Posted inଜାତୀୟ

ଉଦ୍ଧବ ଖାଆନ୍ତୁ ମାଛ: ନାରାୟଣ ରାଣେଙ୍କ ପରାମର୍ଶ…

ମୁମ୍ବାଇ,୧୯।୬ : ମାଛ ଖାଇବାକୁ କେନ୍ଦ୍ର ମନ୍ତ୍ରୀ ନାରାୟଣ ରାଣେ ଶିବସେନା (ୟୁବିଟି) ମୁଖ୍ୟ ତଥା ମହାରାଷ୍ଟ୍ରର ପୂର୍ବତନ ସିଏମ ଉଦ୍ଧବ ଠାକରେଙ୍କୁ ପରାମର୍ଶ ଦେଇଛନ୍ତି। ଏହା ପଛର କାରଣ ମଧ୍ୟ ରାଣେ କହିଛନ୍ତି। ମରାଠୀ ଚ୍ୟାନେଲର ଏକ କାର୍ଯ୍ୟକ୍ରମରେ ଏକ ପ୍ରଶ୍ନର ଉତ୍ତର ଦେଉଥିବା ବେଳେ ଭାଜପା ନେତା ନାରାୟଣ ରାଣେ ଏଭଳି କହିଛନ୍ତି। ସେ କହିଛନ୍ତି ଯେତେବେଳେ ତୁମେ କୋଙ୍କଣକୁ ଆସିବ, ତୁମେ ମାଛ ଖାଇବା ପରେ ଘରକୁ ଫେରିଯାଅ। କିନ୍ତୁ ବାରସୁ ରିଫାଇନାରୀ ପ୍ରକଳ୍ପକୁ ବିରୋଧ କରନ୍ତୁ ନାହିଁ।

ଖବର ଅନୁଯାୟୀ, ବାରସୁ ରିଫାଇନାରୀ ପ୍ରକଳ୍ପକୁ ନେଇ କେନ୍ଦ୍ର ମନ୍ତ୍ରୀ ନାରାୟଣ ରାଣେ ଉଦ୍ଧବ ଠାକରେଙ୍କୁ କଡ଼ା ସମାଲୋଚନା କରିଛନ୍ତି। ରାଣେ ଉଦ୍ଧବ ଠାକରେଙ୍କୁ ପରାମର୍ଶ ଦେଇଛନ୍ତି ତୁମେ ମାଛ ଖାଅ ଆଉସବୁ ଭୁଲିଯାଅ। ମହାରାଷ୍ଟ୍ରର ବାରସୁରେ ଏକ ବିଶୋଧନାଗାର ପାଇଁ ଜମି ସର୍ଭେକୁ ନେଇ ଉଦ୍ଧବ ଠାକରେ ଲଗାତାର ରାଜ୍ୟ ସରକାରଙ୍କୁ ସମାଲୋଚନା କରୁଛନ୍ତି। ତେବେ ସରକାରଙ୍କ ପକ୍ଷରୁ ଏହାର ଜବାବ ଦିଆଯାଇଥିଲା, ତାଙ୍କ କାର୍ଯ୍ୟକାଳ ସମୟରେ ଉଦ୍ଧବ ଏହି ପ୍ରକଳ୍ପକୁ ଅନୁମୋଦନ କରିଥିଲେ, ତେବେ ବର୍ତ୍ତମାନ ଏହାକୁ କାହିଁକି ବିରୋଧ କରୁଛନ୍ତି?

ଏହାର ଜବାବରେ ଉଦ୍ଧବ ଠାକରେ କହିଛନ୍ତି ତାଙ୍କ କାର୍ଯ୍ୟକାଳ ମଧ୍ୟରେ କେନ୍ଦ୍ର ଦୁଇ ବର୍ଷ ଧରି କାହିଁକି ଏହି ପ୍ରକଳ୍ପ କାର୍ଯ୍ୟକାରୀ କଲା ନାହିଁ? ଯେତେବେଳେ ରାଜ୍ୟରେ ଭାଜପା ସରକାର ଫେରି ଆସିଲେ, ଲୋକଙ୍କଠାରୁ ଜମି ଜବରଦଖଲ କରାଯାଉଛି, ଯାହାକି ସମ୍ପୂର୍ଣ୍ଣ ଭୁଲ ଅଟେ। ବାରସୁରେ ଥିବା ରିଫାଇନାରୀ ପ୍ରକଳ୍ପ ପାଇଁ ବଳ ପ୍ରୟୋଗ କରି ଲୋକଙ୍କ ଜମି ଅଧିଗ୍ରହଣ କରାଯାଉଥିବା ନେଇ ଗଣମାଧ୍ୟମରେ ରିପୋର୍ଟ ଆସିବା ପରେ ଉଦ୍ଧବ ଏହି କଥା କହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବିକ୍ରି ନ ହୋଇ ମଣ୍ଡିରେ ପଡ଼ିଛି ଧାନ, ଏପଟେ ବରଗଡ଼ରୁ ଆନ୍ଧ୍ରକୁ ହେଉଛି ଚାଲାଣ

ବରଗଡ଼,୧୩ା୬(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ରବି ଧାନ ସଂଗ୍ରହ ପ୍ରକ୍ରିୟାକୁ ମାସେ ବିତି ଯାଇଛି। ତେବେ ଜିଲାରେ ଏବେ ମଧ୍ୟ ଧାନ ଉଠାଣ ପ୍ରକ୍ରିୟା ଶୀଥିଳ ଗତିରେ…

ଆଫଗାନିସ୍ତାନକୁ ହରାଇଲା ଭାରତ, ୧୩ ବଲ୍‌ରେ…

ଧର୍ମଶାଳା,୧୩ା୬: ଧର୍ମଶାଳାରେ ଭାରତ ଏବଂ ଆଫଗାନିସ୍ତାନ ମଧ୍ୟରେ ଖେଳାଯାଇଥିବା ଅନ୍ତର୍ଜାତୀୟ ଦିନିକିଆ କ୍ରିକେଟ୍‌ ସିରିଜରେ ଭାରତ ବିଜୟ ଲାଭ କରିଛି। ବର୍ଷା ପ୍ରଭାବିତ ପ୍ରଥମ ଦିନିକିଆରେ ଟିମ୍‌…

୨୪ ଘଣ୍ଟାରେ ହୋଇପାରେ ଆମେରିକା-ଇରାନ ଶାନ୍ତି ଚୁକ୍ତି: ଶେହବାଜ

ଇସ୍‌ଲାମାବାଦ,୧୩ା୬: ମଧ୍ୟପ୍ରାଚ୍ୟରେ ଯୁଦ୍ଧ ବନ୍ଦ ପାଇଁ ଆଗାମୀ ୨୪ ଘଣ୍ଟା ମଧ୍ୟରେ ଆମେରିକା ଏବଂ ଇରାନ ମଧ୍ୟରେ ଶାନ୍ତି ଚୁକ୍ତିନାମା ଚୂଡ଼ାନ୍ତ ହୋଇପାରେ ବୋଲି ମୁଖ୍ୟ ମଧ୍ୟସ୍ଥ…

ସରକାରଙ୍କ ବଡ଼ ନିଷ୍ପତ୍ତି: ୧୮ ବର୍ଷ ପରେ ନୂଆ ଆଧାର ମନା, ମୁଖ୍ୟମନ୍ତ୍ରୀ କହିଲେ…

ଗୁଆହାଟୀ,୧୩ା୬(ପି.ଟି.): ବେଆଇନ ଆପ୍ରବାସୀମାନେ ଯେପରି ଆଧାର କାର୍ଡ ହାସଲ ନ କରନ୍ତି, ସେଥିପାଇଁ ଆସାମରେ ୧୮ ବର୍ଷ ବୟସରୁ ଊର୍ଦ୍ଧ୍ୱଙ୍କୁ ଆଉ ନୂଆ ଆଧାର କାର୍ଡ ଜାରି…

ଛତ୍ରପୁର ପୌରପରିଷଦର ଅଧ୍ୟକ୍ଷାଙ୍କ ବିୟୋଗ: ବାସଭବନରେ ପହଞ୍ଚି ପରିବାରବର୍ଗଙ୍କୁ ଭେଟିଲେ ମନ୍ତ୍ରୀ-ବିଧାୟକ

ଛତ୍ରପୁର,୧୩ା୬(ଦିଲ୍ଲୀପ ସାମଲ): ଛତ୍ରପୁର ପୌରପରିଷଦର ଅଧ୍ୟକ୍ଷା ଶର୍ମିଷ୍ଠା ପ୍ରଧାନଙ୍କ ଗତ ବୁଧବାର ଅକାଳରେ ବିୟୋଗ ଘଟିଥିଲା। ଏ ନେଇ ଛତ୍ରପୁର ଓ ଆଖପାଖ ଅଞ୍ଚଳରେ ଶୋକ ଛାୟା…

ଭାରତ ଆଗରେ ୧୯୫ ରନ୍‌ର ଟାର୍ଗେଟ୍; ଡେବ୍ୟୁ ମ୍ୟାଚ୍‌ରେ ଗୁର୍‌ବାଜଙ୍କ ଧୂଆଁଧାର ଇନିଂସ

ଧର୍ମଶାଳା, ୧୩ା୬: ଭାରତ ଓ ଆଫଗାନିସ୍ତାନ ମଧ୍ୟରେ ଶନିବାର ପ୍ରଥମ ଦିନିକିଆ ମ୍ୟାଚ୍‌ ଖେଳାଯାଇଛି। ବର୍ଷା କାରଣରୁ ମ୍ୟାଚ୍‌କୁ ୨୫ ଓଭରରେ ସୀମିତ ରଖାଯାଇଛି। ରହମାନୁଲା ଗୁରବାଜଙ୍କ…

ବିଲରୁ ଅଚିହ୍ନା ମହିଳାଙ୍କ ମୃତଦେହ ଜବତ

ହାଟଡିହୀ/ଆନନ୍ଦପୁର,୧୩ା୬(ଶୁଭକାନ୍ତ ନାୟକ/ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ଥାନା ତରତରା ଅଞ୍ଚଳରୁ ଜଣେ ପ୍ରାୟ ୪୫ ବର୍ଷ ବୟସ୍କା ମହିଳାଙ୍କ ମୃତଦେହ ଏକ ବିଲରୁ ଉଦ୍ଧାର…

କୋଟିଆ ନେରିଡିବାଲସାରେ ହାତୀ ଆତଙ୍କ, ଆନ୍ଧ୍ରରୁ ସିୟୁରା ଆଡ଼କୁ ଆସି…

ପଟାଙ୍ଗି,୧୩ା୬(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅନ୍ତର୍ଗତ କୋଟିଆ ପଞ୍ଚାୟତ ସୀମାନ୍ତ ଗ୍ରାମରେ ହାତୀ ଆତଙ୍କରେ ଲୋକେ ଭୟଭୀତ ହୋଇପଡ଼ିଛନ୍ତି। ସୂଚନା ଅନୁଯାୟୀ, ଉକ୍ତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri