Posted inଜାତୀୟ

ରାଷ୍ଟ୍ରପତି ନିର୍ବାଚନରେ ଏନ୍‌ଡିଏ ପ୍ରାର୍ଥୀଙ୍କୁ ସମର୍ଥନ କରିବେ ଉଦ୍ଧବ

ମୁମ୍ବାଇ,୧୨।୭: ରାଷ୍ଟ୍ରପତି ନିର୍ବାଚନରେ ଏନ୍‌ଡିଏ ପ୍ରାର୍ଥୀ ଦ୍ରୌପଦୀ ମୁର୍ମୁଙ୍କୁ ସମର୍ଥନ କରିବାକୁ ଉଦ୍ଧବ ଠାକରେ ନିଷ୍ପତ୍ତି ନେଇଛନ୍ତି। ମଙ୍ଗଳବାର ଏନେଇ ଉଦ୍ଧବ ଠାକରେ ଘୋଷଣା କରିଛନ୍ତି। ରାଷ୍ଟ୍ରପତି ନିର୍ବାଚନରେ ଉଦ୍ଧବ ଶିବସେନା ପକ୍ଷରୁ ସମର୍ଥନର ଘୋଷଣା କରିଛନ୍ତି। ସେ କହିଛନ୍ତି, ଶିବସେନା ଏମ୍‌ପିମାନେ ମୋ ଉପରେ କୌଣସି ଚାପ ପକାଇନାହାଁନ୍ତି, କିନ୍ତୁ ସେମାନେ ଅନୁରୋଧ କରିଛନ୍ତି। ଏଭଳି ପରିସ୍ଥିତିରେ ତାଙ୍କ ପରାମର୍ଶକୁ ବିଚାର କରି ଆମେ ରାଷ୍ଟ୍ରପତି ପ୍ରାର୍ଥୀ ଭାବେ ଦ୍ରୌପଦୀ ମୁର୍ମୁଙ୍କୁ ସମର୍ଥନ କରିବାକୁ ନିଷ୍ପତ୍ତି ନେଇଛୁ। ଏଥିସହ ଏକ ଅନୁସୂଚିତ ଜନଜାତି ମହିଳା ରାଷ୍ଟ୍ରପତି ହୋଇଥିବାରୁ ଆମେ ବେଶ୍‌ ଖୁସି ବୋଲି ଉଦ୍ଧବ କହିଛନ୍ତି। ଅନ୍ୟପଟେ ଉଦ୍ଧବଙ୍କ ଏହି ନିଷ୍ପତ୍ତିରେ ମହା ବିକାଶ ଅଘାଡି(ଏମ୍‌ଭିଏ) ମେଣ୍ଟ ପାଇଁ ଏକ ବଡ଼ ଝଟ୍‌କା ଲାଗିଛି। କାରଣ ଏମ୍‌ଭିଏର ଅନ୍ୟ ଦୁଇ ସହଯୋଗୀ କଂଗ୍ରେସ ଏବଂ ଶରଦ ପାୱାରଙ୍କ ଏନ୍‌ସିପି ବିରୋଧୀ ଦଳର ରାଷ୍ଟ୍ରପତି ପ୍ରାର୍ଥୀ ଯଶୱନ୍ତ ସିହ୍ନାଙ୍କୁ ସମର୍ଥନ କରୁଛନ୍ତି। ବର୍ତ୍ତମାନ ଉଦ୍ଧବ ଏନ୍‌ଡିଏ ପ୍ରାର୍ଥୀଙ୍କୁ ସମର୍ଥନ କରିବା ନେଇ ନିଷ୍ପତ୍ତି ନେଇଛନ୍ତି। ଏହାଦ୍ୱାରା ସ୍ପଷ୍ଟ ହେଉଛି ଯେ, ସେ ସଞ୍ଜୟ ରାଉତଙ୍କ ମତକୁ ଗ୍ରହଣ ନ କରି ଦଳର ଏମ୍‌ପିଙ୍କୁ କଥାକୁ ସ୍ବୀକାର କରିଛନ୍ତି। ସୂଚନାଯୋଗ୍ୟ, ସୋମବାର ଶିବସେନାର ଏକ ବୈଠକ ହୋଇଥିଲା। ଏଥିରେ ଦଳର ୧୯ଜଣ ଏମ୍‌ପିଙ୍କ ମଧ୍ୟରୁ କେବଳ ୧୧ଜଣ ପହଞ୍ଚିଥିଲେ। ଉକ୍ତ ବୈଠକରେ ରାଷ୍ଟ୍ରପତି ନିର୍ବାଚନରେ ଦ୍ରୌପଦୀ ମୁର୍ମୁଙ୍କୁ ସମର୍ଥନ କରିବାକୁ ଏହି ଏମ୍‌ପିମାନଙ୍କ ମଧ୍ୟରୁ ଅଧିକାଂଶ ଉଦ୍ଧବଙ୍କୁ ନିବେଦନ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଋଷିଆରୁ ତେଲ କିଣିବା ବନ୍ଦ କରିନାହିଁ ଭାରତ; ଆମେରିକାର ଦାବିକୁ ଖଣ୍ଡନ କଲା ମସ୍କୋ

ନୂଆଦିଲ୍ଲୀ,୧୮।୨: ଭାରତ ଋଷିଆଠାରୁ ତେଲ ଆମଦାନୀ ବନ୍ଦ କରିଥିବା ନେଇ ଆମେରିକାର ଦାବିକୁ ଋଷିଆ ସମ୍ପୂର୍ଣ୍ଣ ରୂପେ ଖଣ୍ଡନ କରିଛି। ବୁଧବାର ଋଷିଆ ବୈଦେଶିକ ମନ୍ତ୍ରଣାଳୟ ପକ୍ଷରୁ…

ଶେଷ ଓଭରରେ ଭାରତର ରୋମାଞ୍ଚକର ବିଜୟ, ଶେଷ ଯାଏ ଲଢ଼ିଲା ନେଦରଲ୍ୟାଣ୍ଡ

ଅହମ୍ମଦାବାଦ,୧୮।୨: ନରେନ୍ଦ୍ର ମୋଦି ଷ୍ଟାଡିୟମରେ ଖେଳାଯାଇଥିବା ଟି-୨୦ ବିଶ୍ୱକପ୍‌ର ଏକ ରୋମାଞ୍ଚକର ମୁକାବିଲାରେ ଭାରତ ୧୭ ରନରେ ନେଦରଲ୍ୟାଣ୍ଡକୁ ପରାସ୍ତ କରିଛି। ଏହି ବିଜୟ ସହ ଭାରତ…

ଭାରତ ପାଇଁ ଗୁଗୁଲର ମେଗା ପ୍ଲାନ୍: ସମୁଦ୍ର ତଳେ ଆମେରିକା ଯାଏଁ ବିଛାଯିବ କେବୁଲ୍, ନିବେଶ ହେବ ୧.୩୬ ଲକ୍ଷ କୋଟି

ନୂଆଦିଲ୍ଲୀ,୧୮।୨: ଭାରତରେ ଆର୍ଟିଫିସିଆଲ୍ ଇଣ୍ଟେଲିଜେନ୍ସ ବା AI କ୍ଷେତ୍ରରେ ଏକ ବଡ଼ ବିପ୍ଳବ ଆସିବାକୁ ଯାଉଛି। ଟେକ୍ ଜଗତର କମ୍ପାନୀ ‘ଗୁଗୁଲ’ ଭାରତରେ ବ୍ୟାପକ ପୁଞ୍ଜି ନିବେଶ…

ଭୁତପ୍ରେତ ଭୟରେ ମାରୀଗୁଡା ଗ୍ରାମବାସୀ: ରାତିରେ ଶୁଭୁଛି ବିକଟାଳ ଶବ୍ଦ, ଲୋକଙ୍କ ଘରେ ଚୁଲି ଜଳୁନି

ରାୟଗଡା, ୧୮।୨(ଆଶିଷ ରଞ୍ଜନ ପଣ୍ଡା)- ଦକ୍ଷିଣ ଓଡିଶାର ଉପାନ୍ତ ରାୟଗଡା ଜିଲ୍ଲାର ଗ୍ରାମାଞ୍ଚଳରେ ଏବେ ବି ଭରି ରହିଛି ଅନ୍ଧବିଶ୍ବାସ । ଭୂତପ୍ରେତକୁ ନେଇ ଆଜି ମଧ୍ୟ…

ଗ୍ଲୋକାଲ ବାଇପାସ ନିକଟରେ ଦୁର୍ଘଟଣା, ଘଟଣାସ୍ଥଳରେ ଚାଲିଗଲା ଜଣଙ୍କର ଜୀବନ

ଜୟପୁର,୧୮।୨(ପବନ ପାଣିଗ୍ରାହୀ): ଜୟପୁର ଗ୍ଲୋକାଲ ହସପିଟାଲ ବାଇପାସ ରୋଡ ନିକଟରେ ଏକ ବାଇକ ଧକ୍କାରେ ଘଟଣାସ୍ଥଳରେ ଜଣେ ଯୁବକଙ୍କର ମୃତ୍ୟୁ ହୋଇଛି । ଅନ୍ୟଜଣେ ଗୁରୁତର ଅବସ୍ଥାରେ…

T20 ବିଶ୍ୱକପ୍‌ ୨୦୨୬: ଶିବମ ଦୁବେଙ୍କ ବିସ୍ଫୋରକ ଅର୍ଦ୍ଧଶତକ, ନେଦରଲାଣ୍ଡ ଆଗରେ ୧୯୪ ରନ୍‌ର ଲକ୍ଷ୍ୟ

ଅହମ୍ମଦାବାଦ,୧୮।୨: T20 ବିଶ୍ୱକପ୍‌ ୨୦୨୬ର ଶେଷ ଗ୍ରୁପ୍‌ ମ୍ୟାଚ୍‌ରେ ଭାରତୀୟ ଦଳ ନେଦରଲାଣ୍ଡ ବିପକ୍ଷରେ ୬ ୱିକେଟ୍ ହରାଇ ୧୯୩ ରନ୍‌ର ଏକ ବଡ ସ୍କୋର ଛିଡ଼ା…

ଥାଇଲ୍ୟାଣ୍ଡରେ ଫସିଛନ୍ତି ୬ ଓଡ଼ିଆ ଶ୍ରମିକ; ଖାଇବାକୁ ମିଳୁନି…, ଫେରିବା ପାଇଁ ସରକାରଙ୍କୁ ଗୁହାରି

ଭୁବନେଶ୍ୱର,୧୮।୨: ପରିବାର ପ୍ରତିପୋଷଣ ପାଇଁ ସୁଦୂର ଥାଇଲ୍ୟାଣ୍ଡ ଯାଇ ନିର୍ଯାତନାର ଶିକାର ହେଲେ ଓଡ଼ିଆ ଶ୍ରମିକ। କେନ୍ଦ୍ରାପଡ଼ା ଏବଂ ଭଦ୍ରକ ଜିଲାର ୬ ଜଣ ଶ୍ରମିକ ଏବେ…

ଜନସେବା କ୍ଷେତ୍ରରେ କଳାହାଣ୍ଡି ପ୍ରଶାସନର ବଡ଼ ପଦକ୍ଷେପ, ଲୋକାର୍ପିତ ହେଲା ଏଆଇ ଚାଟବଟ୍ ‘ଆମର ସହାୟକ’

ଭବାନୀପାଟଣା,୧୮।୨(ଉତ୍ତମ କୁମାର ଦାଶ): ଡିଜିଟାଲ୍ ଶାସନ ଏବଂ ଜନକୈନ୍ଦ୍ରିକ ପ୍ରଶାସନ ଦିଗରେ ଏକ ବଡ଼ ପଦକ୍ଷେପ ସ୍ୱରୂପ କଳାହାଣ୍ଡି ଜିଲା ପ୍ରଶାସନ ପକ୍ଷରୁ ବୁଧବାର ଅତ୍ୟାଧୁନିକ ଏଆଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri