ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ‘ଉଡ଼ାନ-୨୦୨୬’: କ୍ରୀଡ଼ା ପ୍ରାଙ୍ଗଣରେ ପ୍ରତିଭାର ମହୋତ୍ସବ

ଥୁଆମୂଳ ରାମପୁର, ୨।୨ (ଦୁର୍ଗା କୀର୍ତ୍ତି)-କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ ମହୁଲପାଟଣା ସରକାରୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ ବାର୍ଷିକ କ୍ରୀଡ଼ା ଓ ସାଂସ୍କୃତିକ ଉତ୍ସବ ଉଡ଼ାନ-୨୦୨୬’ ଅନୁଷ୍ଠିତ ହୋଇଯାଇଛି। ବିଦ୍ୟାଳୟର ଭାରପ୍ରାପ୍ତ ଅଧ୍ୟକ୍ଷ ତଥା ପ୍ରଧାନଶିକ୍ଷକ ଲକ୍ଷ୍ମୀଧର ନାଏକଙ୍କ ପ୍ରତ୍ୟକ୍ଷ ତତ୍ତ୍ୱାବଧାନରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ଅଞ୍ଚଳର ବହୁ ମାନ୍ୟଗଣ୍ୟ ବ୍ୟକ୍ତି ଅତିଥି ଭାବେ ଯୋଗ ଦେଇଥିଲେ।

 

ଶନିବାର ଅନୁଷ୍ଠିତ ଏହି କାର୍ଯ୍ୟକ୍ରମର ପ୍ରାରମ୍ଭରେ ମହୁଲପାଟଣା ଗ୍ରାମ ପଞ୍ଚାୟତ ସରପଞ୍ଚ ରତନି ମାଝୀ ମୁଖ୍ୟ ଅତିଥି ଭାବରେ ଯୋଗଦେଇ ଥିବା ବେଳେ ସ୍ଥାନୀୟ ଏସ୍‌ଏମ୍‌ସି ଅଧ୍ୟକ୍ଷ ସୋମନାଥ ନାଏକ, ବିଶିଷ୍ଟ ସମାଜସେବୀ ଚନ୍ଦନ ନାୟକ ସମ୍ମାନିତ ଅତିଥି ଭାବେ ଯୋଗଦେଇ ପ୍ରଦୀପ ପ୍ରଜ୍ଜ୍ୱଳନ କରିଥିଲେ। ଅତିଥିମାନେ କ୍ରୀଡ଼ା ପତାକା ଉତ୍ତୋଳନ କରିବା ସହ ‘ପରିଶ୍ରମ ହିଁ ସଫଳତାର ଚାବିକାଠି’ ବୋଲି କହି ଛାତ୍ରୀଛାତ୍ରଙ୍କୁ ଶୃଙ୍ଖଳିତ ଜୀବନ ଗଠନ ପାଇଁ ଉତ୍ସାହିତ କରିଥିଲେ। କ୍ରୀଡ଼ା ଶିକ୍ଷକ ସୁବାସ ଚନ୍ଦ୍ର ପଣ୍ଡା ଓ ଅକ୍ଷୟ କୁମାର ପାତ୍ରଙ୍କ ସୁପରିଚାଳନାରେ ଶିଶୁ ବାଟିକା ଠାରୁ ଆରମ୍ଭ କରି ଉଚ୍ଚ ମାଧ୍ୟମିକ ବିଭାଗ ପର୍ଯ୍ୟନ୍ତ ସମସ୍ତ ଛାତ୍ରୀଛାତ୍ର ବିଭିନ୍ନ ପ୍ରତିଯୋଗିତାରେ ଅଂଶଗ୍ରହଣ କରିଥିଲେ। ଯାହାକି ଆଥଲେଟିକ୍ସ ବିଭାଗରେ ଦୌଡ଼, ଉଚ୍ଚ ଡିଆଁ ଓ ଲମ୍ବ ଡିଆଁ, କ୍ଷେପଣ ବିଭାଗରେ ସର୍ଟପୁଟ ଓ ଡିସ୍କସ ଥ୍ରୋ, ମନୋରଞ୍ଜନ ଧର୍ମୀ ବିଭାଗରେ ଚାମଚ ଦୌଡ଼ ଓ ବେଙ୍ଗ ଡିଆଁ ଆଦି ଏହି ସମସ୍ତ କ୍ରୀଡ଼ାରେ ବିଦ୍ୟାର୍ଥୀମାନେ ନିଜର ଶାରୀରିକ ନୈପୁଣ୍ୟ ପ୍ରଦର୍ଶନ କରିଥିଲେ।

 

ଏଥି ସହିତ ପାରମ୍ପରିକ ଓଡ଼ିଶୀ ଓ ଆଦିବାସୀ ନୃତ୍ୟ କାର୍ଯ୍ୟକ୍ରମକୁ ଅଧିକ ରୁଦ୍ଧିମନ୍ତ କରିଥିଲା। କାର୍ଯ୍ୟକ୍ରମକୁ ସଫଳ କରିବାରେ ଶିକ୍ଷକ ସନ୍ତୋଷ କୁମାର ପାତ୍ର, ପ୍ରଦୀପ ପାଟ ମାଝୀ, ବିନନ୍ତ ମାଝୀ, ନୀତେଶ ଠାକୁର, ଗୌରୀ ନାଏକ, କବିତା ମାଝୀ ଓ ପ୍ରତିମା ଛତ୍ରିଆ ପ୍ରମୁଖ ସହଯୋଗ କରିଥିଲେ। ସେହିପରି ଅଧ୍ୟାପକ ପୁଷ୍ଟମ ବଣିଆ, ରଞ୍ଜନ କୁମାର ନାଏକ, ମଦନ ହଂସ ଏବଂ ଅଧ୍ୟାପିକା ରିନା ସାହୁ, ସ୍ନେହାରାଣୀ ଧଙ୍ଗଡ ମାଝୀ ଓ ସାରାଣି ନାଏକ ପ୍ରମୁଖ କାର୍ଯ୍ୟନିର୍ବାହ କରିଥିଲେ। ସୂଚନାଯୋଗ୍ୟ, ଆସନ୍ତା ଫେବୃଆରୀ ୪ରେ ବିଦ୍ୟାଳୟର ମୁଖ୍ୟ ବାର୍ଷିକ ଉତ୍ସବ ଓ ସାଂସ୍କୃତିକ କାର୍ଯ୍ୟକ୍ରମ ଅନୁଷ୍ଠିତ ହେବ। ଏହି ଦିନ କ୍ରୀଡ଼ା ଓ ଅନ୍ୟାନ୍ୟ ପ୍ରତିଯୋଗିତାରେ କୃତୀତ୍ୱ ହାସଲ କରିଥିବା ଛାତ୍ରୀଛାତ୍ରଙ୍କୁ ମାନପତ୍ର ଓ ଟ୍ରଫି ପ୍ରଦାନ ପୂର୍ବକ ପୁରସ୍କୃତ କରାଯିବ ବୋଲି ବିଦ୍ୟାଳୟ କର୍ତ୍ତୃପକ୍ଷ ଜଣାଇଛନ୍ତି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଜୁନ୍‌ ସରିବାକୁ ବସିଲା, ହେଉନି ବର୍ଷା: ଚାଷ କାମରେ ବାଧା

ଅମରପଲି,୨୧ା୬(ପୀତାମ୍ବର ସାହୁ): ସାଧାରଣତଃ ଜୁନ୍‌ ମାସର ପ୍ରଥମ ସପ୍ତାହରେ ମୌସୁମୀ ବର୍ଷା ଆରମ୍ଭ ହୋଇଯାଏ। ଏହାସହ ଚାଷୀମାନେ ଜମି ହଳ କରି ଧାନ ବୁଣା ଓ ତଳି…

ରକ୍ଷକ ପାଲଟିବେ ଲୁଟେରା! ପ୍ରଥମେ କହିଥିଲେ ହର୍ମୁଜ ପ୍ରଣାଳୀ ମୁକ୍ତ ରହିବ, ଏବେ ଟ୍ରମ୍ପ କହୁଛନ୍ତି…

ଓ୍ବାଶିଂଟନ,୨୧।୬: ଆମେରିକା ଏବଂ ଇରାନ ମଧ୍ୟରେ ଶାନ୍ତି ଚୁକ୍ତିନାମା ସମ୍ପର୍କରେ ଆଲୋଚନା ଚାଲିଛି, କିନ୍ତୁ ଏହା ମଧ୍ୟରେ, ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ନୂଆ ପଦକ୍ଷେପ…

ମନ୍ଥର ଗତିରେ ଚାଲିଛି ପୁନରୁଦ୍ଧାର କାର୍ଯ୍ୟ

ଲୋଇସିଂହା,୨୧।୬(ସୁଶାନ୍ତ ବାରିକ): ବଲାଙ୍ଗୀର ଜିଲା ଆଗଲପୁର ବ୍ଲକ ନଅଗାଁ(ଖ) ପଞ୍ଚାୟତ ସାନଟିକା ଗ୍ରାମର ଏମଆଇପି କଟାର ପୁନରୁଦ୍ଧାର କାର୍ଯ୍ୟ ହାତକୁ ନିଆଯାଇଛି। ତେବେ ଜୁନ୧୫ ତାରିଖ ଗଡି…

କଟ୍‌ନି ନାଁରେ ଚାଷୀଙ୍କୁ ଶୋଷଣ କରୁଛନ୍ତି ମିଲର

ଭବାନୀପାଟଣା,୨୧ା୬(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲାରେ ରବି ଧାନ ସଂଗ୍ରହ ପ୍ରକ୍ରିୟାକୁ ଇତିମଧ୍ୟରେ ମାସେ ବିତିଯାଇଛି। ଆସନ୍ତା ୩୦ରେ ଏହି ପ୍ରକ୍ରିୟା ସରିଯିବ। ହେଲେ ଏପର୍ଯ୍ୟନ୍ତ ଜିଲାରେ…

୧ରେ ଡାକ୍ତରଙ୍କ କାର୍ଯ୍ୟବନ୍ଦ ଆନ୍ଦୋଳନ: ୨୪ରେ ୧ ଘଣ୍ଟିଆ ଓପିଡି ସେବା ବନ୍ଦ

ଭୁବନେଶ୍ୱର, ୨୧ା୬ (ବନ୍ଦନା ସେଠୀ): ଅନ୍ତର୍ଜାତୀୟ ଡାକ୍ତର ଦିବସ ଅବସରରେ ଜୁଲାଇ ୧ରେ କାର୍ଯ୍ୟ ବନ୍ଦ ଆନ୍ଦୋଳନର ଆହ୍ବାନ ଦେଇଛି ଓଡ଼ିଶା ମେଡିକାଲ ସର୍ଭିସେସ୍‌ ଆସୋସିଏଶନ (ଓମ୍‌ସା)।…

ଏସ୍‌ଆଇଆର୍‌ରେ ଆଠମଲ୍ଲିକ ରାଜ୍ୟରେ ପ୍ରଥମ

ଆଠମଲ୍ଲିକ,୨୧ା୬(ଉଦୀପ୍ତ ପୁରୋହିତ) ଅନୁଗୋଳ ଜିଲା ଆଠମଲ୍ଲିକ ଉପଜିଲାପାଳ ତଥା ନିର୍ବାଚନ ପଞ୍ଜୀକରଣ ଅଧିକାରୀ ଉପେନ୍ଦ୍ର ଲୁହାଙ୍କ ନେତୃତ୍ୱରେ ଚାଲିଥିବା ସ୍ବତନ୍ତ୍ର ସଂଘନ ସଂଶୋଧନ (ଏସ୍‌ଆଇଆର୍‌) ୨୦୨୬ କାର୍ଯ୍ୟକ୍ରମ…

ଭବାନୀପାଟଣା: ଜଜ୍‌ଙ୍କ ବାସଭବନ ପରେ ମେଡିକାଲ ପଛପଟେ ବୁଲୁଛି ଜଙ୍ଗଲୀ ଭାଲୁ, ଉଦ୍ଧାର କାର୍ଯ୍ୟରେ…

ଭବାନୀପାଟଣା, ,୨୦।୬(ଉତ୍ତମ କୁମାର ଦାଶ)- କଳାହାଣ୍ଡି ଜିଲା ଭବାନୀପାଟଣା ସହରରେ ଜଙ୍ଗଲୀ ଭାଲୁ ପଶିଆସିବା ଯୋଗୁ ସ୍ଥାନୀୟ ବାସିନ୍ଦାଙ୍କ ମଧ୍ୟରେ ତୀବ୍ର ଆତଙ୍କ ପ୍ରକାଶ ପାଇଛି। ଶନିବାର…

ଭବାନୀପାଟଣା ସହରରେ ଭାଲୁ ଆତଙ୍କ

ଭବାନୀପାଟଣା,୨୦।୬(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ସହରରେ ଭାଲୁ ଆତଙ୍କ ଦେଖିବାକୁ ମିଳିଛି। ଶନିବାର ସନ୍ଧ୍ୟାରେ ଭବାନୀପାଟଣା ସହର ସ୍ଥିତ ବାପୁଜୀ ସ୍କୁଲ ପାଖରେ ରହୁଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri