। ଏହି ପ୍ରକ୍ରିୟାରେ ପାକିସ୍ତାନ ଏକ ମୁଖ୍ୟ ‘ଦୂତ’…

ଜଙ୍ଗଲରେ ଚାଲିଥିଲା ଜୁଆ ଖେଳ, ମାଡ଼ି ବସିଲା ବରପାଲି ପୋଲିସ: ୧୬ ଗିରଫ ସହ ଲକ୍ଷାଧିକ …

ବରପାଲି, ୮ ।୪(ଚିତ୍ତରଞ୍ଜନ ସାହୁ): ବରଗଡ଼ ଜିଲା ବରପାଲି ଥାନା ଅନ୍ତର୍ଗତ ବରମକେଲା ଗ୍ରୀଣ୍ଡୋଲା ଜଙ୍ଗଲରେ ଚାଲିଥିବା ଏକ ବଡ଼ ଧରଣର ଜୁଆ ଆଡ୍ଡା ଉପରେ ପୋଲିସ…

ହର୍ମୁଜ୍ ପ୍ରଣାଳୀରେ ତେଲ ଚ୍ୟାଙ୍କରକୁ ଅଟକାଇଲା ଇରାନ, ଯୁଦ୍ଧବିରତି ଭଙ୍ଗ କରିବାକୁ ଧମକ ଦେଲା…

ତେହେରାନ,୮।୪: ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧବିରତି ସତ୍ତ୍ବେ ଉତ୍ତେଜନା ଜାରି ରହିଛି । ବୁଧବାର ସକାଳେ ଯୁଦ୍ଧବିରତି ଘୋଷଣା ହେବା ପରେ ମଧ୍ୟ ଆକ୍ରମଣର ରିପୋର୍ଟ…

ଦିଗପହଣ୍ଡିରେ ଆଇନ ମନ୍ତ୍ରୀଙ୍କୁ ସମ୍ବର୍ଦ୍ଧନା, ଉନ୍ନତିକରଣ କାର୍ଯ୍ୟ…

ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଗସ୍ତରେ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ । ଗଞ୍ଜାମ ଜିଲା ଦିଗପହଣ୍ଡି ଠାରେ ବୁଧବାର ରାଜ୍ୟ ଆଇନ, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ…

ବଚସା ହେଲା କାଳ….ଏୟାର ଗନ୍ ବ୍ୟବହାର କରି ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ଭରିଦେଲେ ପବନ, ତାପରେ….

ଚଣ୍ଡିଗଡ଼,୮ା୪: ହରିୟାଣାର ଗୁରୁଗ୍ରାମରେ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି । ଏୟାର ଗନ୍ ବ୍ୟବହାର କରି ଜଣେ ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ବାୟୁ ପ୍ରବେଶ କରିବାରୁ ତାଙ୍କର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri