Posted inଜାତୀୟ

କ୍ଷମତା ଲୋଭରେ ବାଲା ସାହେବଙ୍କ ସିନ୍ଧାନ୍ତ ବିରୋଧରେ ଯାଇଥିଲେ ଉଦ୍ଧବ: ଶିନ୍ଦେ…

ଅଯୋଧ୍ୟା,୯।୪ : ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଏକନାଥ ଶିନ୍ଦେ ଉତ୍ତରପ୍ରଦେଶର ଅଯୋଧ୍ୟାରେ ରବିବାର ରାମଲାଲା ମନ୍ଦିରରେ ପୂଜା କରିଥିଲେ। ସେ କହିଛନ୍ତି ଯେ ରାମ ମନ୍ଦିର ନିର୍ମାଣ ହେବା ସମସ୍ତଙ୍କ ଆଶା। ସମସ୍ତେ ଏହି ସ୍ବପ୍ନ ଦେଖୁଥିଲେ ମଧ୍ୟ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରାମ ଭକ୍ତଙ୍କ ସ୍ବପ୍ନକୁ ପୂରଣ କରୁଛନ୍ତି। ଏହା ସହିତ ସେ ମହାରାଷ୍ଟ୍ରର ପୂର୍ବତନ ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକରେଙ୍କୁ କଡ଼ା ସମାଲୋଚନା କରିଛନ୍ତି।

ସେ କହିଛନ୍ତି ୨୦୧୯ରେ ଲୋକମାନେ ଭାବୁଥିଲେ ଯେ ରାଜ୍ୟରେ ହିନ୍ଦୁତ୍ୱ ସରକାର ଗଠନ ହେବା ଉଚିତ। କିନ୍ତୁ କିଛି ଲୋକ ଭୁଲ ଢଙ୍ଗରେ ସରକାର ଗଠନ କଲେ। ଆମେ ସେହି ଭୁଲକୁ ୮ ମାସରେ ସଂଶୋଧନ କଲୁ। କିଛି ଲୋକ କହିଥିଲେ ପ୍ରଥମେ ମନ୍ଦିର ପରେ ସରକାର। ଉଦ୍ଧବ ଠାକରେ ତାଙ୍କ ପିତା ବାଲା ସାହେବ ଠାକରେଙ୍କ ଉଦ୍ଦେଶ୍ୟ ଏବଂ ସିନ୍ଧାନ୍ତ ବିରୋଧରେ ରାଜ୍ୟରେ ସରକାର ଗଠନ କରିଥିଲେ। ତାଙ୍କର କ୍ଷମତା ଲୋଭ ଯୋଗୁ ସେ ଏଭଳି କରିଥିଲେ। ଏହା ସହିତ ସେ ଉଦ୍ଧବଙ୍କୁ କଟାକ୍ଷ କରି କହିଛନ୍ତି, ମୁଁ ଘରେ ବସିଥିବା ମୁଖ୍ୟମନ୍ତ୍ରୀ ନୁହେଁ କିମ୍ବା ଘରୁ ଅର୍ଡର ଦେଉଥିବା ବ୍ୟକ୍ତି ନୁହେଁ। ମୁଁ ବାହାରେ ବୁଲି ଜନସାଧାରଣଙ୍କ ସେବାକୁ ଗୁରୁତ୍ୱ ପ୍ରଦାନ କରିଥାଏ। ଲୋଭର ପରିଣତି ଉଦ୍ଧବ ଭୋଗିଛନ୍ତି। ସେ କ୍ଷମତାଚ୍ୟୁତ ହୋଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?