Posted inଜାତୀୟ

ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେଲେ ଉଦ୍ଧବ ଠାକରେ

ମୁମ୍ବାଇ,୨୯।୬: ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକରେ ବୁଧବାର ନିଜ ପଦରୁ ଇସ୍ତଫା ଦେଇଛନ୍ତି। ଗୁରୁବାର ଫ୍ଲୋର ଟେଷ୍ଟ ପୂର୍ବରୁ ସେ ଇସ୍ତଫା ଦେଇଥିବା ଜଣାପଡିଛି। ଗୁରୁବାର ଫ୍ଲୋର ଟେଷ୍ଟ ପାଇଁ ରାଜ୍ୟପାଳ ଘୋଷଣା କରିବା ପରେ ତାହାକୁ ଚ୍ୟାଲେଞ୍ଜ କରି ଏହା ଉପରେ ରୋକ ଲଗାଇବାକୁ ଉଦ୍ଧବ ସେନା ସୁପ୍ରିମକୋର୍ଟଙ୍କ ଦ୍ୱାରସ୍ଥ ହୋଇଥିଲେ। କିନ୍ତୁ ସୁପ୍ରିମକୋର୍ଟ ଏହି ପିଟିଶନକୁ ଖାରଜ କରି ଗୁରୁବାର ଫ୍ଲୋର ଟେଷ୍ଟ ପାଇଁ ନିଷ୍ପତ୍ତି ଶୁଣାଇଥିଲେ।
ସୁପ୍ରିମକୋର୍ଟଙ୍କ ନିଷ୍ପତ୍ତି ପରେ ରାଜ୍ୟବାସୀଙ୍କୁ ସମ୍ବୋଧିତ କରି ସେ ତାଙ୍କ କାର୍ଯ୍ୟକାଳ ମଧ୍ୟରେ ନିଆଯାଇଥିବା ନିଷ୍ପତ୍ତି ବିଷୟରେ ଉଲ୍ଲେଖ କରିଛନ୍ତି। ସେ କହିଛନ୍ତି, ମୁଁ ଆଜି ନିଜ ପଦ ଏବଂ ବିଧାନ ପରିଷଦର ସଦସ୍ୟ ପଦରୁ ମଧ୍ୟ ଇସ୍ତଫା ଦେଉଛି। ଆମର ଭଲ କାର୍ଯ୍ୟଗୁଡ଼ିକ ଉପରେ ନଜର ଲାଗିଯାଇଛି। ଏହି ସମୟରେ ଉଦ୍ଧବ ଠାକରେ ସୋନିଆ ଗାନ୍ଧୀ ଏବଂ ଶରଦ ପାୱାରଙ୍କୁ ପ୍ରଶଂସା କରିଥିଲେ। ସୁପ୍ରିମକୋର୍ଟ ଯାହା ନିଷ୍ପତ୍ତି ଶୁଣାଇଛନ୍ତି, ତାହାକୁ ଆମେ ଗ୍ରହଣ କରୁଛୁ। ରାଜ୍ୟପାଳଙ୍କୁ ମଧ୍ୟ ଧନ୍ୟବାଦ। ଗଣତନ୍ତ୍ରକୁ ଅନୁସରଣ କରିବା ଉଚିତ୍‌।
ବିଦ୍ରୋହୀ ବିଧାୟକଙ୍କୁ ଟାର୍ଗେଟ କରି ଉଦ୍ଧବ କହିଛନ୍ତି, ତୁମର ଅସନ୍ତୋଷ କ’ଣ, ଗୁଆହାଟୀ ଏବଂ ସୁରଟକୁ ଯିବା ପରିବର୍ତ୍ତେ ମୋତେ କୁହ। ମୁଁ ତୁମର ଭାବନାକୁ ସର୍ବଦା ସମ୍ମାନ କରେ । ମୁଁ ଗଣମାଧ୍ୟମରେ କଥାବାର୍ତ୍ତା କରିବି ଏବଂ ତୁମେ ଏହାର ଉତ୍ତର ଦେବ, ଏହାର ଅର୍ଥ କ’ଣ?
କାହା ପାଖରେ କେତେ ସଂଖ୍ୟା ଅଛି ମୁଁ ଜାଣିନାହିଁ। ଆସନ୍ତାକାଲି ହୁଏତ ସେମାନେ ସଂଖ୍ୟାଗରିଷ୍ଠତା ପ୍ରମାଣ କରିଦେବେ। ମୁଁ ମୁଖ୍ୟମନ୍ତ୍ରୀ ପଦ ଛାଡିବାରେ କୌଣସି ଦୁଃଖ ନାହିଁ।
ସୂଚନାଯୋଗ୍ୟ,ଶିବସେନାର ୪୦ ଜଣ ବିଧାୟକ ଉଦ୍ଧବ ସରକାର ବିରୋଧରେ ବିଦ୍ରୋହ ଘୋଷଣା କରିବାରୁ ରାଜ୍ୟରେ ରାଜନୀତିକ ସଙ୍କଟ ସୃଷ୍ଟି ହୋଇଛି। ବିଦ୍ରୋହୀଙ୍କୁ ବୁଝାଇବା ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକରେ ଉଦ୍ୟମ କରିଥିଲେ ମଧ୍ୟ ବିଫଳ ହୋଇଥିଲେ। ମହାରାଷ୍ଟ୍ରର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ଭାଜପା ନେତା ଦେବେନ୍ଦ୍ର ଫଡନବିସ ଆସ୍ଥା ଭୋଟ ପାଇଁ ଦାବି କରିବାକୁ ରାଜ୍ୟପାଳ ଭଗତ ସିଂହ କୋଶିୟାରୀଙ୍କୁ ଭେଟିଥିଲେ। ବିଦ୍ରୋହୀ ବିଧାୟକମାନେ ଗୁରୁବାର ମୁମ୍ବାଇ ଫେରି ଫ୍ଲୋର ଟେଷ୍ଟରେ ଭାଗ ନେବେ ବୋଲି ଜଣାପଡିଛି।


Enter your email to get our daily news in your inbox.

All Right Reserved By Dharitri.Com

‘ମୁଁ ଏଠାକାର ଖେଳାଳି’, ନଦୀରେ ଡେଇଁ ଭିଡିଓ ପୋଷ୍ଟ କଲେ କିରେନ ରିଜିଜୁ, ରାହୁଲ ଗାନ୍ଧୀଙ୍କ ସହ ତୁଳନାରେ ଦେଲେ ଏମିତି ଜବାବ

ନୂଆଦିଲ୍ଲୀ,୨୩।୮: ଅରୁଣାଚଳ ପ୍ରଦେଶର ଏମପି ତଥା କେନ୍ଦ୍ରମନ୍ତ୍ରୀ କିରେନ ରିଜିଜୁ ସୋସିଆଲ ମିଡିଆରେ ନିଜର ଏକ ଭିଡିଓକୁ ନେଇ ଚର୍ଚ୍ଚାରେ ଅଛନ୍ତି । ନଦୀରେ ଡେଇଁ ତୀବ୍ର…

ରନ୍ଧନ ଗ୍ୟାସକୁ ନେଇ କେନ୍ଦ୍ର ସରକାରଙ୍କ ବଡ଼ ନିୟମ: ଏହା ଥିଲେ ବନ୍ଦ ହେବ LPG ସିଲିଣ୍ଡର

ନୂଆଦିଲ୍ଲୀ,୨୩।୮: ଦେଶର ଘରୋଇ ରୋଷେଇ ଗ୍ୟାସ ବ୍ୟବସ୍ଥାରେ ବଡ଼ ପରିବର୍ତ୍ତନ ଆଣିବା ଦିଗରେ କେନ୍ଦ୍ର ସରକାର ପଦକ୍ଷେପ ନେଉଛନ୍ତି । ଯେଉଁ ଅଞ୍ଚଳରେ ପୂର୍ବରୁ PNG (Piped…

ସ୍କୁଲ ବନ୍ଦ କରି ଚାଲିଗଲେ ଶିକ୍ଷକ: ଭିତରେ ଫସି ରହିଲେ ଛାତ୍ରୀ, କାନ୍ଦ ବୋବାଳି….

ବଲାଙ୍ଗୀର,୨୩ା୮(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ପାଟଣାଗଡ ଭାଇଁସା ସରକାରୀ ପ୍ରାଥମିକ ଉଚ୍ଚ ବିଦ୍ୟାଳୟରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି । ଗତକାଲି ଶନିବାର ଦିନ…

ଡିଜିଟାଲ ଠକେଇରୁ କେମିତି ମିଳିବ ମୁକ୍ତି? ବରିଷ୍ଠ ନାଗରିକଙ୍କୁ ନେଇ…

ଛତ୍ରପୁର,୨୩ା୮(ଦିଲ୍ଲୀପ ସାମଲ): ବଢୁଥିବା ସାଇବର ଅପରାଧ ଓ ବିଶେଷକରି ଡିଜିଟାଲ ଆରେଷ୍ଟ ନାମରେ ହେଉଥିବା ଠକେଇରୁ ବରିଷ୍ଠ ନାଗରିକମାନଙ୍କୁ ସଚେତନ କରିବା ଲକ୍ଷ୍ୟରେ ଛତ୍ରପୁର ଥାନା ପକ୍ଷରୁ…

ଥୁଆମୂଳ ରାମପୁରରେ ରେକର୍ଡ ବର୍ଷା; ଯାତାୟତ ସମ୍ପୂର୍ଣ୍ଣ ଠପ୍, ପାଣିରେ ଫସିଲା ଆମ୍ବୁଲାନ୍ସ

ଥୁଆମୂଳ ରାମପୁର,୨୩ା୮(ଦୁର୍ଗା କୀର୍ତ୍ତି): ଲଘୁଚାପ ପ୍ରଭାବରେ ଦକ୍ଷିଣ ଓଡ଼ିଶାର ବିଭିନ୍ନ ଜିଲାରେ ପ୍ରବଳ ବର୍ଷା ଜାରି ରହିଥିବା ବେଳେ କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକରେ ରେକର୍ଡ…

ଭରା ପାଣିରେ ବଞ୍ଚିବା ପାଇଁ ସଂଘର୍ଷ, ଗ୍ରାମବାସୀ ଜନପ୍ରତିନିଧିଙ୍କୁ ଅଭିଯୋଗ କରିବା ପରେ ବି…

ଗୁଡ଼ାରି,୨୩ା୮(ପ୍ରମୋଦ କୁମାର ପତି): ରାୟଗଡ଼ା ଜିଲା ଗୁଡ଼ାରି ବ୍ଲକର ପେଣ୍ଡିଲି ପଞ୍ଚାୟତ ଅନ୍ତର୍ଗତ ପଞ୍ଚୁପାଣ୍ଡବ ଗ୍ରାମ ନିକଟରେ ପ୍ରବାହିତ ନାଳରେ ଲଘୁଚାପ ଜନିତ ବର୍ଷା ଯୋଗୁ ଅଧିକ…

ଆସନ୍ତାକାଲି ପ୍ରବଳ ବର୍ଷା ସହ ବଜ୍ରପାତ ସମ୍ଭାବନା: ଏହି ଜିଲାରେ ସବୁ ସ୍କୁଲ ଛୁଟି

ନବରଙ୍ଗପୁର,୨୩ା୮(ସଦାଶିବ ପ୍ରହରାଜ): ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ନବରଙ୍ଗପୁର ଜିଲାରେ ଆସନ୍ତାକାଲି ଅର୍ଥାତ୍‌ ୨୪ ଅଗଷ୍ଟରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସହିତ ଘଡ଼ଘଡ଼ି ଓ ବଜ୍ରପାତର…

ମାଟି ଖୋଳିଲେ ମିଳୁଛି ସୁନା! ଏହି ଗାଁରେ ପ୍ରବଳ ଭିଡ଼, ଦିନକୁ ପହଞ୍ଚୁଛନ୍ତି ୧୦ ହଜାର ଲୋକ

ନୂଆଦିଲ୍ଲୀ,୨୩।୮: କେବେ ଚିନ୍ତା କରିଛନ୍ତି କି, ମାଟି ଖୋଳୁ ଖୋଳୁ ହଠାତ୍ ସୁନା ମିଳିଯିବ ? ପଶ୍ଚିମ କେନିଆର ଚେପୋରୋର ଗାଁରେ ଏବେ ଏଭଳି ଆଶା ନେଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri