Posted inଜାତୀୟ

ଉଦୟପୁରର କହ୍ନେୟାଲାଲ ହତ୍ୟା ମାମଲା: ୩୨ ପୋଲିସ ଅଧିକାରୀଙ୍କୁ ବଦଳି

ଜୟପୁର,୧।୭: ରାଜସ୍ଥାନ ଉଦୟପୁରର ଦରଜି କହ୍ନେୟାଲାଲ ତେଲିଙ୍କ ହତ୍ୟା ଘଟଣା ପରେ ଉଦୟପୁରର ଇନ୍ସପେକ୍ଟର୍‌ ଜେନେରାଲ ଓ ପୋଲିସ ସୁପରିଣ୍ଟେଣ୍ଡେଣ୍ଟଙ୍କ ସହିତ ୩୨ଜଣ ପୋଲିସ ଅଧିକାରୀଙ୍କୁ ଅନ୍ୟତ୍ର ବଦଳି କରାଯାଇଛି।

ସୂଚନାଯୋଗ୍ୟ, ପ୍ରଫେଟ୍‌ ମହମ୍ମଦଙ୍କ ଉପରେ ମନ୍ତବ୍ୟ ଦେଇ ବିବାଦୀୟ ହୋଇଥିବା ଭାଜପା ପୂର୍ବତନ ମୁଖପାତ୍ର ନୂପୁର ଶର୍ମାଙ୍କ ସପକ୍ଷରେ କହ୍ନେୟାଲାଲ ସୋସିଆଲ ମିଡିଆରେ ପୋଷ୍ଟ କରିଥିବାରୁ ତାଙ୍କୁ ହତ୍ୟା ଧମକ ଦିଆଯାଇଥିଲା। ଏନେଇ କହ୍ନେୟାଲାଲ ପୋଲିସ ନିକଟରେ ଅଭିଯୋଗ କରିଥିଲେ। ହେଲେ ପୋଲିସ ତାଙ୍କୁ ସୁରକ୍ଷା ଯୋଗାଇ ଦେଇ ନ ଥିଲା। ଫଳରେ ଉଦୟପୁର ପୋଲିସକୁ ତୀବ୍ର ସମାଲୋଚନା କରାଯାଇଥିଲା। ଏହାକୁ ନେଇ ରାଜସ୍ଥାନର ଗେହଲଟ୍‌ ସରକାର ମଧ୍ୟ ତତ୍ପରତା ଦେଖାଇଛନ୍ତି। ରାଜ୍ୟ ସରକାର ଉଦୟପୁର ପୋଲିସ ଉପରେ କାର୍ଯ୍ୟାନୁଷ୍ଠାନ ସ୍ବରୂପ ଉଦୟପୁରର ଇନ୍ସପେକ୍ଟର୍‌ ଜେନେରାଲ ଏବଂ ପୋଲିସ ସୁପରିଣ୍ଟେଣ୍ଡେଣ୍ଟଙ୍କ ସହିତ ୩୨ଜଣ ପୋଲିସ ଅଧିକାରୀଙ୍କୁ ଅନ୍ୟତ୍ର ବଦଳି କରିଛନ୍ତି।

ଅନ୍ୟପକ୍ଷେ ମଙ୍ଗଳବାର କହ୍ନେୟାଙ୍କୁ ହତ୍ୟା କରିଥିବା ଅଭିଯୁକ୍ତ ରିଆଜ୍‌ ଅଖତାରୀ ଏବଂ କୋସ୍‌ ମହମ୍ମଦଙ୍କୁ ଗିରଫ କରାଯାଇଛି। ଏପରିକି ମାମଲାର ତଦନ୍ତ ଦାୟିତ୍ୱ ଏନ୍‌ଆଇଏକୁ ହସ୍ତାନ୍ତର କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ତାରାତାରିଣୀ କଲେଜରେ ତ୍ରିମୁଖୀ ଲଢ଼େଇ: ନାମାଙ୍କନ ପ୍ରତ୍ୟାହାର କଲେ ସଭାପତି ପ୍ରାର୍ଥୀ ଅଙ୍କିତ ପ୍ରଧାନ, ମଇଦାନରେ ଅଛନ୍ତି…

ପୁରୁଷୋତ୍ତମପୁର,୧୦ା୧୦(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ତାରାତାରିଣୀ କଲେଜ ଛାତ୍ର ସଂସଦ ନିର୍ବାଚନକୁ ନେଇ କ୍ୟାମ୍ପସରେ ରାଜନୈତିକ ଉଷ୍ଣତା ବଢ଼ିଛି। ଶନିବାର ପ୍ରାର୍ଥିପତ୍ର ପ୍ରତ୍ୟାହାର ଦିବସରେ ସଭାପତି…

ସାଢ଼େ ୯ ବର୍ଷ ପରେ ଶତକ ହାସଲ କରି ଇତିହାସ ରଚିଲେ ଏହି କ୍ରିକେଟର

ନୂଆଦିଲ୍ଲୀ,୧୦।୧୦: ଦକ୍ଷିଣ ଆଫ୍ରିକା ଏବଂ ଅଷ୍ଟ୍ରେଲିଆ ମଧ୍ୟରେ ପ୍ରଥମ ଟେଷ୍ଟ ମ୍ୟାଚ ଡର୍ବାନର କିଙ୍ଗସମିଡ ଷ୍ଟାଡିୟମରେ ଚାଲିଛି। ଅଷ୍ଟ୍ରେଲିଆର ମଧ୍ୟ-କ୍ରମ ବ୍ୟାଟର ମ୍ୟାଟ ରେନଶ’ ଏହି ମ୍ୟାଚରେ…

CJP ବିରୋଧ ମଧ୍ୟରେ ରାହୁଲ ଗାନ୍ଧୀଙ୍କ ଗୁରୁତ୍ୱପୂର୍ଣ୍ଣ ବୟାନ: ’…ଗଣତନ୍ତ୍ରର ସୁଧାର ପୁନର୍ବାର ଆରମ୍ଭ ହେବ’

ନୂଆଦିଲ୍ଲୀ,୧୦।୧୦: CJP ବିରୋଧ ପ୍ରଦର୍ଶନ ମଧ୍ୟରେ, ରାହୁଲ ଗାନ୍ଧୀ ଗତକାଲି ‘ଇଣ୍ଡିଆ’ (INDIA) ମେଣ୍ଟର ନେତାମାନଙ୍କ ସହ ଏକ ବୈଠକ କରିଥିଲେ ଏବଂ ସେଥିରେ ମୋଦି ସରକାରଙ୍କୁ…

ଉଠୁଛି ପଡୁଛି ସାରାଦେଶ: ଜ୍ଞାନେଶ କୁମାରଙ୍କ ଇସ୍ତଫା ଦାବିରେ ବି ବରଗଡ଼ରେ ତୀବ୍ର ଆନ୍ଦୋଳନ

ବରଗଡ଼,୧୦ା୧୦(ପ୍ରେମାନନ୍ଦ ଖମାରୀ): ଭୋଟ୍‌ ଚୋରି ଅଭିଯୋଗ ନେଇ ସାରାଦେଶ ଉଠୁଛି ଓ ପଡୁଛି। ଏଭଳି ଅଭିଯୋଗ ନେଇ ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନଶ କୁମାରଙ୍କ ଇସ୍ତଫା ଦାବିରେ…

‘ଅଙ୍ଗୁର ଖଟା’, CJP ବିରୋଧ ପ୍ରଦର୍ଶନ ମଧ୍ୟରେ କାହିଁକି ଏପରି କହିଲେ କଙ୍ଗନା ରାନାଓ୍ବତ? ବୟାନ ହେଲାଣି ଭାଇରାଲ

ନୂଆଦିଲ୍ଲୀ,୧୦।୧୦: ଦିଲ୍ଲୀର ଜନ୍ତର ମନ୍ତର ଠାରେ କଂଗ୍ରେସ ଦଳ ଦ୍ୱାରା ଆୟୋଜିତ ବିକ୍ଷୋଭ ଏବଂ ତା’ପରେ ରାଷ୍ଟ୍ରପତିଙ୍କ ସହ ରାହୁଲ ଗାନ୍ଧୀଙ୍କ ସାକ୍ଷାତକୁ ନେଇ ଭାଜପା ସାଂସଦ…

ନବରାତ୍ରୀରେ ବିରଳ ସଂଯୋଗ: ସିଂହ, ତୁଳା ସମେତ ୫ ରାଶି ଉପରେ ଧନବର୍ଷା! ମିଳିବ ବଡ଼ ଚାକିରିର ଅଫର୍‌

ଶାରଦୀୟ ନବରାତ୍ରୀର ପ୍ରତିପଦା ତିଥିରେ ସୂର୍ଯ୍ୟୋଦୟ ସମୟରେ ହସ୍ତା ନକ୍ଷତ୍ର ଏବଂ ଶୁକ୍ଳ ଯୋଗ ରହିବ। ବୃହସ୍ପତି ଓ ଚନ୍ଦ୍ରଙ୍କ ମଧ୍ୟରେ ଗଜକେଶରୀ ଯୋଗ ପ୍ରଭାବଶାଳୀ ରହିବ।…

ଏବେ କିଏ ନେବେ CJPର ନେତୃତ୍ୱ? ଏକ୍ସରେ ଅଭିଜିତ ଦୀପକେ କହିଲେ ‘ବର୍ତ୍ତମାନ…’

ନୂଆଦିଲ୍ଲୀ,୧୦।୧୦: ଦିଲ୍ଲୀ ପୋଲିସ ଦ୍ୱାରା ଦଳର ନେତା ଅଭିଜିତ ଦୀପକେ, ସୌରଭ ଦାସ ଏବଂ ଆଶୁତୋଷ ରଙ୍କାଙ୍କୁ ଅଟକ ରଖାଯିବା ପରେ ‘କକରୋଚ ଜନତା ପାର୍ଟି’ (CJP)…

IND vs WI, 3rd T20 Playing-11: ଶୋଚନୀୟ ପରାଜୟ ପରେ ଭାରତୀୟ ଦଳରେ ପରିବର୍ତ୍ତନ; ଏହି ଅଲରାଉଣ୍ଡରଙ୍କ ସ୍ଥାନ ନେବେ …

ନୂଆଦିଲ୍ଲୀ,୧୦।୧୦: ଦ୍ୱିତୀୟ ଟି-୨୦ ମ୍ୟାଚରେ ୱେଷ୍ଟ ଇଣ୍ଡିଜ ବ୍ୟାଟରମାନେ ଭାରତୀୟ ବୋଲରଙ୍କୁ ନିର୍ଦ୍ଦୟ ଭାବେ ପ୍ରହାର କରିଥିଲେ। ଭାରତ ୨୫୦ ରନର ସ୍କୋରକୁ ରକ୍ଷା କରିବାରେ ବିଫଳ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?