Posted inଜାତୀୟ

ମାନହାନି ମାମଲାରେ ଉଦ୍ଧବ, ସଞ୍ଜୟଙ୍କୁ ସମନ

ନୂଆଦିଲ୍ଲୀ, ୨୯ା୩ : ଏକ ମାନହାନି ମାମଲାରେ ମହାରାଷ୍ଟ୍ରର ପୂର୍ବତନ ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକ୍‌ରେ, ତାଙ୍କ ପୁଅ ତଥା ପୂର୍ବତନ ମନ୍ତ୍ରୀ ଆଦିତ୍ୟ ଠାକ୍‌ରେ, ଘନିଷ୍ଠ ସହଯୋଗୀ ସଞ୍ଜୟ ରାଉତଙ୍କୁ ଦିଲ୍ଲୀ ହାଇକୋର୍ଟ ମଙ୍ଗଳବାର ସମନ ଜାରି କରିଛନ୍ତି। ଶିବସେନାର ଏକନାଥ ଶିନ୍ଦେ ଗୋଷ୍ଠୀର ଏମ୍‌ପି ରାହୁଲ ରମେଶ ଶଓ୍ବୋଲେ ଦାଏର କରିଥିବା ପିଟିଶନ ଆଧାରରେ ଏପ୍ରିଲ ୧୭ରେ ହାଜର ହେବା ପାଇଁ ସେମାନଙ୍କୁ ନିର୍ଦ୍ଦେଶ ଦିଆଯାଇଛି। ଶିବସେନାର ‘ଧନୁତୀର’ ଚିହ୍ନ କିଣିବା ପାଇଁ ମୁଖ୍ୟମନ୍ତ୍ରୀ ଏକନାଥ ଓ ତାଙ୍କ ଅନୁଗତ ନେତାମାନେ ୨,୦୦୦ କୋଟି ଟଙ୍କା ଦେଇଥିବା ଠାକ୍‌ରେ ଗୋଷ୍ଠୀର ସଞ୍ଜୟ ରାଉତ ଓ ଅନ୍ୟମାନେ ଅଭିଯୋଗ କରିଥିଲେ। ଭବିଷ୍ୟତରେ ଏଭଳି ମନ୍ତବ୍ୟ ଦେବାରୁ ଠାକ୍‌ରେ ଗୋଷ୍ଠୀର ନେତାମାନେ ଦୂରେଇ ରହିବା ଲାଗି ନିର୍ଦ୍ଦେଶ ଦେବାକୁ ଶଓ୍ବୋଲେ ପିଟିଶନରେ ଦାବି କରିଥିଲେ। ଏହା ଏକ ରାଜନୈତିକ ପ୍ରସଙ୍ଗ ହୋଇଥିବାରୁ ଅନ୍ୟପକ୍ଷର ଯୁକ୍ତି ନ ଶୁଣି କୌଣସି ନିର୍ଦ୍ଦେଶ ଦେଇପାରିବେ ନାହିଁ ବୋଲି ହାଇକୋର୍ଟ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କେନ୍ଦ୍ର ସରକାରଙ୍କ ବଡ଼ ଘୋଷଣା, ରବିବାର ବି ଖୋଲା ରହିବ ବ୍ୟାଙ୍କ

ନୂଆଦିଲ୍ଲୀ,୨୩।୯: ବ୍ୟାଙ୍କ ୟୁନିଅନଗୁଡ଼ିକ ପକ୍ଷରୁ ତିନିଦିନିଆ ବ୍ୟାଙ୍କ ହଡତାଳ ଡାକରା ଦିଆଯାଇଥିବା ବେଳେ କେନ୍ଦ୍ର ସରକାର ଏକ ବଡ଼ ପଦକ୍ଷେପ ନେଇଛନ୍ତି। ଅର୍ଥ ମନ୍ତ୍ରଣାଳୟ ପକ୍ଷରୁ ଆସନ୍ତା…

ମାତ୍ର ଗୋଟିଏ ମିନିଟରେ ଟିକେଟ ରେଜିଷ୍ଟ୍ରେଶନ ଶେଷ! IND vs WI ମ୍ୟାଚ ପାଇଁ ପ୍ରବଳ ଉତ୍ସାହ

ନୂଆଦିଲ୍ଲୀ,୨୩।୯: ଭାରତ ଏବଂ ୱେଷ୍ଟଇଣ୍ଡିଜ ମଧ୍ୟରେ ହେବାକୁ ଥିବା ଦିନିକିଆ (ODI) ସିରିଜ ପାଇଁ ପ୍ରଶଂସକମାନେ ଉତ୍ସାହର ସହ ଅପେକ୍ଷା କରିଛନ୍ତି, କାରଣ ଏଥିରେ ରୋହିତ ଶର୍ମା…

‘ଏକ ଛୋଟ ସହରର ପୁଅର ସ୍ବପ୍ନ’… ଜାତୀୟ ପୁରସ୍କାର ଜିତିବା ପରେ ଭାବବିହ୍ବଳ ହେଲେ କାର୍ତ୍ତିକ ଆର୍ଯ୍ୟନ; ଲେଖିଲେ ହୃଦୟସ୍ପର୍ଶୀ ପୋଷ୍ଟ

ମୁମ୍ବାଇ: ଗୁଜୁରାଟରେ ୭୨ତମ ଜାତୀୟ ଚଳଚ୍ଚିତ୍ର ପୁରସ୍କାର ସମାରୋହ ଅନୁଷ୍ଠିତ ହୋଇଥିଲା, ଯେଉଁଠାରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ବିଜେତାମାନଙ୍କୁ ସମ୍ମାନିତ କରିଥିଲେ। ଏହି ସମ୍ମାନ ପାଇଥିବା ବ୍ୟକ୍ତିବିଶେଷଙ୍କ…

ଭାଜପା ପାଇଁ ଆସିଲା ବଡ଼ ଖୁସି ଖବର: ୧୨ ଜଣ UDP ବିଧାୟକଙ୍କ ମଧ୍ୟରୁ ୮ ଜଣ…

ଶିଲଂ,୨୩।୯: ମେଘାଳୟର ୧୨ ଜଣ UDP ବିଧାୟକଙ୍କ ମଧ୍ୟରୁ ୮ ଜଣ ଭାଜପାରେ ଯୋଗ ଦେଉଛନ୍ତି। ଖ୍ଲିହରିଆଟ (Khliehriat) ବିଧାୟକ କାଇରମେନ ଶାଇଲାଙ୍କ ନେତୃତ୍ୱରେ ଏହି ବିଧାୟକମାନେ…

୨୮ ବର୍ଷ ପରେ ପଦକ ଜିତି ଇତିହାସ ସୃଷ୍ଟି କଲେ ମୀରାବାଇ ଚାନୁ

ନୂଆଦିଲ୍ଲୀ,୨୩।୯: ମୀରାବାଇ ଚାନୁ ୨୦୨୬ ଏସୀୟ କ୍ରୀଡ଼ାରେ ରୌପ୍ୟ ପଦକ ଜିତିଛନ୍ତି। ଫାଇନାଲରେ ମୋଟ ୧୯୮ କିଲୋଗ୍ରାମ ଓଜନ ଉଠାଇ ସେ ଏହି ରୌପ୍ୟ ପଦକ ହାସଲ…

ବମ୍ବେ ହାଇକୋର୍ଟଙ୍କ କଡ଼ା ନିର୍ଦ୍ଦେଶ, ରାସ୍ତାରେ ବାଣ ଫୁଟାଇଲେ ହେବ…

ମୁମ୍ବାଇ,୨୩ା୯: ପର୍ବପର୍ବାଣୀ ସମୟରେ ହେଉଥିବା ପ୍ରବଳ ଶବ୍ଦ ଏବଂ ବାୟୁ ପ୍ରଦୂଷଣ ଉପରେ ତୀବ୍ର ଅସନ୍ତୋଷ ପ୍ରକାଶ କରି ବମ୍ବେ ହାଇକୋର୍ଟ ଏକ ଗୁରୁତ୍ୱପୂର୍ଣ୍ଣ ନିର୍ଦ୍ଦେଶ ଜାରି…

ସୁନିତା ଆହୁଜା ନୁହେଁ ବରଂ କୋମଲ ରାଣୀଙ୍କ ସହ ‘ଲାଲବାଗଚା ରାଜା’ ଦର୍ଶନ କରିବାକୁ ଯାଇଥିଲେ ଗୋବିନ୍ଦା, ୟୁଜର୍ସ କହିଲେ…

ମୁମ୍ବାଇ,୨୩।୯: ଗତ କିଛି ସମୟ ଧରି ଗୋବିନ୍ଦା ଏବଂ ସୁନିତା ଆହୁଜାଙ୍କ ମଧ୍ୟରେ ଏକ ବିବାଦ ଚାଲିଆସୁଛି। ଗୋବିନ୍ଦାଙ୍କର ତାଙ୍କ ସହ-କଳାକାର କୋମଲ ରାଣୀଙ୍କ ସହ ସମ୍ପର୍କ…

ହାଡୁ ନାଏକଙ୍କ ମୃତ୍ୟୁକୁ ନେଇ ଉତ୍ତେଜନା: ରାସ୍ତା ଅବରୋଧ କଲେ ଉତ୍ତ୍ୟକ୍ତ ଲୋକେ

ଦେବଗଡ଼,୨୩।୯(ଶଶାଙ୍କ ଶେଖର ଝାଙ୍କର):ଦେବଗଡ ପୌରାଞ୍ଚଳ ରଜାମୁଣ୍ଡା ସାହିରେ ଯୁବକଙ୍କ ସନ୍ଦେହ ଜନକ ମୃତ୍ୟୁ ନେଇ ଉତ୍ତେଜନା। ରଜାମୁଣ୍ଡା ଛକ ନିକଟ ପୁରୁଣା ଏନଏଚରେ ଉତ୍ତ୍ୟକ୍ତ ଲୋକଙ୍କ ଦ୍ୱାରା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?