Posted inଜାତୀୟ

ରାହୁଲଙ୍କ ବୟାନକୁ ନେଇ ନାରାଜ ଉଦ୍ଧବ, ଯୋଗ ଦେବେନାହିଁ ମଲ୍ଲିକାର୍ଜୁନଙ୍କ ଡିନର ପାର୍ଟିରେ

ମୁମ୍ବାଇ,୨୭ ।୩: କଂଗ୍ରେସ ଏମପି ରାହୁଲ ଗାନ୍ଧୀ ବୀର ସାୱରକରଙ୍କୁ ନେଇ ଦେଇଥିବା ବୟାନ ଉପରେ ଏହାର ସହଯୋଗୀ ଦଳ ବି ଅସନ୍ତୁଷ୍ଟ ପ୍ରକାଶ କରିଛନ୍ତି । ରାହୁଲ ଗାନ୍ଧୀଙ୍କ ବୟାନକୁ ନେଇ ଶିବସେନାର ଉଦ୍ଧବ ଠାକରେ ଗୋଷ୍ଠୀ ପକ୍ଷରୁ କଡା ପ୍ରତିକ୍ରୟା ଦିଆଯାଇଛି । ଏହାସହ ଠାକରେ ଗ୍ରୁପର ଏମପିମାନେ କଂଗ୍ରେସ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖାର୍ଗେଙ୍କ ଡିନର ପାର୍ଟିକୁ ବହିଷ୍କାର କରିବାକୁ ନିଷ୍ପତ୍ତି ନେଇଛନ୍ତି ।
ଖାର୍ଗେ ସମସ୍ତ ବିରୋଧୀ ଦଳର ଏମପିଙ୍କ ପାଇଁ ସୋମବାର (୨୭ ମାର୍ଚ୍ଚ) ସନ୍ଧ୍ୟାରେ ନିଜ ଘରେ ଡିନର ପାର୍ଟି ରଖିଥିଲେ । ଉଦ୍ଧବ ଠାକରେ ଗୋଷ୍ଠୀର ଏମପି ସଞ୍ଜୟ ରାଉତ କହିଥିଲେ କି ବୀର ସାୱରକରଙ୍କ ଅପମାନକୁ ନେଇ ଦଳର କେହିବି ନେତା ଏହି ଡିନର ପାର୍ଟିରେ ସାମିଲ ହେବେ ନାହିଁ । ସୂଚନାଯୋଗ୍ୟ, କଂଗ୍ରେସ ନେତା ରାହୁଲ ଗାନ୍ଧୀ ଶନିବାର(୨୫ ମାର୍ଚ୍ଚ)ରେ ଏକ ପ୍ରେସ କନଫରେନ୍ସରେ କହିଥିଲେ ମୋ ନାମ ସାୱରକର ନୁହେଁ, ମୋ ନାଁ ଗାନ୍ଧୀ, ଗାନ୍ଧୀ କାହୁକୁ କ୍ଷମା ମାଗେ ନାହିଁ ।
ଋାହୁଲ ଗାନ୍ଧୀଙ୍କ ଏହି ବୟାନକୁ ନେଇ ପ୍ରାୟ ସମସ୍ତ ବିରୋଧି ଦଳ ଖପ୍ପା ହୋଇଥିବା ବେଳେ ମହାରାଷ୍ଟ୍ରର ପୂର୍ବତନ ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକରେ କହିଥିଲେ ସାୱରକରଙ୍କ ଅପମାନକୁ ବରଦାସ୍ତ କରାଯିବ ନାହିଁ ।


Enter your email to get our daily news in your inbox.

All Right Reserved By Dharitri.Com

ରାସ୍ତାରେ ଯିବାବେଳେ ହଠାତ୍‌ ଦୋକାନ ଭିତରକୁ ପଶିଗଲା କାର୍‌, ୨ ଭାଇ ଗୁରୁତର

ଛତ୍ରପୁର,୨୩ା୯(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗଞ୍ଜାମ ଜିଲା ଛତ୍ରପୁର ଥାନା ଅନ୍ତର୍ଗତ ଲୋଏର ବସ୍‌ଷ୍ଟାଣ୍ଡ ନିକଟରେ ବୁଧବାର ଏକ କାର୍‌ ଭରସାମ୍ୟ ହରାଇ ସିରିଜ୍‌ ଦୁର୍ଘଟଣା ଘଟାଇବା ସହ…

ନୂଆ ପ୍ରଦେଶ ପ୍ରଭାରୀ ଘୋଷଣା କଲା ଭାଜପା: ସ୍ମୃତି, ବୈଜୟନ୍ତଙ୍କୁ ଗୁରୁତ୍ୱପୂର୍ଣ୍ଣ ଦାୟିତ୍ୱ, ଜାଣନ୍ତୁ ଓଡ଼ିଶା ଦାୟିତ୍ୱରେ କିଏ…

ନୂଆଦିଲ୍ଲୀ,୨୩।୯: ଭାରତୀୟ ଜନତା ପାର୍ଟି (ଭାଜପା) ସଂଗଠନରେ ବଡ଼ ଧରଣର ପରିବର୍ତ୍ତନ କରି ବିଭିନ୍ନ ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳ ପାଇଁ ନୂଆ ପ୍ରଦେଶ ପ୍ରଭାରୀ ଓ…

ସ୍ବତନ୍ତ୍ର ତକିଆ କିଣିଲେ ବୁମ୍‌ରା: ସବୁ ଗୁମର ଖୋଲିଦେଲେ ସ୍ତ୍ରୀ

ନୂଆଦିଲ୍ଲୀ,୨୩।୯: ୨୦୨୬ ଏସୀୟ କ୍ରୀଡ଼ା ପାଇଁ ଜସପ୍ରୀତ ବୁମରା ଟିମ ଇଣ୍ଡିଆ ସହ ଜାପାନରେ ଅଛନ୍ତି। ସେଠାରେ ସେ ନିଜ ପାଇଁ ବାଛିଥିବା ତକିଆ ଯୋଗୁ ସେ…

ରେଳଧାରଣାରେ ଯିବାବେଳେ ୪ ଜଣଙ୍କୁ ଚାପିଦେଲା ରାଜାରାଣୀ ଏକ୍ସପ୍ରେସ

ଗଜପତି,୨୩।୯(ଗିରିଧାରୀ ପରିଛା): ଭୁବନେଶ୍ୱରରୁ ପାରଳାଖେମୁଣ୍ଡି ଆସୁଥିବା ରାଜାରାଣୀ ଏକ୍ସପ୍ରେସ ଧକ୍କାରେ ୪ ଜଣଙ୍କର ମୃତ୍ୟୁ ଘଟିଥିବାବେଳେ ଜଣେ ଗୁରୁତର ଆହତ ହୋଇଛନ୍ତି। ଆନ୍ଧ୍ରପ୍ରଦେଶର ଟେକେଲି ଗ୍ରାମ ନିକଟସ୍ଥ…

ସମୁଦ୍ର ଅଶାନ୍ତ: ପାରାଦୀପ ବନ୍ଦରରେ ୩ ନମ୍ବର ବିପଦ ସଙ୍କେତ ଜାରି

ପାରାଦୀପ,୨୩।୯(ଶରତ ରାଉତ): ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ପ୍ରଭାବରେ ବୁଧବାର ସମୁଦ୍ର ଅତ୍ୟନ୍ତ ଅଶାନ୍ତ ହୋଇପଡ଼ିଛି। ସମୁଦ୍ରରେ ଉଚ୍ଚ ଢେଉ ସହ ବିପଦଜନକ ପରିସ୍ଥିତି ସୃଷ୍ଟି ହୋଇଥିବାରୁ ସମୁଦ୍ର…

ଗୋରୁ ଗୁହାଳରୁ ୧୫ ଫୁଟର ବଉଳା କୁମ୍ଭୀର ଉଦ୍ଧାର: ଖେଳିଗଲା ଆତଙ୍କ,ଦେଖନ୍ତୁ VIDEO

ମହାକାଳପଡ଼ା,୨୩।୯ (ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲାର ବିଭିନ୍ନ ନଦୀ-ନାଳରେ ଏବେ ମାଳ ମାଳ କୁମ୍ଭୀର ଭାସୁଥିବା ଦେଖିବାକୁ ମିଳୁଛି। ନଦୀରେ ପ୍ରାକୃତିକ ଖାଦ୍ୟ ମାଛ ଓ…

ରାଜନୀତିରେ ବଡ଼ ହଲଚଲ: ହଠାତ୍‌ ଇସ୍ତଫା ଦେଲେ କଂଗ୍ରେସ ବିଧାୟକ

ବେଙ୍ଗାଲୁରୁ,୨୩।୯: କଂଗ୍ରେସ ବିଧାୟକ ୟଶବନ୍ତରାୟଗୌଡା ପାଟିଲ ବିଧାୟକ ପଦରୁ ଇସ୍ତଫା ଦେଇଛନ୍ତି। ‘ଇଣ୍ଡି ତାଲୁକ’କୁ ମରୁଡ଼ିଗ୍ରସ୍ତ ଘୋଷଣା ନକରାଯିବାର ପ୍ରତିବାଦରେ ସେ ଏହି ପଦକ୍ଷେପ ନେଇଥିବା ଜଣାପଡ଼ିଛି।…

କେନ୍ଦ୍ର ସରକାରଙ୍କ ବଡ଼ ଘୋଷଣା, ରବିବାର ବି ଖୋଲା ରହିବ ବ୍ୟାଙ୍କ

ନୂଆଦିଲ୍ଲୀ,୨୩।୯: ବ୍ୟାଙ୍କ ୟୁନିଅନଗୁଡ଼ିକ ପକ୍ଷରୁ ତିନିଦିନିଆ ବ୍ୟାଙ୍କ ହଡତାଳ ଡାକରା ଦିଆଯାଇଥିବା ବେଳେ କେନ୍ଦ୍ର ସରକାର ଏକ ବଡ଼ ପଦକ୍ଷେପ ନେଇଛନ୍ତି। ଅର୍ଥ ମନ୍ତ୍ରଣାଳୟ ପକ୍ଷରୁ ଆସନ୍ତା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?