Posted inଜାତୀୟ

ଶିବସେନା ବିଦ୍ରୋହ ପରେ ମୁଖ୍ୟମନ୍ତ୍ରୀ ହେବାକୁ ମତେ କହିଥିଲେ ଉଦ୍ଧବ: ଫଡନାଭିସ…

ମୁମ୍ବାଇ,୨୬।୨ : ମହାରାଷ୍ଟ୍ର ଉପମୁଖ୍ୟମନ୍ତ୍ରୀ ଦେବେନ୍ଦ୍ର ଫଡନାଭିସ ଦାବି କରିଛନ୍ତି ଯେ ଶିବସେନାରେ ବିଦ୍ରୋହ ପରେ ଉଦ୍ଧବ ଠାକରେ ତାଙ୍କୁ ମୁଖ୍ୟମନ୍ତ୍ରୀ ପଦ ପ୍ରଦାନ କରିଥିଲେ। ଏବେ ଏହାକୁ ନେଇ ରାଜ୍ୟ ରାଜନୀତିରେ ଚର୍ଚ୍ଚା ଆରମ୍ଭ ହୋଇଛି। ଏହି ମନ୍ତବ୍ୟ ବିରୋଧରେ ଶିବସେନା (ୟୁବିଟି) ନେତା ତଥା ଏମ୍‌ପି ସଞ୍ଜୟ ରାଉତ କହିଛନ୍ତି ଯେ ଫଡନାଭିସ ଲୋକଙ୍କ ମଧ୍ୟରେ ଅଯଥା ଗୁଜବ ସୃଷ୍ଟି କରିବାକୁ ଚେଷ୍ଟା କରୁଛନ୍ତି।

ଫଡନାଭିସ ଏକ ସାକ୍ଷାତକାରରେ କହିଛନ୍ତି ଯେ ଯେତେବେଳେ ଏକନାଥ ଶିନ୍ଦେଙ୍କ ନେତୃତ୍ୱରେ ବିଧାୟକମାନେ ବିଦ୍ରୋହ କରିଥିଲେ ସେତେବେଳେ ଉଦ୍ଧବ ଠାକରେ ତାଙ୍କ ସହିତ ଯୋଗାଯୋଗ କରିଥିଲେ। କିନ୍ତୁ ମୁଁ ତାଙ୍କୁ ଉତ୍ତର ଦେଇଥିଲି ଯେ ଆମେ ଆଗକୁ ବଢି ସାରିଛୁ।

ଉଦ୍ଧବ କହିଥିଲେ ଯେ ଯାହା ଘଟି ସାରିଛି, ତାହା ଛାଡ, ଏବେ ତୁମେ ମୁଖ୍ୟମନ୍ତ୍ରୀ ହୁଅ। ମୁଁ ଏହା ସ୍ପଷ୍ଟ କରିଥିଲି ଯେ ବର୍ତ୍ତମାନ ସମୟ ବିତି ଯାଇଛି। ମୁଁ ବିଶ୍ୱାସଘାତକତା କରିବାକୁ ଚାହେଁ ନାହିଁ। ବର୍ତ୍ତମାନ ଏକନାଥ ଶିନ୍ଦେ ଏବଂ ବିଧାୟକମାନେ ଆମ ସହିତ ଆସିଛନ୍ତି ତେଣୁ ଆମେ ସେମାନଙ୍କ ପ୍ରତି ବିଶ୍ୱାସଘାତକତା କରିପାରିବୁ ନାହିଁ। ଏହା ଆମ ରାଜନୀତିର ଏକ ଅଂଶ ନୁହେଁ। ଏହି ମନ୍ତବ୍ୟକୁ ନେଇ ରାଉତ କହିଛନ୍ତି ଯେ ଯେତେବେଳେ ଉଦ୍ଧବ ଠାକରେ ମୁଖ୍ୟମନ୍ତ୍ରୀ ଥିଲେ ସେତେବେଳେ ଫଡନାଭିସ ବିରୋଧୀ ଦଳର ନେତା ଥିଲେ। ଏପରି ପରିସ୍ଥିତିରେ, ଯେତେବେଳେ ଦୁଇ ନେତା ଆଲୋଚନା କରନ୍ତି ସେତେବେଳେ ଏଥିରେ କ’ଣ ଭୁଲ ଅଛି । ଫଡନାଭିସଙ୍କ ମନ୍ତବ୍ୟ ଏବେ ମୁଖ୍ୟମନ୍ତ୍ରୀ ଏକନାଥ ଶିନ୍ଦେଙ୍କ ସହିତ ଅନ୍ୟ ନେତାଙ୍କୁ ଚିନ୍ତାରେ ପକାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଆଖିରୁ ଝରାଇଲାଣି ଲୁହ, କେବେ କମିବ ପିଆଜ ଦର? ଆସିଲା ବଡ଼ ଅପଡେଟ

ନୂଆଦିଲ୍ଲୀ,୧୨।୧୦: ଦଶହରା, ଦୀପାବଳି ଏବଂ ଛଠ ପରି ପ୍ରମୁଖ ପର୍ବପର୍ବାଣୀ ଗୋଟିଏ ପରେ ଗୋଟିଏ ଆସୁଥିବା ବେଳେ, ପିଆଜର ବୃଦ୍ଧି ପାଉଥିବା ଦର ସାଧାରଣ ଲୋକଙ୍କ ପାଇଁ…

କେଶୁରାରେ ସିରିଜ୍‌ ଦୁର୍ଘଟଣା ନୁହେଁ, ସିସିଟିଭି ଫୁଟେଜରୁ ସାମ୍ନାକୁ ଆସିଲା ସାଂଘାତିକ ସତ, ଫିଲ୍ମ ଷ୍ଟାଇଲ୍‌ରେ…

ଭୁବନେଶ୍ୱର,୧୨ା୧୦: ରାଜଧାନୀର କେଶୁରା ଅଞ୍ଚଳରେ ଘଟିଥିବା ସିରିଜ ଦୁର୍ଘଟଣାରେ ଆସିଛି ନୂଆ ଟୁଇଷ୍ଟ୍‌। ସିସିଟିଭି ଫୁଟେଜରୁ ସାମ୍ନାକୁ ଆସିଛି ସାଙ୍ଘାତିକ ସତ। ପ୍ରଥମେ ଏହାକୁ ସିରିଜ୍‌ ଦୁର୍ଘଟଣା…

କାହିଁକି ବିରୋଧୀ ଦଳକୁ ଭେଟିବାକୁ ମନା କଲେ CJI ସୂର୍ଯ୍ୟ କାନ୍ତ? ଏହି ୫ କାରଣ ମାଧ୍ୟମରେ ବୁଝନ୍ତୁ ସମ୍ପୂର୍ଣ୍ଣ ଘଟଣାକୁ

ନୂଆଦିଲ୍ଲୀ,୧୨।୧୦: ସୁପ୍ରିମକୋର୍ଟର ମୁଖ୍ୟ ବିଚାରପତି ସୂର୍ଯ୍ୟ କାନ୍ତ ବିରୋଧୀ ଦଳର ନେତାମାନଙ୍କୁ ଭେଟିବାକୁ ମନା କରିଦେଇଛନ୍ତି। ରାହୁଲ ଗାନ୍ଧୀଙ୍କ ବ୍ୟତୀତ ମଲ୍ଲିକାର୍ଜୁନ ଖାର୍ଗେ ଏବଂ ଅନ୍ୟାନ୍ୟ କଂଗ୍ରେସ…

ଧର୍ମଶାଳା ABEOଙ୍କ ଘରେ ଭିଜିଲାନ୍ସ ରେଡ୍, ଏକକାଳୀନ ୭ ଠିକଣାରେ ଚଢ଼ାଉ

ଧର୍ମଶାଳା,୧୨।୧୦(ଶିବପ୍ରସାଦ ମହାନ୍ତି): ଯାଜପୁର ଧର୍ମଶାଳା ABEOଙ୍କ ଘରେ ଭିଜିଲାନ୍ସ ରେଡ୍ । ମୋଟ ୭ଟି ସ୍ଥାନରେ ଚଢାଉ ଜାରି ରହିଥିବା ସୂଚନା ରହିଛି । ଆୟ ବହିର୍ଭୂତ…

ବଲାଙ୍ଗୀର-ଦେଓଗାଁ ରାସ୍ତାରେ ଦୁର୍ଘଟଣା, ଜଙ୍ଗଲକୁ ପଶିଗଲା ଟମାଟୋ ବୋଝେଇ ଟ୍ରକ୍

ବଲାଙ୍ଗୀର,୧୨।୧୦(ସୁନିଲ କୁମାର ମହାନ୍ତି ): ବଲାଙ୍ଗୀର-ଦେଓଗାଁ ମୁଖ୍ୟ ରାସ୍ତା ଏନଏଚ ୨୬ରେ ଦୁର୍ଘଟଣା ଘଟିଛି । ଦେଓଗାଁ ଚିନିକଳ କଲୋନୀ ବୁଲାଣି ନିକଟରେ ଭାରସାମ୍ୟ ହରାଇ ଜଙ୍ଗଲ…

ଅସ୍ତ ହେବେ ଶୁକ୍ରଦେବ; ୫ରାଶି ପାଇଁ ଅଶୁଭ, ଧନହାନି ସାଙ୍ଗକୁ….

ଜ୍ୟୋତିଷ ଶାସ୍ତ୍ରରେ ଶୁକ୍ରଦେବଙ୍କୁ ପ୍ରେମ, ଦାମ୍ପତ୍ୟ ଜୀବନ, ସମ୍ପର୍କ, ସୌନ୍ଦର୍ଯ୍ୟ, ଐଶ୍ୱର୍ଯ୍ୟ ଓ ଭୌତିକ ସୁଖର କାରକ ଭାବେ ବିବେଚନା କରାଯାଏ । ଜ୍ୟୋତିଷୀୟ ଗଣନା ଅନୁଯାୟୀ,…

ପୂର୍ବତନ ଭାଜପା ବିଧାୟକଙ୍କୁ ନିର୍ମମ ହତ୍ୟା; ୭୦-୮୦ ଜଣ ଲୋକ କ୍ରସର୍‌ ପ୍ଲାଣ୍ଟ ଉପରେ ଆକ୍ରମଣ କରି ନେଇଗଲେ ଜୀବନ…

ଜୟପୁର,୧୨।୧୦: ରାଜସ୍ତାନ ଭରତପୁରରେ ଖଣି କାର୍ଯ୍ୟକୁ ନେଇ ହୋଇଥିବା ବିବାଦ ମଧ୍ୟରେ ପୂର୍ବତନ ଭାଜପା ବିଧାୟକ ଅତର ସିଂହ ଭଦାନାଙ୍କୁ ନିର୍ମମ ଭାବେ ହତ୍ୟା କରାଯାଇଛି, ଯାହା…

ଆଖିରୁ ବହିଗଲା ଧାର ଧାର ଲୁହ…! ଶ୍ରେୟସ ଆୟରଙ୍କୁ ଏମିତି ପଡ଼ିଆରେ ଦେଖି ସହ୍ୟ କରିପାରିଲେ ନାହିଁ ଏହି ମହିଳା ପ୍ରଶଂସକ

ନୂଆଦିଲ୍ଲୀ,୧୨।୧୦: ଶ୍ରେୟସ ଆୟରଙ୍କ ଆଶ୍ଚର୍ଯ୍ୟଜନକ ପାଗଳାମି ଇନ୍ଦୋରରେ ଦେଖିବାକୁ ମିଳିଥିଲା। ୱେଷ୍ଟଇଣ୍ଡିଜ ବିପକ୍ଷରେ ଭାରତୀୟ ଅଧିନାୟକ ବାହାରକୁ ଯିବା ମାତ୍ରେ ତାଙ୍କର ଜଣେ ମହିଳା ପ୍ରଶଂସକ କାନ୍ଦିବାକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?