Posted inଜାତୀୟ

ରାଜସ୍ଥାନରେ ଇଣ୍ଟରନେଟ ସେବା ବନ୍ଦ: ଉଦୟପୁର ବନ୍ଦ ପାଇଁ ଭାଜପାର ଆହ୍ନାନ

ଉଦଦୟପୁର,୨୯।୬: ରାଜସ୍ଥାନର ଉଦୟପୁର ସହରରେ ମଙ୍ଗଳବାର ଦିନ ଦ୍ୱିପ୍ରହରରେ କହ୍ନେୟା ଲାଲ ନାମକ ଜଣେ ବ୍ୟକ୍ତିଙ୍କୁ ହତ୍ୟା କରାଯିବା ପରେ ସହରରେ ଉତ୍ତେଜନା ପରିସ୍ଥିତି ସୃଷ୍ଟି ହୋଇଛି। ହତ୍ୟାର ପ୍ରତିବାଦରେ ବୁଧବାର ଶହ ଶହ ଲୋକ ରାଜରାସ୍ତାକୁ ଓହ୍ଲାଇଛନ୍ତି। ଫଳରେ ସହରରେ ଶାନ୍ତି ବଜାୟ ରଖିବା ପାଇଁ ଉଦୟପୁରରେ ବ୍ୟାପକ ସୁରକ୍ଷାକର୍ମୀ ମୁତୟନ କରାଯିବା ସହ ସାରା ସହରରେ ଧାରା ୧୪୪ ଲାଗୁ କରାଯାଇଛି। ଏପରିକି ୨୪ ଘଣ୍ଟା ପାଇଁ ଇଣ୍ଟରନେଟ ସେବାକୁ ମଧ୍ୟ ବନ୍ଦ ରଖାଯାଇଛି। ଅନ୍ୟପଟେ ବୁଧବାର ଭାଜପା ପକ୍ଷରୁ ରାଜସ୍ଥାନ ବନ୍ଦ ପାଇଁ ଆହ୍ବାନ କରିଛି। ଅପରପକ୍ଷେ ଉଦୟପୁରର ଏହି ଘଟଣା ସାମ୍ନାକୁ ଆସିବା ପରେ ରାଜସ୍ଥାନ ସରକାର ଏବେ ପ୍ରଶ୍ନଘେରରେ ଆସିଯାଇଛନ୍ତି। ତେଣୁ ଅଭିଯୁକ୍ତ ଗିରଫ ହେବା ପରେ ତୁରନ୍ତ ସରକାର ଏକ ଉଚ୍ଚ ସ୍ତରୀୟ ତଦନ୍ତ ପାଇଁ ନିର୍ଦ୍ଦେଶ ଦେଇଛନ୍ତି। ଏହି ଘଟଣାର ଯାଞ୍ଚ ପାଇଁ ଏସ୍‌ଆଇଟି ଗଠନ କରାଯାଇଛି। ୪ଜଣ ବରିଷ୍ଠ ପୋଲିସ ଅଧିକାରୀଙ୍କୁ ଏହି ଏସଆଇଟିରେ ସାମିଲ କରାଯାଇଛି। ମିଳିଥିବା ସୂଚନା ଅନୁଯାୟୀ, ଏନଆଇଏ ଟିମ୍‌କୁ ମଧ୍ୟ ରାଜସ୍ଥାନ ପଠାଯାଇଛି। କୁହାଯାଉଛି,ଏନଆଇଏର ଏହି ୪ଜଣିଆ ଟିମ୍‌ ଉକ୍ତ ଘଟଣା ସହ କୌଣସି ଇସଲାମିକ ସଂଗଠନ ସହିତ ଲିଙ୍କ ଅଛି କି ନାହିଁ ତାହା ଅନୁସନ୍ଧାନ କରିବ। ବିଶେଷକରି ପାକିସ୍ତାନ କୌଣସି ସଂଯୋଗ ଅଛି କି ନାହିଁ ସେନେଇ ଯାଞ୍ଚ କରିବ ଏନ୍‌ଆଇଏ। ସୂଚନାଯୋଗ୍ୟ, ଉଦୟପୁର ଧାନମଣ୍ଡିସ୍ଥିତ ଭୂତମହଲରେ ୪୦ବର୍ଷୀୟ ଟେଲର କହ୍ନେୟା ଲାଲ ତେଲି ଏକ ଦୋକାନ କରିଥିଲେ। କହ୍ନେୟାଙ୍କ ୮ ବର୍ଷର ପୁଅ ନୂପୁର ଶର୍ମାଙ୍କ ସମର୍ଥନରେ ସୋସିଆଲ ମିଡିଆରେ ପୋଷ୍ଟ କରିଥିଲେ।ଏହାକୁ ନେଇ ଗତ କିଛି ଦିନ ହେଲା କହ୍ନେୟାଙ୍କୁ ଧମକ ଦିଆଯାଉଥିଲା। ସେ ଏନେଇ ଥାନାରେ ମଧ୍ୟ ଏତାଲା ଦେଇଥିଲେ। ମଙ୍ଗଳବାର ଅପରାହ୍ନରେ କହ୍ନେୟା ନିଜ ଦୋକାନରେ ସିଲେଇ କରୁଥିବା ବେଳେ ଦୁଇଜଣ ଦୁର୍ବୃତ୍ତ ସେଠାକୁ ଯାଇ ଦିନ ଦ୍ୱିପ୍ରହରରେ ତାଙ୍କ ତଣ୍ଟି କାଟି ହତ୍ୟା କରିଥିଲେ। ଜଣେ ଧାରୁଆ ଅସ୍ତ୍ରରେ ତଣ୍ଟି କାଟୁଥିବା ବେଳେ ଆଉ ଜଣେ ଏହି ଦୃଶ୍ୟକୁ ମୋବାଇଲ୍‌ରେ କଏଦ୍‌ କରିଥିଲେ। ଏହାପରେ ସେମାନେ ଘଟଣାସ୍ଥଳରୁ ଫେରାର ହୋଇଯାଇଥିଲେ। ପରେ ଉକ୍ତ ଭିଡିଓକୁ ସୋସିଆଲ ମିଡିଆରେ ଶେୟାର କରି କହ୍ନେୟାଙ୍କୁ ହତ୍ୟା କରିଥିବା ସ୍ବୀକାର କରିଥିଲେ। ବର୍ତ୍ତମାନ ପୋଲିସ ଉଭୟ ଅଭିଯୁକ୍ତଙ୍କୁ ଗିରଫ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ଅବ୍ୟବସ୍ଥାରେ ବଡ଼ଛତ୍ରଙ୍ଗ ହାଇସ୍କୁଲ, ଛାତରୁ ଝରୁଛି ପାଣି, ନାହାନ୍ତି ଶିକ୍ଷକ

ଥୁଆମୂଳ ରାମପୁର,୨୩।୮(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ ଐତିହାସିକ ସରକାରୀ ଉଚ୍ଚ ବିଦ୍ୟାଳୟ ବଡ଼ଛତ୍ରଙ୍ଗରେ ଶିକ୍ଷାବ୍ୟବସ୍ଥା ବିପର୍ଯ୍ୟସ୍ତ ହୋଇପଡ଼ିଛି। ୧୯୬୬ରୁ ସ୍ଥାପିତ ଏହି…

କଲମ୍ବୋ ଟେଷ୍ଟରେ ଗିଲଙ୍କ ରେକର୍ଡ: ଭାଙ୍ଗିଲେ କୋହଲି-ଧୋନିଙ୍କ ରେକର୍ଡ

ନୂଆଦିଲ୍ଲୀ,୨୩।୮: ଭାରତ ଓ ଶ୍ରୀଲଙ୍କା ମଧ୍ୟରେ ଚାଲିଥିବା ଟେଷ୍ଟ ସିରିଜର ଦ୍ୱିତୀୟ ମୁକାବିଲା କଲମ୍ବୋର SSC ଗ୍ରାଉଣ୍ଡରେ ଖେଳାଯାଉଛି । ଟସ୍ ଜିତି ଭାରତୀୟ ଅଧିନାୟକ ଶୁଭମନ…

ଲଗାଣ ବର୍ଷାରେ ପାପଡ଼ାହାଣ୍ଡିରେ ବନ୍ୟା, ଭାଙ୍ଗିଲା ୩୮ ଘର, ୧୦୦ଜଣଙ୍କୁ ସ୍ଥାନାନ୍ତର

ପାପଡ଼ାହାଣ୍ଡି, ୨୩।୮(ସ୍ବପ୍ନଜିତ ପଟ୍ଟନାୟକ): ଗତ ୨ ଦିନ ଧରି ଲାଗି ରହିଥିବା ଲଗାଣ ବର୍ଷାରେ ରବିବାର ପାପଡ଼ାହାଣ୍ଡି ବ୍ଲକରେ ବନ୍ୟା ପରିସ୍ଥିତି ଉପୁଜିଛି। ପାପଡ଼ାହାଣ୍ଡି ସଦର ସମେତ…

‘ମୁଁ ଏଠାକାର ଖେଳାଳି’, ନଦୀରେ ଡେଇଁ ଭିଡିଓ ପୋଷ୍ଟ କଲେ କିରେନ ରିଜିଜୁ, ରାହୁଲ ଗାନ୍ଧୀଙ୍କ ସହ ତୁଳନାରେ ଦେଲେ ଏମିତି ଜବାବ

ନୂଆଦିଲ୍ଲୀ,୨୩।୮: ଅରୁଣାଚଳ ପ୍ରଦେଶର ଏମପି ତଥା କେନ୍ଦ୍ରମନ୍ତ୍ରୀ କିରେନ ରିଜିଜୁ ସୋସିଆଲ ମିଡିଆରେ ନିଜର ଏକ ଭିଡିଓକୁ ନେଇ ଚର୍ଚ୍ଚାରେ ଅଛନ୍ତି । ନଦୀରେ ଡେଇଁ ତୀବ୍ର…

ଦୋକାନ ଭିତରୁ ମିଳିଲା ମାଲିକାଣୀଙ୍କ ରକ୍ତାକ୍ତ ମୃତଦେହ, ଭାଇ ଆଣିଲେ ହତ୍ୟା ଅଭିଯୋଗ

କେନ୍ଦୁଝର,୨୩।୮(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଟାଉନ ଥାନା ଅଧୀନ ଘୁଟୁରୁରେ ଥିବା ଏକ ଶୋରୁମ ଭିତରୁ ଜଣେ ମହିଳାଙ୍କ ମୃତଦେହ ପୋଲିସ ଉଦ୍ଧାର କରିଛି। ତାଙ୍କ ନାମ…

ରନ୍ଧନ ଗ୍ୟାସକୁ ନେଇ କେନ୍ଦ୍ର ସରକାରଙ୍କ ବଡ଼ ନିୟମ: ଏହା ଥିଲେ ବନ୍ଦ ହେବ LPG ସିଲିଣ୍ଡର

ନୂଆଦିଲ୍ଲୀ,୨୩।୮: ଦେଶର ଘରୋଇ ରୋଷେଇ ଗ୍ୟାସ ବ୍ୟବସ୍ଥାରେ ବଡ଼ ପରିବର୍ତ୍ତନ ଆଣିବା ଦିଗରେ କେନ୍ଦ୍ର ସରକାର ପଦକ୍ଷେପ ନେଉଛନ୍ତି । ଯେଉଁ ଅଞ୍ଚଳରେ ପୂର୍ବରୁ PNG (Piped…

ସ୍କୁଲ ବନ୍ଦ କରି ଚାଲିଗଲେ ଶିକ୍ଷକ: ଭିତରେ ଫସି ରହିଲେ ଛାତ୍ରୀ, କାନ୍ଦ ବୋବାଳି….

ବଲାଙ୍ଗୀର,୨୩ା୮(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ପାଟଣାଗଡ ଭାଇଁସା ସରକାରୀ ପ୍ରାଥମିକ ଉଚ୍ଚ ବିଦ୍ୟାଳୟରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି । ଗତକାଲି ଶନିବାର ଦିନ…

ଡିଜିଟାଲ ଠକେଇରୁ କେମିତି ମିଳିବ ମୁକ୍ତି? ବରିଷ୍ଠ ନାଗରିକଙ୍କୁ ନେଇ…

ଛତ୍ରପୁର,୨୩ା୮(ଦିଲ୍ଲୀପ ସାମଲ): ବଢୁଥିବା ସାଇବର ଅପରାଧ ଓ ବିଶେଷକରି ଡିଜିଟାଲ ଆରେଷ୍ଟ ନାମରେ ହେଉଥିବା ଠକେଇରୁ ବରିଷ୍ଠ ନାଗରିକମାନଙ୍କୁ ସଚେତନ କରିବା ଲକ୍ଷ୍ୟରେ ଛତ୍ରପୁର ଥାନା ପକ୍ଷରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri