Posted inଜାତୀୟ

ଉଦ୍ଧବ ଗୋଷ୍ଠୀଙ୍କ ବଡ଼ ବିଜୟ: ଶିବାଜୀ ପାର୍କରେ ଦଶହରା ରାଲିକୁ ମିଳିଲା ଅନୁମତି

ମୁମ୍ବାଇ,୨୩।୯: ମହାରାଷ୍ଟ୍ରରେ ଶିବାଜୀ ପାର୍କରେ ଦଶହରା ରାଲିକୁ ନେଇ ଲାଗିରହିଥିବା ବିବାଦ ମଧ୍ୟରେ ଉଦ୍ଧବ ଠାକରେଙ୍କ ଗୋଷ୍ଠୀକୁ ବଡ଼ ବିଜୟ ମିଳିଛି। ହାଇକୋର୍ଟ ଠାକରେଙ୍କ ଗୋଷ୍ଠୀକୁ ଶିବାଜୀ ପାର୍କରେ ଦଶହରା ରାଲି କରିବା ପାଇଁ ଅନୁମତି ପ୍ରଦାନ କରିଛନ୍ତି। କୋର୍ଟଙ୍କ ଏହି ନିଷ୍ପତ୍ତି ପରେ ମହାରାଷ୍ଟ୍ରର ମୁଖ୍ୟମନ୍ତ୍ରୀ ଏକନାଥ ସିନ୍ଦେ ଗୋଷ୍ଠୀଙ୍କୁ ଏକ ବଡ଼ ଝଟ୍‌କା ଲାଗିଛି । ଏକନାଥ ଗୋଷ୍ଠୀଙ୍କ ପକ୍ଷରୁ ଦାଦର ବିଧାୟକ ସଦା ସର୍ଭାନକରଙ୍କ ଆବେଦନକୁ ହାଇକୋର୍ଟ ଖାରଜ କରିଛନ୍ତି। ନିଜକୁ ମୂଳ ଶିବସେନା ବୋଲି କହି ବିଧାୟକ ସଦା ଶିବାଜୀ ପାର୍କରେ ଦଶହରା ରାଲି କରିବାକୁ କୋର୍ଟରେ ଆବେଦନ କରିଥିଲେ। ଏହାକୁ ଉଦ୍ଧବ ଠାକରେଙ୍କ ଗୋଷ୍ଠୀ ଆବେଦନରେ ହସ୍ତକ୍ଷେପ କରିଥିଲେ। ଏହି ମାମଲାର ବିଚାର କରି ବମ୍ବେ ହାଇକୋର୍ଟ ଶୁକ୍ରବାର ଅକ୍ଟୋବର ୨ରୁ ଅକ୍ଟୋବର ୬ ପର୍ଯ୍ୟନ୍ତ ଠାକରେଙ୍କୁ ରାଲି କରିବାକୁ ଅନୁମତି ଦେଇଛନ୍ତି। ଏହାପରେ ଶିବସେନା ଶିବାଜୀ ପାର୍କରେ ଅକ୍ଟୋବର ୫ରେ ଦଶହରା ରାଲି ଆୟୋଜନ କରିପାରିବ। ଏଥିସହ କୋର୍ଟ ମହାରାଷ୍ଟ୍ରରେ ଆଇନ ବ୍ୟବସ୍ଥା ସହ ଶାନ୍ତି ଶୃଙ୍ଖଳା ରକ୍ଷା କରିବାକୁ ନିର୍ଦ୍ଦେଶ ଦେଇଛନ୍ତି। ଏଥି ସହ ସିନ୍ଦେ ଦଳ ଏହି ନିଷ୍ପତ୍ତି ବିରୋଧରେ ସୁପ୍ରିମକୋର୍ଟ ଯିବେ ବୋଲି କୁହାଯାଉଛି। ସୂଚନାଯୋଗ୍ୟ, ଶିବସେନା ବର୍ଷ ବର୍ଷ ଧରି ଏଠାରେ ଦଶହରା ରାଲିର ଆୟୋଜନ କରିଆସୁଛି। କିନ୍ତୁ ଗତ ଦୁଇ ବର୍ଷ ଧରି କରୋନା କାରଣରୁ ଏହି ରାଲିକୁ ସ୍ଥଗିତ ରଖାଯାଇଥିଲା। ବର୍ତ୍ତମାନ ପରିସ୍ଥିତି ସୁଧାର ଆସିବା ପରେ ଅକ୍ଟୋବରରେ ୫ରେ ଶିବାଜୀ ପାର୍କରେ ରାଲି କରିବାକୁ ଘୋଷଣା କରିଥିଲେ। ତେବେ ଶିବସେନା ଦୁଇ ଭାଗରେ ବିଭକ୍ତ ହେବା ପରେ ସିନ୍ଦେ ଦଳ ମଧ୍ୟ ଏଥର ଏକ ରାଲି ଆୟୋଜନ କରିବାକୁ ଚାହୁଁଥିଲେ। ଯେଉଁଥିରେ ଉଭୟ ପାର୍ଶ୍ୱ ମୁହାଁମୁହିଁ ହୋଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

T20 ବିଶ୍ୱକପ ଫାଇନାଲରେ ପହଞ୍ଚିବା ପରେ ଭାବପ୍ରବଣ ହୋଇଗଲେ ବିଶ୍ୱର ସବୁଠାରୁ ସୁନ୍ଦରୀ କ୍ରିକେଟର

ନୂଆଦିଲ୍ଲୀ,୩।୭: ଚଳିତ ମହିଳା T20 ବିଶ୍ୱକପରେ ଇଂଲଣ୍ଡ ଦ୍ୱିତୀୟ ଫାଇନାଲିଷ୍ଟ ହୋଇଛି। ଟୁର୍ଣ୍ଣାମେଣ୍ଟର ଦ୍ୱିତୀୟ ସେମିଫାଇନାଲ ଗତ ଗୁରୁବାର (ଜୁଲାଇ ୨) ଲଣ୍ଡନର କେନିଂଟନ ଓଭାଲରେ ଇଂଲଣ୍ଡ…

ଟିମ ଇଣ୍ଡିଆ ଜର୍ସି ପିନ୍ଧି ପଡ଼ିଆକୁ ଓହ୍ଲାଇଥିଲେ ସଚିନ ତେନ୍ଦୁଲକର! ‘ନମ୍ବର ୧୦’ ଦେଖି ପ୍ରଶଂସକଙ୍କ ମଧ୍ୟରେ ଖେଳିଗଲା…

ନୂଆଦିଲ୍ଲୀ,୩।୭: ସଚିନ ତେନ୍ଦୁଲକର ନୀଳ ୧୦ ନମ୍ବର ଜର୍ସି ପିନ୍ଧି ପଡ଼ିଆକୁ ପାଦ ଦେଇଥିଲେ। ଏହି ଚିତ୍ରଗୁଡ଼ିକ ଦେଖି ପ୍ରଶଂସକଙ୍କ ମଧ୍ୟରେ ତୁରନ୍ତ ଏକ ସ୍ମୃତିର ଭାବନା…

ଜୟପୁର ଏସ୍‌ଡିଆଇପିଆରଙ୍କୁ ମିଳିଲା ନୂଆ ଦାୟିତ୍ୱ

କୋରାପୁଟ,୩ା୭(ଅମିତାଭ ବେହେରା): ଜୟପୁର ଉପଖଣ୍ଡ ସୂଚନା ଓ ଲୋକସମ୍ପର୍କ ଅଧିକାରୀ ଯଶୋଦା ଗାଦବାଙ୍କୁ କୋରାପୁଟ ଜିଲାର ଭାରପ୍ରାପ୍ତ ଜିଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ (ଡିଆଇପିଆରଓ) ଭାବେ…

ଝାଡ଼ଖଣ୍ଡର ଅର୍ଥମନ୍ତ୍ରୀ ଛାଡିଲେ ସରକାରୀ ସୁରକ୍ଷା, ୧୬ ସୁରକ୍ଷାକର୍ମୀ, ୩ଟି ଗାଡ଼ି ଫେରାଇ ଦେଲେ

ରାଞ୍ଚି,୩।୭: ଅର୍ଥମନ୍ତ୍ରୀ ରାଧା କୃଷ୍ଣ କିଶୋର ତାଙ୍କ ଆବଶ୍ୟକତାକୁ ଅଣଦେଖା କରିବା ପାଇଁ ପୋଲିସ ମୁଖ୍ୟାଳୟ ଉପରେ ଅସନ୍ତୁଷ୍ଟ। ଯଦିଓ ସେ ସ୍ପଷ୍ଟ ଭାବରେ ତାଙ୍କର ଅଭିଯୋଗ…

ଏହି ସ୍ଥାନରେ ମାଓବାଦୀଙ୍କ ବଡ଼ ଅସ୍ତ୍ରାଗାର ଠାବ, ବିପୁଳ ପରିମାଣର ଅସ୍ତ୍ରଶସ୍ତ୍ର ଜବତ

କୋରାପୁଟ,୩ା୭(ଅମିତାଭ ବେହେରା): କୋରାପୁଟ ଜିଲାର ବୈପାରୀଗୁଡ଼ା ଥାନା ଅଧୀନ ତେନ୍ତୁଳିଗୁମ୍ମା ଜଙ୍ଗଲରେ କୋରାପୁଟ ଡିଭିଏଫ୍‌ ପକ୍ଷରୁ ଚଳାଯାଇଥିବା ସର୍ଚ୍ଚ ଅପରେଶନ ସମୟରେ ମାଓବାଦୀଙ୍କ ଏକ ବଡ଼ ଅସ୍ତ୍ର…

ଅନ୍ଧାରରେ ପାଙ୍ଗାଲି ଗ୍ରାମବାସୀ, ଆନ୍ଦୋଳନ ପାଇଁ ନିଷ୍ପତ୍ତି ନେଇ କହିଲେ…

ଦାରିଙ୍ଗବାଡ଼ି,୩ା୭(ଅରୁଣ ସାହୁ): ଦିନେ କି ଦୁଇ ଦିନ ନୁହଁ ଗତ ୪ ଦିନ ବିତିଲା ଏକ ଅନୁସୂଚିତ ଜନଜାତି ବସବାସ କରୁଥିବା ଦୁର୍ଗମ ଗ୍ରାମ ଅନ୍ଧାରରେ ରହିଛି…

ଦୁଇ ବାଇକ୍‌ ମୁହାଁମୁହିଁ, ଜଣଙ୍କ ଜୀବନ ଗଲା, ୨ ଗୁରୁତରଙ୍କୁ…

ମୋହନା,୩ା୭(ମନ୍ମଥ ମିଶ୍ର): ଦୁଇ ବାଇକ୍‌ ମୁହାଁମୁହିଁ ଧକ୍କା ହେବାରୁ ଜଣଙ୍କର ମୃତ୍ୟୁ ଘଟିଥିବାବେଳେ ଦୁଇ ଜଣ ଗୁରୁତର ହୋଇଛନ୍ତି। ଗଜପତି ଜିଲା ମୋହନା ଥାନା ୩୨୬ ଜାତୀୟ…

ପିଲାଦିନର ବନ୍ଧୁଙ୍କୁ ସାହାଯ୍ୟ ପାଇଁ ଆଗେଇ ଆସିଲେ ବାଚସ୍ପତି: ପରିବାର ଲୋକଙ୍କୁ ଭେଟି କହିଲେ…

ନୂଆଦିଲ୍ଲୀ,୩।୭: କୋଟା-ବୁନ୍ଦିର ଏମ୍‌ପି ତଥା ଲୋକ ସଭା ବାଚସ୍ପତି ଓମ ବିର୍ଲା ଆଜିକାଲି ଚର୍ଚ୍ଚାରେ ଅଛନ୍ତି। ନିକଟରେ ତାଙ୍କର ଏକ ଭିଡିଓ ଭାଇରାଲ ହୋଇଛି। ଭିଡିଓରେ ସେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri