Posted inଜାତୀୟ

ଶିବସେନା ବିଦ୍ରୋହ ପରେ ମୁଖ୍ୟମନ୍ତ୍ରୀ ହେବାକୁ ମତେ କହିଥିଲେ ଉଦ୍ଧବ: ଫଡନାଭିସ…

ମୁମ୍ବାଇ,୨୬।୨ : ମହାରାଷ୍ଟ୍ର ଉପମୁଖ୍ୟମନ୍ତ୍ରୀ ଦେବେନ୍ଦ୍ର ଫଡନାଭିସ ଦାବି କରିଛନ୍ତି ଯେ ଶିବସେନାରେ ବିଦ୍ରୋହ ପରେ ଉଦ୍ଧବ ଠାକରେ ତାଙ୍କୁ ମୁଖ୍ୟମନ୍ତ୍ରୀ ପଦ ପ୍ରଦାନ କରିଥିଲେ। ଏବେ ଏହାକୁ ନେଇ ରାଜ୍ୟ ରାଜନୀତିରେ ଚର୍ଚ୍ଚା ଆରମ୍ଭ ହୋଇଛି। ଏହି ମନ୍ତବ୍ୟ ବିରୋଧରେ ଶିବସେନା (ୟୁବିଟି) ନେତା ତଥା ଏମ୍‌ପି ସଞ୍ଜୟ ରାଉତ କହିଛନ୍ତି ଯେ ଫଡନାଭିସ ଲୋକଙ୍କ ମଧ୍ୟରେ ଅଯଥା ଗୁଜବ ସୃଷ୍ଟି କରିବାକୁ ଚେଷ୍ଟା କରୁଛନ୍ତି।

ଫଡନାଭିସ ଏକ ସାକ୍ଷାତକାରରେ କହିଛନ୍ତି ଯେ ଯେତେବେଳେ ଏକନାଥ ଶିନ୍ଦେଙ୍କ ନେତୃତ୍ୱରେ ବିଧାୟକମାନେ ବିଦ୍ରୋହ କରିଥିଲେ ସେତେବେଳେ ଉଦ୍ଧବ ଠାକରେ ତାଙ୍କ ସହିତ ଯୋଗାଯୋଗ କରିଥିଲେ। କିନ୍ତୁ ମୁଁ ତାଙ୍କୁ ଉତ୍ତର ଦେଇଥିଲି ଯେ ଆମେ ଆଗକୁ ବଢି ସାରିଛୁ।

ଉଦ୍ଧବ କହିଥିଲେ ଯେ ଯାହା ଘଟି ସାରିଛି, ତାହା ଛାଡ, ଏବେ ତୁମେ ମୁଖ୍ୟମନ୍ତ୍ରୀ ହୁଅ। ମୁଁ ଏହା ସ୍ପଷ୍ଟ କରିଥିଲି ଯେ ବର୍ତ୍ତମାନ ସମୟ ବିତି ଯାଇଛି। ମୁଁ ବିଶ୍ୱାସଘାତକତା କରିବାକୁ ଚାହେଁ ନାହିଁ। ବର୍ତ୍ତମାନ ଏକନାଥ ଶିନ୍ଦେ ଏବଂ ବିଧାୟକମାନେ ଆମ ସହିତ ଆସିଛନ୍ତି ତେଣୁ ଆମେ ସେମାନଙ୍କ ପ୍ରତି ବିଶ୍ୱାସଘାତକତା କରିପାରିବୁ ନାହିଁ। ଏହା ଆମ ରାଜନୀତିର ଏକ ଅଂଶ ନୁହେଁ। ଏହି ମନ୍ତବ୍ୟକୁ ନେଇ ରାଉତ କହିଛନ୍ତି ଯେ ଯେତେବେଳେ ଉଦ୍ଧବ ଠାକରେ ମୁଖ୍ୟମନ୍ତ୍ରୀ ଥିଲେ ସେତେବେଳେ ଫଡନାଭିସ ବିରୋଧୀ ଦଳର ନେତା ଥିଲେ। ଏପରି ପରିସ୍ଥିତିରେ, ଯେତେବେଳେ ଦୁଇ ନେତା ଆଲୋଚନା କରନ୍ତି ସେତେବେଳେ ଏଥିରେ କ’ଣ ଭୁଲ ଅଛି । ଫଡନାଭିସଙ୍କ ମନ୍ତବ୍ୟ ଏବେ ମୁଖ୍ୟମନ୍ତ୍ରୀ ଏକନାଥ ଶିନ୍ଦେଙ୍କ ସହିତ ଅନ୍ୟ ନେତାଙ୍କୁ ଚିନ୍ତାରେ ପକାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ରୋହିତ ବେମୁଲାଙ୍କ ଆତ୍ମହତ୍ୟାର ପୁଣି ତଦନ୍ତ କରିବେ ତେଲଙ୍ଗାନା ସରକାର

ହାଇଦ୍ରାବାଦ, ୫।୫:ବହୁ ଚର୍ଚ୍ଚିତ ରୋହିତ ବେମୁଲା ଆତ୍ମହତ୍ୟା ମାମଲାରେ ସାଇବରାବାଦ ପୋଲିସ ପକ୍ଷରୁ ଜାରି ହୋଇଥିବା କ୍ଲୋଜର ରିପୋର୍ଟକୁ ନେଇ ରୋହିତଙ୍କ ପରିବାର ପକ୍ଷରୁ ଅସନ୍ତୋଷ...

ରାମଲାଲାଙ୍କୁ ସାଷ୍ଟାଙ୍ଗ ପ୍ରଣିପାତ କରି ରୋଡ ଶୋ’ରେ ବାହାରିଲେ ମୋଦି

ଅଯୋଧ୍ୟା,୫।୫: ଜାନୁଆରୀ ୨୨ରେ ରାମ ମନ୍ଦିରର ଉଦଘାଟନ ପରେ ପ୍ରଥମ ଥର ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରବିବାର ରାମ ଲାଲାଙ୍କ ଦର୍ଶନ ପାଇବା ପାଇଁ...

ଗଧରେ ଚଢ଼ି ନାମାଙ୍କନ ଦାଖଲ ପାଇଁ ପହଞ୍ଚିଲେ ପ୍ରାର୍ଥୀ

ଗୋପାଳଗଞ୍ଜ,୫।୫ଚଳିତ ଲୋକ ସଭା ନିର୍ବାଚନରେ ବିଭିନ୍ନ ପ୍ରାର୍ଥୀଙ୍କ ଅଜବ ଗଜବ ରଙ୍ଗ ଥମିବାର ନାଁ ନେଉନାହିଁ। ବିହାରର ଗୋପାଳଗଞ୍ଜ ଲୋକ ସଭା ଆସନରୁ ଜଣେ ସ୍ବାଧୀନ...

ମେହେବୁବା ମୁଫତିଙ୍କୁ ନୋଟିସ ଜାରି କଲେ ନିର୍ବାଚନ ଆୟୋଗ

ଶ୍ରୀନଗର,୫।୫: ଲୋକ ସଭା ନିର୍ବାଚନରେ ତୃତୀୟ ପର୍ଯ୍ୟାୟ ଭୋଟ ଦେବା ପୂର୍ବରୁ ରବିବାର (ମେ ୫) ପିଡିପି ସଭାପତି ମେହବୁବା ମୁଫତିଙ୍କୁ ଏକ ସୋ କଜ...

ନୁପୂର ଶର୍ମାଙ୍କୁ ହତ୍ୟା ଧମକ ଦେଇଥିବା ମୌଲବୀ ଗିରଫ

ସୁରଟ,୫ା୫: ଭାଜପାର ପୂର୍ବତନ ମୁଖପାତ୍ର ନୁପୂର ଶର୍ମାଙ୍କୁ ହତ୍ୟା ଧମକ ଦେବା ସହ ହିନ୍ଦୁ ସଂଗଠନର ଜଣେ ନେତାଙ୍କୁ ହତ୍ୟା ଯୋଜନା କରିଥିବା ଅଭିଯୋଗରେ ସୁରଟର...

ଗୁରୁଦ୍ୱାରାରେ ଯୁବକଙ୍କୁ ପିଟିପିଟି ମାରିଦେଲେ

ଚଣ୍ଡିଗଡ଼,୫ା୫: ପଞ୍ଜାବର ଫିରୋଜପୁରସ୍ଥିତ ଗୁରୁଦ୍ୱାରାରେ ଜଣେ ୧୯ ବର୍ଷୀୟ ଯୁବକ ପ୍ରବେଶ କରି ପବିତ୍ର ଗୁରୁଗ୍ରନ୍ଥ ସାହିବ୍‌ର କେତେକ ପୃଷ୍ଠା ଚିରିଦେବା ଅଭିଯୋଗରେ ଉତ୍ତ୍ୟକ୍ତ ଲୋକେ...

ଅଯୋଧ୍ୟାରେ ମୋଦି, ନେଲେ ରାମଲାଲାଙ୍କ ଆଶିଷ

ଅଯୋଧ୍ୟା,୫।୫: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରବିବାର ଉତ୍ତରପ୍ରଦେଶର ଅଯୋଧ୍ୟାରେ ରାମଲାଲାଙ୍କ ଦର୍ଶନ କରିଛନ୍ତି। ସେ ଭଗବାନ ଶ୍ରୀ ରାମଙ୍କୁ ପୂଜା କରି ଆଶୀର୍ବାଦ ନେଇଛନ୍ତି। ମେ’...

ହ୍ବିଲ ଚେୟାରରେ ନଜର ଆସିଲେ ତେଜସ୍ବୀ, ହଠାତ୍‌ ହୋଇ ପଡିଲେ ଅସୁସ୍ଥ

ପାଟନା,୫।୫: ଲୋକ ସଭା ନିର୍ବାଚନକୁ ନେଇ ହଇଚଇ ସୃଷ୍ଟି ହୋଇଥିବା ବେଳେ ବିହାରର ରାଜନୈତିକ କରିଡରରୁ ବଡ ଖବର ଆସୁଛି, ଯେଉଁଠାରେ ବିହାର ବିଧାନସଭାରେ ବିରୋଧୀଦଳର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri