Posted inଜାତୀୟ

ଟାର୍ଗେଟ କିଲିଂ: ସବୁ ପ୍ରକାର ସହାୟତା ପାଇଁ ପ୍ରସ୍ତୁତ ଅଛନ୍ତି ଠାକରେ

ମୁମ୍ବାଇ,୫ ।୬: ଜମ୍ମୁ-କଶ୍ମୀରରେ ଆତଙ୍କବାଦୀମାନେ ସକ୍ରିୟ ହେବା ସହ ବେଳକୁ ବେଳ ଟାର୍ଗେଟ କିଲିଂ ସଂଖ୍ୟା ବଢିବାରେ ଲାଗିଛି । ଯାହା ଲୋକଙ୍କ ମନରେ ଭୟ ସୃଷ୍ଟି କରିବାରେ ଲାଗିଛି । କିଛିଦିନ ମଧ୍ୟରେ ଜଣେ ରାଜସ୍ୱ ବିଭାଗ କର୍ମଚାରୀ, ଶିକ୍ଷକ ଓ ବ୍ୟାଙ୍କ କର୍ମଚାରୀଙ୍କ ହତ୍ୟା ଘଟଣା ଲୋକଙ୍କୁ ଭୟଭୀତ କରି ଦେଇଛି । ଏହାକୁ ନେଇ କିଛି ରାଜନୈତିକ ଦଳ ବି ନିଜ ନିଜର ଟିପ୍ପଣି ଦେଇଛନ୍ତି ।
ଏହି କ୍ରମରେ ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକରେ କଶ୍ମୀରୀ ପଣ୍ଡିତଙ୍କୁ ଟାର୍ଗେଟ କରୁଥିବା ଆତଙ୍କବାଦୀଙ୍କର କଡା ନିନ୍ଦା କରିଛନ୍ତି । ସେ କହିଛନ୍ତି କଶ୍ମୀରୀ ପଣ୍ଡିତଙ୍କ ପାଇଁ ଯାହା ସମ୍ଭବ ସେ କରିବେ । ସେ ଆହୁରି ମଧ୍ୟ କହିଛନ୍ତି କଶ୍ମୀରରେ ରହୁଥିବା କଶ୍ମୀରୀ ପଣ୍ଡିତ ଓ ସେଠାକାର ହିନ୍ଦୁଙ୍କ ସହ ମହାରାଷ୍ଟ୍ର ସରକାର ଓ ଜନତା ରହିଛନ୍ତି । ତାଙ୍କର କହିବା କଥା ହେଲା କଶ୍ମୀରୀ ପଣ୍ଡିତ ଓ ସେଠାରେ ରହୁଥିବା ହିନ୍ଦୁଙ୍କୁ ସେ ସବୁ ଦୃଷ୍ଟିରୁ ସାହାଯ୍ୟ କରିବେ । ତେବେ କଶ୍ମୀର ପରିସ୍ଥିତି ଏବେ ଚିନ୍ତାଜନକ ରହିଛି, ଯାହା ଦୁର୍ଭାଗ୍ୟପୂର୍ଣ୍ଣ ସ୍ଥିତିକୁ ଦୋହରାଉଛି । ଏହାସହ କେନ୍ଦ୍ର ସରକାର କଶ୍ୱୀରୀ ପଣ୍ଡିତ ଓ ସେଠାରେ ରହୁଥିବା ହିନ୍ଦୁଙ୍କ ସୁରକ୍ଷା ପାଇଁ କିଛି ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ଗ୍ରହଣ କରନ୍ତୁ ବୋଲି ଉଦ୍ଧ ବ ଅପିଲ କରିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ଅଧାରେ ଅଟକିଲା ଧାନମଣ୍ଡି ନିର୍ମାଣ

ବରଗଡ଼,୧୭।୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାକୁ ରାଜ୍ୟର ଭାତହାଣ୍ଡି କୁହାଯାଏ। ରାଜ୍ୟରେ ଅଧିକ ଧାନ ଉତ୍ପାଦନ ଯୋଗୁ ଜିଲାର ଏଭଳି ପରିଚୟ ରହିଛି। ହେଲେ ଏଠାରେ ଚାଷ, ଚାଷୀଙ୍କ…

ଖରାଦିନେ ଫ୍ରିଜରେ ଜମୁଛି କି ମୋଟା ବରଫ ସ୍ତର? କରନ୍ତୁନି ହେୟଜ୍ଞାନ, ଏହି ୪ ଉପାୟରେ…

ଗ୍ରୀଷ୍ମ ଋତୁରେ ଫ୍ରିଜ ପ୍ରତ୍ୟେକ ଘରର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ଆବଶ୍ୟକତା ପାଲଟିଯାଏ। ମାତ୍ର ଅନେକ ସମୟରେ ଲୋକମାନେ ଏକ ବଡ଼ ସମସ୍ୟାର ସମ୍ମୁଖୀନ ହୁଅନ୍ତି। ସେଇଟି ହେଉଛି…

ବରଗଡ଼ ଟାଉନ କେନାଲର ହେବ ସୌନ୍ଦର୍ଯ୍ୟକରଣ, ନିର୍ମାଣ ହେବ ବକ୍ସ କଣ୍ଡୁଇଟ

ବରଗଡ଼,୧୭।୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଟାଉନ କେନାଲର ଉନ୍ନତିକରଣ ଓ ସୌନ୍ଦର୍ଯ୍ୟକରଣ ସହିତ କେନାଲ ଉପରେ ବକ୍ସ କଣ୍ଡୁଇଟ ନିର୍ମାଣ ହେବ। ରବିବାର ସନ୍ଧ୍ୟାରେ ଏହାର ଭିତ୍ତିପ୍ରସ୍ତର ସ୍ଥାପନ…

ଦୁର୍ଘଟଣାରେ ଚାଲିଗଲା ଯୁବକଙ୍କ ଜୀବନ, ଗାଡି ସହ ଡ୍ରାଇଭର ଫେରାର

ବରଗଡ଼,୧୭।୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ସଦର ଥାନା ଅଧୀନ ଗୋବିନ୍ଦପୁର ଛକ ନିକଟରେ ରବିବାର ଏକ ସଡ଼କ ଦୁର୍ଘଟଣା ଘଟିଛି। ଏକ ଗାଡ଼ି ଧକ୍କାରେ ଜଣେ ଯୁବକଙ୍କ ମୃତ୍ୟୁ…

ଅଧରାତିରେ ପ୍ରେମିକାଙ୍କୁ ଭେଟିବାକୁ ଲୁଚିଛପି ଯାଇଥିଲେ ପ୍ରେମିକ, ଗାଁ  ଲୋକଙ୍କ ହାବୁଡ଼ରେ ପଡ଼ିବା ପରେ…

ପାଟନା,୧୭।୫: ବିହାରର ମୁଜାଫରପୁର ଜିଲାରୁ ଏକ ଚକିତ କଲା ଭଳି ଖବର ସାମ୍ନାକୁ ଆସିଛି। ରାତିର ଅନ୍ଧାରରେ ପ୍ରେମିକାକୁ ଦେଖା କରିବାକୁ ଆସିଥିବା ଜଣେ ପ୍ରେମିକକୁ ଗ୍ରାମବାସୀ…

ବଜ୍ରପାତରେ ଚାଲିଗଲା ଶ୍ରମିକଙ୍କ ଜୀବନ, ୨ ଆହତ

କୁଆଁରମୁଣ୍ଡା,୧୭ା୫(ମହେନ୍ଦ୍ର କୁମାର ସାହୁ): ସୁନ୍ଦରଗଡ଼ ଜିଲା ରାଏବୋଗା ଥାନା ଝୁନୁମୁରରେ ରହି ଦିନ ମଜୁରିଆ ଭାବେ କାମ କରୁଥିବା ବୁଧୁଆ ବାଗେ(୩୧)ଙ୍କ ବଜ୍ରପାତରେ ମୃତ୍ୟୁ ଘଟିଛି। ତାଙ୍କ…

ପରିବାରଲୋକଙ୍କୁ ଅଟକ ରଖି କୋଦାଳରେ ଆକ୍ରମଣ କରିଥିଲେ ଯୁବକ, ବାନ୍ଧିଲା ପୋଲିସ

ଆନନ୍ଦପୁର,୧୭ା୫(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ପୌରପାଳିକା ଫକୀରପୁର ଗ୍ରାମର ପ୍ରଶାନ୍ତ କୁମାର ଦାସ ପରିବାର ଲୋକଙ୍କୁ ଆକ୍ରମଣ କରିବାରୁ ତାଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି…

‘୩ ପରୀକ୍ଷା, ଜଣେ ମନ୍ତ୍ରୀ…’ଧର୍ମେନ୍ଦ୍ରଙ୍କୁ କାହିଁକି ବରଖାସ୍ତ କରୁନାହାନ୍ତି ମୋଦି; ବର୍ଷିଲେ…

ନୂଆଦିଲ୍ଲୀ,୧୭।୫: ଲୋକ ସଭାର ବିରୋଧୀ ଦଳ ନେତା ତଥା କଂଗ୍ରେସର ପୂର୍ବତନ ଅଧ୍ୟକ୍ଷ ରାହୁଲ ଗାନ୍ଧୀ ରବିବାର  ପୁଣି ନିଟ୍‌(NEET) ପେପର ଲିକ୍‌ ମାମଲା ଏବଂ ଶିକ୍ଷା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri