ଶୀତରେ ଥରୁଛି ଜି. ଉଦୟଗିରି, ୫ ଦିନ ଧରି ରାଜ୍ୟରେ ସବୁଠାରୁ ଥଣ୍ଡା ସହର

ଜି ଉଦୟଗିରି ୫।୧(ଶିଶିର ପଟ୍ଟନାୟକ): ଗତ ୫ଦିନ ହେବ ଜି. ଉଦୟଗିରି ରାଜ୍ୟର ସବୁଠାରୁ ଥଣ୍ଡା ସହର ଭାବେ ଚିହ୍ନଟ ହୋଇଛି । ରବିବାର ସର୍ବନିମ୍ନ ତାପମାତ୍ରା ୫ ଡିଗ୍ରୀ ସେଲସିୟସ ରହିଛି । ଗୁରୁବାର, ଶୁକ୍ରବାର ଦିନ ସର୍ବନିମ୍ନ ତାପମାତ୍ରା ୪.୮ଡିଗ୍ରୀ ରହିଥିବା ବେଳେ ଶନିବାର ଦିନ ୪.୬ଡିଗ୍ରୀ ରହିଥିଲା। ପ୍ରବଳ ଶୀତ ସାଙ୍ଗକୁ କୋହଲା ପବନ ଶୀତର ପ୍ରକୋପକୁ ଅଧିକ ବଢ଼ାଇ ଦେଉଛି। ଗତ ୪ବର୍ଷ ହେବ ଅନେକ ସମୟରେ ଜି. ଉଦୟଗିରି ରାଜ୍ୟର ସବୁଠାରୁ ଥଣ୍ଡା ସହର ରହି ଆସୁଥିବା ଯୋଗୁ । ଜିଲା ପ୍ରଶାସନ ଜି. ଉଦୟଗିରିରେ ରାଜ୍ୟସ୍ତରୀୟ ଶୀତ ମହୋତ୍ସବ ପାଳନ କରିବ ପାଇଁ ବିଭିନ୍ନ ସଂଗଠନ ଦାବି କରୁଛନ୍ତି। ଏଣେ ଜି ଉଦୟଗିରି ବ୍ଲକ ଅଧୀନରେ କଳିଙ୍ଗା ଘାଟି, କଳିଙ୍ଗା ବନ ଉଦ୍ୟାନ, କଫିବଗିଚା, ହିଲଟପ, ଶିରିକି ପାର୍କ, ସିରିକି ଡେମ ରହିଥିବା ଯୋଗୁ ରାଜ୍ୟ ସରକାର ସିରିକି ନିକଟରେ ଇକୋ ରିଟ୍ରିଟ କଲେ ଅଧିକ ପର୍ଯ୍ୟଟକ ଆସି ପାରନ୍ତେ ବୋଲି ଅଞ୍ଚଳ ବାସୀ କହୁଛନ୍ତି


Enter your email to get our daily news in your inbox.

All Right Reserved By Dharitri.Com

ବକ୍ସ କଣ୍ଡୁଇଟ୍‌ ଅଧୁରା, କେନାଲକୁ ବାଲିବସ୍ତା ଭରସା: ତଳିମୁଣ୍ଡ ଚାଷୀମାନଙ୍କ ବଢ଼ିଲା ଚିନ୍ତା

ବରଗଡ଼,୧୪।୬(ପ୍ରେମାନନ୍ଦ ଖମାରୀ): ସରକାର ବଦଳିବା ପରେ ବିକଶିତ ବରଗଡ଼ ଲକ୍ଷ୍ୟ ନେଇ ଡ୍ରେନ ନିର୍ମାଣଠାରୁ ଆରମ୍ଭ କରି ରାସ୍ତା ପ୍ରଶସ୍ତୀକରଣ, ଆଲୋକୀକରଣ, ଧନୁଯାତ୍ରାର ସ୍ଥାୟୀ ମଞ୍ଚ ଓ…

ରଜ କୁଇନ୍ ପ୍ରତିଯୋଗିତା: ଘୁମୁସରର ପ୍ରତିଭାକୁ ଖୋଜି ବାହାର କରିବା ଲକ୍ଷ୍ୟ…

ଭଞ୍ଜନଗର,୧୪।୬ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲାର ଭଞ୍ଜନଗର ପାତ୍ର କଲୋନୀସ୍ଥିତ ଶ୍ରୀଜଗନ୍ନାଥ ବ୍ୟାଙ୍କ୍ୱେଟ୍ ହଲ୍ ଆଣ୍ଡ ରିସର୍ଟରେ ତିନି ଦିନିଆ ‘ରଜ କୁଇନ୍ ପ୍ରତିଯୋଗିତା’ ରବିବାର ଉଦ୍‌ଘାଟିତ…

ପୂର୍ବତନ ମୁଖ୍ୟମନ୍ତ୍ରୀଙ୍କୁ ଏମିତି କହିଲେ ରାହୁଲ ଗାନ୍ଧୀ, ଉଠିଲାଣି ରାଜନୈତିକ ଝଡ଼

ନୂଆଦିଲ୍ଲୀ,୧୪।୬: ବିରୋଧୀ ଇଣ୍ଡିଆ ମେଣ୍ଟ ଭିତରେ ଆଭ୍ୟନ୍ତରୀଣ ଫାଟ ଏବେ ଖୋଲାଖୋଲି ଭାବରେ ସାମ୍ନାକୁ ଆସୁଛି। କଂଗ୍ରେସ ଏବଂ ବାମ ଦଳ ମଧ୍ୟରେ ଉତ୍ତେଜନା ବୃଦ୍ଧି ପାଇଛି।…

ଜୁଆଆଡ୍ଡା, ଅବୈଧ ମଦ କାରବାର ଉପରେ ପୋଲିସର ଚଢ଼ାଉ: ୧୧ ଗିରଫ

ପାରଳାଖେମୁଣ୍ଡି,୧୪।୬ (ଗିରିଧାରୀ ପରିଛା): ପାରଳାଖେମୁଣ୍ଡି ପୋଲିସ ପକ୍ଷରୁ ବିଭିନ୍ନ ସ୍ଥାନରେ ଚଢ଼ାଉ କରାଯାଇ ଜୁଆ ଖେଳ ଓ ଅବୈଧ ମଦ କାରବାର ସହ ଜଡ଼ିତ ମୋଟ ୧୧…

ପହିଲି ରଜରେ କମିଲା ତେଲ ଦର! ଭୁବନେଶ୍ୱର ଏତିକି ଅଛି ପ୍ରାଇସ….

ଭୁବନେଶ୍ୱର୧୪।୬: ପାକିସ୍ତାନଠାରୁ ଆରମ୍ଭ କରି ଆମେରିକା ପର୍ଯ୍ୟନ୍ତ, ବିଶ୍ୱର ସମସ୍ତ ଦେଶରେ ପେଟ୍ରୋଲ-ଡିଜେଲ ଦର ଆକାଶଛୁଆଁ ହେବାରେ ଲାଗିଛି, କିନ୍ତୁ ଭାରତ ହେଉଛି ଏକମାତ୍ର ଦେଶ ଯେଉଁଠାରେ…

ପହିଲି ରଜରେ ସ୍ତ୍ରୀ ହେଉଥିଲେ ସଜବାଜ; କଟୁରୀରେ ହାଣିଲେ ସ୍ୱାମୀ, କାରଣ ଜାଣିଲେ ତାଜୁବ ହୋଇଯିବେ…

ଭୁବନେଶ୍ୱର୧୪।୬: ରାଜଧାନୀ ଭୁବନେଶ୍ୱରରେ ଏକ ଅଭାବନୀୟ ତଥା ସଂଘାତିକ ଘଟଣା ସାମ୍ନାକୁ ଆସିଛି। ପହିଲି ରଜର ଆନନ୍ଦ ଉଲ୍ଲାସ ମଧ୍ୟରେ ମଞ୍ଚେଶ୍ୱର ଅଞ୍ଚଳରେ ଘଟିଯାଇଛି ଏକ ରକ୍ତାକ୍ତ…

୧୮ଯାଏ ଝଡବର୍ଷା; ଏସବୁ ଜିଲାକୁ ଆଲର୍ଟ

ଭୁବନେଶ୍ୱର,୧୪।୬(ବନ୍ଦନା ସେଠୀ): ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ଶୁକ୍ରବାର ଓଡ଼ିଶାରେ ପ୍ରବେଶ କରିବା ପରେ ପାଗରେ ସାମାନ୍ୟ ପରିବର୍ତ୍ତନ ହୋଇଛି। ବର୍ତ୍ତମାନ ମୌସୁମୀ ବାୟୁ ପାରାଦୀପ ଓ ବାରିପଦା…

ନିଆଁ ସହ ଚାଲିଛି ଖେଳ

ଭୁବନେଶ୍ୱର,୧୪।୬(ରବିନାରାୟଣ ଜେନା): କଥାରେ ଅଛି ନିଆଁ ସହ ଖେଳନାହିଁ, ହେଲେ ରାଜ୍ୟର ବିଭିନ୍ନ ସରକାରୀ ଓ ବେସରକାରୀ ପ୍ରତିଷ୍ଠାନ ଏବେ ନିଆଁ ସହିତ ଖେଳୁଛନ୍ତି। ଏଥିଯୋଗୁ କେତେବେଳେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri