Posted inଜାତୀୟ

ସୁପ୍ରିମକୋର୍ଟ ଗଲେ ଉଦ୍ଧବ ଗୋଷ୍ଠୀ

ନୂଆଦିଲ୍ଲୀ,୧୫।୧: ମହାରାଷ୍ଟ୍ର ବିଧାନସଭା ବାଚସ୍ପତି ରାହୁଲ ନରଭେକରଙ୍କ ବିଧାୟକଙ୍କ ଅଯୋଗ୍ୟତା ଆବେଦନକୁ ପ୍ରତ୍ୟାଖ୍ୟାନ କରିବା ନିଷ୍ପତ୍ତି ଉପରେ ଉଦ୍ଧବ ଠାକରେଙ୍କ ଦଳ ସୁପ୍ରିମକୋର୍ଟଙ୍କ ନିକଟରେ ପହଞ୍ଚିଛନ୍ତି।
ମହାରାଷ୍ଟ୍ର ବିଧାନସଭା ବାଚସ୍ପତି ରାହୁଲ ନାରଓ୍ବେକର ଜାନୁଆରୀ ୧୦ରେ ମୁଖ୍ୟମନ୍ତ୍ରୀ ଏକନାଥ ଶିନ୍ଦେଙ୍କ ଶିବସେନା ଗୋଷ୍ଠୀକୁ ପ୍ରକୃତ ରାଜନୈତିକ ଦଳର ମାନ୍ୟତା ଦେଇଥିଲେ। ଏଥିସହ ପୂର୍ବତନ ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକ୍‌ରେଙ୍କ ନେତୃତ୍ୱାଧୀନ ଶିବସେନା ୟୁବିଟି ପକ୍ଷରୁ ଦାବି ହୋଇଥିବା ୧୬ ବିଦ୍ରୋହୀ ବିଧାୟକଙ୍କ ବିଧାନସଭା ସଦସ୍ୟତା ରଦ୍ଦ କରିବାକୁ ମନା କରିଦେଇଥିଲେ।
ବାଚସ୍ପତି ନାରଓ୍ବେକର ଶିନ୍ଦେ ଏବଂ ବିରୋଧୀ ଉଦ୍ଧବ ଗୋଷ୍ଠୀ ପକ୍ଷରୁ ପରସ୍ପର ବିରୋଧରେ ଆଗତ ଅଯୋଗ୍ୟ ଆବେଦନଗୁଡ଼ିକ ଉପରେ ନିଜ ରାୟ ଶୁଣାଇଛନ୍ତି। ସେ କହିଛନ୍ତି, ୨୦୨୨ ଜୁନ୍‌ରେ ଆବିର୍ଭାବ ହୋଇଥିବା ଶିବସେନା ହିଁ ପ୍ରକୃତ ଶିବସେନା। ୨୦୨୨ ଜୁନ୍‌ ୨୧ରେ ଶିବସେନା ୟୁବିଟିର ସୁନୀଲ ପ୍ରଭୁ ସଚେତକ ପଦ ହରାଇସାରିଥିଲେ ଏବଂ ଶିନ୍ଦେ ଗୋଷ୍ଠୀର ଭରତ ଗୋଗାଓ୍ବାଲେ କ୍ଷମତାପ୍ରାପ୍ତ ହୁଇପ୍‌ ହୋଇଥିଲେ। ତେଣୁ ଶିନ୍ଦେଙ୍କୁ ଶିବସେନା ନେତା ନିଯୁକ୍ତ କରିବା ବୈଧ ନିଷ୍ପତ୍ତି। ତାଙ୍କ ସହ ମିଶି ବିଦ୍ରୋହ କରିଥିବା ବିଧାୟକମାନଙ୍କ ସଦସ୍ୟତା ରଦ୍ଦ କରାଯାଇପାରିବ ନାହିଁ। ଶିନ୍ଦେଙ୍କୁ ହଟାଇବା କ୍ଷମତା ଉଦ୍ଧବଙ୍କର ନ ଥିଲା। ଏପରି କି ଦଳର ରାଷ୍ଟ୍ରୀୟ କାର୍ଯ୍ୟକାରିଣୀ ଆୟୋଜନ କରିବା କ୍ଷମତା ମଧ୍ୟ ଶିବସେନା ପ୍ରମୁଖଙ୍କର ନ ଥିଲା। ଶିବସେନାର ୧୯୯୯ ସମ୍ବିଧାନ ଅନୁସାରେ ଶିନ୍ଦେଙ୍କ ନେତୃତ୍ୱ ବଜାୟ ରହିବ।


Enter your email to get our daily news in your inbox.

All Right Reserved By Dharitri.Com

ବୋହୂ ନିଖୋଜ, ଶାଶୁ ଥାନାରେ

ହାଟଡ଼ିହୀ/ଛେନାପଦୀ,୬l୮(ଶୁଭକାନ୍ତ ନାୟକ/ନିରାକାର ପରିଡା): କେନ୍ଦୁଝର ଜିଲା ନନ୍ଦିପଦା ଥାନା ଇଂଚୋଳ ଗ୍ରାମର ଜଣେ ବୋହୂ ନିଖୋଜ ହୋଇଯାଇଛନ୍ତି। ଏନେଇ ଶାଶୁ ଥାନାରେ ଦ୍ୱାରସ୍ଥ ହୋଇ ଅଭିଯୋଗ କରିଛନ୍ତି।…

୬ଷ୍ଠ ଶ୍ରେଣୀ ଛାତ୍ର ନିଖୋଜ, ଥାନାରେ ମାମଲା

ହାଟଡ଼ିହୀ,୬l୮(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ହାଟଡ଼ିହୀ ବ୍ଲକ୍‌ ଛେନାପଦୀ ବିଷ୍ଣୁପ୍ରିୟା ବାଳାଶ୍ରମରୁ ଜଣେ ୬ଷ୍ଠ ଶ୍ରେଣୀ ଛାତ୍ର ନିଖୋଜ ହୋଇଯାଇଛନ୍ତି। ବିଭିନ୍ନ ସ୍ଥାନରେ ଖୋଜାଖୋଜି ପରେ ଛାତ୍ରଙ୍କ…

Video: ନୂଆ ରିଲ ଶେୟାର କଲେ ପ୍ରଧାନମନ୍ତ୍ରୀ ମୋଦି: କହିଲେ…

ନୂଆଦିଲ୍ଲୀ,୬।୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏକ ଇନଷ୍ଟାଗ୍ରାମ ରିଲ ଶେୟାର କରିଛନ୍ତି। ଏହି ରିଲ ଜାତୀୟ ହସ୍ତତନ୍ତ ଦିବସ (୭ ଅଗଷ୍ଟରେ ପାଳିତ) ଅବସରରେ ପୋଷ୍ଟ କରାଯାଇଥିଲା।…

୪ ବର୍ଷର ନାବାଳିକାଙ୍କୁ ଅସଦଚାରଣ: ବନ୍ଧା ହେଲେ ଅଭିଯୁକ୍ତ

ଦେବଗଡ,୬ା୮(ଶଶାଙ୍କ ଶେଖର ଝାଙ୍କର): ୪ ବର୍ଷର ନାବାଳିକାଙ୍କୁ ଅସଦଚାରଣ ଅଭିଯୋଗରେ ଦେବଗଡ଼ ଥାନା ପୋଲିସ ଗୁରୁବାର ବାସୁଦେବପୁର ଗ୍ରାମର ଜଣେ ଯୁବକଙ୍କୁ ଗିରଫ କରି କୋର୍ଟ ଚାଲାଣ…

ସଟ୍ଟା ଆଡ୍ଡା ଉପରେ ଜିଲାପାଳଙ୍କ ଚଢ଼ାଉ, ଜଣଙ୍କୁ କୋର୍ଟ ଚାଲାଣ

ଡୁଙ୍ଗୁରିପାଲି,୬।୮(ଦୀନବନ୍ଧୁ ସୁନା ): ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ବ୍ଲକ ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରକୁ ଗୁରୁବାର ଜିଲାପାଳ ଡ଼ ନୃପରାଜ ସାହୁ ପରିଦର୍ଶନ କରିଥିଲେ। ଏହି ସମୟରେ ଗୋଷ୍ଠୀ…

ବାଘ ଛାଲ ବିକ୍ରି ବେଳେ ମାଡ଼ି ବସିଲା ବନ ବିଭାଗ

କୋକସରା,୬।୮(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ଥାନା ବେହେରା ଫରେଷ୍ଟ ସେକ୍ସନ ଅନ୍ତର୍ଗତ ଡହଗାଁରେ ବାଘ ଛାଲ ସହ ଜଣେ ଅଭିଯୁକ୍ତଙ୍କୁ ଗିରଫ କରାଯାଇଛି। ଗିରଫ…

କୋର୍ଟ ସମ୍ମୁଖରେ ଓକିଲ ସଂଘ ସଭାପତିଙ୍କୁ ଆକ୍ରମଣ

ବରଗଡ଼,୬।୮(ପ୍ରେମାନନ୍ଦ ଖମାରୀ): ବରଗଡ଼ ସହରରେ ଆଇନ ଶୃଙ୍ଖଳା ହୁଗୁଳା ହୋଇପଡିଛି। ଏଠାରେ ଦିନ ଦ୍ବିପହରରେ ଲୁଟପାଟ, ଆକ୍ରମଣ ବଢ଼ି ଚାଲିଛି। ଗୁରୁବାର ଅପରାହ୍ନରେ ସ୍ଥାନୀୟ କୋର୍ଟ ସମ୍ମୁଖରେ…

୫ ବର୍ଷ ମଧ୍ୟରେ ପ୍ରଧାନମନ୍ତ୍ରୀ ମୋଦିଙ୍କ ବିଦେଶ ଗସ୍ତରେ କେତେ ଖର୍ଚ୍ଚ ହୋଇଛି? ସଂସଦରେ ତଥ୍ୟ ପ୍ରକାଶ କଲେ ସରକାର

ନୂଆଦିଲ୍ଲୀ,୬।୮: ବୈଦେଶିକ ବ୍ୟାପାର ରାଷ୍ଟ୍ରମନ୍ତ୍ରୀ ପବିତ୍ରା ମାର୍ଗେରିଟା ଗୁରୁବାର (ଅଗଷ୍ଟ ୬) ସଂସଦରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ୨୦୨୬ରେ ସରକାରୀ ବିଦେଶ ଗସ୍ତରେ ହୋଇଥିବା ଖର୍ଚ୍ଚ ସମ୍ପର୍କରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri