Posted inଜାତୀୟ

ଦଳର ନାଁ ପରିବର୍ତ୍ତନ କରିବାର ଅଧିକାର ଇସିଙ୍କ ପାଖରେ ନାହିଁ: ଉଦ୍ଧବ

ମୁମ୍ବାଇ.୧୦।୭: ଶିବସେନାର ନାମ ଏବଂ ନିର୍ବାଚନୀ ଚିହ୍ନକୁ ନେଇ ଲଢେଇ ବର୍ତ୍ତମାନ ସୁପ୍ରିମକୋର୍ଟରେ ଚାଲିଛି। ଏହି ପ୍ରସଙ୍ଗରେ ଉଦ୍ଧବ ଠାକରେଙ୍କ ଆବେଦନ ଶୁଣାଣି କରିବାକୁ ସର୍ବୋଚ୍ଚ ନ୍ୟାୟାଳୟ ଅନୁମତି ଦେଇଛନ୍ତି। ସେପଟେ ମହାରାଷ୍ଟ୍ରର ପୂର୍ବତନ ମୁଖ୍ରମନ୍ତ୍ରୀ ଉଦ୍ଧବ ଠାକରେ ନିର୍ବାଚନ ଆୟୋଗଙ୍କୁ ଟାର୍ଗେଟ କରିଛନ୍ତି। ରାଜ୍ୟର ବିଦର୍ଭ ଅଞ୍ଚଳ ଗସ୍ତ ସମୟରେ ଠାକରେ କହିଛନ୍ତି ଯେ ଦଳର ନାମ ପରିବର୍ତ୍ତନ କରିବାର ଅଧିକାର ନିର୍ବାଚନ ଆୟୋଗଙ୍କ ନିକଟରେ ନାହିଁ।

ଶିବସେନା ଦଳ ଏବଂ ଏହାର ନିର୍ବାଚନୀ ଚିହ୍ନ ଏକନାଥ ଶିନ୍ଦେଙ୍କୁ ଦିଆଯିବା ବିରୋଧରେ ଉଦ୍ଧବ ଠାକରେଙ୍କ ଆବେଦନ ଉପରେ ଶୁଣାଣି କରିବାକୁ ସୁପ୍ରିମକୋର୍ଟ ଅନୁମତି ଦେଇଛନ୍ତି। ଜୁଲାଇ ୩୧ରେ ସୁପ୍ରିମକୋର୍ଟ ଏହି ମାମଲାର ଶୁଣାଣି କରିବେ। ଉଦ୍ଧବଙ୍କ ଆବେଦନରେ ନିର୍ବାଚନ ଆୟୋଗଙ୍କ ନିଷ୍ପତ୍ତିକୁ ରଦ୍ଦ କରିବାକୁ ଦାବି କରାଯାଇଛି।

ସର୍ବୋଚ୍ଚ ନ୍ୟାୟାଳୟ ଏହି ପିଟିଶନର ଶୁଣାଣି କରିବାକୁ ରାଜି ହେବା ପରେ ଶିବସେନା (ୟୁବିଟି) ମୁଖ୍ୟ ଉଦ୍ଧବ ଠାକରେ ନିର୍ବାଚନ ଆୟୋଗଙ୍କୁ ଟାର୍ଗେଟ କରିଛନ୍ତି। ସୋମବାର ସେ କହିଛନ୍ତି, ନିର୍ବାଚନ ଆୟୋଗ (ଇସି) ଗୋଟିଏ ଦଳକୁ ଚିହ୍ନ ବଣ୍ଟନ କରିପାରନ୍ତି, କିନ୍ତୁ ଦଳର ନାଁ ବଦଳାଇବାର କ୍ଷମତା ତାଙ୍କ ପାଖରେ ନାହିଁ। ରାଜ୍ୟର ପୂର୍ବତନ ମୁଖ୍ୟମନ୍ତ୍ରୀ ଏହା ମଧ୍ୟ କହିଛନ୍ତି ଯେ ‘ଶିବସେନା’ ନାମ ତାଙ୍କ ଜେଜେବାପା (କେଶବ ଠାକରେ) ଦେଇଛନ୍ତି ଏବଂ ସେ ଏହାକୁ କାହାକୁ ନେଇଯିବାକୁ ଦେବେ ନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

‘ଯାହାଙ୍କ ପାଖରେ ଆଧାରକାର୍ଡ ଅଛି, ତାଙ୍କୁ ମିଳିବ ସୁନା’, ଘୋଷଣା କଲେ PM ମୋଦି? ଜାଣନ୍ତୁ ଭାଇରାଲ ଦାବି ପଛର ସତ୍ୟ

ନୂଆଦିଲ୍ଲୀ, ୧୭।୮: ସୋସିଆଲ ମିଡିଆରେ ପ୍ରତିଦିନ ସରକାରଙ୍କ ସହ ଜଡ଼ିତ ଅନେକ ଯୋଜନା ବିଷୟରେ ସୂଚନା ଦିଆଯାଉଛି। କେତେବେଳେ ପ୍ରଧାନମନ୍ତ୍ରୀ ମୋଦିଙ୍କ ଭିଡିଓ ଭାଇରାଲ ହେଉଛି, ତ…

ବୃହସ୍ପତି-ଶନିଙ୍କ ମଧ୍ୟରେ ହେବାକୁ ଯାଉଛି ଅଦ୍ଭୁତ ଯୋଗ: ପୂରା ସେପ୍ଟେମ୍ବରରେ ମାସରେ ଏହି ୫ ରାଶିଙ୍କର ବଲ୍ଲେ-ବଲ୍ଲେ

ସେପ୍ଟେମ୍ବର ୨୦୨୬ ମାସର ଆରମ୍ଭ ଏକ ଶୁଭ ଯୋଗରୁ ହେବାକୁ ଯାଉଛି। ଦ୍ରିକ ପଞ୍ଚାଙ୍ଗ ଅନୁଯାୟୀ, ସେପ୍ଟେମ୍ବର ୧ ତାରିଖରେ ଦେବଗୁରୁ ବୃହସ୍ପତି ଏବଂ ନ୍ୟାୟର ଦେବତା…

ସୁରଟରୁ ଫେରିଲା ଦାଦନ ଶ୍ରମିକଙ୍କ ମୃତଦେହ, ଗାଁରେ ଶୋକାକୁଳ ପରିବେଶ

ହିଞ୍ଜିଳିକାଟୁ,୧୭।୮(ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳିକାଟୁ ବ୍ଲକ ଅଞ୍ଚଳରୁ ଏକ ଦୁଖଃଦ ଘଟଣା ସାମ୍ନାକୁ ଆସିଛି। ଦାଦନ ଖଟିବାକୁ ଯାଇଥିବା ଜଣେ ଓଡ଼ିଆ ଶ୍ରମିକଙ୍କ ମୃତଦେହ ସୋମବାର…

ଚୋର-ପୋଲିସ୍‌ର ଖେଳ ସୋସିଆଲ୍‌ ମିଡିଆରେ ଭାଇରାଲ୍‌: ଚାରି ଥାନାର ପୋଲିସ୍‌କୁ ପାଣି ପିଆଇ…

ପୁରୁଷୋତ୍ତମପୁର, ୧୭।୮ (ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଅଞ୍ଚଳରେ ଘଟିଥିବା ଚୋର-ପୋଲିସ୍‌ ଲଢ଼େଇ ଏବେ ସୋସିଆଲ୍‌ ମିଡିଆରେ ଖୁବ୍‌ ଭାଇରାଲ୍‌ ହେବାରେ ଲାଗିଛି। ଗତ ଶୁକ୍ରବାର…

ସ୍ତ୍ରୀଙ୍କୁ ହତ୍ୟା କରି ହୋଇଥିଲେ ଫେରାର, ୪ ବର୍ଷ ପରେ ମିଳିଲା ଦଣ୍ଡ

ପାରଳାଖେମୁଣ୍ଡି,୧୭।୮(ଗିରିଧାରୀ ପରିଛା) : ଝିଅର ଚିକିତ୍ସାକୁ ନେଇ ପତ୍ନୀଙ୍କ ସହ ବଚସାରୁ ତାଙ୍କୁ ହତ୍ୟା କରିବା ମାମଲାରେ ସ୍ୱାମୀଙ୍କୁ ଆଜୀବନ କାରାଦଣ୍ଡ ହୋଇଛି । ଗଜପତି ଜିଲା…

ଭାଜପାର ନୂଆ ଟିମ୍‌ରେ ଓଡ଼ିଶାର ଏହି ୨ ନେତା ସାମିଲ: ଜାଣନ୍ତୁ କିଏ କିଏ

ଭୁବନେଶ୍ୱର,୧୭।୮: ଭାଜପାର ନୂତନ ସଭାପତି ନୀତିନ ନବୀନଙ୍କ ନେତୃତ୍ୱରେ ନୂତନ ଜାତୀୟ ଦଳ ଘୋଷଣା କରାଯାଇଛି। ଏଥିରେ ପୂର୍ବରୁ ପଶ୍ଚିମ ଏବଂ ଉତ୍ତରରୁ ଦକ୍ଷିଣ ପର୍ଯ୍ୟନ୍ତ ବ୍ୟାପୀ…

୨୨ ଅଗଷ୍ଟରୁ ତ୍ରିଗ୍ରହୀ ଯୋଗର ପ୍ରଭାବ: ଏହି ୪ ରାଶି ଲୋକଙ୍କ ଭାଗ୍ୟରେ ନୂଆ ମୋଡ଼, ଜାଣନ୍ତୁ କ’ଣ ଘଟିବ…

ଜ୍ୟୋତିଷୀୟ ଗଣନା ଅନୁଯାୟୀ, ଅଗଷ୍ଟ ୨୦୨୬ରେ ସିଂହ ରାଶିରେ ୩ଟି ଗ୍ରହର ଯୁତି ଗଠିତ ହେବାକୁ ଯାଉଛି। ପ୍ରଥମେ କେତୁ ସିଂହ ରାଶିରେ ଅବସ୍ଥିତ ରହିବେ। ଏହାପରେ…

ନୀତିନ ନବୀନଙ୍କ ନୂଆ ଟିମ୍‌ରେ କେଉଁ ରାଜ୍ୟରୁ କାହାକୁ ମିଳିଲା ଦାୟିତ୍ୱ: ଜାଣନ୍ତୁ

ନୂଆଦିଲ୍ଲୀ,୧୭।୮: ଭାଜପାର ନୂତନ ସଭାପତି ନୀତିନ ନବୀନଙ୍କ ନେତୃତ୍ୱରେ ନୂତନ ଜାତୀୟ ଦଳ ଘୋଷଣା କରାଯାଇଛି। ଏଥିରେ ପୂର୍ବରୁ ପଶ୍ଚିମ ଏବଂ ଉତ୍ତରରୁ ଦକ୍ଷିଣ ପର୍ଯ୍ୟନ୍ତ ବ୍ୟାପୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri