କରୋନା ନିୟମ ନ ମାନିଲେ ରାଜ୍ୟରେ ଲାଗୁ ହେବ ଲକ୍‌ଡାଉନ୍‌: ଠାକରେ

ମୁମ୍ବାଇ,୨୩ ।୧୧: ମହାରାଷ୍ଟ୍ରରେ ପୁଣିଥରେ କରୋନାର ପ୍ରକୋପ ଦେଖିବାକୁ ମିଳିଛି । ଏହାପରେ ରାଜ୍ୟ ସରକାର ଜନସାଧାରଣଙ୍କୁ ସତର୍କ କରାଇ ଦେଇଛନ୍ତି । ମହାରାଷ୍ଟ୍ରର ଉଦ୍ଧବ ଠାକରେ ସରକାର କହିଛନ୍ତି ଯଦି କେହି କରୋନା ନିୟମ ନ ମାନନ୍ତି ତେବେ ପୁଣିଥରେ ରାଜ୍ୟରେ ଲକ୍‌ଡାଉନ ଲାଗୁ କରାଯିବ । ସୂଚନାୋଗ୍ୟ, ରବିବାର ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକରେ କୋଭିଡ-୧୯ ନିୟମ ସହ ଲକ୍‌ଡାଉନଠାରୁ ଦୂରେଇ ରହିବାକୁ ସ୍ୱାସ୍ଥ୍ୟ ସୁରକ୍ଷା ନିୟମକୁ କଡାକଡି ଭାବେ ପାଳନ କରିବାକୁ କହିଛନ୍ତି । ନଚେତ୍ ରାଜ୍ୟରେ ପୁଣିଥରେ ଲକ୍‌ଡାଉନ୍ ଲାଗୁ କରାଯିବ । ଏହାସହ ସେ ଆହୁରି ମଧ୍ୟ ଚେତାବନି ଦେଇଛନ୍ତି କି ଯଦି ଲୋକେ ସ୍ୱାସ୍ଥ୍ୟ ନିୟମକୁ ପାଳନ ନ କରିନ୍ତି ତେବେ ରାଜ୍ୟରେ ପୁଣିଥରେ ସୁନାମି ଭଳି କରୋନା ବ୍ୟାପିଯିବ ଯାହାକୁ ନିୟନ୍ତ୍ରଣ କରିବା କଷ୍ଟକର ହୋଇପଡିବ । ଲକ୍‌ଡାଉନ ନିୟମରେ କୋହଳ କରିବା ଅର୍ଥ ଏହା ନୁହେଁ ଯେ କରୋନା ଚାଲି ଯାଇଛି । ମହାମାରୀ ଏବେବି ରହିଛି ତେଣୁ ସାବଧାନତା ଜରୁରୀ । ସେ ଏକ ସାକ୍ଷାତ୍‌କାରରେ କହିଛନ୍ତି ଅନେକ ଲୋକେ ଏବେ କରୋନାକୁ ନେଇ ସତର୍କ ହୋଇ ଗଲେଣି । କିନ୍ତୁ କିଛି ଲୋକ ଏବେବି ମାସ୍କ ନ ପିନ୍ଧିବା ଅବା ସାମାଜିକ ଦୂରତା ବଜାୟ ରଖିବା ଆଦିକୁ ସମ୍ପୂର୍ଣ୍ଣ ଭୁଲି ଯାଉଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ଯୁବକଙ୍କୁ ସଂଘବଦ୍ଧ ଆକ୍ରମଣ, ବଗିଚା ଭିତରୁ ମୁର୍ମୁଷୁ ଅବସ୍ଥାରେ ଉଦ୍ଧାର

ଦେବଗଡ,୧୭।୨(ଶଶାଙ୍କ ଶେଖର ଝାଙ୍କର): ତିଲେଇବଣି ବ୍ଲକ ତଥା ଦେବଗଡ ଥାନା ଅନ୍ତର୍ଗତ ଟାଇଁସର ସ୍ଥିତ ଏକ ବଗିଚା ଭିତରୁ ମୁର୍ମୁଷୁ ଅବସ୍ଥାରେ ଜଣେ ଯୁବକଙ୍କୁ ଉଦ୍ଧାର କରାଯାଇଛି…

T20 ବିଶ୍ୱକପ୍‌ରୁ ବାଦ୍ ପଡ଼ିବ କି ଅଷ୍ଟ୍ରେଲିଆ? ଦମଦାର ବିଜୟ ସହ ସୁପର-୮ରେ ଶ୍ରୀଲଙ୍କା

ନୂଆଦିଲ୍ଲୀ,୧୬।୨: ଚଳିତ T20 ବିଶ୍ୱକପ୍ ୨୦୨୬ରେ ଦେଖିବାକୁ ମିଳିଛି ଏକ ବଡ଼ ବିପର୍ଯ୍ୟୟ। ଓପନର ପଥୁମ ନିସାଙ୍କାଙ୍କ ବିଧ୍ୱଂସକାରୀ ଶତକ ବଳରେ ଶ୍ରୀଲଙ୍କା ୮ ୱିକେଟ୍‌ରେ ଅଷ୍ଟ୍ରେଲିଆକୁ…

ପୂର୍ବତନ ବିଧାୟିକା ଡା. ରାସେଶ୍ବରୀ ପାଣିଗ୍ରାହୀଙ୍କ ପରଲୋକ; ମୁଖ୍ୟମନ୍ତ୍ରୀଙ୍କ ଶୋକ

ଭୁବନେଶ୍ୱର,୧୬।୨: ସମ୍ବଲପୁରର ପୂର୍ବତନ ବିଧାୟିକା ତଥା ବିଶିଷ୍ଟ ଚିକିତ୍ସିକା ଡା. ରାସେଶ୍ବରୀ ପାଣିଗ୍ରାହୀଙ୍କର ଦେହାନ୍ତ ହୋଇଯାଇଛି। ମୃତ୍ୟୁ ବେଳକୁ ତାଙ୍କୁ ୭୯ ବର୍ଷ ବୟସ ହୋଇଥିଲା। ସମ୍ବଲପୁର…

ନକଲି ମାଓବାଦୀ ଆତ୍ମସମର୍ପଣ ଯୋଜନା ପଣ୍ଡ: ଖବରଦାତାଙ୍କ ସହ ୪ ଗିରଫ

ରାୟଗଡ଼ା,୧୬।୨(ଆଶିଷ ରଞ୍ଜନ ପଣ୍ଡା) ମାଓବାଦୀଙ୍କ ନାଁରେ ପୋଷ୍ଟର ମାରିବା ଏବଂ ନକଲି ମାଓବାଦୀଙ୍କୁ ଆତ୍ମସମର୍ପଣ କରାଇ ସରକାରୀ ଅର୍ଥ ଲୁଟ ପାଇଁ ଉଦ୍ୟମ କରିବା ଘଟଣାରେ ରାୟଗଡ଼ା…

ବଟେଶ୍ୱର ଜାଗର ମହୋତ୍ସବ: ମୋହିଲା ଛାତ୍ରୀଛାତ୍ରଙ୍କ ନୃତ୍ୟ

ଗଞ୍ଜାମ,୧୬ା୨(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତର ପ୍ରସିଦ୍ଧ ବଟେଶ୍ୱର ମନ୍ଦିର ବାଲିଯାତ୍ରା ପଡିଆରେ ମହାଶିବରାତ୍ରି ଉପଲକ୍ଷେ ପ୍ରଥମଥର ପାଇଁ ଜାଗର ମହୋତ୍ସବ ଅନୁଷ୍ଠିତ ହୋଇଯାଇଛି।…

ଏହି ଷ୍ଟେସନର ବଦଳିବ କାୟାକଳ୍ପ: ଏତିକି କୋଟି ମଞ୍ଜୁର କଲେ କେନ୍ଦ୍ର ସରକାର

ଭୁବନେଶ୍ୱର,୧୬।୨: ଓଡ଼ିଶାର ରେଳ ଭିତ୍ତିଭୂମି ପାଇଁ ୯୩.୧୯ କୋଟି ଟଙ୍କା ଅନୁମୋଦନ କରିଛନ୍ତି କେନ୍ଦ୍ର ସରକାର। ଏହି ଟଙ୍କାରେ ବ୍ରହ୍ମପୁର ରେଳ ଷ୍ଟେସନର ପୁନଃ ବିକାଶ କରାଯିବ।…

ମହିଳାଙ୍କୁ ଗୋଡାଇ କାମୁଡ଼ିଲା ବିଲୁଆ

ଦିଗପହଣ୍ଡି,୧୬।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହର ୫ ନଂ ୱାର୍ଡ ପଠାଣ ଗଳି ବାସିନ୍ଦା କେ.ପାର୍ୱତୀ ଦୋରା(୪୦) ବିଲୁଆ କାମଡ଼ାରେ ଗୁରୁତର ଆହତ ହୋଇଛନ୍ତି।…

ତୃତୀୟ ଥର ବିବାହ ବନ୍ଧନରେ ବାନ୍ଧିହେଲେ IAS ଅଫିସର, ତିନି ସ୍ତ୍ରୀ IAS

ଭୋପାଳ,୧୬।୨: ଜଣେ IAS ଅଫିସର ଏବେ ନିଜର ବ୍ୟକ୍ତିଗତ ଜୀବନକୁ ନେଇ ଏବେ ଚର୍ଚ୍ଚାର ଶିଖରରେ ଅଛନ୍ତି। ସେ ନିକଟରେ ତୃତୀୟ ଥର ପାଇଁ ବିବାହ କରିଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri