Posted inଜାତୀୟ

‘ମୁଁ ସଞ୍ଜୟ ରାଉତଙ୍କ ପାଇଁ ଗର୍ବିତ’

ମୁମ୍ବାଇ,୧।୮: ଶିବସେନା ଏମ୍‌ପି ସଞ୍ଜୟ ରାଉତଙ୍କୁ ପାତ୍ରା ଚୌଲ ଜମି ଦୁର୍ନୀତି ମାମଲାରେ ଗିରଫ କରିଛି ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ(ଇଡି)। ସଞ୍ଜୟଙ୍କ ଗିରଫ ପରେ ଶିବସେନା ମୁଖ୍ୟ ଉଦ୍ଧବ ଠାକରେ ସୋମବାର ତାଙ୍କ ଘରେ ପହଞ୍ଚି ପରିବାର ସଦସ୍ୟଙ୍କୁ ଭେଟିଥିଲେ। ଏକ ଖବରଦାତା ସମ୍ମିଳନୀରେ ସେ କହିଛନ୍ତି, ସଞ୍ଜୟ ରାଉତଙ୍କୁ ଯେଉଁଭଳି ଭାବେ ଗିରଫ କରାଯାଇଛି ତାହା ଭୁଲ ଅଟେ। ତାଙ୍କ ଅପରାଧ କ’ଣ। ଦେଶରେ ପ୍ରତିଶୋଧର ରାଜନୀତି ଚାଲିଛି। ରାଜନୀତିରେ ବୁଦ୍ଧି ନୁହେଁ, ବଳ ପ୍ରୟୋଗ କରାଯାଉଛି। ଆମ ବିରୋଧୀଙ୍କୁ ଉତ୍ତର ଦେବାକୁ ପଡିବ। ଆମେ କଣ ତାଙ୍କୁ ଜବାବ ଦେବାକୁ ପଡିବ। ଦେଶରେ ଗଣତନ୍ତ୍ର ସହ ଖେଳାଯାଉଛି। କେନ୍ଦ୍ରୀୟ ଏଜେନ୍ସି ମାଧ୍ୟମରେ ଆମକୁ ହଇରାଣ କରାଯାଉଛି। ଯିଏ ବିରୋଧ କରୁଛି ତାଙ୍କୁ ଜେଲରେ ରଖାଯାଉଛି। ଯିଏ ନଇଁ ପଡେ, ସେ କେବେ ଶିବସୈନିକ ହୋଇପାରିବ ନାହିଁ। ମୁଁ ସଞ୍ଜୟ ରାଉତଙ୍କ ପାଇଁ ଗର୍ବିତ।
ସେ ଆହୁରି ମଧ୍ୟ କହିଛନ୍ତି, ଯଦି ଏହା ତୁମର ପ୍ରତିଶୋଧର ଉପାୟ, ତେବେ ମୁଁ କହିବି ଯେ ଯୁଗ ସବୁବେଳେ ସମାନ ନୁହେଁ। ଖରାପ ଦିନ ଆସିବ। ଯଦି ଇଡି ଏବଂ ସିବିଆଇ ସବୁକିଛି, ତେବେ ଗଣତନ୍ତ୍ର କେଉଁଠାରେ ଅଛି?
ଏହାପୂର୍ବରୁ ଉଦ୍ଧବ ଠାକରେ ସଞ୍ଜୟ ରାଉତଙ୍କ ପରିବାରକୁ ଭେଟିଥିଲେ। ସେ ରାଉତଙ୍କ ମାଆଙ୍କୁ ଆଲିଙ୍ଗନ କରି ସାନ୍ତ୍ୱନା ଦେଇଥିଲେ। ସେ ରାଉତଙ୍କ ସ୍ତ୍ରୀ ଏବଂ ଝିଅଙ୍କୁ ମଧ୍ୟ ଭେଟିଥିଲେ।
ସୂଚନାଯୋଗ୍ୟ, ମୁମ୍ବାଇର ପାତ୍ରା ଚୌଲ ଉନ୍ନତୀକରଣ କାର୍ଯ୍ୟରେ ସଞ୍ଜୟଙ୍କ ସ୍ତ୍ରୀ ଏବଂ ସହଯୋଗୀଙ୍କ ସଂପୃକ୍ତି ନେଇ ଅନିୟମିତତା ଅଭିଯୋଗ ହୋଇଛି। ଏନେଇ ମୁମ୍ବାଇର ବକୋଲା ଥାନାରେ ଜଣେ ମହିଳା ସଞ୍ଜୟଙ୍କ ବିରୋଧରେ ଏକ ଏଫଆଇଆର ରୁଜୁ କରିଛନ୍ତି। ଗତକାଲି ସକାଳ ୭ଟାରେ ସିଆରପିଏଫ ଯବାନଙ୍କ ସହାୟତାରେ ଇଡି ସଞ୍ଜୟ ରାଉତଙ୍କ ଘର ମୈତ୍ରୀ ବଙ୍ଗଳାରେ ରେଡ ଆରମ୍ଭ କରିଥିଲା। ଦୀର୍ଘ ୯ ଘଣ୍ଟାର ଛାନଭିନ କରିବା ପରେ ସଞ୍ଜୟଙ୍କ ଘରୁ ଇଡି ୧୧ ଲକ୍ଷ ୫୦ ହଜାର ଟଙ୍କା ଜବତ କରିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଇମ୍ରାନ୍ ଖାନଙ୍କ ପାଇଁ ଆଗକୁ ଆସିଲେ ଗାଭାସ୍କର-କପିଲ ଦେବ, ପ୍ରଧାନମନ୍ତ୍ରୀଙ୍କୁ ଲେଖିଲେ ଚିଠି

ଇସଲାମବାଦ,୨୩।୮: ପାକିସ୍ତାନର ପୂର୍ବତନ ପ୍ରଧାନମନ୍ତ୍ରୀଙ୍କ ସ୍ୱାସ୍ଥ୍ୟକୁ ନେଇ ଚିନ୍ତା ପ୍ରକାଶ କରିଛନ୍ତି ଆନ୍ତର୍ଜାତୀୟ କ୍ରିକେଟର ୨୨ ଜଣ ପୂର୍ବତନ ଅଧିନାୟକ। ଇମ୍ରାନ ଖାନଙ୍କୁ ଉନ୍ନତ ଚିକିତ୍ସା ସୁବିଧା…

ଅନଲାଇନ ପେମେଣ୍ଟ କଲେ ଦିଗପହଣ୍ଡି ଚାଷୀଙ୍କୁ ମିଳୁଛି ସାର, ହନ୍ତସନ୍ତ ହେଉଛନ୍ତି….

ଦିଗପହଣ୍ଡି,୨୩।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଅଞ୍ଚଳରେ ଥିବା ପ୍ରାଥମିକ ସେବା ସମବାୟ ସମିତିରେ ଚଳିତବର୍ଷ ଅନଲାଇନ୍ ଜରିଆରେ ଚାଷୀଙ୍କୁ ସାର ବିକ୍ରୀ ବ୍ୟବସ୍ଥାକୁ ନେଇ…

କଲମ୍ବୋ ଟେଷ୍ଟରେ ଗିଲଙ୍କ ରେକର୍ଡ: ଭାଙ୍ଗିଲେ କୋହଲି-ଧୋନିଙ୍କ ରେକର୍ଡ

ନୂଆଦିଲ୍ଲୀ,୨୩।୮: ଭାରତ ଓ ଶ୍ରୀଲଙ୍କା ମଧ୍ୟରେ ଚାଲିଥିବା ଟେଷ୍ଟ ସିରିଜର ଦ୍ୱିତୀୟ ମୁକାବିଲା କଲମ୍ବୋର SSC ଗ୍ରାଉଣ୍ଡରେ ଖେଳାଯାଉଛି । ଟସ୍ ଜିତି ଭାରତୀୟ ଅଧିନାୟକ ଶୁଭମନ…

‘ମୁଁ ଏଠାକାର ଖେଳାଳି’, ନଦୀରେ ଡେଇଁ ଭିଡିଓ ପୋଷ୍ଟ କଲେ କିରେନ ରିଜିଜୁ, ରାହୁଲ ଗାନ୍ଧୀଙ୍କ ସହ ତୁଳନାରେ ଦେଲେ ଏମିତି ଜବାବ

ନୂଆଦିଲ୍ଲୀ,୨୩।୮: ଅରୁଣାଚଳ ପ୍ରଦେଶର ଏମପି ତଥା କେନ୍ଦ୍ରମନ୍ତ୍ରୀ କିରେନ ରିଜିଜୁ ସୋସିଆଲ ମିଡିଆରେ ନିଜର ଏକ ଭିଡିଓକୁ ନେଇ ଚର୍ଚ୍ଚାରେ ଅଛନ୍ତି । ନଦୀରେ ଡେଇଁ ତୀବ୍ର…

ରନ୍ଧନ ଗ୍ୟାସକୁ ନେଇ କେନ୍ଦ୍ର ସରକାରଙ୍କ ବଡ଼ ନିୟମ: ଏହା ଥିଲେ ବନ୍ଦ ହେବ LPG ସିଲିଣ୍ଡର

ନୂଆଦିଲ୍ଲୀ,୨୩।୮: ଦେଶର ଘରୋଇ ରୋଷେଇ ଗ୍ୟାସ ବ୍ୟବସ୍ଥାରେ ବଡ଼ ପରିବର୍ତ୍ତନ ଆଣିବା ଦିଗରେ କେନ୍ଦ୍ର ସରକାର ପଦକ୍ଷେପ ନେଉଛନ୍ତି । ଯେଉଁ ଅଞ୍ଚଳରେ ପୂର୍ବରୁ PNG (Piped…

ସ୍କୁଲ ବନ୍ଦ କରି ଚାଲିଗଲେ ଶିକ୍ଷକ: ଭିତରେ ଫସି ରହିଲେ ଛାତ୍ରୀ, କାନ୍ଦ ବୋବାଳି….

ବଲାଙ୍ଗୀର,୨୩ା୮(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ପାଟଣାଗଡ ଭାଇଁସା ସରକାରୀ ପ୍ରାଥମିକ ଉଚ୍ଚ ବିଦ୍ୟାଳୟରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି । ଗତକାଲି ଶନିବାର ଦିନ…

ଡିଜିଟାଲ ଠକେଇରୁ କେମିତି ମିଳିବ ମୁକ୍ତି? ବରିଷ୍ଠ ନାଗରିକଙ୍କୁ ନେଇ…

ଛତ୍ରପୁର,୨୩ା୮(ଦିଲ୍ଲୀପ ସାମଲ): ବଢୁଥିବା ସାଇବର ଅପରାଧ ଓ ବିଶେଷକରି ଡିଜିଟାଲ ଆରେଷ୍ଟ ନାମରେ ହେଉଥିବା ଠକେଇରୁ ବରିଷ୍ଠ ନାଗରିକମାନଙ୍କୁ ସଚେତନ କରିବା ଲକ୍ଷ୍ୟରେ ଛତ୍ରପୁର ଥାନା ପକ୍ଷରୁ…

ଥୁଆମୂଳ ରାମପୁରରେ ରେକର୍ଡ ବର୍ଷା; ଯାତାୟତ ସମ୍ପୂର୍ଣ୍ଣ ଠପ୍, ପାଣିରେ ଫସିଲା ଆମ୍ବୁଲାନ୍ସ

ଥୁଆମୂଳ ରାମପୁର,୨୩ା୮(ଦୁର୍ଗା କୀର୍ତ୍ତି): ଲଘୁଚାପ ପ୍ରଭାବରେ ଦକ୍ଷିଣ ଓଡ଼ିଶାର ବିଭିନ୍ନ ଜିଲାରେ ପ୍ରବଳ ବର୍ଷା ଜାରି ରହିଥିବା ବେଳେ କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକରେ ରେକର୍ଡ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri