Posted inଜାତୀୟ

ମାତ୍ର ୨୪ ଘଣ୍ଟାରେ କହ୍ନେୟାଲାଲଙ୍କ ପରିବାରକୁ ମିଳିଲା ୧.୩୭ କୋଟି ଟଙ୍କାର ସହାୟତା

ନୂଆଦିଲ୍ଲୀ,୩୦।୬: ରାଜସ୍ଥାନର ଉଦୟପୁର ହତ୍ୟାକାଣ୍ଡ ସମଗ୍ର ଦେଶରେ ଆଲୋଡନ ସୃଷ୍ଟି କରିଛି। ଧାର୍ମିକ ବିଦ୍ୱେଷକୁ ନେଇ ଯେଉଁଭଳି ଭାବେ ଜଣେ ନିରୀହ ଦରଜିଙ୍କୁ ଅତି ନିର୍ମମ ଭାବେ ଗଳାକାଟି ହତ୍ୟା କରାଯାଇଛି ତାହା ସମଗ୍ର ଦେଶରେ ଚାଞ୍ଚଲ୍ୟ ଖେଳାଇ ଦେଇଛି। ଏଭଳି ବର୍ବରକାଣ୍ଡକୁ କଠୋର ଭାଷାରେ ନିନ୍ଦା କରାଯାଉଛି। କେବଳ ରାଜସ୍ଥାନର ନୁହେଁ, ସମଗ୍ର ଦେଶବାସୀ କହ୍ନେୟାଲାଲଙ୍କ ପରିବାର ସହାନୁଭୂତି ଦେଖାଉଛନ୍ତି। ଏକ ଟେଲରର ଦୋକାନ ଚଳାଉଥିବା କହ୍ନେୟାଲାଲ ପରିବାର ପାଇଁ ଏକମାତ୍ର ଆୟର ଉତ୍ସ ଥିଲେ। ତାଙ୍କ ମୃତ୍ୟୁ ପରିବାର ପାଇଁ ଏକ ଅପୂରଣୀୟ କ୍ଷତି। ଭାରତୀୟ ଜନତା ପାର୍ଟି (ଭାଜପା) ନେତା କପିଲ ମିଶ୍ର କହ୍ନେୟାଲାଲଙ୍କ ପରିବାର ପାଇଁ ୨୪ ଘଣ୍ଟାରେ ୧.୩୭ କୋଟି ଟଙ୍କା ସଂଗ୍ରହ କରିଛନ୍ତି।
କପିଲ ମିଶ୍ରଙ୍କ ଦ୍ୱାରା ଆରମ୍ଭ ହୋଇଥିବା ଏହି ଅଭିଯାନରେ ୧୨ ହଜାରରୁ ଅଧିକ ଲୋକ ସେମାନଙ୍କର ସାମର୍ଥ୍ୟ ଅନୁଯାୟୀ ସାହାଯ୍ୟ କରିଥିଲେ। ୩୦ ଦିନରେ କହ୍ନେୟାଲାଲଙ୍କ ପରିବାର ପାଇଁ ଏକ କୋଟି ସଂଗ୍ରହ କରିବାକୁ ଏକ ଲକ୍ଷ୍ୟ ଧାର୍ଯ୍ୟ କରାଯାଇଥିଲା। କିନ୍ତୁ ମାତ୍ର ଗୋଟିଏ ଦିନରେ ତାହା ପୂରଣ ହୋଇଛି। କହ୍ନେୟାଲାଲଙ୍କୁ ବଞ୍ଚାଇବାକୁ ଚେଷ୍ଟା କରୁଥିବା ବେଳେ ଆହତ ଇଶ୍ୱର ସିଂଙ୍କୁ ୨୫ ଲକ୍ଷ ଟଙ୍କା ଦେବାକୁ ନିଷ୍ପତ୍ତି ନିଆଯାଇଛି।
ଏହି ଅଭିଯାନ ଆରମ୍ଭ କରି କପିଲ ମିଶ୍ର ଟୁଇଟର୍‌ରେ ଲେଖିଛନ୍ତି, ଉଦୟପୁରରେ କହ୍ନେୟାଲାଲଙ୍କ ହତ୍ୟା। ଆତଙ୍କବାଦୀମାନେ ଜଣେ ଗରିବ ହିନ୍ଦୁଙ୍କୁ ହତ୍ୟା କରିଛନ୍ତି। କହ୍ନେୟାଲାଲ ଜିଙ୍କ ପରିବାରର ଦାୟିତ୍ୱ ବର୍ତ୍ତମାନ ଆମର। ତାଙ୍କ ସ୍ତ୍ରୀ, ପିଲାମାନେ ଏକାକୀ କିମ୍ବା ଦୁର୍ବଳ ରହିବେ ନାହିଁ।
ସୂଚନାଯୋଗ୍ୟ ଯେ, ରାଜସ୍ଥାନର ଉଦୟପୁରରେ ନୁପୁର ଶର୍ମାଙ୍କ ସମର୍ଥନରେ ଏକ ପୋଷ୍ଟ ଲେଖିଥିବାରୁ ଟେଲର କହ୍ନେୟାଲାଲ ତେଲିଙ୍କୁ ଗଳା କାଟି ହତ୍ୟା କରାଯାଇଥିଲା । ପୋଷାକ ସିଲେଇ କରିବା ବାହାନାରେ ଦୋକାନରେ ପ୍ରବେଶ କରିଥିବା ଦୁଇ ଅଭିଯୁକ୍ତ ମହମ୍ମଦ ରିଆଜ ଏବଂ ଗୋସ୍‌ ମହମ୍ମଦ ଅପରାଧ ଘଟାଇବା ସମୟରେ ମଧ୍ୟ ଏକ ଭିଡିଓ କରିଛନ୍ତି।
ଭିଡିଓରେ ଦୁଇଜଣ ହତ୍ୟାକାରୀ ନିଜ ହାତରେ ଖଣ୍ଡା ଧରି ହସି ହସି ହତ୍ୟା କରିଥିବାର ସ୍ବୀକାର ମଧ୍ୟ କରିଥିଲେ। ଏହି ଘଟଣା ପରେ ଅଭିଯୁକ୍ତମାନେ ଘଟଣାର ଭିଡିଓ ଜାରି କରିଥିଲେ ଏବଂ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ମଧ୍ୟ ଧମକ ଦେଇଥିଲେ। ଯାହାକି ସାରା ରାଜ୍ୟରେ ଉତ୍ତେଜନାମୂଳକ ପରିସ୍ଥିତି ସୃଷ୍ଟି ହୋଇଥିଲା। ହତ୍ୟା ପରେ ଘଟଣାକୁ ନେଇ ଉତ୍ତେଜନା ପରିସ୍ଥିତି ଦେଖାଦେଇଛି। ଫଳରେ ରାଜସ୍ଥାନ ସରକାର ସାରା ରାଜ୍ୟରେ ମାସକ ପାଇଁ ୧୪୪ ଧାରା ଜାରି କରିଛନ୍ତି। ଏଥି ସହିତ ଏକ ସ୍ବତନ୍ତ୍ର ଅନୁଧ୍ୟାନକାରୀ ଦଳ ଗଠନ କରାଯାଇଛି। ଉକ୍ତ ଘଟଣାରେ ପୋଲିସ ୨ ଅଭିଯୁକ୍ତଙ୍କୁ ଗିରଫ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ମିଳିଲାନି ଷ୍ଟ୍ରେଚର, ଦିବ୍ୟାଙ୍ଗ ଭାଇଙ୍କୁ ପିଠିରେ ବୋହି ୱାର୍ଡକୁ ନେଲେ ଭଉଣୀ, ଭିଡିଓ ଦେଖିଲେ ଥରିଉଠିବ….

ଭୋପାଳ,୪ା୧୦: ସରକାରୀ ହସ୍ପିଟାଲରେ ରୋଗୀଙ୍କୁ ମିଳୁଥିବା ସୁବିଧାକୁ ନେଇ ପୁଣି ପ୍ରଶ୍ନ ଉଠିଛି । ମଧ୍ୟପ୍ରଦେଶର ଗୁନା ଜିଲାରୁ ଏଭଳି ଏକ ଭିଡିଓ ସାମ୍ନାକୁ ଆସିଛି, ଯାହା…

ନୟାପଲ୍ଲୀ ବଳାତ୍କାର ମାମଲା: ମୁଖ୍ୟ ଅଭିଯୁକ୍ତଙ୍କ ୨ ସହଯୋଗୀଙ୍କୁ ଗିରଫ କଲା ପୋଲିସ

ଭୁବନେଶ୍ୱର,୪ା୧୦: ରାଜଧାନୀରେ ଚର୍ଚ୍ଚାର ବିଷୟ ପାଲଟିଥିବା ନୟାପଲ୍ଲୀ ବଳାତ୍କାର ମାମଲାରେ ପୋଲିସକୁ ମିଳିଛି ଆଉ ଏକ ବଡ଼ ସଫଳତା। ବଳାତ୍କାର ମାମଲାର ମୁଖ୍ୟ ଅଭିଯୁକ୍ତ ଶ୍ରୀଧର ପଣ୍ଡାର…

ଦିବ୍ୟାଙ୍ଗ ନାବାଳକଙ୍କୁ ମୁଖ୍ୟମନ୍ତ୍ରୀଙ୍କ ପାଣ୍ଠିରୁ ମିଳିଲା ସହାୟତା

ଗଞ୍ଜାମ,୪ା୧୦(ବିଦ୍ୟାଧର ସାହୁ): ମାନ୍ୟବର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ନିଜସ୍ବ ପାଣ୍ଠିରୁ ଗଞ୍ଜାମ ବ୍ଲକ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତର ଲକ୍ଷ୍ମୀପୁର ଗ୍ରାମର ଦିବ୍ୟାଙ୍ଗ ନାବାଳକ ଏନ ନୀଳାଞ୍ଚଳ…

ଆଦିତ୍ୟଙ୍କ ସହ ମୁମ୍ବାଇ ଛାଡ଼ିଲେ ୟାମି ଗୌତମ? କାହିଁକି ଏତେ ବଡ଼ ନିଷ୍ପତ୍ତି ନେଲେ ଏହି ଦମ୍ପତ୍ତି? ଜାଣନ୍ତୁ…

ମୁମ୍ବାଇ: ଆଦିତ୍ୟ ଧର ହେଉଛନ୍ତି ବଲିଉଡର ଜଣେ ପ୍ରତିଷ୍ଠିତ ନିର୍ଦ୍ଦେଶକ, ଯିଏ ‘ଉରି: ଦ ସର୍ଜିକାଲ ଷ୍ଟ୍ରାଇକ’ (Uri: The Surgical Strike) ଭଳି ଲୋକପ୍ରିୟ ଚଳଚ୍ଚିତ୍ର…

ଦୁର୍ଘଟଣାରେ ଆହତ ବ୍ୟକ୍ତିଙ୍କୁ ତୁରନ୍ତ ମେଡିକାଲରେ ପହଞ୍ଚାଇ ଚର୍ଚ୍ଚାରେ ୨ ହୋମ୍‌ଗାର୍ଡ, ସାହସିକତାକୁ ଚାରିଆଡୁ ପ୍ରଶଂସା

ମୋହନା,୪ା୧୦(ମନ୍ମଥ ମିଶ୍ର): ଗଜପତି ଜିଲା ଅଡ଼ବା ଥାନା ଅନ୍ତର୍ଗତ ଅନ୍ତରବା ଛକ ନିକଟରେ ପିକଅପ୍‌ ଓ ଦୁଇଟି ବାଇକ୍‌ ମଧ୍ୟରେ ଦୁର୍ଘଟଣା ଘଟି ୩ ଗୁରୁତର ଥିବାବେଳେ…

ପାକିସ୍ତାନ କ୍ରିକେଟକୁ ନେଇ ଆସିଲା ବଡ଼ ଖବର, ସୋଏବ ଅଖତର ଦେଲେ ଏମିତି ଉତ୍ତର ସମସ୍ତେ ଚକିତ

ଇସଲାମାବାଦ,୪।୧୦: ଶୋଏବ ଅଖତର କ’ଣ ପାକିସ୍ତାନ କ୍ରିକେଟ ଦଳର ମୁଖ୍ୟ ଚୟନକର୍ତ୍ତା (ଚିଫ ସିଲେକ୍ଟର) ହେବାକୁ ଯାଉଛନ୍ତି? ସାମ୍ପ୍ରତିକ ସମୟରେ ଇଣ୍ଟରନେଟରେ ଏହାକୁ ନେଇ ବ୍ୟାପକ ଚର୍ଚ୍ଚା…

ଅକ୍ଟୋବରରେ ଅଷ୍ଟ୍ରେଲିଆ ବିପକ୍ଷରେ ପ୍ରଥମ ଦିନିକିଆ ମ୍ୟାଚ ଖେଳିବ ଟିମ ଇଣ୍ଡିଆ; ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ସ୍ଥାନ ନେବେ ଏହି ଖେଳାଳି

ନୂଆଦିଲ୍ଲୀ,୪।୧୦: ଭାରତୀୟ କ୍ରିକେଟ ଦଳ ଅକ୍ଟୋବର ୬ରୁ ୱେଷ୍ଟଇଣ୍ଡିଜ ବିପକ୍ଷରେ ଏକ ଟି-୨୦ ସିରିଜ ଖେଳିବାକୁ ଯାଉଛି। ଏହି ସମୟରେ, ଅନ୍ୟ ଏକ ଭାରତୀୟ ଦଳ ଅଷ୍ଟ୍ରେଲିଆର…

ଟିଏମସି (TMC)କୁ ଲାଗିବ ଶକ୍ତ ଧକ୍କା, ଦଳ ଛାଡିଥିବା ନେତାଙ୍କୁ ଭାଜପା ଦେଲା ବଡ଼ ସୁଯୋଗ

ନୂଆଦିଲ୍ଲୀ,୪।୧୦: ଭାରତୀୟ ଜନତା ପାର୍ଟି(ଭାଜପା)ର କେନ୍ଦ୍ରୀୟ ନିର୍ବାଚନ କମିଟି ରବିବାର (ଅକ୍ଟୋବର ୪) ରାଜ୍ୟ ସଭା ନିର୍ବାଚନ ପାଇଁ ଦୁଇଜଣ ପ୍ରମୁଖ ପ୍ରାର୍ଥୀଙ୍କ ନାମ ଘୋଷଣା କରିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?