ଉଦୟ ଅନନ୍ତ ଏମ୍‌ସିଏଲ୍‌ର ନୂଆ ଅଧ୍ୟକ୍ଷ

ସମ୍ବଲପୁର,୨୧ା୧୨(ବି.ଶଙ୍କର): ମହାନଦୀ କୋଲଫିଲ୍ଡ ଲିମିଟେଡ୍‌ (ଏମ୍‌ସିଏଲ୍‌)ର ନୂଆ ଅଧ୍ୟକ୍ଷ ତଥା ପରିଚାଳନା ନିର୍ଦ୍ଦେଶକ ଭାବେ ଉଦୟ ଅନନ୍ତ କାଓଲେ ବୁଧବାର ଦାୟିତ୍ୱ ଗ୍ରହଣ କରିଛନ୍ତି। ସମ୍ବଲପୁର ବୁର୍ଲା (ଜାଗୃତି ବିହାର) ସ୍ଥିତ ଏମ୍‌ସିଏଲ୍‌ ମୁଖ୍ୟାଳୟରେ କାଓଲେ ପହଞ୍ଚତ୍ବା ପରେ କମ୍ପାନୀର ବରିଷ୍ଠ ଅଧିକାରୀ ଓ କର୍ମଚାରୀମାନେ ପୁଷ୍ପଗୁଚ୍ଛ ଦେଇ ଉଦୟଙ୍କୁ ସ୍ବାଗତ କରିଥିଲେ। ଏପରିକି କମ୍ପାନୀର ସୁରକ୍ଷା ସେବା ଦ୍ୱାରା ଉଦୟଙ୍କୁ ଆନୁଷ୍ଠାନିକ ଗାର୍ଡ ଅପ୍‌ ଅନର ପ୍ରଦାନ କରାଯାଇଥିଲା। ଏହା ପୂର୍ବରୁ ସେ ଧାନବାଦର ଭାରତ କୋକିଂ କୋଇଲା କମ୍ପାନୀର ନିର୍ଦ୍ଦେଶକ (ବୈଷୟିକ) ଭାବେ ନିଯୁକ୍ତ ହୋଇଥିଲେ। କୋଇଲା ଖଣି କ୍ଷେତ୍ରରେ ତାଙ୍କର ୩୬ ବର୍ଷର ବୈଷୟିକ ଓ ପ୍ରଶାସନିକ ଅଭିଜ୍ଞତା ରହିଛି। ୧୯୮୭ରେ ଉଦୟ ଜୁନିୟର ମାଇନିଂ ଇଞ୍ଜିନିୟର ଭାବେ କୋଲ ଇଣ୍ଡିଆ ଲିମିଟେଡ୍‌ରେ ଯୋଗଦେଇଥିଲେ। ୱେଷ୍ଟର୍ନ କୋଲଫିଲ୍ଡି ଲିମିଟେଡ୍‌ ସମେତ ଏସ୍‌ଇସିଏଲ୍‌ରେ ମଧ୍ୟ ସେ ବିଭିନ୍ନ ଗୁରୁତ୍ୱପୂର୍ଣ୍ଣ ବିଭାଗରେ ଦକ୍ଷତାର ସହ କାର୍ଯ୍ୟ କରିଥିଲେ। ନାଗପୁର ବିଶ୍ୱବିଦ୍ୟାଳୟରୁ ସେ ଖଣିରେ ସ୍ନାତକୋତ୍ତର ଡିଗ୍ରୀ ଓ ପ୍ରଥମଶ୍ରେଣୀ ଖଣି ପରିଚାଳକ ଦକ୍ଷତା ପ୍ରମାଣପତ୍ର ହାସଲ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୨୦ ମେଗା ପ୍ରକଳ୍ପକୁ ମିଳିଲା ଅନୁମୋଦନ: ଗଞ୍ଜାମ, ଯାଜପୁର ସମେତ ୯ଟି ଜିଲାରେ ହେବ…

ଭୁବନେଶ୍ୱର, ୧୭।୬: ରାଜ୍ୟର ୯ଟି ଜିଲାରେ ୨୦ ମେଗା ପ୍ରକଳ୍ପକୁ ମିଳିଲା ଅନୁମୋଦନ। ବୁଧବାର ମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ବସିଥିବା HLCA ବୈଠକରେ ଅନୁମୋଦନ ମିଳିଛି। ୭୬ ହଜାର…

ରବି ଧାନ କିଣାରେ ଅଚଳାବସ୍ଥା, କେଉଁ ଚାଷୀଙ୍କ ଧାନ ପ୍ରଥମେ କିଣାଯିବ? ସୃଷ୍ଟି ହେଲା ସମସ୍ୟା

ତିହିଡ଼ି ୧୭।୬ (କାଳନ୍ଦି ବେହେରା): ଭଦ୍ରକ ଜିଲାର ଧାମନଗର ବ୍ଲକରେ ରବି ଧାନ ସଂଗ୍ରହ ପ୍ରକ୍ରିୟାରେ ବିଳମ୍ବ ଯୋଗୁ ଶତାଧିକ ଚାଷୀ ଗଭୀର ଚିନ୍ତାରେ ପଡ଼ିଛନ୍ତି। ଚାଷୀମାନେ…

କୁରାଢ଼ି ଆକ୍ରମଣ ମାମଲା: ଅଭିଯୁକ୍ତଙ୍କୁ କୋର୍ଟ ଚାଲାଣ

ବଞ୍ଚୋ, ୧୭।୬:(ପ୍ରଦୋଷ ବିଶ୍ୱାଳ): ଆନନ୍ଦପୁର ଥାନା ଅନ୍ତର୍ଗତ ପଞ୍ଚୁଗୋଛିଆ ପଂଚାୟତ ସହାନନ୍ଦପୁର ଗ୍ରାମରେ ଘଟିଥିବା ଏକ କୁରାଢ଼ି ଆକ୍ରମଣ ମାମଲାରେ ପୋଲିସ ଅଭିଯୁକ୍ତଙ୍କୁ ଗିରଫ କରି କୋର୍ଟ…

ବଡ଼ କାର୍ଯ୍ୟାନୁଷ୍ଠାନ ନେଲେ ପିସିସି ସଭାପତି: ଦେବୀ ବିଷୋୟୀଙ୍କୁ କଂଗ୍ରେସରୁ କଲେ ନିଲମ୍ବନ

ଭଞ୍ଜନଗର,୧୭।୬(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗରର ପୂର୍ବତନ କଂଗ୍ରେସ ବିଧାୟକ ପ୍ରାର୍ଥୀ ତଥା ପିସିସି ସଭ୍ୟ ଦେବୀ ବିଷୋୟୀଙ୍କୁ ବୁଧବାର କଂଗ୍ରେସ ଦଳରୁ ନିଲମ୍ବିତ କରାଯାଇଛି। ଦଳୀୟ…

ଚାକିରି ପଛରେ କେତେ ଆଉ ଦୌଡ଼ିବେ? ସରକାରଙ୍କ ଏସବୁ ଯୋଜନାରେ ଆରମ୍ଭ କରନ୍ତୁ ନିଜ ବ୍ୟବସାୟ; ମିଳୁଛି ବଡ଼…

ନୂଆଦିଲ୍ଲୀ,୧୭।୬: ଦେଶରେ ସରକାରୀ ଚାକିରି ପାଇଁ ପ୍ରସ୍ତୁତି କରୁଥିବା ଯୁବକଯୁବତୀଙ୍କ ସଂଖ୍ୟା କ୍ରମାଗତ ଭାବେ ବଢ଼ିବାରେ ଲାଗିଛି, କିନ୍ତୁ ପ୍ରତିଯୋଗିତା ଯୋଗୁ  ସମସ୍ତଙ୍କୁ ସରକାରୀ ଚାକିରି ମିଳିବା…

ପୋଡୁ ଚାଷବେଳେ ହଠାତ୍‌ ମାଡିଆସିଲା ଭୟଙ୍କର ବର୍ଷା, ପବନ: ଗଛ ମୂଳେ ଆଶ୍ରୟ ନେଇଥିବା ୩ ମହିଳାଙ୍କୁ ମାରିଲା ବିଜୁଳି

  ଥୁଆମୂଳ ରାମପୁର, ୧୭।୬ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ଅନ୍ତର୍ଗତ ଡୁମେରପଦର ଗ୍ରାମର ନୁନ ପାଣି ପାହାଡ଼ ନିକଟରେ ଆଜି ଏକ…

ଦିଗପହଣ୍ଡି ଏନଏସି ପକ୍ଷରୁ ଜନସମ୍ପର୍କ କାର୍ଯ୍ୟକ୍ରମ ଶୁଭାରମ୍ଭ; ନାଗରିକଙ୍କ ସହଭାଗିତା, ସଚେତନତା, ସୁଶାସନ ଉପରେ ଗୁରୁତ୍ୱ

ଦିଗପହଣ୍ଡି,୧୭।୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି ପ୍ରଶାସନ ପକ୍ଷରୁ ବୁଧବାର ସହରରେ ଜନ ସମ୍ପର୍କ ଅଭିଯାନ କାର୍ଯ୍ୟକ୍ରମର ଶୁଭାରମ୍ଭ କରାଯାଇଛି। ଏନଏସି କାର୍ଯ୍ୟାଳୟ ସମ୍ମିଳନୀ…

ଚାକିରି ପଛରେ ଗୋଡ଼ାଇବା ଛାଡ଼ନ୍ତୁ, ଜେସିବି କିଣନ୍ତୁ! ମାସକୁ ଲକ୍ଷ ଲକ୍ଷ ରୋଜଗାର, ହେବେ ମାଲାମାଲ୍‌…

ନୂଆଦିଲ୍ଲୀ,୧୭।୬: ଭାରତରେ ଜେସିବି(JCB)ର ଚାହିଦା ବେଶ୍‌ ଅଧିକ। ନାଳ ଖୋଳିବାଠାରୁ ଆରମ୍ଭ କରି ଘର ଭାଙ୍ଗିବା, ନିର୍ମାଣ କାର୍ଯ୍ୟ, ସଡ଼କ ପ୍ରସ୍ତୁତି ଏବଂ ଜମି ସମତଳ କରିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri