Posted inଜାତୀୟ

୨୦ଦିନ ଭିତରେ ଏନଡିଏରେ ସାମିଲ ହେବେ ଉଦ୍ଧବ ଠାକରେ! ମିଳିଲା ବଡ଼ ସଙ୍କେତ

ମୁମ୍ବାଇ,୩।୬: ଲୋକ ସଭା ନିର୍ବାଚନ ୨୦୨୪ ପରେ ମହାରାଷ୍ଟ୍ର ରାଜନୈତିକ ମହଲରେ ବଡ଼ ଓଳଟ ପାଲଟ ଦେଖିବାକୁ ମିଳିପାରେ ବୋଲି ଆକଳନ କରାଯାଉଛି। ରେଜଲ୍ଟ ବାହାରିବାର ଦୁଇ ଦିନ ପୂର୍ବରୁ ରାଜ୍ୟର ଜଣେ ବିଧାୟକ ବଡ଼ ଦାବି କରିଛନ୍ତି। ସେ କହିଛନ୍ତି, ଉଦ୍ଧବ ଠାକରେ ବହୁତ ଶୀଘ୍ର ଏନଡିଏରେ ମିଶିବାକୁ ଯାଉଛନ୍ତି। କିନ୍ତୁ ଶିବସେନା (ଉଦ୍ଧବଗୋଷ୍ଠୀ)ଙ୍କ ପକ୍ଷରୁ ଏହି ଦାବିକୁ ନେଇ କୌଣସି ପ୍ରତିକ୍ରିୟା ନ ମିଳିବା କିଛି ଅଲଗା ସଙ୍କେତ ଦେଖାଯାଉଛି। ଫଳାଫଳ ପୂର୍ବରୁ ଆସିଥିବା ଏକଜିଟ ପୋଲରେ ମହାରାଷ୍ଟ୍ର ସହ ଅନେକଗୁଡିଏ ରାଜ୍ୟରେ ଏନଡିଏର ଦବ୍‌ଦବା ଦେଖିବାକୁ ମିଳିପାରେ।

ଏକ ଜାତୀୟ ଗଣମାଧ୍ୟମକୁ ସାକ୍ଷାତକାର ଦେଇ ବିଧାୟକ ରବି ରାଣା କହିଛନ୍ତି, ‘ଠାକରେ ବହୁତ ଶୀଘ୍ର ଏନଡିଏରେ ସାମିଲ ହେବାକୁ ଯାଉଛନ୍ତି। ପୂର୍ବରୁ ମୁଁ ଯାହା ବି ଦାବି କରିଛି ସେ ସବୁ ସତ ହୋଇଛି। ତେବେ ଏହା ବି ସମ୍ପୂର୍ଣ୍ଣ ସତ ହେବାକୁ ଯାଉଛି’। ତେବେ ସବୁଠାରୁ ଆଶ୍ଚର୍ଯ୍ୟକର କଥା ହେଉଛି ରବି ରାଣାଙ୍କର ଏପରି ବଡ଼ ଦାବି ପରେ ମଧ୍ୟ ଠାକରେ ଗୋଷ୍ଠୀ ମୁହଁ ଫିଟାଇ ନାହାନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ରାଜସ୍ବ ବିଭାଗର ବଡ଼ ନିଷ୍ପତ୍ତି, ଏଣିକି ଓଡ଼ିଆ ନାମ ଅନୁସାରେ ଲେଖାଯିବ ଜିଲାର ଇଂରାଜୀ ନାମ

ଭୁବନେଶ୍ବର,୫।୨: ରାଜ୍ୟର ୭ଟି ଜିଲାର ଇଂରାଜୀ ନାଁ ସଂଶୋଧନ କରିବେ ରାଜ୍ୟ ସରକାର । ଏନେଇ ରାଜସ୍ବ ବିଭାଗ ପକ୍ଷରୁ ପ୍ରକାଶ ପାଇଲା ବିଧିବଦ୍ଧ ବିଜ୍ଞପ୍ତି ।…

୬.୬.୬.୬.୬.୬.୬…ମାତ୍ର ୨୦ ବଲ୍‌ରେ ଚମତ୍କାର କଲେ ଇଶାନ

ନୂଆଦିଲ୍ଲୀ,୫।୨: ଆଇସିସି ଟି-୨୦ ବିଶ୍ୱକପ ୨୦୨୬ ପାଇଁ ଟିମ ଇଣ୍ଡିଆ ପ୍ରସ୍ତୁତି ଆରମ୍ଭ କରିଦେଇଛି। ଗତ ୪ ଫେବୃଆରୀ ରାତିରେ ଟି-୨୦ ବିଶ୍ୱକପ ଅଭ୍ୟାସ ମ୍ୟାଚରେ ଟିମ…

ଆମେ ଭାରତ ବିପକ୍ଷରେ ବିଶ୍ବକପ୍ ଖେଳିବୁ ନାହିଁ..ବୟକଟ ନିଷ୍ପତ୍ତିକୁ ଦୋହରାଇଲେ ଶେହବାଜ ଶରିଫ

ନୂଆଦିଲ୍ଲୀ,୫।୨: ପାକିସ୍ତାନ ପ୍ରଧାନମନ୍ତ୍ରୀ ଶେହବାଜ ଶରିଫ ବୁଧବାର ଦିନ ଭାରତ ବିପକ୍ଷରେ ଟି-୨୦ ବିଶ୍ୱକପ୍ ମ୍ୟାଚ୍ ବର୍ଜନ କରିବାର ଦେଶର ନିଷ୍ପତ୍ତିକୁ ଦୋହରାଇଛନ୍ତି । ସେ କହିଛନ୍ତି…

ମୁଣ୍ଡ ଟେକିଲା ବିତର୍କ: ଆମେରିକୀୟ କୃଷି ଉତ୍ପାଦ ଉପରେ ଭାରତ କଷିବନି ଟାରିଫ୍‌

ନ୍ୟୁୟର୍କ/ ଓ୍ବାଶିଂଟନ୍‌/ ନୂଆଦିଲ୍ଲୀ, ୫ା୨:ନୂଆଦିଲ୍ଲୀ ଏବଂ ଓ୍ବାଶିଂଟନ୍‌ ମଧ୍ୟରେ କିଛି ମାସର ବାଣିଜି୍ୟକ ଅନିଶ୍ଚିତତା ପରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ ଫେବୃଆରୀ ୨ରେ ଐତିହାସିକ ଟ୍ରେଡ୍‌…

ଆଜି WPL ଫାଇନାଲ୍, ପ୍ରଥମ ଟାଇଟଲ ଲକ୍ଷ୍ୟରେ ଦିଲ୍ଲୀ

ଭଦୋଦରା,୫।୨(ପି.ଟି.): ଚଳିତ ଓମେନ୍ସ ପ୍ରିମିୟର ଲିଗ୍‌ (ଡବ୍ଲ୍ୟୁପିଏଲ୍‌)ର ଚତୁର୍ଥ ସଂସ୍କରଣରେ ଗୁରୁବାର ଫାଇନାଲ ମ୍ୟାଚ୍‌ ଖେଳାଯିବ। ଏହି ଟାଇଟଲ ମୁକାବିଲାରେ ସ୍ମୃତି ମନ୍ଧାନାଙ୍କ ନେତୃତ୍ୱାଧୀନ ରୟାଲ ଚ୍ୟାଲେଞ୍ଜର୍ସ…

ଉଠିଲାଣି ୫୬ ଲକ୍ଷ, ପଡ଼ିରହିଛି ୭ ଲକ୍ଷ କୁଇଣ୍ଟାଲ

ଭବାନୀପାଟଣା,୫ା୨ (ଉତ୍ତମ କୁମାର ଦାଶ):କଳାହାଣ୍ଡି ଜିଲାରେ ଚଳିତ ଖରିଫ ଧାନ କିଣା ଆରମ୍ଭରୁ ଅବ୍ୟବସ୍ଥା ଲାଗିରହିଛି। ଧାନ କିଣାକୁ ୨ ମାସରୁ ଊଦ୍ଧର୍‌ବ ସମୟ ବିତିଯାଇଥିଲେ ମଧ୍ୟ…

ଛାତିଥରା…ଦୁଇ ଗାଁରେ 162 ଜଣଙ୍କୁ ହତ୍ୟା

ନୂଆଦିଲ୍ଲୀ,୫।୨: ପଶ୍ଚିମ ନାଇଜେରିଆର ଦୁଇଟି ଗାଁରେ ଆକ୍ରମଣ କରି ସଶସ୍ତ୍ର ଆତଙ୍କବାଦୀମାନେ ଅତି କମରେ ୧୬୨ ଜଣଙ୍କୁ ନିର୍ମମ ଭାବରେ ହତ୍ୟା କରିଛନ୍ତି। ବୁଧବାର ଦିନ ଜଣେ…

ଘର ଭାଙ୍ଗି ଧାନ, ଚାଉଳ ଖାଇଲେ ହାତୀପଲ

ନୂଆପଡ଼ା,୫ା୨ (ମକାରୁ ବେମାଲ):ନୂଆପଡ଼ା ଜିଲା ସୁନାବେଡା ଅଭୟାରଣ୍ୟ ଭିତରେ ବସବାସ କରୁଥିବା ଏକ ଗଁାର ୧୦ରୁ ଊର୍ଦ୍ଧ୍ୱ ଘରକୁ ହାତୀ ଭାଙ୍ଗିଥିବା ଅଭିଯୋଗ ହୋଇଛି। ସୂଚନା ଅନୁଯାୟୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri