କହ୍ନେୟାଲାଲଙ୍କ ହତ୍ୟା ଘଟଣାକୁ ନିନ୍ଦା କଲା ମିଳିତ ଜାତିସଂଘ

ନ୍ୟୁୟର୍କ,୩୦।୬: ରାଜସ୍ଥାନ ଉଦୟପୁରର ଦରଜି କହ୍ନେୟାଲାଲ ତେଲିଙ୍କ ବୀଭତ୍ସ ହତ୍ୟା ଘଟଣାକୁ ନିନ୍ଦା କରିଛନ୍ତି ମିଳିତ ଜାତିସଂଘର ମହାସଚିବ ଆଣ୍ଟୋନିଓ ଗୁଟେରେସ। ସମସ୍ତ ଧର୍ମକୁ ସମ୍ମାନ ଦେବା ପାଇଁ ସେ ଆହ୍ବାନ କରିଛନ୍ତି। ଆଣ୍ଟୋନିଓଙ୍କ ପ୍ରବକ୍ତା ଷ୍ଟିଫେନ ଦୁଜାରିକ କହିଛନ୍ତି, ସମଗ୍ର ବିଶ୍ୱରେ ଶାନ୍ତି ପ୍ରତିଷ୍ଠା ପାଇଁ ପଦକ୍ଷେପ ନେବା ଆବଶ୍ୟକ। ଏଥି ସହିତ ବିଶ୍ୱ ସ୍ତରରେ ବିଭିନ୍ନ ସମ୍ପ୍ରଦାୟ ମଧ୍ୟରେ କିପରି ସମନ୍ବୟ ଏବଂ ଶାନ୍ତି ପ୍ରତିଷ୍ଠା କରାଯିବ ତାହା ନିଶ୍ଚିତ କରିବା ମଧ୍ୟ ଆବଶ୍ୟକ ବୋଲି ସେ କହିଛନ୍ତି।
ମହମ୍ମଦ ରିଆଜ ଏବଂ ଗୋସ୍‌ ମହମ୍ମଦ ନାମକ ଦୁଇ ମୁସଲମାନ ଯୁବକ ଉଦୟପୁର ସହରରେ ଛୁରିରେ କହ୍ନେୟାଲାଲଙ୍କ ମୁଣ୍ଡ କାଟି ଦେଇଥିଲେ। କେବଳ ଏତିକି ନୁହେଁ, ଏହାର ଏକ ଭିଡିଓ ସୋସିଆଲ ମିଡିଆ ପ୍ଲାଟଫର୍ମରେ ପୋଷ୍ଟ କରାଯାଇଥିଲା। ଭିଡିଓରେ ଦୁହେଁ କହୁଛନ୍ତି ଯେ, ସେମାନେ ଇସଲାମ ଧର୍ମର ଅପମାନ ପାଇଁ ସେମାନେ ପ୍ରତିଶୋଧ ନେଉଛନ୍ତି। ଏହି ନିଷ୍ଠୁର ହତ୍ୟା ପରେ ରାଜସ୍ଥାନ ସହରରେ ଉତ୍ତେଜନା ବୃଦ୍ଧି ପାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ମ୍ୟାକ୍ସ ପିକ୍‌ଅପ୍ ସହ ବାଇକ୍‌ର ମୁହାଁମୁହିଁ ଧକ୍କା: ଦୁଇ ଯୁବକ ଗୁରୁତର

ମୋହନା,୧୦।୭(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ଥାନା ଅନ୍ତର୍ଗତ ବୁଲଡାପଙ୍କା ଗାଁ ନିକଟ ବୁଲାଣି ରାସ୍ତାରେ ଶୁକ୍ରବାର ଏକ ସଡ଼କ ଦୁର୍ଘଟଣାରେ ଦୁଇ ଜଣ ଯୁବକ ଗୁରୁତର …

କଲେଜରେ ବନ ମହୋତ୍ସବ ପାଳିତ: ୧୦୦ ଔଷଧୀୟ ବୃକ୍ଷର ଚାରାରୋପଣ, ସାମିଲ ହେଲେ ଛାତ୍ରୀଛାତ୍ର

ଗଞ୍ଜାମ , ୧୦।୭(ବିଦ୍ୟାଧର ସାହୁ): ଗଞ୍ଜାମ ମହାବିଦ୍ୟାଳୟରେ ଜାତୀୟ ସେବା ଯୋଜନା (ଏନଏସଏସ) ୟୁନିଟ୍‌ର ଆନୁକୂଲ୍ୟରେ ଶୁକ୍ରବାର ବନ ମହୋତ୍ସବ ଶୁକ୍ରବାର ପାଳିତ ହୋଇଯାଇଛିl ଏହି ଅବସରରେ…

ଟ୍ରେଲର୍‌କୁ ପଛପଟୁ ଧକ୍କା ଦେଲା ଘରୋଇ ବସ୍‌; ୫ରୁ ଅଧିକ ଯାତ୍ରୀ ଆହତ

ଚୌଦ୍ୱାର, ୮।୭:  କଟକ ଜିଲା ଟାଙ୍ଗୀ ଥାନା ଅନ୍ତର୍ଗତ ନିର୍ଗୁଣ୍ଡି ନିକଟ ଜାତୀୟ ରାଜପଥ–୧୬ରେ ମଙ୍ଗଳବାର ଏକ ସଡ଼କ ଦୁର୍ଘଟଣାରେ ଘରୋଇ ଯାତ୍ରୀବାହୀ ବସ୍‌ ଏକ ଟ୍ରେଲର୍‌କୁ…

ଅଭିଯୋଗ ପରେ ମିଳୁଛି ଧମକ, ମୋବାଇଲ ଗଲା, ଏବେ ଜୀବନ ପ୍ରତି ରହିଛି ଭୟ

ବାଲିପାଟଣା,୧୦ା୭(ଅଭିମନ୍ୟୁ ନାୟକ): ରାଜଧାନୀ ଉପକଣ୍ଠ ବାଲିଅନ୍ତା ଥାନା ଅଞ୍ଚଳରେ ଘଟିଥିବା ଏକ ମୋବାଇଲ ଛଡ଼ାଇ ନେବା ଘଟଣା ଏବେ ନୂଆମୋଡ଼ ନେଇଛି। ଅଭିଯୋଗ କରିବା ପରେ ପୀଡ଼ିତଙ୍କୁ…

‘ମୋତେ ମାରିଦେଲେ ବି ମୁଁ ବାଂଲାଦେଶ ଫେରିବି’, କାହିଁକି ଏମିତି କହିଲେ ଶେଖ ହାସିନା? ଜାଣନ୍ତୁ ଏହାର କାରଣ

ନୂଆଦିଲ୍ଲୀ/ଢାକା,୧୦।୭: ଏକ ଗୁରୁତ୍ୱପୂର୍ଣ୍ଣ ଘୋଷଣାରେ, ପୂର୍ବତନ ବାଂଲାଦେଶୀ ପ୍ରଧାନମନ୍ତ୍ରୀ ଶେଖ ହାସିନା କହିଛନ୍ତି ଯେ ସେ ଏବଂ ଆୱାମୀ ଲିଗର ଅନ୍ୟ ନିର୍ବାସିତ ନେତାମାନେ ଚଳିତ ବର୍ଷ…

ରାଜଧାନୀରେ ନକଲି ଆଡିଶନାଲ ଏସ୍‌ପି, ପୋଲିସ ଗିରଫ କରି…

ଭୁବନେଶ୍ୱର,୧୦ା୭: କୌଣସି ଉପାନ୍ତ ଅଞ୍ଚଳରେ ନୁହେଁ। ଖୋଦ୍‌ ରାଜଧାନୀ ଭୁବନେଶ୍ୱରରେ ନକଲି ଆଡିଶନାଲ ଏସ୍‌ପି ବା ନକଲି ଅତିରିକ୍ତ ଏସ୍‌ପିଙ୍କୁ ଗିରଫ କରିଛି ପୋଲିସ। ରଜନୀକାନ୍ତ ମହାନ୍ତି…

Bankipur By-Election: ବାଙ୍କିପୁରରେ BJPକୁ କାହିଁକି ହରାଇବା ଦରକାର? ୩ କାରଣ କହିଲେ ପିକେ

ପାଟନା,୧୦।୭: ଜନ ସୁରାଜ ପ୍ରାର୍ଥୀ ପ୍ରଶାନ୍ତ କିଶୋର ବାଙ୍କିପୁର ନିର୍ବାଚନମଣ୍ଡଳୀରେ ସକ୍ରିୟ ଭାବରେ ଗସ୍ତ କରୁଛନ୍ତି, ଲୋକଙ୍କୁ ବୁଝାଉଛନ୍ତି ଯେ ଉପନିର୍ବାଚନରେ ଭାଜପାକୁ କାହିଁକି ପରାସ୍ତ କରାଯିବା…

ଇଂଲଣ୍ଡ ଗସ୍ତ ସହ ଶେଷ ହେଲା ଏହି ୩ ଖେଳାଳିଙ୍କ T20 କ୍ୟାରିୟର! ଲଗାତାର ଫ୍ଲପ୍‌ ପରେ…

ନୂଆଦିଲ୍ଲୀ,୧୦।୭: ବ୍ୟାକ-ଟୁ-ବ୍ୟାକ ବିଶ୍ୱବିଜେତା ହେବା ପରେ ଟିମ ଇଣ୍ଡିଆ ଏବେ କ୍ରମାଗତ ୨ଟି ଟି-୨୦ ସିରିଜ ହାରିଛି। ପ୍ରଥମେ ଆୟରଲ୍ୟାଣ୍ଡ ଏବଂ ଏବେ ଇଂଲଣ୍ଡ, ଦୁଇ ଦେଶ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri