Posted inଜାତୀୟ

ଫଡ୍‌ନବିସଙ୍କୁ ଭେଟିଲେ ଉଦ୍ଧବ: ବଢୁଛି ଚର୍ଚ୍ଚା

ନାଗପୁର, ୧୮।୧୨:ମହାରାଷ୍ଟ୍ର ବିଧାନସଭା ନିର୍ବାଚନରେ ଦଳର ଘୋର ବିପର୍ଯ୍ୟୟ ପରେ ଶିବସେନା (ୟୁବିଟି) ନେତା ଉଦ୍ଧବ ଠାକ୍‌ରେ ମଙ୍ଗଳବାର ନାଗପୁର ବିଧାନ ଭବନଠାରେ ପ୍ରଥମ ଥର ପାଇଁ ମୁଖ୍ୟମନ୍ତ୍ରୀ ଦେବେନ୍ଦ୍ର ଫଡ୍‌ନବିସଙ୍କୁ ଭେଟିଛନ୍ତି। ନିର୍ବାଚନରେ ଭାଜପାର ବଡ଼ ବିଜୟ ହୋଇଥିବାରୁ ଉଦ୍ଧବ ମୁଖ୍ୟମନ୍ତ୍ରୀଙ୍କୁ ଶୁଭେଚ୍ଛା ଜଣାଇବା ପାଇଁ ଯାଇଥିବା ଜଣାପଡ଼ିଛି। ତାଙ୍କ ସହ ପୁଅ ତଥା ଓ୍ବର୍ଲି ବିଧାୟକ ଆଦିତ୍ୟ ଠାକ୍‌ରେ, ବିଧାୟକ ଅନିଲ ପରବ ଓ ବରୁଣ ସରଦେଶାଇ ପ୍ରମୁଖ ମୁଖ୍ୟମନ୍ତ୍ରୀଙ୍କୁ ଭେଟିଛନ୍ତି। ମହାରାଷ୍ଟ୍ରର ସ୍ବାର୍ଥ ପାଇଁ ଏକାଠି କାମ କରିବା ଉଦ୍ଦେଶ୍ୟରେ ଏପରି ଭେଟ୍‌ଘାଟ ହୋଇଥିବା ଆଦିତ୍ୟ କହିଛନ୍ତି। ଆଦିତ୍ୟ କହିଛନ୍ତି, ତାଙ୍କ ଦଳର ମୁଖିଆ ଉଦ୍ଧବ ଠାକରେ ମୁଖ୍ୟମନ୍ତ୍ରୀ ଫଡ୍‌ନବିସ ଓ ବିଧାନସଭା ବାଚସ୍ପତି ରାହୁଲ ନରୱେକରଙ୍କୁ ଭେଟି ରାଜ୍ୟ ସ୍ବାର୍ଥ ସମ୍ପର୍କିତ ବହୁ ବିଷୟ ଉପରେ ଆଲୋଚନା କରିଛନ୍ତି। ଆଦିତ୍ୟ କହିଛନ୍ତି, ଆମେ ସମସ୍ତେ ଲୋକଙ୍କ ପ୍ରତିନିଧି। ଶାସକ ଦଳ ମଧ୍ୟ ଆମକୁ ଶୁଣିବା ଉଚିତ। ଏହାଦ୍ୱାରା ଲୋକଙ୍କ ମଙ୍ଗଳ ହେବ ବୋଲି ସେ କହିଛନ୍ତି। ସୂଚନାଯୋଗ୍ୟ, ଏବେ ନାଗପୁରରେ ଶୀତ ଅଧିବେଶନ ଚାଲିଛି।


Enter your email to get our daily news in your inbox.

All Right Reserved By Dharitri.Com

ଆସାମର ହାତୀ-ଟ୍ରେନ୍‌ ଧକ୍କା

ଶନିବାର(୨୦-୧୨-୨୫) ବିଳମ୍ବିତ ରାତିରେ ଆସାମରେ ଘଟିଥିବା ହାତୀ-ଟ୍ରେନ୍‌ ଧକ୍କା ଏକ ବଡ଼ ଘଟଣା। ଗୋଟିଏ ଧକ୍କାରେ ୮ଟି ହାତୀଙ୍କ ମୃତ୍ୟୁ ହୋଇଛି। ଆସାମରେ ଏହା ଏପର୍ଯ୍ୟନ୍ତ...

ଦିଲ୍ଲୀରୁ ଯିବ ରାଜଧାନୀ

ଦିଲ୍ଲୀ ଭାରତର ରାଜଧାନୀ ହୋଇଥିବାରୁ ଦେଶର ବିଭିନ୍ନ ପ୍ରାନ୍ତର ଲୋକ ସେଠାରେ ରହିବାକୁ କିମ୍ବା ବୁଲିଯିବାକୁ ପସନ୍ଦ କରିଥାଆନ୍ତି। ସେଠି ପାର୍ଲାମେଣ୍ଟ, ଲାଲ୍‌କିଲ୍ଲା, ସୁପ୍ରିମକୋର୍ଟ, ଇଣ୍ଡିଆ...

ଟ୍ୟୁସନ ସାରି ଫେରୁଥିଲେ ନାବାଳିକା, ବଳାତ୍କାର ପରେ ବୁଦା ମୂଳେ କରିଦେଲେ…

ଭଦ୍ରକ, ୨୪।୧୨(ଅଶୋକ ପଣ୍ଡା/ସନାତନ ରାଉତ): ଭଦ୍ରକ ଜିଲା ଚାନ୍ଦବାଲିରେ ଏକ ଲଜ୍ୟାଜନକ ଘଟଣା ଘଟିଯାଇଛି l ଜଣେ ୧୧ ବର୍ଷୀୟା ନାବାଳିକାଙ୍କୁ ବଳାତ୍କାର ପରେ ହତ୍ୟା...

ସମସ୍ୟା ଘେରରେ ପ୍ରାଥମିକ ବିଦ୍ୟାଳୟ ଶିକ୍ଷକ, ଶ୍ରେଣୀଗୃହ ଅଭାବ

ନୂଆପଡ଼ା/କୋମନା,୨୪ା୧୨ (ମକାରୁ ବେମାଲ/ମହେଶ ବାଗ): ନୂଆପଡ଼ା ଜିଲା କୋମନା ବ୍ଲକ ଅନ୍ତର୍ଗତ ସିଆଲଲଟି ପଞ୍ଚାୟତ ହଲୁଆପାଲି ପ୍ରାଥମିକ ବିଦ୍ୟାଳୟ ସମ୍ପ୍ରତି ବିଭିନ୍ନ ସମସ୍ୟା ମଧ୍ୟରେ ଗତିକରୁଛି।...

ବଡ଼ଦିନରୁ ଥରିବ ଓଡ଼ିଶା

ଭୁବନେଶ୍ୱର,୨୪।୧୨: ରାଜ୍ୟକୁ ଫେରିବ ହାଡ଼ଭଙ୍ଗା ଶୀତ। ବଡ଼ଦିନରୁ ଥରିବ ଓଡ଼ିଶା। ଶୀତ ପ୍ରକୋପରେ କଲବଲ ହେବେ ରାଜ୍ୟବାସୀ। କାଲିଠୁ ହାଡ଼ଭଙ୍ଗା ଶୀତ ସହିତ ଆଗାମୀ ୫ଦିନ...

ଟ୍ୟୁଶନ ହେବେ ରାଜସ୍ବ ବାବୁ: ଯୋଜନାର କାର୍ଯ୍ୟକାରିତା ଉପରେ ସରକାରଙ୍କ ଫୋକସ୍‌

ଭୁବନେଶ୍ୱର,୨୪।୧୨(ରବିନାରାୟଣ ଜେନା): ରାଜ୍ୟ ସରକାରଙ୍କ ପକ୍ଷରୁ ଗତ ୧୮ ମାସ ମଧ୍ୟରେ ରାଜସ୍ବସେବାକୁ ଲୋକଙ୍କ ନିକଟତର କରିବା ପାଇଁ ଭୂ-ବନ୍ଦୋବସ୍ତ ଆଇନଠାରୁ ଆରମ୍ଭକରି ଜମି ପଞ୍ଜୀକରଣ...

ମାସେ ପରେ ବି ତୁଟିନି ଧାନ କିଣାବିକା ସମସ୍ୟା: ପୋଲିସ-ଚାଷୀ ଧସ୍ତାଧସ୍ତି

ବରଗଡ଼,୨୪।୧୨(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାରେ ଖରିଫ ଧାନ ସଂଗ୍ରହ ପ୍ରକ୍ରିୟାକୁ ଏକମାସରୁ ଊଦ୍ଧର୍‌ବ ବିତିଗଲାଣି। ଏହାସତ୍ତ୍ୱେ ଧାନ କିଣାବିକା ନେଇ ନାନା ସମସ୍ୟା ଅସମାହିତ ରହିଛି। ଧାନ...

୬ ବଲ୍‌ରେ ୫ ଉଇକେଟ…ଇତିହାସ ରଚିଲେ ୨୮ ବର୍ଷୀୟ ଏହି ବୋଲର୍‌; ପ୍ରଥମ ଥର…

ନୂଆଦିଲ୍ଲୀ,୨୩।୧୨: ଟି୨୦ଆଇ କ୍ରିକେଟ୍‌ରେ ଏକ ଓଭରରେ ୫ ଉଇକେଟ୍ ନେବା ପ୍ରତ୍ୟେକ ବୋଲରଙ୍କ ସ୍ୱପ୍ନ ଅଟେ। ୪ ଓଭରର ସ୍ପେଲ୍‌ରେ ଏହି କାରନାମା କରିବା ବହୁତ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri