Posted inଜାତୀୟ

ଉଦୟନିଧି ଷ୍ଟାଲିନ ହେବେ ଉପ ମୁଖ୍ୟମନ୍ତ୍ରୀ

ଚେନ୍ନାଇ,୧୮।୯: ତାମିଲନାଡୁରୁ ଏକ ବଡ ଖବର ସାମ୍ନାକୁ ଆସିଛି। ଏବେ ଉଦୟନିଧି ଷ୍ଟାଲିନଙ୍କୁ ତାମିଲନାଡଉର ଉପମୁଖ୍ୟମନ୍ତ୍ରୀ କରାଯାଇପାରେ। ଏହି ଘୋଷଣା ବୁଧବାର ଯେ କୌଣସି ସମୟରେ ହୋଇପାରେ। ଏହାକୁ ନେଇ ଏକ ସରାକାରୀ ଘୋଷଣା ଜାରି କରାଯାଇଛି।

ତାମିଲନାଡୁର ମୁଖ୍ୟମନ୍ତ୍ରୀ ଏମ.କେ ଷ୍ଟାଲିନଙ୍କ ପୁଅ ଉଦୟନିଧି ଷ୍ଟାଲିନ ବର୍ତ୍ତମାନ ରାଜ୍ୟର କ୍ରୀଡ଼ା ଏବଂ ଯୁବ କଲ୍ୟାଣ ମନ୍ତ୍ରୀ ଅଟନ୍ତି ଏବଂ ଆସନ୍ତା ୨୪ଘଣ୍ଟା ମଧ୍ୟରେ ତାଙ୍କୁ ଉପମୁଖ୍ୟମନ୍ତ୍ରୀ ପଦ ମିଳିପାରେ ବୋଲି ବିଶେଷ ସୂତ୍ରରୁ ଜଣାପଡିଛି।

ଏହି ମାସ ଆରମ୍ଭରେ, ଆମେରିକା ଗସ୍ତରେ ଯିବା ପୂର୍ବରୁ ଏମ.କେ ଷ୍ଟାଲିନ ଉଦୟନିଧି ଷ୍ଟାଲିନଙ୍କୁ ଉପ-ମୁଖ୍ୟମନ୍ତ୍ରୀ କରିବା ପାଇଁ ଇଙ୍ଗିତ କରିଥିଲେ। ଚଳିତ ବର୍ଷ ଅଗଷ୍ଟରେ ତାମିଲନାଡୁର ମନ୍ତ୍ରୀ ରାଜକନପନ ମଧ୍ୟ ଉଦୟନିଧି ଷ୍ଟାଲିନଙ୍କୁ ଉପ ମୁଖ୍ୟମନ୍ତ୍ରୀ କରିବାକୁ ଇଙ୍ଗିତ କରିଥିଲେ। ତେବେ ରାଜକନପନ ତୁରନ୍ତ ତାଙ୍କ ଭୁଲକୁ ସଂଶୋଧନ କରି କହିଥିଲେ ଯେ ସେ ଅଗଷ୍ଟ ୧୯ ପରେ ହିଁ ଉଦୟନିଧିଙ୍କୁ ଉପମୁଖ୍ୟମନ୍ତ୍ରୀ ଭାବ ସମ୍ବୋଧନ କରାଯାଇପାରେ।
ସୂଚନାଯୋଗ୍ୟ, ନିକଟରେ ଅନୁଷ୍ଠିତ ସଂସଦ ନିର୍ବାଚନରେ ଦ୍ରାବିଡା ମୁନ୍ନେତ୍ରା କାଜଗାମ (ଡିଏମକେ) ଙ୍କ ବିଜୟର ଶ୍ରେୟ ଉଦୟନିଧିଙ୍କୁ ଦିଆଯାଇଥିଲା। ଦଳକୁ ଏକ ବଡ଼ ବିଜୟ ଦେବାରେ ତାଙ୍କର ଅଭିଯାନ ଏକ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିଥିଲା। ସୂତ୍ରରୁ ପ୍ରକାଶ ଯେ ଦଳ ଉଦୟନିଧିଙ୍କ ଭାବମୂର୍ତ୍ତିର ଲାଭ ଉଠାଇବାକୁ ଏବଂ ୨୦୨୬ରେ ହେବାକୁ ଥିବା ବିଧାନସଭା ନିର୍ବାଚନରେ ତାଙ୍କୁ ଉପ ମୁଖ୍ୟମନ୍ତ୍ରୀ କରି ଏକ ବଡ଼ ବିଜୟ ହାସଲ କରିବାକୁ ଚାହୁଁଛି।


Enter your email to get our daily news in your inbox.

All Right Reserved By Dharitri.Com

ଇରାନ ଯୁଦ୍ଧରେ ରୁଷିଆର ଏଣ୍ଟ୍ରି? ଟ୍ରମ୍ପଙ୍କ ହଜିଲା ନିଦ, ଭୟଙ୍କର ହୋଇପାରେ…

ନୂଆଦିଲ୍ଲୀ/ତେହେରାନ, ୨୬।୩: ପଶ୍ଚିମ ଏସିଆରେ ଜାରି ରହିଥିବା ଯୁଦ୍ଧ ମଧ୍ୟରେ ରୁଷିଆ ଏବଂ ଇରାନର ବଢୁଥିବା ନିକଟତରତା ବିଶ୍ୱ ପାଇଁ ଚିନ୍ତାର କାରଣ ପାଲଟିଛି। ପଶ୍ଚିମା ଗୋଇନ୍ଦା…

ନଦୀକୁ ଖସିଲା ବସ୍‌: ୨୪ ମୃତ, ଏବେ ବି ଅନେକ ନିଖୋଜ

ଢାକା,୨୬ା୩: ବାଂଲାଦେଶରେ ଏକ ବସ୍‌ ନଦୀ ମଧ୍ୟକୁ ଖସିପଡ଼ିବାରୁ ଅନୂ୍ୟନ ୨୪ ଜଣଙ୍କ ମୃତ୍ୟୁ ଘଟିବା ସହ ଅନେକ ନିଖୋଜ ଅଛନ୍ତି। ସେମାନଙ୍କୁ ଉଦ୍ଧାର ପାଇଁ ଉଦ୍ୟମ…

ବସଷ୍ଟାଣ୍ଡରେ OSRTC ବସ୍‌ରେ ଲାଗିଲା ନିଆଁ: ଜୀବନ ବଞ୍ଚାଇବାକୁ କିଏ ଝରକା ପଟେ ଡେଇଁଲେ ତ କିଏ… VIDEO 

କୋରାପୁଟ, ୨୬।୩ (ଅମିତାଭ ବେହେରା): କୋରାପୁଟ ବସଷ୍ଟାଣ୍ଡରେ ଏକ ବଡ଼ ଧରଣର ଅଘଟଣ ଟଳିଯାଇଛି। ଗୁରୁବାର ସଂନ୍ଧ୍ୟାରେ ଏକ ସରକାରୀ (OSRTC) ବସ୍‌ରେ ହଠାତ ନିଆଁ ଲାଗିଯିବା…

ରାମ ନବବୀ ପାଇଁ ହାଇଆଲର୍ଟରେ ସମ୍ୱଲପୁର ସହର, ଜାରି ହେଲା ମ୍ୟାପ୍‌

ସମ୍ୱଲପୁର,୨୬ା୩(ପ୍ରମୋଦ ବହିଦାର): ଶୁକ୍ରବାର ଶ୍ରୀରାମ ନବମୀ ଉପଲକ୍ଷେ ପାଳିତ ହେବାକୁ ଥିବା ଶ୍ରୀରାମ ଜନ୍ମୋତ୍ସବ ଓ ଶୋଭାଯାତ୍ରା ପାଇଁ ହାଇଆଲର୍ଟରେ ରହିଛି ସମଗ୍ର ସମ୍ୱଲପୁର ସହର। ସମଗ୍ର…

ଏମିତି ପ୍ରଶ୍ନରେ ରାଗିଗଲେ ଶୁବମନ ଗିଲ, T20 ଟିମରୁ…

ନୂଆଦିଲ୍ଲୀ,୨୬।୩: ଭାରତୀୟ ଦିନିକିଆ ଏବଂ ଟେଷ୍ଟ ଅଧିନାୟକ ଶୁବମନ ଗିଲ ଗୁରୁବାର କହିଛନ୍ତି ଯେ ୨୦୨୬ ଟି୨୦ ବିଶ୍ୱକପ ପୂର୍ବରୁ ଭାରତୀୟ ଦଳରୁ ବାଦ ପଡ଼ିବା ପରେ…

ଚକ୍‌ମା ଦେଉଛନ୍ତି ଟ୍ରମ୍ପ! ପୁଣି ଓଲଟିଲେ, କହିଲେ ‘ଡିଲ ପାଇଁ ଭିକ୍ଷା କରୁଥିଲା ଇରାନ, ମୁଁ ନୁହେଁ’, ସାରା ବିଶ୍ୱ ଆଶ୍ଚର୍ଯ୍ୟ

ଓ୍ବାଶିଂଟନ,୨୬।୩: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପୁଣି ଥରେ ଇରାନ ସହିତ ଶାନ୍ତି ଚୁକ୍ତିର ସମ୍ଭାବନା ଉପରେ ସନ୍ଦେହ ପ୍ରକାଶ କରି କହିଛନ୍ତି ଯେ ଇରାନ ଯୁଦ୍ଧ…

ରାମ ନବମୀ ପୂର୍ୱରୁ ପୋଲିସର ଫ୍ଲାଗ୍‌ ମାର୍ଚ୍ଚ, ବଢ଼ିଲା ସୁରକ୍ଷା…

କୋରାପୁଟ,୨୬ା୩(ଅମିତାଭ ବେହେରା): ରାମ ନବମୀ ଅବ୍ୟହିତ ପୂର୍ୱରୁ କୋରାପୁଟ ପୋଲିସ ପକ୍ଷରୁ ସହରରେ ଗୁରୁବାର ଫ୍ଲାଗ ମାର୍ଚ୍ଚ କରାଯାଇଛି। ରାମ ନବମୀରେ ଶୁକ୍ରବାର ସହରରେ ୧୦ହଜାର ଊର୍ଦ୍ଧ୍ୱ…

ଗଜପତିରେ ଗଞ୍ଜେଇ କାରବାର ଉପରେ ପୋଲିସର ଶକ୍ତ ପ୍ରହାର: ୪.୦୬ ଟନ୍‌ର ଗଞ୍ଜେଇ ଜବତ, ମୂଲ୍ୟ…

ପାରଳାଖେମୁଣ୍ଡି/ମୋହନା, ୨୬।୩ (ଗିରିଧାରୀ ପରିଚ୍ଛା/ମନ୍ମଥ ମିଶ୍ର): ଗଜପତି ଜିଲାରେ ଅବାଧ ଗଞ୍ଜେଇ ଚାଷ ଓ ଚାଲାଣକୁ ରୋକିବା ପାଇଁ ପୋଲିସ ପ୍ରଶାସନ ପକ୍ଷରୁ ଚଢାଉକୁ ଜୋରଦାର କରାଯାଇଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri