ଓଡ଼ିଶାରେ ପ୍ରଥମ ଥର ଆୟୋଜନ ହେବ ‘ଉଦ୍ଭବ’, ସାମିଲ ହେବେ ୨୨ ରାଜ୍ୟର ଛାତ୍ରୀଛାତ୍ର

ଭୁବନେଶ୍ୱର,୧୧ା୧୧(ସୁନିତ୍‌ ମିଶ୍ର): ଓଡ଼ିଶାରେ ପ୍ରଥମ ଥର ଲାଗି ପଞ୍ଚମ ଏକଲବ୍ୟ ଆଦର୍ଶ ଆବାସିକ ବିଦ୍ୟାଳୟ ଜାତୀୟ ସାଂସ୍କୃତିକ, ସାହିତି୍ୟକ ଏବଂ କଳା ଉତ୍ସବ ୨୦୨୪- ‘ଉଦ୍ଭବ’ ଆୟୋଜିତ ହେବାକୁ ଯାଉଛି। ଆସନ୍ତା ୧୨ରୁ ୧୫ ତାରିଖ ପର୍ଯ୍ୟନ୍ତ ଏହି ଜାତୀୟସ୍ତରୀୟ ଉତ୍ସବ ହେବାକୁ ଥିବାବେଳେ ନ୍ୟାଶନାଲ୍‌ ଏଜୁକେଶନ ସୋସାଇଟି ଫର୍‌ ଟ୍ରାଇବାଲ୍‌ ଷ୍ଟୁଡେଣ୍ଟ (ଏନ୍‌ଇଏସ୍‌ଟିଏସ୍‌) ସହାୟତାରେ ରାଜ୍ୟ ସରକାରଙ୍କ ଅନୁସୂଚିତ ଜନଜାତି, ଅନୁସୂଚିତ ଜାତି ଉନ୍ନୟନ, ସଂଖ୍ୟାଲଘୁ ସମ୍ପ୍ରଦାୟ ଓ ପଛୁଆ ବର୍ଗ କଲ୍ୟାଣ ବିଭାଗ ଏହି କାର୍ଯ୍ୟକ୍ରମର ଆୟୋଜନ କରୁଛି। ଏଥିସହ କେନ୍ଦ୍ର ଜନଜାତି ବ୍ୟାପାର ମନ୍ତ୍ରାଳୟ ମନ୍ତ୍ରୀ ଜୁଏଲ ଓରାମ୍‌, ରାଜ୍ୟମନ୍ତ୍ରୀ ଦୁର୍ଗାଦାସ ଉଇକେ, ଅନୁସୂଚିତ ଜନଜାତି, ଅନୁସୂଚିତ ଜାତି ଉନ୍ନୟନ, ସଂଖ୍ୟାଲଘୁ ସମ୍ପ୍ରଦାୟ ଓ ପଛୁଆ ବର୍ଗ କଲ୍ୟାଣ ବିଭାଗ ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ ଉଦଘାଟନୀ ସମାରୋହରେ ସାମିଲ ହେବେ। ୨୨ଟି ରାଜ୍ୟରୁ ଏକଲବ୍ୟ ଆଦର୍ଶ ଆବାସିକ ବିଦ୍ୟାଳୟର ୧୩୦୦ରୁ ଊର୍ଦ୍ଧ୍ୱ ଛାତ୍ରୀଛାତ୍ର, ୨୫୦ ଶିକ୍ଷୟିତ୍ରୀ, ଶିକ୍ଷକ ଏହି ସମାରୋହରେ ସାମିଲ ହେବେ। ଏହି କାର୍ଯ୍ୟକ୍ରମ ଭୁବନେଶ୍ୱରସ୍ଥିତ ଏକ ଘରୋଇ ବିଶ୍ବବିଦ୍ୟାଳୟରେ ଆୟୋଜିତ ହେବ। ଚଳିତ ବର୍ଷ ଏହି କାର୍ଯ୍ୟକ୍ରମ ଭଗବାନ ବିର୍ସା ମୁଣ୍ଡାଙ୍କ ୧୫୦ତମ ଜୟନ୍ତୀ ଅବସରରେ ତାଙ୍କ ସ୍ମୃତିଚାରଣ ଉଦ୍ଦେଶ୍ୟରେ ପାଳିତ ହେବ। ନୃତ୍ୟ, ସଙ୍ଗୀତ, ଡ୍ରାମା, ଥିଏଟର, ଚିତ୍ରାଙ୍କନ, ଭିଜୁଆଲ୍‌ ଆର୍ଟ, ବକ୍ତୃତା ଭଳି ୪୭ ପ୍ରକାର ପ୍ରତିଯୋଗିତାର ଆୟୋଜନ କରାଯାଉଛି। ଏହାଫଳରେ ପିଲାମାନେ ପରସ୍ପରର ସଂସ୍କୃତି, ଐତିହ୍ୟ, ଭାଷା, ସାହିତ୍ୟ, ଇତିହାସ ସମ୍ପର୍କରେ ଅବଗତ ହୋଇପାରିବେ। ଅଭିନବ ଏବଂ ସୃଜନଶୀଳ କର୍ମଶାଳାରେ ଯୋଗଦେଇ ପିଲାମାନେ ନୂତନ କୌଶଳବିଦ୍ୟା ଶିଖିପାରିବେ। ଏହାସହ ବିଜେତାମାନଙ୍କୁ ପୁରସ୍କୃତ କରାଯିବ ଏବଂ ପ୍ରତ୍ୟେକ ଛାତ୍ରଙ୍କୁ ଅଂଶଗ୍ରହଣ ମାନପତ୍ର ପ୍ରଦାନ କରାଯିବ। ପ୍ରଥମେ ଜାମସେଦପୁରରେ ଏହାକୁ ଆରମ୍ଭ କରାଯାଇଥିବା ବେଳେ ପରେ ଏହା ଉଦୟପୁର (୨୦୧୯), ବେଙ୍ଗାଲୁରୁ (୨୦୨୨), ଡେରାଡୁନ (୨୦୨୩)ରେ ଆୟୋଜନ କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଆନ୍ତଃରାଜ୍ୟ ଡକାୟତ ଗ୍ୟାଙ୍ଗକୁ ଧରିଲା ବଲାଙ୍ଗୀର ପୋଲିସ: ଦେଶୀ ବନ୍ଧୁକ, ବାଇକ୍‌ ଜବତ

ବଲାଙ୍ଗୀର,୨୭।୧୨(ସୁନିଲ ମହାନ୍ତି): ବଲାଙ୍ଗୀର ଟାଉନ ଥାନା ପୋଲିସଏକ ସ୍ବତନ୍ତ୍ର ଟିମ୍‌ ଶନିବାର ଏକ ଆନ୍ତଃରାଜ୍ୟ ଡକାୟତ ଗ୍ୟାଙ୍ଗକୁ ଧରିଛି l ଏ ନେଇ ବଲାଙ୍ଗୀର ଏସ୍‌ପି...

ଅଧା ଭଙ୍ଗା ଘରେ କଟୁଛି ଓକିଲଙ୍କ ଜୀବନ

ଚକାପାଦ,୨୭ା୧୨(ପ୍ରତାପ କିଶୋର ବେହେରା): ଚକାପାଦ ବ୍ଲକ୍‌ ଅନ୍ତର୍ଗତ ବପଲମେଣ୍ଡି(ଲା) ଡେଲିପଙ୍ଗା ଗ୍ରାମର ଓକିଲ ଡିଗାଲ (୬୫)ଙ୍କ ୨ ପୁଅ ନିଜ ନିଜ ସଂସାରକୁ ନେଇ ଚଳୁଛନ୍ତି।...

ବିରଞ୍ଚିଙ୍କ ଏଏସଆଇକୁ ପଦୋନ୍ନତି: କଠିନ ପରିଶ୍ରମ ଆଣିଦେଲା ସଫଳତା

ଗଞ୍ଜାମ,୨୭।୧୨(ବିଦ୍ୟାଧର ସାହୁ):ଗଞ୍ଜାମ ଜିଲା ଛତ୍ରପୁରସ୍ଥିତ ଜିଲା ଆରକ୍ଷୀ କାର୍ଯ୍ୟାଳୟରେ କନଷ୍ଟେବଳ ଭାବେ କାର୍ଯ୍ୟରତ ଥିବା ବିରଞ୍ଚି ନାରାୟଣ ପଲେଇଙ୍କ ପଦୋନ୍ନତି ହୋଇଛି। କନେଷ୍ଟବଳରୁ ଏଏସଆଇକୁ ପଦୋନ୍ନତି...

ରାସ୍ତାରେ ଟ୍ରକ୍‌ ରଖି ଶୌଚ ପାଇଁ ଯାଇଥିଲେ ଡ୍ରାଇଭର, ଆପଣା ଛାଏଁ ପଛକୁ ପଛ ଗଡ଼ି…

ଦାରିଙ୍ଗବାଡ଼ି,୨୭ା୧୨(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଦେଇ ଯାଇଥିବା ଗୋପାଳପୁର-ରାଇପୁରକୁ ସଂଯୋଗ କରୁଥିବା ୫୯ ନଂ ଜାତୀୟ ରାଜପଥର ସିମନବାଡ଼ି ନିକଟ ଟୋଲ୍‌ ଗେଟ୍‌ ନିକଟରେ...

ମାଙ୍ଗାନିଜ ବୋଝେଇ ୩ ଡମ୍ପରକୁ ମାଡ଼ି ବସିଲା ବନ ବିଭାଗ

ଯୋଡ଼ା,୨୭ା୧୨(ମାନସ ମହାନ୍ତି): କେନ୍ଦୁଝର ଜିଲା ଯୋଡ଼ା ସେକ୍ସନର ବୈତରଣୀ କ ସଂରକ୍ଷିତ ଜଙ୍ଗଲ ନିକଟ ତିରିଂ ପାହାଡ଼ ନିକଟରୁ ବନ ବିଭାଗ ଚଢ଼ାଉ କରି ଚୋରାଚାଲାଣ...

ଭାଜପା ଦାରିଙ୍ଗବାଡ଼ି ମଣ୍ଡଳରେ ନୂଆ କର୍ମକର୍ତ୍ତା: ରାଜନୀତିକୁ ଆସୁଛନ୍ତି ଶିକ୍ଷିତ, ସ୍ବୟଂସେବକ

ଦାରିଙ୍ଗବାଡ଼ି,୨୭ା୧୨(ଅରୁଣ ସାହୁ): ବିଭିନ୍ନ ଦଳରେ ଉଚ୍ଚ ଶିକ୍ଷିତ ଯୁବଗୋଷ୍ଠୀ ରାଜନୀତିକୁ ଆସିବା ଦେଖିବାକୁ ମିଳିଛି। ଏହି କ୍ରମରେ ରାଜ୍ୟ ଓ କେନ୍ଦ୍ରରେ ଶାସନ କରୁଥିବା ଭାଜପା...

୧୫ ଘଣ୍ଟା କାମ ପରେ ମିଳିଲା ୭୬୩ ଟଙ୍କା, ଡେଲିଭରି ବୟଙ୍କୁ ଘରକୁ ଡାକି ଏମିତି କଲେ ରାଘବ ଚଢା, ସମସ୍ତେ କରୁଛନ୍ତି ପ୍ରଶଂସା

ନୂଆଦିଲ୍ଲୀ,୨୭।୧୨: ନିକଟରେ, ଜଣେ ଡେଲିଭରି ବୟର ଏକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହୋଇଥିଲା। ଏକ ଛୋଟ ଭିଡିଓରେ, ଯୁବକ ଜଣକ ତାଙ୍କର ଦୈନନ୍ଦିନ କାର୍ଯ୍ୟସୂଚୀ...

Vijay Hazare Trophy: ଯାହାଙ୍କ ବଲରେ ଆଉଟ ହେଲେ କୋହଲି ତାଙ୍କୁ ଦେଲେ ବଡ଼ ଉପହାର, ଜିତିଲେ ପ୍ରଶଂସକଙ୍କ ମନ

ନୂଆଦିଲ୍ଲୀ,୨୭।୧୨: ବିରାଟ କୋହଲିଙ୍କୁ ଆଉଟ କରିଥିବା ଗୁଜରାଟର ସ୍ପିନର ବିଶାଲ ଜୟସୱାଲଙ୍କୁ ମଧ୍ୟ ବହୁତ ପ୍ରଶଂସା କରାଯାଉଛି। ବିରାଟଙ୍କ ଗୋଟିଏ ବଲ ଉପରେ କୋହଲି ଏକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri