Posted inଜାତୀୟ

ଉଦ୍ଧବ ମରାଠୀଙ୍କୁ ଘୃଣା କରନ୍ତି, ଶିନ୍ଦେଙ୍କ ପାଇଁ ବଞ୍ଚିଛି ଶିବସେନା, କେବେଠୁଁ ଭାଜପାରେ ବିଲୟ ହୋଇ ସାରନ୍ତାଣି…

ମୁମ୍ବାଇ,୩।୯ : ମୁଖ୍ୟମନ୍ତ୍ରୀ ଏକନାଥ ଶିନ୍ଦେଙ୍କ ବିଦ୍ରୋହୀ ମନୋଭାବ ଯୋଗୁ ମହାରାଷ୍ଟ୍ରରେ ନୂଆ ସରକାର ଗଠନ ହୋଇଛି। ତେବେ ଏବେ ବି ଶିନ୍ଦେ ଗୋଷ୍ଠୀ ଉଦ୍ଧବଙ୍କୁ ଟାର୍ଗେଟ କରିବା ଜାରି ରଖିଛନ୍ତି। ଶିନ୍ଦେ ଗୋଷ୍ଠୀର ନେତା ତଥା ପୂର୍ବତନ ମନ୍ତ୍ରୀ ରାମଦାସ କଦମ ଦାବି କରିଛନ୍ତି ଯେ ଉଦ୍ଧବ ଏବଂ ଆଦିତ୍ୟ ଠାକରେଙ୍କ ବ୍ୟତୀତ ସମଗ୍ର ଶିବସେନା ଭାଜପାରେ ଯୋଗଦେବାକୁ ପ୍ରସ୍ତୁତ ହୋଇ ସାରିଥିଲେ। ଶିନ୍ଦେଙ୍କ କାରଣରୁ ବାଲାସାହେବଙ୍କ ଶିବସେନା ବଞ୍ଚିଛି। ନଚେତ କେବେଠୁଁ ଭାଜପାରେ ବିଲୟ ହୋଇ ସାରନ୍ତାଣି।

ଉଦ୍ଧବ ବାଲାସାହେବ ଠାକରେଙ୍କ ଆଦର୍ଶ ଅନୁସରଣ କରିବା ପରିବର୍ତ୍ତେ ଶରଦ ପାୱାରଙ୍କୁ ମାନୁଥିବା ସେ ଅଭିଯୋଗ କରିଛନ୍ତି। କଦମ କହିଛନ୍ତି ଯେ ଉଦ୍ଧବ ଠାକରେ କାହା କଥା ଶୁଣିବାକୁ ପ୍ରସ୍ତୁତ ନୁହଁନ୍ତି। ସେ ମରାଠାଙ୍କୁ ଘୃଣା କରନ୍ତି। ପ୍ରକୃତ ଦେଶଦ୍ରୋହୀ କିଏ? ପ୍ରକୃତ ଠକ କିଏ? ମୁଁ ଲୋକଙ୍କୁ ସତ କହିବି। ରାଜ୍ୟର ପ୍ରତ୍ୟେକ ଜିଲାକୁ ଯିବି ।  ମୋତେ ୩ ବର୍ଷ କଥା ହେବାକୁ ଦିଆଯାଇ ନଥିଲା। ଉଦ୍ଧବ ଏବଂ ଆଦିତ୍ୟ ନିଜକୁ ମାଲିକ ଏବଂ ଅନ୍ୟମାନେ ସେବକ ଭାବରେ ବିବେଚନା କରନ୍ତି। ବାଲାସାହେବ ସମସ୍ତ ନେତାଙ୍କ ସହ କଥା ହେଉଥିଲେ। ଆଲୋଚନା କରିବା ପରେ ବିଭିନ୍ନ ନିଷ୍ପତ୍ତି ଗ୍ରହଣ କରାଯାଉଥିଲା ବୋଲି କଦମ କହିଛନ୍ତି।

ରାମଦାସ କଦମ ରତ୍ନଗିରିରେ ଏକ କାର୍ଯ୍ୟକ୍ରମରେ ଯୋଗଦେଇ କହିଛନ୍ତି, ’ଆଜି ଏକନାଥ ଶିନ୍ଦେ ବାଲାସାହେବଙ୍କ ବିଚାର ଧାରାକୁ ପ୍ରକୃତ ଅର୍ଥରେ ଅନୁସରଣ କରୁଛନ୍ତି। ଉଦ୍ଧବ  ବାଲାସାହେବଙ୍କ ଚିନ୍ତାଧାରାକୁ ଅସମ୍ମାନ କରି ତାଙ୍କ ପିଠିରେ ଖଣ୍ଡା ଲଗାଇବା କାମ କରିଛନ୍ତି ବୋଲି ସେ ଅଭିଯୋଗ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Jio Plan: ମାତ୍ର ୧୨୩ ଟଙ୍କାରେ ୨୮ ଦିନର ଭାଲିଡିଟି, ଏମାନଙ୍କୁ ମିଳିବ ଲାଭ…

ନୂଆଦିଲ୍ଲୀ,୯।୨: ରିଲାଏନ୍ସ ଜିଓର ଏକ ଶସ୍ତା ପ୍ରିପେଡ୍ ରିଚାର୍ଜ ପ୍ଲାନ୍ ହେଉଛି ₹୧୨୩ ପ୍ଲାନ୍, ଯାହା ୨୮ ଦିନର ଭ୍ୟାଲିଡିଟି ଦେଇଥାଏ। ଏହି ପ୍ଲାନ୍ ବିଶେଷକରି ଜିଓ…

ସମସ୍ତଙ୍କୁ ଆଶ୍ଚର୍ଯ୍ୟ କଲା ICC: T20 ବିଶ୍ୱକପ୍‌ରେ ବାଂଲାଦେଶର ଅନୁପସ୍ଥିତି ଉପରେ ନେଲା ଏମିତି ନିଷ୍ପତ୍ତି

ନୂଆଦିଲ୍ଲୀ,୯।୨: ପୁରୁଷ T20 ବିଶ୍ୱକପ୍‌ରେ ବାଂଲାଦେଶର ଅନୁପସ୍ଥିତିକୁ ନେଇ ICC ଦୁଃଖ ପ୍ରକାଶ କରିଛି। ତେବେ ଏହି ଘଟଣା ପାଇଁ ବାଂଲାଦେଶ କ୍ରିକେଟ ବୋର୍ଡ (BCB) ଉପରେ…

T20 ବିଶ୍ୱକପ୍‌: ଭାରତ ବିପକ୍ଷରେ ମ୍ୟାଚ୍ ଖେଳିବାକୁ ପାକିସ୍ତାନକୁ ଅନୁରୋଧ କଲା ବାଂଲାଦେଶ

ନୂଆଦିଲ୍ଲୀ,୯।୨: ଭାରତ-ପାକିସ୍ତାନ T20 ବିଶ୍ୱକପ୍ ମ୍ୟାଚ୍‌କୁ ନେଇ ସୃଷ୍ଟି ହୋଇଥିବା ଅନିଶ୍ଚିତତା ମଧ୍ୟରେ ଏକ ନୂଆ ମୋଡ଼ ଆସିଛି। ବାଂଲାଦେଶ କ୍ରିକେଟ ବୋର୍ଡ (BCB) ପାକିସ୍ତାନକୁ ଏହି…

ରିଲିଜ ପୂର୍ବରୁ ‘ଲିକ୍’ ହୋଇଗଲା ପୂର୍ବତନ ସେନାଧ୍ୟକ୍ଷଙ୍କ ପୁସ୍ତକ, FIR ରୁଜୁ କଲା ଦିଲ୍ଲୀ ପୋଲିସ

ନୂଆଦିଲ୍ଲୀ,୯।୨: ପୂର୍ବତନ ସେନାଧ୍ୟକ୍ଷ ଜେନେରାଲ ଏମ୍.ଏମ୍. ନରଭାଣେଙ୍କ ଆଗାମୀ ପୁସ୍ତକ ‘ଫୋର୍ ଷ୍ଟାର୍ସ ଅଫ୍ ଡେଷ୍ଟିନି’ର ଅନଧିକୃତ ପ୍ରସାରଣକୁ ନେଇ ଦିଲ୍ଲୀ ପୋଲିସ ଏକ ଅପରାଧିକ ମାମଲା…

ଫାର୍ମହାଉସ ଅଞ୍ଚଳରେ ମହିଳାଙ୍କ ଗଳିତ ମୃତଦେହ, ପରିଚୟ ଖୋଜୁଛି ସଦର ଥାନା ପୋଲିସ

ଭବାନୀପାଟଣା,୯ା୨(ଉତ୍ତମ କୁମାର ଦାଶ)- କଳାହାଣ୍ଡି ଜିଲା ଭବାନୀପାଟଣା ସଦର ଥାନା ଅନ୍ତର୍ଗତ ଶ୍ରୀପୁରସ୍ଥିତ ଏକ ଫାର୍ମହାଉସ ଅଞ୍ଚଳରୁ ସୋମବାର ଜଣେ ମହିଳାଙ୍କ ଗଳିତ ମୃତଦେହ ଜବତ ହୋଇଛି।…

ବାଇକ୍‌ରେ ଘରକୁ ଫେରୁଥିଲେ, ପଛପଟୁ ପିଟିଲା ପିକ୍‌ଅପ୍‌ ଭ୍ୟାନ୍‌; ଚାଲିଗଲା ଆରୋହୀଙ୍କ ଜୀବନ

ବଲାଙ୍ଗୀର,୯।୨(ସୁନୀଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ତୁଷାର ଥାନା ଅନ୍ତର୍ଗତ ଧାନଘରା ବ୍ରିଜ ରାହୁଲ ଢ଼ାବା ନିକଟ ରାସ୍ତାରେ ସୋମବାର ସଂଧ୍ୟାରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା…

BCCI Central Contract 2025-26: ଗିଲଙ୍କ ସମେତ ଏହି ଖେଳାଳିଙ୍କୁ  ଗ୍ରେଡ୍‌ A, ହେଲେ କୋହଲି-ରୋହିତଙ୍କୁ B; ନିରାଶ ହେଲେ…

ନୂଆଦିଲ୍ଲୀ,୯।୨: BCCI ୨୦୨୫-୨୬ ବର୍ଷ ପାଇଁ ସେଣ୍ଟ୍ରାଲ କଣ୍ଟ୍ରାକ୍ଟ ଲିଷ୍ଟ(କେନ୍ଦ୍ରୀୟ ଚୁକ୍ତି ତାଲିକା) ପ୍ରକାଶ କରିଛି। ଏଥିରେ ବଡ଼ ପରିବର୍ତ୍ତନ ହୋଇଛି। ତାଲିକାରୁ ଏ ପ୍ଲସ୍‌ (A+)…

ପ୍ରେମ ସପ୍ତାହରେ ରକ୍ତରଂଜିତ କାହାଣୀ: ତ୍ରିକୋଣୀୟ ପ୍ରେମକୁ ନେଇ ଜଘନ୍ୟ ହତ୍ୟାକାଣ୍ଡ

ଭୁବନେଶ୍ୱର,୯।୨: ରାଜଧାନୀ ଭୁବନେଶ୍ୱରରେ ଏକ ସିନେମା ଷ୍ଟାଇଲ୍‌ରେ ଘଟିଛି ଜଘନ୍ୟ ହତ୍ୟାକାଣ୍ଡ। ‘ଚକୋଲେଟ୍ ଡେ’ ପାଳନ ପରେ ପ୍ରେମିକର ବେକ କାଟି ହତ୍ୟା କରିବା ସହ ପ୍ରମାଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri