Posted inଜାତୀୟ

ସଙ୍କଟରେ ଭାବପ୍ରବଣ ହେଲେ ମୁଖ୍ୟମନ୍ତ୍ରୀ

ମୁମ୍ବାଇ,୨୨।୬: ମହାରାଷ୍ଟ୍ରରେ ଚାଲିଥିବା ରାଜନୈତିକ ସଙ୍କଟ ମଧ୍ୟରେ ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକରେ ରବିବାର ମହାରାଷ୍ଟ୍ରର ଲୋକଙ୍କୁ ସମ୍ବୋଧିତ କରିଛନ୍ତି। ଶିବସେନାର ବିଦ୍ରୋହୀ ବିଧାୟକ ଏକନାଥ ସିନ୍ଦେଙ୍କୁ ଏକ ସଙ୍କେତ ଦେଇ ସେ କହିଛନ୍ତି ଯେ, ଯଦି କେହି ମୋତେ ମୁଖ୍ୟମନ୍ତ୍ରୀ ଭାବରେ ଦେଖିବାକୁ ଚାହାଁନ୍ତି ନାହିଁ, ତେବେ ଆଗକୁ ଆସି କୁହନ୍ତୁ । ସୁରତ ଯିବାର ଆବଶ୍ୟକତା କ’ଣ? ଯଦି କୌଣସି ବିଧାୟକ ଆସି କୁହନ୍ତି ଯେ, ମୋତେ ମୁଖ୍ୟମନ୍ତ୍ରୀ ଭାବେ ଦେଖିବାକୁ ଚାହୁଁ ନାହିଁ, ମୁଁ ତୁରନ୍ତ ଇସ୍ତଫା ଦେବି। କିନ୍ତୁ ଶିବସେନା ସହ ବିଶ୍ୱାସଘାତକତା କରନ୍ତୁ ନାହିଁ।
ସେ ଆହୁରି ମଧ୍ୟ କହିଛନ୍ତି ଯେ, ଆଜି ମୁଁ ଆଘାତ ପାଇ ଆଶ୍ଚର୍ଯ୍ୟ ହୋଇଛି। ଯଦି କଂଗ୍ରେସ ଏବଂ ଏନସିପି ମୋତେ ମୁଖ୍ୟମନ୍ତ୍ରୀ ଭାବେ ଦେଖିବାକୁ ଚାହୁଁ ନ ଥାନ୍ତି ତେବେ ମୁଁ ତାହା ବୁଝିପାରିଥାନ୍ତି। କିନ୍ତୁ ଆଜି ସକାଳେ କଂଗ୍ରେସ ନେତା କମଲ ନାଥ ମୋତେ ଫୋନ କରିଥିଲେ। ଗତକାଲି ଶରଦ ପାୱାର ମୋତେ ଫୋନ୍‌ କରି କହିଥିଲେ ମୁଁ ଆପଣଙ୍କ ସହ ଅଛି, ମୁଁ ଆପଣଙ୍କୁ ବିଶ୍ୱାସ କରେ। ସେମାନେ ମୋତେ ଚାହାଁନ୍ତି, କିନ୍ତୁ ଯଦି ମୋର ନିଜ ଲୋକମାନେ ମୋତେ ଚାହାଁନ୍ତି ନାହିଁ ତେବେ ମୁଁ କ’ଣ କହିବି? ଯେପର୍ଯ୍ୟନ୍ତ ଶିବସେନା କର୍ମୀମାନେ ମୋ ସାଥିରେ ଅଛନ୍ତି, ମୁଁ କୌଣସି ଆହ୍ବାନକୁ ଭୟ କରିବି ନାହିଁ। ଯଦି ଶିବସେନାକର୍ମୀ ଅନୁଭବ କରନ୍ତି ଯେ ମୁଁ ଶିବସେନାର ମୁଖ୍ୟ ହେବା ପାଇଁ ଯୋଗ୍ୟ ନୁହେଁ, ତେବେ ମୁଁ ମଧ୍ୟ ଏହାକୁ ଛାଡିବାକୁ ପ୍ରସ୍ତୁତ। ମୋ ପରେ ଆଉ କେହି ଯଦି ମୁଖ୍ୟମନ୍ତ୍ରୀ ଭାବେ ରହିବାକୁ ଚାହୁଁଥାନ୍ତି,ଆସ ଏବଂ ମୋ ସହିତ କଥା ହୁଅ। ଯଦି ଆପଣଙ୍କର କୌଣସି ଦ୍ୱିଧା ଅଛି, ଫୋନରେ କଥା ହୁଅନ୍ତୁ, କିନ୍ତୁ ଦେଶଦ୍ରୋହୀ ହୁଅନ୍ତୁ ନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

କାରଣ ଖୋଜୁଛି ଦଳ? ପରାଜୟ ପରେ ମୁଖ୍ୟମନ୍ତ୍ରୀଙ୍କ ଉପସ୍ଥିତିରେ ଭାଜପାର ବଡ଼ ବୈଠକ

ପାଟନା,୫।୮: ବଡ଼ ପରାଜୟ ପରେ, ଭାଜପା ଆଜି (ବୁଧବାର) ପାଟନାସ୍ଥିତ ରାଜ୍ୟ କାର୍ଯ୍ୟାଳୟରେ ଏକ ସମୀକ୍ଷା ବୈଠକ କରିଛି। ମୁଖ୍ୟମନ୍ତ୍ରୀ ସମ୍ରାଟ ଚୌଧୁରୀଙ୍କ ସମେତ ନେତାମାନେ ବୈଠକରେ…

କେବେ ମାର୍କେଟକୁ ଆସିବ ପ୍ଲାଷ୍ଟିକ୍‌ ନୋଟ୍‌? RBI ଗଭର୍ନର କହିଦେଲେ ଲଞ୍ଚ୍‌ ଡେଟ୍‌

ନୂଆଦିଲ୍ଲୀ,୫।୮: ଆପଣ ମଧ୍ୟ ଶୁଣିଛନ୍ତି କି ଯେ ଖୁବ୍‌ଶୀଘ୍ର ଭାରତରେ କାଗଜ ନୋଟ୍ ବଦଳରେ ପ୍ଲାଷ୍ଟିକ୍ (ପଲିମର୍) ନୋଟ୍ ଚାଲିବାକୁ ଯାଉଛି? ଯଦି ଆପଣଙ୍କ ମନରେ ମଧ୍ୟ…

ମୋଦିଙ୍କ ଭିଡିଓ ହଟାଇବା ପ୍ରସଙ୍ଗ; ସରକାରଙ୍କ ସହ ୪୫ ମିନିଟ୍ ଧରି ବୈଠକ କଲା ମେଟା, କହିଲା…

ନୂଆଦିଲ୍ଲୀ,୫।୮: ଜନ୍ତର-ମନ୍ତରରେ ହୋଇଥିବା ଆନ୍ଦୋଳନ ସମୟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଏକ ଭିଡିଓକୁ ଫେସବୁକରେ ଅସ୍ଥାୟୀ ଭାବେ ରିଷ୍ଟ୍ରିକ୍ଟ କରିଦେଇଥିଲା । ଏହି ଘଟଣାକୁ ନେଇ ଦିନକୁ…

ପଟ୍ଟନାୟକ ବନ୍ଧ ଦୁର୍ନୀତି ଅଭିଯୋଗ: ଦୁଇ ଯନ୍ତ୍ରୀ-ଠିକାଦାରଙ୍କୁ ପଚରାଉଚରା ପାଇଁ ନେଲା ଭିଜିଲାନ୍ସ

ଗଜପତି,୫ା୮(ଗିରିଧାରୀ ପରିଚ୍ଛା): ପାରଳାଖେମୁଣ୍ଡି ସହରର ବହୁଚର୍ଚ୍ଚିତ ପଟ୍ଟନାୟକ ବନ୍ଧର ପୁନରୁଦ୍ଧାର କାର୍ଯ୍ୟରେ ଅନିୟମିତତା ଓ ଦୁର୍ନୀତି ଅଭିଯୋଗକୁ ନେଇ ଭିଜିଲାନ୍ସ ତଦନ୍ତ ଜୋରଦାର ହୋଇଛି। ଏହି କ୍ରମରେ…

ବାଲିଅନ୍ତା ସୌମ୍ୟରଞ୍ଜନ ମର୍ଡର କେସ୍‌: ଚାର୍ଜଶିଟ୍‌ ଦାଖଲ କଲା କ୍ରାଇମ୍‌ବ୍ରାଞ୍ଚ

କଟକ,୫ା୮(ପ୍ରଭୁକଲ୍ୟାଣ ପାଲ୍‌): ବାଲିଅନ୍ତା କନଷ୍ଟେବଳ ସୌମ୍ୟରଞ୍ଜନ ସ୍ବାଇଁ ହତ୍ୟାକାଣ୍ଡ ଘଟଣାରେ କୋର୍ଟରେ ଚାର୍ଜଶିଟ୍‌ ଦାଖଲ କରିଛି କ୍ରାଇମବ୍ରାଞ୍ଚ। ୭୬୭ ପୃଷ୍ଠାର ଚାର୍ଜଶିଟ୍‌ ଦାଖଲ କରିଥିବାବେଳେ ୧୧ ଅଭିଯୁକ୍ତଙ୍କ…

ରାଜ୍ୟ ସରକାରଙ୍କ ଅନୁଦାନପ୍ରାପ୍ତ ଶିକ୍ଷକଙ୍କ ଦାବି ପୂରଣରେ ଟାଳଟୁଳ ନୀତି: ତେଜିଲା ଆନ୍ଦୋଳନ

ଗୁଣପୁର,୫ା୮(ସୁଜାତା ପାଢ଼ୀ): ରାଜ୍ୟ ସରକାର ଅନୁଦାନପ୍ରାପ୍ତ ଶିକ୍ଷକମାନଙ୍କ ମୌଳିକ ଦାବି ଯଥା ଚାକିରି ସର୍ତ୍ତାବଳୀ ଲାଗୁ, ପୁରୁଣା ପେନ୍‌ସନ୍‌ ପ୍ରଦାନ, ଅବସର ସୀମା ୬୨କୁ ବୃଦ୍ଧି, ଅନୁଦାନପ୍ରାପ୍ତ…

ବିଧାନସଭାରେ ଭାବପ୍ରବଣ ହୋଇଗଲେ ବାଚସ୍ପତି: କହିଲେ, ମୁଁ ଏହି ପଦବୀ ପାଇଁ ଯୋଗ୍ୟ କି ନୁହେଁ…

ଲକ୍ଷ୍ନୌ,୫।୮: ଉତ୍ତରପ୍ରଦେଶ ବିଧାନସଭାର ମୌସୁମୀ ଅଧିବେଶନ ସମୟରେ ବାଚସ୍ପତି ସତୀଶ ମହାନା ବିଧାୟକମାନଙ୍କୁ ସମ୍ବୋଧିତ କରିବା ସମୟରେ ଭାବପ୍ରବଣ ହୋଇ ପଡ଼ିଥିଲେ। ଅଧିବେଶନର ଦ୍ୱିତୀୟ ଦିନ ଅଗଷ୍ଟ…

ବିରାଟ କୋହଲି ପ୍ରେମାନନ୍ଦ ମହାରାଜଙ୍କୁ ଭେଟିବା ପରେ ପ୍ରତିକ୍ରିୟା ରଖିଲେ ମହମ୍ମଦ ଶାମି,ଜାଣନ୍ତୁ କ’ଣ କହିଲେ

ନୂଆଦିଲ୍ଲୀ,୫।୮: ସାମ୍ପ୍ରତିକ ବର୍ଷଗୁଡ଼ିକରେ, ବିରାଟ କୋହଲି ଆଧ୍ୟାତ୍ମିକତା ପ୍ରତି ଆଗ୍ରହ ଦେଖାଇଛନ୍ତି। ତାଙ୍କୁ ତାଙ୍କ ଆଙ୍ଗୁଠିରେ ପ୍ରାର୍ଥନା ମାଳି ଏବଂ ଏକ ଟାଲି କାଉଣ୍ଟର ସହିତ ଦେଖାଯାଇଛି,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri