Posted inଜାତୀୟ

ଉଦ୍ଧବଙ୍କ ହାତ ଛାଡିଲେ ଘନିଷ୍ଠ ସହଯୋଗୀ

ପୁଣେ,୧୫।୩: ମହାରାଷ୍ଟ୍ରର ପୂର୍ବତନ ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକରେଙ୍କୁ ଆଉ ଏକ ବଡ଼ ଝଟ୍‌କା ଲାଗିଛି। ବୁଧବାର ଠାକ୍‌ରେଙ୍କ ଘନିଷ୍ଠ ସହଯୋଗୀ ତଥା ପୂର୍ବତନ ସ୍ବାସ୍ଥ୍ୟମନ୍ତ୍ରୀ ଦୀପକ ସାୱନ୍ତ ମୁଖ୍ୟମନ୍ତ୍ରୀ ଏକନାଥ ଶିନ୍ଦେ ଗୋଷ୍ଠୀରେ ଯୋଗ ଦେଇଛନ୍ତି। ଦୀପକ ପ୍ରକୃତ ଶିବସେନାରେ ଯୋଗ ଦେବା ପରେ ଶିନ୍ଦେ କହିଛନ୍ତି, ଆମେ ତାଙ୍କୁ ପାର୍ଟିକୁ ସ୍ବାଗତ କରୁଛୁ ଏବଂ ଏଥିରୁ ଆମେ ଉପକୃତ ହେବୁ।
କିଛିଦିନ ହେବ ଅନେକ ନେତା ଉଦ୍ଧବଙ୍କ ହାତ ଛାଡି ଶିନ୍ଦେ ଗୋଷ୍ଠୀରେ ସାମିଲ ହେଉଥିବା ଦେଖାଯାଇଛି। ନିକଟରେ ବରିଷ୍ଠ ନେତା ସୁବାଷ ଦେଶାଇଙ୍କ ପୁଅ ଭୂଷଣ ମଧ୍ୟ ଶିନ୍ଦେ ଗୋଷ୍ଠୀରେ ସାମିଲ ହୋଇଥିଲେ।
ଦଳରେ ଚାଲିଥିବା ମତଭେଦ ମଧ୍ୟରେ ଉଦ୍ଧବ ଠାକରେ ଭାଜପା ଏବଂ ଶିନ୍ଦେ ଗୋଷ୍ଠୀକୁ ଟାର୍ଗେଟ୍‌ କରିଛନ୍ତି। ବୁଧବାର ମୁମ୍ବାଇରେ ଭାଜପାକୁ ଆତଙ୍କବାଦୀ ଅଫଜାଲ ଖାନଙ୍କ ସହ ତୁଳନା କରି ସେ କହିଛନ୍ତି ଯେ, ଭାରତ ଉପରେ ଆକ୍ରମଣ କରିବା ସମୟରେ ଅଫଜଲ ଯେଉଁଭଳି ଭାବରେ ଲୋକଙ୍କ ଘର ଭାଙ୍ଗିଥିଲେ, ଭଗବାନଙ୍କ ମନ୍ଦିରକୁ ନଷ୍ଟ କରିଦେଇଥିଲେ। ଆଜି ଭାଜପା ସମାନ କାର୍ଯ୍ୟ କରୁଛି।
ସୂଚନାଯୋଗ୍ୟ, ଗତ ବର୍ଷ ଜୁନ ମାସରେ ଏକନାଥ ଶିନ୍ଦେ ଉଦ୍ଧବ ଠାକରେଙ୍କ ସହ ଅଲଗା ହୋଇ ଭାଜପା ସହିତ ସରକାର ଗଠନ କରିଥିଲେ। ଶିନ୍ଦେ ନିଜେ ମୁଖ୍ୟମନ୍ତ୍ରୀ ହୋଇଥିଲେ। ଏହା ପରେ ପ୍ରକୃତ ଶିବସେନାକୁ ନେଇ କଳହ ଲାଗି ରହିଥିଲା। ପରେ ନିର୍ବାଚନ ଆୟୋଗ ଶିନ୍ଦେ ଦଳକୁ ପ୍ରକୃତ ଶିବସେନା ଭାବରେ ସ୍ବୀକୃତି ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କିଏ ତିଆରି କରିଛି EVM ଆଉ VVPAT, ନିର୍ମାତାଙ୍କ ନାଁ ପ୍ରକାଶ କରିବାକୁ ମନା କଲା ଇସିଆଇଏଲ୍‌

ନୂଆଦିଲ୍ଲୀ,୨୪ା୪: ଇଲେକ୍ଟ୍ରୋନିକ୍ସ କର୍ପୋରେଶନ ଅଫ୍‌ ଇଣ୍ଡିଆ ଲିମିଟେଡ୍‌ (ECIL) ଏବଂ ଭାରତ ଇଲେକ୍ଟ୍ରୋନିକ୍ସ ଲିମିଟେଡ (BEL) ଇଭିଏମ୍‌ ଏବଂ ଭିଭିପାଟ୍‌ର ନିର୍ମାତାଙ୍କ ନାମ ପ୍ରକାଶ କରିବାକୁ...

ଏହି ଆସନରୁ ନିର୍ବାଚନ ଲଢିବେ ଅଖିଳେଶ,ଗୁରୁବାର ପ୍ରାର୍ଥିପତ୍ର ଦାଖଲ

ଲକ୍ଷ୍ନୌ,୨୪।୪: ଏସପି ସୁପ୍ରିମୋ ଅଖିଲେଶ ଯାଦବ କନ୍ନୌଜ ଲୋକ ସଭା ଆସନରୁ ପ୍ରତିଦ୍ୱନ୍ଦ୍ୱିତା କରିବେ। ଗୁରୁବାର ମଧ୍ୟାହ୍ନ ୧୨ଟାରେ ନାମାଙ୍କନପତ୍ର ଦାଖଲ କରାଯିବ। ଏହାପୂର୍ବରୁ ଏସପି...

ନିର୍ବାଚନ ରାଲିରେ କେନ୍ଦ୍ର ମନ୍ତ୍ରୀ ନୀତିନ ଗଡକରୀ ଅସୁସ୍ଥ

ମୁମ୍ବାଇ,୨୨ା୪: ମଙ୍ଗଳବାର ଅପରାହ୍ନରେ ମହାରାଷ୍ଟ୍ରର ୟବତମାଲରେ ଏକ ନିର୍ବାଚନ ରାଲିରେ କେନ୍ଦ୍ର ମନ୍ତ୍ରୀ ନୀତିନ ଗଡକରୀ ଅସୁସ୍ଥ ହୋଇପଡିଛନ୍ତି। ଗଡକରୀ ଭାଜପାର ନାଗପୁର ପ୍ରାର୍ଥୀ ଭାବରେ...

ରେଳ ବିଭାଗର ବଡ଼ ଘୋଷଣା, ଏବେ ଆପଣଙ୍କୁ ମିଳିବ କନଫର୍ମ ଟିକେଟ୍‌

ନୂଆଦିଲ୍ଲୀ,୨୪।୪: ରେଳ ବିଭାଗର ବଡ଼ ଘୋଷଣା। ଟ୍ରେନ ଯାତ୍ରୀଙ୍କ ପାଇଁ ଆସିଲା ଖୁସି ଖବର । ଆଉ ଟ୍ରେନରେ ୱେଟିଂ କି ଆରଏସି ଟିକେଟ ଝାମେଲା...

ଭିଣୋଇ ଆସିଲେ ଘରର କାଗଜ ପତ୍ର ଲୁଚାଇ ଦେବେ, ରବର୍ଟ ଭଦ୍ରାଙ୍କୁ ଟାର୍ଗେଟ କଲେ ସ୍ମୃତି ଇରାନୀ

ନୂଆଦିଲ୍ଲୀ,୨୪।୪: ବୁଧବାର ଉତ୍ତର ପ୍ରଦେଶର ଆମେଠୀରେ ଏକ ନିର୍ବାଚନ କାର୍ଯ୍ୟକ୍ରମକୁ ସମ୍ବୋଧିତ କରୁଥିବା ବେଳେ କେନ୍ଦ୍ର ମନ୍ତ୍ରୀ ସ୍ମୃତି ଇରାନୀ ଗାନ୍ଧୀ ପରିବାରକୁ ଟାର୍ଗେଟ କରିଛନ୍ତି।...

ସନ୍ଦେହ ଆଧାରରେ ନିଷ୍ପତ୍ତି ଦିଆଯିବ ନାହିଁ: ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୨୪ା୪: ନିର୍ବାଚନ ଆୟୋଗଙ୍କ ସ୍ପଷ୍ଟୀକରଣ ପରେ ସୁପ୍ରିମକୋର୍ଟ ବୁଧବାର ଇଭିଏମ୍‌ ଭିଭିପାଟ ମାମଲାରେ ନିଜର ନିଷ୍ପତ୍ତି ସଂରକ୍ଷଣ କରିଛନ୍ତି ଏବଂ ସନ୍ଦେହ ଆଧାରରେ ଏହି ନିଷ୍ପତ୍ତି...

ବ୍ୟାନ ହେଲା ଭାରତୀୟ ମସଲା ଏମଡିଏଚ-ଏଭରେଷ୍ଟ

ନୂଆଦିଲ୍ଲୀ,୨୪।୪: ଭାରତର ବଡ଼ ମସଲା କମ୍ପାନୀକୁ ନେଇ ଆସିଲା ବଡ଼ ଖବର। ଘରେ ଘରେ ବ୍ୟବହାର ହେଉଥିବା ଏହି ମସଲା ଘାତକ ସାବ୍ୟସ୍ତ ହୋଇପାରେ। କାରଣ...

ଓବିସିରେ ସାମିଲ ହେଲେ ମୁସଲମାନ

ବେଙ୍ଗାଲୁରୁ,୨୪।୪: ସଂରକ୍ଷଣର ସୁବିଧା ଯୋଗାଇବା ପାଇଁ କର୍ନାଟକ ସରକାର ମୁସଲମାନମାନଙ୍କୁ ପଛୁଆ ଶ୍ରେଣୀ (ଓବିସି) ରେ ଅନ୍ତର୍ଭୁକ୍ତ କରିଛନ୍ତି। ଜାତୀୟ ପଛୁଆ ଆୟୋଗ ଏକ ପ୍ରେସ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri