Posted inଜାତୀୟ

ଉଦ୍ଧବଙ୍କୁ ଶୁଭେଚ୍ଛା ଜଣାଇଲେ ମୋଦି

ମୁମ୍ବାଇ,୨୭।୭: ମହାରାଷ୍ଟ୍ର ରାଜନୀତିରେ ଶିବସେନା ମୁଖ୍ୟ ଉଦ୍ଧବ ଠାକରେ ଭିନ୍ନ ଏକ ସଫଳତା ହାସ କରିଛନ୍ତି ବୋଲି କୁହାଯାଏ। ଉଦ୍ଧବଙ୍କ ପିତା ତଥା ଶିବସେନାର ସଂସ୍ଥାପକ ବାଲାସାହେବ ଠାକରେଙ୍କ ସ୍ବପ୍ନକୁ ପୂରଣ କରିବାକୁ ଯାଇ ଆଜି ଉଦ୍ଧବ କଂଗ୍ରେସ ଓ ଏନ୍‌ସିପି ସହ ହାତ ମିଳାଇ ମହାରାଷ୍ଟ୍ରର ମୁଖ୍ୟମନ୍ତ୍ରୀ ଆସନ ଅଳଙ୍କୃତ କରିଛନ୍ତି। ବାଲ ଠାକରେ ମରାଠିମାନଙ୍କର ଗର୍ବ ଓ ଗୌରବ ଥିବା ବେଳେ ତାଙ୍କର ବିଚାରଧାରା ହିନ୍ଦୁତ୍ୱର ଏକ ପ୍ରତିକ ଥିଲା ବୋଲି କୁହାଯାଏ। କିନ୍ତୁ ଉଦ୍ଧବ ଠାକରେ ଶାସନ କ୍ଷମତା ହାତେଇବା ପରେ ଏବେ ଶିବସେନାର ସବୁ ଚିନ୍ତାଧାରା ଯେମିତି ବଦଳି ଯାଇଛି ବୋଲି କୁହାଯାଉଛି। ଏବେ ଶିବସେନା ଆଉ ହାର୍ଡ କୋର ହିନ୍ଦୁତ୍ୱ ନୁହେଁ ବରଂ ସର୍ବଧର୍ମକୁ ସମ୍ମାନ ଦେଉଥିବା ଲକ୍ଷ୍ୟ କରାଯାଉଛି। ଏହାସହ ଉତ୍ତର ଭାରତୀୟଙ୍କ ପ୍ରତି ଥିବା ଶିବସେନାର ଚିନ୍ତାଧାରାକୁ ବଦଳାଇ ଦେଇଥିବା ଲକ୍ଷ୍ୟ କରାଯାଉଛି। ଆଜିକୁ ୨୦ ବର୍ଷ ପୂର୍ବେ ଉଦ୍ଧବ ଠାକରେ ନିଜ ପିତାଙ୍କ ରାଜନୈତିକ ଦଳର ଭାର ଗ୍ରହଣ କରିଥିଲେ। ୨୭ ଜୁଲାଇ ୧୯୬୦ରେ ଜନ୍ମ ନେଇଥିବା ଉଦ୍ଧବ ଆଜି ୬୦ ବର୍ଷରେ ପଦାର୍ପଣ କରିଛନ୍ତି। ୨୦୦୦ ମସିହା ପରେ ପିତା ଅସୁସ୍ଥ ହେବାରୁ ଉଦ୍ଧବ ସକ୍ରିୟ ରାଜନୀତିରେ ଯୋଗ ଦେଇଥିଲେ। ଆଉ ଏବେ ସେ ମହାରାଷ୍ଟ୍ରର ଶାସନ କ୍ଷମତା ହାତକୁ ନେବାରେ ସଫଳ ହେବା ସହ ଠାକରେ ପରିବାରର ରାଜନୈତିକ ଇତିହାସରେ ଏକ ନୂଆ ଫର୍ଦ୍ଦ ଯୋଡି ଦେଇଛନ୍ତି। ଉଦ୍ଧବଙ୍କ ଜନ୍ମଦିନ ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଟୁଇଟ୍‌ କରି ତାଙ୍କୁ ଶୁଭେଚ୍ଛା ଜଣାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପାର୍ବଣ ଋତୁ ପୂର୍ବରୁ ବଡ଼ ଖୁସି ଖବର; କମିବ ଚିନି ଦର! ସରକାର ନେଲେ ବଡ଼ ପଦକ୍ଷେପ

ନୂଆଦିଲ୍ଲୀ,୩୧।୮: ଆଗାମୀ ପାର୍ବଣ ଋତୁ ପୂର୍ବରୁ ଆଶ୍ୱସ୍ତିକର ଖବର ସାମ୍ନାକୁ ଆସିଛି । ବଜାରରେ ଚିନିର ଦର ନିୟନ୍ତ୍ରଣ କରିବା ସହ କଳାବଜାରୀ ରୋକିବା ପାଇଁ କେନ୍ଦ୍ର…

୫ ଓ ୬ରେ ଭାଜପାର ଦୁଇଦିନିଆ କାର୍ଯ୍ୟକାରିଣୀ ବୈଠକ: ପଞ୍ଚାୟତ ନିର୍ବାଚନ ପାଇଁ ହେବ ରୋଡ୍‌ମ୍ୟାପ୍‌

ଭୁବନେଶ୍ବର,୩୧।୮: ସେପ୍ଟେମ୍ବର ୫ ଓ ୬ ତାରିଖରେ ରାଜ୍ୟ ଭାଜପାର ଦୁଇଦିନିଆ କାର୍ଯ୍ୟକାରିଣୀ ବୈଠକ ଅନୁଷ୍ଠିତ ହେବ। ଚଳିତଥର ରାଜ୍ୟ କାର୍ଯ୍ୟକାରିଣୀ ବୈଠକ ଢେଙ୍କାନାଳରେ ହେବା ନେଇ…

ନେପାଳ ବନ୍ୟା: ୯୦୦ ଟପିଲା ମୃତ୍ୟୁ ସଂଖ୍ୟା, ୩ହଜାରରୁ ଅଧିକ ନିଖୋଜ

କାଠମାଣ୍ଡୁ,୩୧।୮: ନେପାଳରେ ଭୟଙ୍କର ବନ୍ୟାରେ ମୃତ୍ୟୁ ସଂଖ୍ୟା ପ୍ରାୟ ୯୦୦ ରେ ପହଞ୍ଚିଛି। ଏହି ସମୟରେ, ଭୋଟେ କୋଶି ନଦୀରେ ଜଳସ୍ତର ବୃଦ୍ଧି ପାଇବା ଯୋଗୁ ନୂତନ…

‘କେସିଙ୍ଗା ସହରକୁ ବିକାଶ କ୍ଷେତ୍ରରେ ରହିଛି ଟ୍ୟାକ୍ସର ଆବଶ୍ୟକତା’

କେସିଙ୍ଗା,୩୧ା୮(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ଏନ୍‌ଏ୍‌ସି ଅଧ୍ୟକ୍ଷ ନୃପରାଜ ସାହୁଙ୍କ ଅଧ୍ୟକ୍ଷତାରେ ନିଜକୁ ଶାସନ କରୁଥିବା ସ୍ବାୟତ୍ତ ଶାସନ ଦିବସ ସ୍ଥାନୀୟ କଲ୍ୟାଣମଣ୍ଡପ ପରିସରରେ ରବିବାର…

ମହିଳା ଏସିଆ କପ୍ ୨୦୨୬: ଇତିହାସ ରଚିଲେ ସ୍ମୃତି ମନ୍ଧାନା, ୨ୟ ସର୍ବାଧିକ…

ନୂଆଦିଲ୍ଲୀ,୩୧।୮: ମହିଳା ଏସିଆ କପ୍‌ ୨୦୨୬ରେ ଭାରତୀୟ ଦଳ ବିଜୟ ସହ ଅଭିଯାନ ଆରମ୍ଭ କରିଛି । ପ୍ରଥମ ମ୍ୟାଚ୍‌ରେ ଟିମ୍‌ ଇଣ୍ଡିଆ ଥାଇଲାଣ୍ଡକୁ ୯୪ ରନ୍‌ରେ…

ଗ୍ଲୋବାଲ ୱାର୍ମିଂ ଭାଙ୍ଗୁଛି ୨ ମହାସାଗରର ଜଳବାୟୁ ସମ୍ପର୍କ

ୱାଶିଂଟନ/ଲଣ୍ଡନ, ୩୧ା୮ ଗ୍ଲୋବାଲ ୱାର୍ମିଂ (ବିଶ୍ୱତାପନ ବୃଦ୍ଧି) ଏବଂ ମାନବକୃତ କାରଣ ଯୋଗୁ ପ୍ରଶାନ୍ତ ମହାସାଗର ଏବଂ ଭାରତ ମହାସାଗର ମଧ୍ୟରେ ଶତାବ୍ଦୀ ଶତାବ୍ଦୀ ଧରି ରହିଆସିଥିବା…

ତୁଳା ରାଶିକୁ ଗୋଚର କରିବେ ଶୁକ୍ର; ୨ ସେପ୍ଟେମ୍ବରରେ ସୃଷ୍ଟି ହେବ ଅଦ୍ଭୁତ ଯୋଗ, ୪ରାଶିର ବଢ଼ିବ ଧନ

ଜ୍ୟୋତିଷ ଶାସ୍ତ୍ରରେ ଶୁକ୍ର ଦେବଙ୍କୁ ପ୍ରେମ, ବିବାହ, ସୌନ୍ଦର୍ଯ୍ୟ, ସୁଖ-ସମୃଦ୍ଧି, କଳା, ଯାନବାହନ ଏବଂ ଧନର କାରକ ବୋଲି ବିଚାର କରାଯାଏ। ୨ ସେପ୍ଟେମ୍ବର ୨୦୨୬ରେ ଶୁକ୍ର…

ନିର୍ଭୟା ଘଟଣାର ପୁନରାବୁତ୍ତି! ୟୁପିର ୧୬ ବର୍ଷୀୟା ଝିଅକୁ ୪୭ କିଲୋମିଟର ଦୂରତା ଚଳନ୍ତା ବସରେ ବଳାତ୍କାର

ନୂଆଦିଲ୍ଲୀ,୩୧।୮: ‘ନିର୍ଭୟା ମାମଲା’କୁ ମନେ ପକାଇବା ଭଳି ଏକ ୧୬ ବର୍ଷୀୟା ଛାତ୍ରୀଙ୍କ ସହିତ ବଳାତ୍କାର ମାମଲା ରାଜଧାନୀ ଦିଲ୍ଲୀରେ ପୁଣି ଥରେ ସାମ୍ନାକୁ ଆସିଛି। ଚଳନ୍ତା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri