ଉଦିତ୍‌ ଓଡ଼ିଶା ଛାତ୍ର କଂଗ୍ରେସ ସଭାପତି

ଭୁବନେଶ୍ୱର, ୧୪।୮(ସୁନିତ୍‌ ମିଶ୍ର):ଉଦିତ୍‌ ନାରାୟଣ ପ୍ରଧାନଙ୍କୁ ଓଡ଼ିଶା ଛାତ୍ର କଂଗ୍ରେସ ସଭାପତି ନିଯୁକ୍ତ କରାଯାଇଛି। ଅଖିଳ ଭାରତ କଂଗ୍ରେସ କମିଟି(ଏଆଇସିସି) ଅଧ୍ୟକ୍ଷ ମଲିକାର୍ଜୁନ ଖାର୍ଗେଙ୍କ ଅନୁମୋଦନକ୍ରମେ ତାଙ୍କୁ ଏହି ନିଯୁକ୍ତି ମିଳିଛି। ୯ଟି ରାଜ୍ୟ ଲାଗି ଏଆଇସିସି ପକ୍ଷରୁ ଏନ୍‌ଏସ୍‌ୟୁଆଇ ୟୁନିଟ୍‌ ଗଠନ କରାଯାଇଛି। ବିହାର, ଚଣ୍ଡିଗଡ଼, ଦିଲ୍ଲୀ, ହିମାଚଳ ପ୍ରଦେଶ, ଝାଡ଼ଖଣ୍ଡ, ମଣିପୁର, ତେଲଙ୍ଗାନା, ପଶ୍ଚିମବଙ୍ଗ ପାଇଁ ନୂଆ ଛାତ୍ର କଂଗ୍ରେସ ସଭାପତି ନିଯୁକ୍ତ କରାଯାଇଛି। ସେହି କ୍ରମରେ ଓଡ଼ିଶା ପାଇଁ ଉଦିତ୍‌ଙ୍କ ହାତରେ ଛାତ୍ର କଂଗ୍ରେସ ଭାର ନ୍ୟସ୍ତ କରାଯାଇଛି।
ନିକଟରେ ଏଆଇସିସି ପକ୍ଷରୁ ରାଜ୍ୟ କଂଗ୍ରେସର ସମସ୍ତ କମିଟିକୁ ରଦ୍ଦ କରିଦିଆଯାଇଥିଲା। ଏପରିକି ପ୍ରଦେଶ କଂଗ୍ରେସ କମିଟି(ପିସିସି) ସଭାପତି ଶରତ ପଟ୍ଟନାୟକଙ୍କୁ ମଧ୍ୟ ତାଙ୍କ ଦାୟିତ୍ୱରୁ ହଟାଯାଇଥିଲା। ୨୦୨୪ ସାଧାରଣ ନିର୍ବାଚନରେ କଂଗ୍ରେସର ପ୍ରଦର୍ଶନ ନୈରାଶ୍ୟଜନକ ରହିବା କାରଣରୁ ରାଜ୍ୟର ସବୁ କମିଟି ରଦ୍ଦ କରାଯାଇଥିଲା। ତେବେ ପିସିସି ଭାଙ୍ଗିବା ପରେ ଏବେ ଛାତ୍ର କଂଗ୍ରେସ ସଭାପତି ଦାୟିତ୍ୱ ଘୋଷଣା କରାଯାଇଥିବାରୁ ଆଗକୁ ଦଳର ଆଉ ସବୁ କମିଟି ଏବଂ ନୂଆ ପିସିସି ସଭାପତି ନିଯୁକ୍ତ ହୋଇପାରନ୍ତି ବୋଲି ଚର୍ଚ୍ଚା ଜୋର୍‌ ଧରିଛି। ମିଳିଥିବା ସୂଚନା ମୁତାବକ, ଓଡ଼ିଶା ସମେତ ଅନ୍ୟ କେତେକ ରାଜ୍ୟର ସାଙ୍ଗଠନିକ ସ୍ଥିତି ସଜାଡ଼ିବା ଲାଗି ମଙ୍ଗଳବାର ଦିଲ୍ଲୀଠାରେ ଏଆଇସିସି ଅଧ୍ୟକ୍ଷଙ୍କ ନେତୃତ୍ୱରେ ଏକ ବୈଠକ ଅନୁଷ୍ଠିତ ହୋଇଥିଲା। ଏଥିରେ ଓଡ଼ିଶା ପ୍ରଭାରୀ ଅଜୟ କୁମାର ଯୋଗଦେଇଥିବା ଜଣାପଡ଼ିଛି। ହେଲେ ବୈଠକରେ କେଉଁସବୁ ବିଷୟରେ ଆଲୋଚନା ହୋଇଛି ସେନେଇ ଅଜୟ କୁମାରଙ୍କ ଠାରୁ ଜାଣିବା ଲାଗି ତାଙ୍କ ସହ ଯୋଗାଯୋଗ କରିବାକୁ ଚେଷ୍ଟା କରାଯାଇଥିଲେ ମଧ୍ୟ ତାହା ସମ୍ଭବ ହୋଇପାରି ନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ଯୁଦ୍ଧକୁ ନେଇ ସାରା ବିଶ୍ୱ ଚିନ୍ତିତ ଥିବାବେଳେ ଭାରତ ଆସିଲା ଗୁଡ୍‌ନ୍ୟୁଜ୍‌, ଶୁଣିଲେ ପାକିସ୍ତାନ-ଚାଇନାର ନିଦ ହଜିବ…

ନୂଆଦିଲ୍ଲୀ, ୨୫।୩: ମଧ୍ୟପ୍ରାଚ୍ୟରେ ବଢ଼ୁଥିବା ଉତ୍ତେଜନା ଯୋଗୁ ସୃଷ୍ଟି ହୋଇଥିବା ଶକ୍ତି ସଙ୍କଟ ବିଶ୍ୱବ୍ୟାପୀ ହଇଚଇ ସୃଷ୍ଟି କରିଛି। ବିଶ୍ୱ ପରିସ୍ଥିତି କ୍ରମାଗତ ଭାବରେ ଖରାପ ହେଉଛି,…

ଆତ୍ମସମର୍ପଣ ପରେ ଏମିତି ହୃଦୟ ବିଦାରକ କଥା କହିଲେ ଟପ୍‌ ମାଓବାଦୀ ନେତା ଶୁକ୍ରୁ, ଶୁଣିଲେ…

ମାଲକାନଗିରି,୨୫ା୩(ଦୁର୍ଯ୍ୟୋଧନ ପାତ୍ର): ଏକଦା ମାଲକାନଗିରି ଜିଲା ମାଓବାଦୀଙ୍କ ଆଡ୍ଡା ଭାବେ ପରିଚିତ ଥିବାବେଳେ ମାଲକାନଗିରି ଜିଲା କାଲିମେଳା ଥାନା ବଡ଼ିଗେଟା ପଞ୍ଚାୟତ ଅନ୍ତର୍ଗତ କୁରୁବୁ ଗ୍ରାମର ଶୁକ୍ରୁ…

ମା’ଦଣ୍ଡକାଳୀଙ୍କ ପ୍ରସିଦ୍ଧ ୨୧ଦିନିଆ ଦଣ୍ଡଯାତ୍ରା ଆରମ୍ଭ: ଏହି ବ୍ରତ ପାଳନ କରିବା ବହୁ କଷ୍ଟ ସାଧ୍ୟ, ଜାଣିଲେ ହୋଇଯିବେ ଆଶ୍ଚର୍ଯ୍ୟ…

ପୁରୁଷୋତ୍ତମପୁର,୨୫।୩(ସବିତା ମିଶ୍ର): ଆରମ୍ଭ ହୋଇଛି ଗଞ୍ଜାମ ଜିଲାର ପ୍ରସିଦ୍ଧ ଗଣପର୍ବ ମା’ ଦଣ୍ଡକାଳୀଙ୍କ ୨୧ ଦିନିଆ ଦଣ୍ଡଯାତ୍ରା । ଏଥିଲାଗି ଗାଁଠୁ ସହର ଚଳଚଞ୍ଚଳ ହୋଇଉଠିଛି ।…

ଭାରତକୁ ସାହାଯ୍ୟ ମାଗିଲା ଇରାନ, ଯୁଦ୍ଧ ବନ୍ଦ କରିବା ନେଇ ମୋଦିଙ୍କୁ କହିଦେଲା ଏମିତି…

ନୂଆଦିଲ୍ଲୀ,୨୫।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ ଏବଂ ଆମେରିକା ଏବଂ ଇରାନ ମଧ୍ୟରେ ବୃଦ୍ଧି ପାଉଥିବା ଉତ୍ତେଜନା ମଧ୍ୟରେ, ତେହେରାନ ସଙ୍କେତ ଦେଇଛି ଯେ ଭାରତ ଏହି ସଂଘର୍ଷକୁ…

ପାକିସ୍ତାନକୁ ବଡ଼ ଝଟ୍‌କା, ହରମୁଜରେ ପାକ୍‌ ଜାହାଜ ସହ ଇରାନ କଲା ଏମିତି କାଣ୍ଡ…ଟ୍ରମ୍ପ କାବା!

ତେହରାନ,୨୫।୩: ଆମେରିକା-ଇସ୍ରାଏଲ ବିବାଦ ମଧ୍ୟରେ ଆଞ୍ଚଳିକ ମଧ୍ୟସ୍ଥତା ପାଇଁ ଏକ ଦାବିଦାର ଭାବରେ ନିଜକୁ ସ୍ଥାପିତ କରୁଥିବା ପାକିସ୍ତାନକୁ ଇରାନ ଏକ ବଡ଼ ଝଟକା ଦେଇଛି। ଏକ…

ରାମନବମୀ ନେଇ ଚଳଚଞ୍ଚଳ କୋରାପୁଟ ସହର:  ପ୍ରସ୍ତୁତି ଶେଷ ପର୍ଯ୍ୟାୟରେ…  

କୋରାପୁଟ,୨୫।୩(ଅମିତାଭ ବେହେରା ): ଆସନ୍ତା ୨୭ ତାରିଖରେ ପବିତ୍ର ରାମ ନବମୀ ଉତ୍ସବ ପାଳନ କରାଯିବାକୁ ଥିବାବେଳେ ଏ ନେଇ କୋରାପୁଟ ସହରରେ ବ୍ୟାପକ ପ୍ରସ୍ତୁତି ଚାଲିଛି।…

ମଣ୍ଡିରେ ପଡ଼ିଛି ଚାଷୀଙ୍କ ଧାନ, ଟୋକନ ଆସିବା ପରେ ବି ଧାନ କିଣୁ ନାହାନ୍ତି ସରକାର

ମାଲକାନଗିରି,୨୫ା୩(ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ଜିଲା କଂଗ୍ରେସ କମିଟି ତରଫରୁ ବୁଧବାର ୧୨ ଘଣ୍ଟିଆ ଜିଲା ବନ୍ଦ ପାଳନ କରାଯାଇଛି। ୪ ଦଫା ଦାବି ନେଇ ଏହି ବନ୍ଦ…

ଦିନରେ ଶସ୍ତା ରାତିରେ ମହଙ୍ଗା ହେବ ବିଜୁଳି, ଇଲେକ୍ଟ୍ରି ସପ୍ଲାଏକୁ ନେଇ ଆସିଲା ନୂଆ ନିୟମ

ପାଟନା,୨୫।୩: ରାଜ୍ୟବାସୀ ଧ୍ୟାନ ଦିଅନ୍ତୁ! ବିଦ୍ୟୁତ ବିଲ ସମ୍ପର୍କରେ ଏକ ନୂଆ ଅପଡେଟ ଆସିଛି। ସାରା ରାଜ୍ୟରେ ବିଦ୍ୟୁତ ସମ୍ୱନ୍ଧୀୟ ନୂତନ ନିୟମ ଜାରି କରାଯାଇଛି। ଏବେଠାରୁ,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri