Posted inଜାତୀୟ

ମୁଖ୍ୟମନ୍ତ୍ରୀ ପ୍ରାର୍ଥୀଙ୍କୁ ନେଇ ଉଦ୍ଧବ ଠାକରେଙ୍କ ବଡ଼ ଘୋଷଣା: କଂଗ୍ରେସ-ଏନସିପି..

ପୁଣେ,୮।୧୦: ମହାରାଷ୍ଟ୍ର ନିର୍ବାଚନ ପୂର୍ବରୁ ପୂର୍ବତନ ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକରେ ଏକ ବଡ଼ ଘୋଷଣା କରିଛନ୍ତି। ସେ କହିଛନ୍ତି, ମହାରାଷ୍ଟ୍ରକୁ ବଞ୍ଚାଇବା ପାଇଁ ଶିବସେନା (ଉଦ୍ଧବ ବାଲାସାହେବ ଠାକରେ/ୟୁବିଟି) କଂଗ୍ରେସ ଏବଂ ଏନସିପି (ଶରଦ ପାୱାର/ଏସପି) ଦ୍ୱାରା ଘୋଷିତ ଯେକୌଣସି ମୁଖ୍ୟମନ୍ତ୍ରୀ ଚେହେରାକୁ ସମର୍ଥନ କରିବ। ଭାଜପାକୁ ଟାର୍ଗେଟ୍‌ କରି ସେ ଦାବି କରିଛନ୍ତି, ବିଜ୍ଞାପନ ସାହାଯ୍ୟରେ ମହାରାଷ୍ଟ୍ରରେ ସରକାର ମିଥ୍ୟା ଏବଂ ଭୁଲ ଖବର ପ୍ରଚାର କରୁଛନ୍ତି।

ମୁମ୍ବାଇରେ ଏକ କାର୍ଯ୍ୟକ୍ରମକୁ ସମ୍ବୋଧିତ କରି ଉଦ୍ଧବ କହିଛନ୍ତି, ଆସନ୍ତା ମାସରେ ହେବାକୁ ଥିବା ବିଧାନସଭା ନିର୍ବାଚନ ପୂର୍ବରୁ ମହାରାଷ୍ଟ୍ର ସରକାର ବିଜ୍ଞାପନ ମାଧ୍ୟମରେ ରାଜ୍ୟରେ ନକଲି କାହାଣୀ ସୃଷ୍ଟି କରୁଛନ୍ତି। ସରକାର ବିଶ୍ୱାସଘାତକତା କରୁଥିବା ସେ ଅଭିଯୋଗ କରିଛନ୍ତି। ମହାୟୁତୀ ସରକାର ‘ଲଡ୍‌କୀ ବେହେନ୍‌’ ଯୋଜନା ମାଧ୍ୟମରେ ଜନସାଧାରଣଙ୍କୁ ସେମାନଙ୍କ ଟଙ୍କା ଦେଇ ବିଶ୍ୱାସଘାତକତା କରିବାକୁ ବାଧ୍ୟ କରୁଛନ୍ତି।

ସୂଚନାଯୋଗ୍ୟ, ଚଳିତ ବର୍ଷ ଶେଷରେ ମହାରାଷ୍ଟ୍ରରେ ବିଧାନସଭା ନିର୍ବାଚନ ହୋଇପାରେ। ନିର୍ବାଚନ ଆୟୋଗ ଟିମ୍‌ ରାଜ୍ୟ ଗସ୍ତ କରି ସମସ୍ତ ନିର୍ବାଚନମଣ୍ଡଳୀରୁ ମତାମତ ନେଇଛନ୍ତି। ବିଧାନସଭା କାର୍ଯ୍ୟକାଳ ଶେଷ ହେବା ପୂର୍ବରୁ ଅର୍ଥାତ ଡିସେମ୍ବର ମାସ ପୂର୍ବରୁ ନିର୍ବାଚନ ପ୍ରକ୍ରିୟା ଶେଷ ହେବା ହେବ ବୋଲି ଜଣାପଡିଛି।


Enter your email to get our daily news in your inbox.

All Right Reserved By Dharitri.Com

ବାମଣ୍ଡା କପ୍‌ କ୍ରିକେଟ୍‌: ୟୁନିୟନ ସ୍ପୋର୍ଟିଂ ଚାମ୍ପିୟନ

ଦେବଗଡ଼,୨୮ା୧୨(ଶଶାଙ୍କ ଶେଖର ଝାଙ୍କର): ସ୍ଥାନୀୟ ଇନ୍ଦିରା ଗାନ୍ଧୀ ଷ୍ଟାଡିୟମରେ ଚାଲିଥିବା ୩୫ତମ ବାମଣ୍ଡା କପ୍‌ କ୍ରିକେଟ ଟୁର୍ନାମେଣ୍ଟ ରବିବାର ଉଦ୍‌ଯାପିତ ହୋଇଯାଇଛି। ଫାଇନାଲରେ କଟକର ୟୁନିୟନ...

ଇତିହାସ ରଚିଲେ ସ୍ମୃତି ମନ୍ଧାନା: ମିତାଲି ରାଜଙ୍କ ପରେ ଦ୍ୱିତୀୟ ଭାରତୀୟ ଭାବେ କଲେ ବଡ ରେକର୍ଡ

ଥିରୁବନନ୍ତପୁରମ,୨୮ା୧୨: ଭାରତୀୟ ମହିଳା କ୍ରିକେଟ୍‌ର ଉପ-ଅଧିନାୟିକା ସ୍ମୃତି ମନ୍ଧାନା ରବିବାର ଶ୍ରୀଲଙ୍କା ବିପକ୍ଷ ମ୍ୟାଚ୍‌ରେ ଏକ ବଡ଼ କୀର୍ତ୍ତିମାନ ସ୍ଥାପନ କରିଛନ୍ତି। ସେ ଅନ୍ତର୍ଜାତୀୟ କ୍ରିକେଟର...

ଭଲିବଲ ଟୁର୍ନାମେଣ୍ଟ ଆରମ୍ଭ: ପ୍ରଥମ ମ୍ୟାଚ୍‌ରେ ବ୍ରହ୍ମପୁର ବିଜୟୀ

ଦିଗପହଣ୍ଡି,୨୮।୧୨: ଗଞ୍ଜାମ ଜିଲା ଦିଗପହଣ୍ଡି ମିନି ଷ୍ଟାଡିୟମରେ ସ୍ବର୍ଗତ ବି.ପ୍ରଭାକର ରେଡ୍ଡୀ ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟ ରବିବାର ଉଦ୍‌ଘାଟିତ ହୋଇଯାଇଛି। ଖେମୁଣ୍ଡି ସ୍ପୋର୍ଟି କ୍ଲବ ଆନୁକୂଲ୍ୟରେ...

ଭୁବନେଶ୍ବର ପରେ କଟକରେ ବିଜେଡି ମେଳି, ନାଁ ଧରି ଅସନ୍ତୋଷ ଝାଡ଼ିଲେ ଦେବାଶିଷ ସାମନ୍ତରାୟ

କଟକ,୨୮ା୧୨: ବିଜେଡି ନେତାଙ୍କର ମେଳି ପରେ ମେଳିର ଫଟୋ ସାମ୍ନାକୁ ଆସୁଛି । ବିଜେଡି ନେତାଙ୍କ ଘନ ଘନ ମେଳିକୁ ନେଇ ରାଜନୈତିକ ଚର୍ଚ୍ଚା ବଢ଼ିବାରେ...

ୟୁକ୍ରେନ୍‌କୁ ବଡ଼ ଚେତାବନୀ ଦେଲେ ପୁଟିନ୍‌

ମସ୍କୋ,୨୮ା୧୨: ରୁଷିଆ-ୟୁକ୍ରେନ୍‌ ଯୁଦ୍ଧକୁ ୪ ବର୍ଷ ପୂରିବାକୁ ଯାଉଛି। ଏହାର ପରିସମାପ୍ତି ପାଇଁ ୟୁକ୍ରେନ୍‌ ରାଷ୍ଟ୍ରପତି ଭୋଲୋଡିମିର ଜେଲେନ୍‌ସ୍କି ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ଙ୍କୁ ଫ୍ଲୋରିଡ଼ାରେ...

ମଇଁଷିର କ୍ଷୀରରେ ତିଆରି ହେଲା ରାଇତା.. ଏବେ ରାବିଜ ଟିକା ପାଇଁ ହସ୍ପିଟାଲରେ ପୁରା ଗ୍ରାମବାସୀ, ଜାଣନ୍ତୁ କାରଣ

ନୂଆଦିଲ୍ଲୀ,୨୮ା୧୨:  ଉତ୍ତର ପ୍ରଦେଶର ବଦାଉନରୁ ଏକ ଆଶ୍ଚର୍ଯ୍ୟଜନକ ଖବର ସାମ୍ନାକୁ ଆସିଛି। କୁକୁର କାମୁଡ଼ାରେ ମୃତ୍ୟୁବରଣ କରିଥିବା ଏକ ମଇଁଷି ଏବେ ସମଗ୍ର ଗାଁ ପାଇଁ...

ବରଗଡ଼ ଧନୁଯାତ୍ରା: ପରିବହନ ବିଭାଗ ଉପରେ ଲଗାଇଲେ ୧୨ ଲକ୍ଷ ଜରିମାନା କଲେ କଂସ ମହାରାଜା

ବରଗଡ଼,୨୮ା୧୨: ବିଶ୍ୱର ସର୍ବବୃହତ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରାରେ ମହାରାଜା କଂସଙ୍କ ଶାସନ ଜାରି ରହିଛି। ନିଜର ନଗର ପରିକ୍ରମା ସମୟରେ ମହାରାଜା ବରଗଡ଼ ସରକାରୀ...

ପାଟପୁରରେ କଂଗ୍ରେସର ପ୍ରତିଷ୍ଠା ଦିବସ ପାଳିତ, ସଙ୍ଗଠନ ସୁଦୃଢ ପାଇଁ ଆହ୍ବାନ ଦେଲେ ବିଧାୟକ

ଦିଗପହଣ୍ଡି,୨୮|୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ସାରଙ୍ଗ ପଡିଆ ଠାରେ ରବିବାର ଭାରତୀୟ ଜାତୀୟ କଂଗ୍ରେସ ଦଳର ୧୪୦ ତମ ପ୍ରତିଷ୍ଠା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri