Posted inଜାତୀୟ

କେନ୍ଦ୍ରମନ୍ତ୍ରୀଙ୍କୁ ଭବିଷ୍ୟତର ବନ୍ଧୁ କହିଲେ ଉଦ୍ଧବ

ମୁମ୍ବାଇ,୧୮।୯: ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକ୍‌ରେ ଶୁକ୍ରବାର ଏକ ସଭାରେ ମରାଠଓ୍ବାଡା ଅଞ୍ଚଳର ବରିଷ୍ଠ ଭାଜପା ନେତା ତଥା କେନ୍ଦ୍ର ରେଳ ରାଷ୍ଟ୍ରମନ୍ତ୍ରୀ ରାଓସାହେବ ଦାନ୍‌ଭେଙ୍କୁ ଭବିଷ୍ୟତର ବନ୍ଧୁ କହି ରାଜନୈତିକ ବଜାରରେ ହଟଚମଟ ସୃଷ୍ଟି କରିଛନ୍ତି। ଔରଙ୍ଗବାଦରେ ଏକ କାର୍ଯ୍ୟକ୍ରମକୁ ସମ୍ବୋଧିତ କରି ଶିବସେନା ଅଧ୍ୟକ୍ଷ ଉଦ୍ଧବ ଠାକ୍‌ରେ କହିଥିଲେ, ମୋ ପୂର୍ବତନ ବନ୍ଧୁ ଦାନ୍‌ଭେ ଏଠାରେ ଉପସ୍ଥିତ ଅଛନ୍ତି। ଆମେ ଯଦି ପୁଣି ଏକାଠି ଆସିବୁ ତେବେ ସେ ମୋର ଭବିଷ୍ୟତର ବନ୍ଧୁ। ଜଲାନା ଏମ୍‌ପି ତଥା କେନ୍ଦ୍ରମନ୍ତ୍ରୀ ଦାନ୍‌ଭେଙ୍କ ପ୍ରତି ଉଦ୍ଧବଙ୍କ ଏପରି ସମ୍ବୋଧନକୁ ନେଇ ନାନା କଳ୍ପନାଜଳ୍ପନା ପ୍ରକାଶ ପାଇଛି। ଭବିଷ୍ୟତରେ ଶିବସେନା ଓ ଭାଜପା ମଧ୍ୟରେ ପୁଣି ମେଣ୍ଟ ହୋଇପାରେ ବୋଲି କେତେକ ମହଲରେ ଚର୍ଚ୍ଚା ହେଉଛି। ପ୍ରକାଶ ଯେ, ପୂର୍ବରୁ ଶିବସେନା ଓ ଭାଜପା ମହାରାଷ୍ଟ୍ରରେ ଏକାଠି ହୋଇ ସରକାର ଗଢ଼ିଥିଲେ। ଭାଜପା ନେତୃତ୍ୱାଧୀନ ଏନ୍‌ଡିଏ ସରକାରରେ ମଧ୍ୟ ଶିବସେନା ଏକ ସହଯୋଗୀ ଦଳ ଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ମଧ୍ୟପ୍ରାଚ୍ୟରେ ପୁଣି ଉତ୍ତେଜନା, ହେଜବୋଲା ଉପରେ ଆକ୍ରମଣ କଲା ଇସ୍ରାଏଲ

ଜେରୁଜେଲମ,୧୪।୬: ଯେତେବେଳେ ଆମେରିକା ଏବଂ ଇରାନ ଶାନ୍ତି ଆଲୋଚନା ବିଷୟରେ ଦାବି କରୁଛନ୍ତି, ସେତେବେଳେ ମଧ୍ୟପ୍ରାଚ୍ୟରେ ପୁଣି ଥରେ ଉତ୍ତେଜନା ଦେଖାଦେଇଛି। ଇସ୍ରାଏଲ ହେଜବୋଲା ପଦାଧିକାରୀମାନଙ୍କ ଉପରେ…

ଦିଦିଙ୍କ ହାତରୁ ଗଲା ଟିଏମସି? କାକୋଲି କହିଲେ, ‘ନୂଆ ଦଳ ପାଇଁ ବାଚସ୍ପତିଙ୍କୁ ଅନୁରୋଧ କରିବୁ’

କୋଲକାତା,୧୪।୬: ୧୫ ବର୍ଷ ଧରି ପଶ୍ଚିମବଙ୍ଗରେ ଶାସନ କରିଥିବା ପୂର୍ବତନ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଏବେ ତାଙ୍କ ଦଳ ତୃଣମୂଳ କଂଗ୍ରେସକୁ ହରାଉଥିବା ଜଣାପଡ଼ିଛି। ୨୦ ରୁ…

ପହିଲି ରଜରେ ଅଘଟଣ: ବଜ୍ରପାତରେ ଚାଲିଗଲା ବାପା-ମା’ଙ୍କର ଏକମାତ୍ର ପୁଅର ଜୀବନ

ରାଜନଗର,୧୪ା୬(ଭାସ୍କର ରାଉତରାୟ): ପହିଲି ରଜରେ ଅଘଟଣ। ବଜ୍ରପାତରେ ଚାଲିଗଲା ବାପା-ମା’ଙ୍କର ଏକମାତ୍ର ପୁଅର ଜୀବନ। ସେ ହେଉଛନ୍ତି କେନ୍ଦ୍ରାପଡ଼ା ଜିଲା ରାଜନଗର ବ୍ଲକ ଘଡ଼ିଆମାଳ ଗାଁର ଦୈତାରୀ…

ଦାମୀଗାଡ଼ିରେ ଗଞ୍ଜେଇ ଚାଲାଣ, ପାଟ୍ରୋଲିଂବେଳେ ଦୁଇ ଅଭିଯୁକ୍ତଙ୍କୁ…

ବଲାଙ୍ଗୀର,୧୪ା୬(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଅବକାରୀ ବିଭାଗ ରବିବାର ଭୋରରୁ ତୁଷୁରା-ଆଟଗାଁ ରାସ୍ତାରେ ପାଟ୍ରୋଲିଂ କରୁଥିବାବେଳେ ଏକ ଧଳା ରଙ୍ଗର ଦାମୀ ଥାର ଗାଡ଼ିରେ ଚାଲାଣ ହେଉଥିବା…

ବୈଭବ ସୂର୍ଯ୍ୟବଂଶୀଙ୍କ ସଫଳତାର ରାଜ ଖୋଲିଲେ କୋଚ, ଆପଣବି ଜାଣିଲେ…

ନୂଆଦିଲ୍ଲୀ,୧୪।୬: ୧୫ ବର୍ଷୀୟ ବୈଭବ ସୂର୍ଯ୍ୟବଂଶୀ ତାଙ୍କ ବିସ୍ଫୋରକ ବ୍ୟାଟିଂରେ ସମସ୍ତଙ୍କୁ ମୋହିତ କରିଛନ୍ତି। କ୍ରିକେଟ ପ୍ରଶଂସକ ଏବଂ ପୂର୍ବତନ କ୍ରିକେଟରମାନେ ସମସ୍ତେ ତାଙ୍କ ବିସ୍ଫୋରକ ବ୍ୟାଟିଂ…

ବଜ୍ରପାତରେ ୪ ନାବାଳକ ଆହତ, ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି

ଲାଞ୍ଜିଗଡ଼,୧୪ା୬(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକ ଦୁର୍ଗମ ଆଦିବାସୀ ଅଧ୍ୟୁଷିତ ତ୍ରିଲୋଚନପୁର ପଞ୍ଚାୟତ ଅନ୍ତର୍ଗତ କୁନାକାଡୁ ଗ୍ରାମର ୪ ଜଣ ନାବାଳକ ବଜ୍ରପାତରେ ଆହତ…

ଗଞ୍ଜାମରୁ ସୋମନାଥ ମନ୍ଦିର ଯାତ୍ରା: ଶୁଭାରମ୍ଭ କଲେ ଛତ୍ରପୁର ବିଧାୟକ

ଛତ୍ରପୁର, ୧୪।୬ (ଦିଲ୍ଲୀପ ସାମଲ): ‘ସୋମନାଥ ସ୍ୱାଭିମାନ ଯାତ୍ରା’ ଅଭିଯାନରେ ଗଞ୍ଜାମ ଜିଲାର ୫୨ ଜଣ ତୀର୍ଥଯାତ୍ରୀ ଶନିବାର ଛତ୍ରପୁର ନୂଆ ବସ୍‌ଷ୍ଟାଣ୍ଡରୁ ଗୁଜରାଟସ୍ଥିତ ପବିତ୍ର ସୋମନାଥ…

ଇତିହାସ ରଚିଲେ ଶୁବମନ ଗିଲ, ଓ୍ବାନ ଡେ କ୍ରିକେଟରେ ଏତିକି ରନ୍‌ କରି ପଛରେ ପକାଇଲେ…

ନୂଆଦିଲ୍ଲୀ,୧୪।୬: ଧର୍ମଶାଳାରେ ଖେଳାଯାଇଥିବା ଆଫଗାନିସ୍ତାନ ବିପକ୍ଷ ପ୍ରଥମ ମ୍ୟାଚ ରେ ଭାରତର ଏକଦିବସୀୟ ଅଧିନାୟକ ଶୁବମନ ଗିଲ ଏକ ବଡ଼ ରେକର୍ଡ ସ୍ଥାପନ କରିଛନ୍ତି। ବର୍ଷା ପ୍ରଭାବିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri