ଓଡ଼ିଶାରେ ପ୍ରଥମ ଥର ଆୟୋଜନ ହେବ ‘ଉଦ୍ଭବ’, ସାମିଲ ହେବେ ୨୨ ରାଜ୍ୟର ଛାତ୍ରୀଛାତ୍ର

ଭୁବନେଶ୍ୱର,୧୧ା୧୧(ସୁନିତ୍‌ ମିଶ୍ର): ଓଡ଼ିଶାରେ ପ୍ରଥମ ଥର ଲାଗି ପଞ୍ଚମ ଏକଲବ୍ୟ ଆଦର୍ଶ ଆବାସିକ ବିଦ୍ୟାଳୟ ଜାତୀୟ ସାଂସ୍କୃତିକ, ସାହିତି୍ୟକ ଏବଂ କଳା ଉତ୍ସବ ୨୦୨୪- ‘ଉଦ୍ଭବ’ ଆୟୋଜିତ ହେବାକୁ ଯାଉଛି। ଆସନ୍ତା ୧୨ରୁ ୧୫ ତାରିଖ ପର୍ଯ୍ୟନ୍ତ ଏହି ଜାତୀୟସ୍ତରୀୟ ଉତ୍ସବ ହେବାକୁ ଥିବାବେଳେ ନ୍ୟାଶନାଲ୍‌ ଏଜୁକେଶନ ସୋସାଇଟି ଫର୍‌ ଟ୍ରାଇବାଲ୍‌ ଷ୍ଟୁଡେଣ୍ଟ (ଏନ୍‌ଇଏସ୍‌ଟିଏସ୍‌) ସହାୟତାରେ ରାଜ୍ୟ ସରକାରଙ୍କ ଅନୁସୂଚିତ ଜନଜାତି, ଅନୁସୂଚିତ ଜାତି ଉନ୍ନୟନ, ସଂଖ୍ୟାଲଘୁ ସମ୍ପ୍ରଦାୟ ଓ ପଛୁଆ ବର୍ଗ କଲ୍ୟାଣ ବିଭାଗ ଏହି କାର୍ଯ୍ୟକ୍ରମର ଆୟୋଜନ କରୁଛି। ଏଥିସହ କେନ୍ଦ୍ର ଜନଜାତି ବ୍ୟାପାର ମନ୍ତ୍ରାଳୟ ମନ୍ତ୍ରୀ ଜୁଏଲ ଓରାମ୍‌, ରାଜ୍ୟମନ୍ତ୍ରୀ ଦୁର୍ଗାଦାସ ଉଇକେ, ଅନୁସୂଚିତ ଜନଜାତି, ଅନୁସୂଚିତ ଜାତି ଉନ୍ନୟନ, ସଂଖ୍ୟାଲଘୁ ସମ୍ପ୍ରଦାୟ ଓ ପଛୁଆ ବର୍ଗ କଲ୍ୟାଣ ବିଭାଗ ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ ଉଦଘାଟନୀ ସମାରୋହରେ ସାମିଲ ହେବେ। ୨୨ଟି ରାଜ୍ୟରୁ ଏକଲବ୍ୟ ଆଦର୍ଶ ଆବାସିକ ବିଦ୍ୟାଳୟର ୧୩୦୦ରୁ ଊର୍ଦ୍ଧ୍ୱ ଛାତ୍ରୀଛାତ୍ର, ୨୫୦ ଶିକ୍ଷୟିତ୍ରୀ, ଶିକ୍ଷକ ଏହି ସମାରୋହରେ ସାମିଲ ହେବେ। ଏହି କାର୍ଯ୍ୟକ୍ରମ ଭୁବନେଶ୍ୱରସ୍ଥିତ ଏକ ଘରୋଇ ବିଶ୍ବବିଦ୍ୟାଳୟରେ ଆୟୋଜିତ ହେବ। ଚଳିତ ବର୍ଷ ଏହି କାର୍ଯ୍ୟକ୍ରମ ଭଗବାନ ବିର୍ସା ମୁଣ୍ଡାଙ୍କ ୧୫୦ତମ ଜୟନ୍ତୀ ଅବସରରେ ତାଙ୍କ ସ୍ମୃତିଚାରଣ ଉଦ୍ଦେଶ୍ୟରେ ପାଳିତ ହେବ। ନୃତ୍ୟ, ସଙ୍ଗୀତ, ଡ୍ରାମା, ଥିଏଟର, ଚିତ୍ରାଙ୍କନ, ଭିଜୁଆଲ୍‌ ଆର୍ଟ, ବକ୍ତୃତା ଭଳି ୪୭ ପ୍ରକାର ପ୍ରତିଯୋଗିତାର ଆୟୋଜନ କରାଯାଉଛି। ଏହାଫଳରେ ପିଲାମାନେ ପରସ୍ପରର ସଂସ୍କୃତି, ଐତିହ୍ୟ, ଭାଷା, ସାହିତ୍ୟ, ଇତିହାସ ସମ୍ପର୍କରେ ଅବଗତ ହୋଇପାରିବେ। ଅଭିନବ ଏବଂ ସୃଜନଶୀଳ କର୍ମଶାଳାରେ ଯୋଗଦେଇ ପିଲାମାନେ ନୂତନ କୌଶଳବିଦ୍ୟା ଶିଖିପାରିବେ। ଏହାସହ ବିଜେତାମାନଙ୍କୁ ପୁରସ୍କୃତ କରାଯିବ ଏବଂ ପ୍ରତ୍ୟେକ ଛାତ୍ରଙ୍କୁ ଅଂଶଗ୍ରହଣ ମାନପତ୍ର ପ୍ରଦାନ କରାଯିବ। ପ୍ରଥମେ ଜାମସେଦପୁରରେ ଏହାକୁ ଆରମ୍ଭ କରାଯାଇଥିବା ବେଳେ ପରେ ଏହା ଉଦୟପୁର (୨୦୧୯), ବେଙ୍ଗାଲୁରୁ (୨୦୨୨), ଡେରାଡୁନ (୨୦୨୩)ରେ ଆୟୋଜନ କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ସୁନା ବଜାରରେ ନିଆଁ: ହଠାତ ଏତିକି ବଢ଼ିଗଲା ସୁନା ଦର, ରୂପା ବି… ଏକ୍ସପର୍ଟ ଚକିତ!

ନୂଆଦିଲ୍ଲୀ, ୨୫।୩: ଅନ୍ତର୍ଜାତୀୟ ବଜାରରେ ସୁନା ଓ ରୂପା ଦରରେ ବୃଦ୍ଧି ଯୋଗୁ ଘରୋଇ ବଜାରରେ ଏହାର ପ୍ରଭାବ ଦେଖିବାକୁ ମିଳିଛି। ଦିଲ୍ଲୀ ସର୍ରଫା ବଜାରରେ ବୁଧବାର…

ଜୀବନ ବଞ୍ଚାନ୍ତୁ, ପୁରସ୍କାର ପାଆନ୍ତୁ: ସଡ଼କ ଦୁର୍ଘଟଣାଗ୍ରସ୍ତଙ୍କୁ ସାହାଯ୍ୟ କଲେ ସରକାର ଦେବେ ୨୫,୦୦୦ ଟଙ୍କା!

ନୂଆଦିଲ୍ଲୀ,୨୫।୩: ସାଧାରଣତଃ ସଡ଼କ ଦୁର୍ଘଟଣା ସମୟରେ ପୋଲିସ କିମ୍ବା ଆଇନଗତ ଝାମେଲାରେ ପଡ଼ିବା ଭୟରେ ଲୋକମାନେ ଆହତଙ୍କୁ ସାହାଯ୍ୟ କରିବାକୁ ପଛଘୁଞ୍ଚା ଦିଅନ୍ତି। କିନ୍ତୁ ଏବେ ସରକାର…

ଚାଲିଥିଲା ପୂଜା, ହଠାତ ବନ୍ଧୁକ ଧରି ଗୁଳି ଚଳାଇଲେ ନାବାଳକ, ଚୂଡ଼ାମଣି ସାମୁଦ୍ରିକ ଥାନା କର୍ମଚାରୀ…

ବାସୁଦେବପୁର, ୨୫।୩(ନାରାୟଣ ପ୍ରସାଦ ବାରିକ): ବାସୁଦେବପୁର ବ୍ଲକ ଶାଶୁ ଭୁଆସୁଣୀ ଗ୍ରାମରେ ବୁଧବାର ଅପରାହ୍ନରେ ଏକ ଅଭାବନୀୟ ଘଟଣା ଘଟିଛି। ଜଣେ ନାବାଳକଙ୍କ ଦ୍ୱାରା ହୋଇଥିବା ଗୁଳି…

ଟ୍ରମ୍ପ ଛାନିଆ! ଯୁଦ୍ଧ ବନ୍ଦ କରିବା ପାଇଁ ଆମେରିକାର ପ୍ରସ୍ତାବକୁ ପ୍ରତ୍ୟାଖାନ କଲା ଇରାନ, ରଖିଲା ୫ ସର୍ତ୍ତ

ନୂଆଦିଲ୍ଲୀ,୨୫।୩:  ଇରାନ ଆମେରିକାର ୧୫-ସୂତ୍ରୀ ଶାନ୍ତି ପ୍ରସ୍ତାବକୁ ପ୍ରତ୍ୟାଖ୍ୟାନ କରିଛି । ଇରାନର ସରକାରୀ ଟେଲିଭିଜନ ପକ୍ଷରୁ ଏହି ଦାବି କରାଯାଇଛି । ଆମେରିକା ଦେଇଥିବା ପ୍ରସ୍ତାବକୁ ଇରାନ…

ସର୍ବଦଳୀୟ ବୈଠକ ସମୟରେ ପାକିସ୍ତାନ ଉପରେ ବର୍ଷିଲେ ବୈଦେଶିକ ମନ୍ତ୍ରୀ, ‘ଆମେ ଦଲାଲ ଦେଶ ହୋଇପାରିବୁନି’

ନୂଆଦିଲ୍ଲୀ,୨୫।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଙ୍କଟ ଉପରେ ଆଲୋଚନା କରିବା ପାଇଁ ବୁଧବାର ଏକ ସର୍ବଦଳୀୟ ବୈଠକ ଡକାଯାଇଥିଲା। ବୈଠକ ସମୟରେ, ବୈଦେଶିକ ମନ୍ତ୍ରୀ ଏସ. ଜୟଶଙ୍କରଙ୍କୁ ଇରାନ…

ଥୁଆମୂଳ ରାମପୁରରେ କଲାପତରିଆ ବାଘ ଆତଙ୍କ: ମୁଖ୍ୟ ରାସ୍ତାରେ ମୁହାଁମୁହିଁ ହେଲେ କାର ଚାଳକ, Video ଭାଇରାଲ

ଥୁଆମୂଳ ରାମପୁର, ୨୫/୦୩ (ଦୁର୍ଗା କୀର୍ତ୍ତି):କଳାହାଣ୍ଡି ଜିଲ୍ଲା ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ ତଳଆମ୍ବ ପଦର ଗ୍ରାମ ପଞ୍ଚାୟତ ଅଞ୍ଚଳରେ ଏକ କଲାପତରିଆ ବାଘ ବୁଲୁଥିବା ଖବର…

ଥାନା ସମ୍ମୁଖରେ ଯୁବକଙ୍କୁ ଆକ୍ରମଣ ଘଟଣା, ୪ଅଭିଯୁକ୍ତଙ୍କୁ ଗିରଫ କରି କୋର୍ଟ ଚାଲାଣ…

ବରଗଡ଼,୨୫।୩(ପ୍ରେମାନନ୍ଦ ଖମାରୀ): ବରଗଡ଼ ଟାଉନ ଥାନା ସମ୍ମୁଖ ହାଟପଦାରେ ମଙ୍ଗଳବାର ସନ୍ଧ୍ୟାରେ ସଂଘଟିତ ଆକ୍ରମଣ ଘଟଣାର ୪ଅଭିଯୁକ୍ତଙ୍କୁ ପୋଲିସ୍ ଗିରଫ କରିଛି । ଗିରଫ ଅଭିଯୁକ୍ତମାନେ ହେଲେ,…

ଅବସରପ୍ରାପ୍ତ ପ୍ରାଧ୍ୟାପକଙ୍କ ପରଲୋକ, ଅଞ୍ଚଳରେ ଶୋକର ଛାୟା 

ଦିଗପହଣ୍ଡି,୨୫।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ଖେମୁଣ୍ଡି କଲେଜର ଅବସରପ୍ରାପ୍ତ ପ୍ରାଧ୍ୟାପକ ଉଜ୍ଜଳ ପଣ୍ଡାଙ୍କ ୬୬ ବର୍ଷ ବୟସରେ ପରଲୋକ ହୋଇଛି । ସେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri