ବଳାତ୍କାର ଅଭିଯୋଗରେ ଜେଲ ଯାଇଥିବା ଉଦିତ୍‌ ପ୍ରଧାନ ଦେଲେ ସାଂଘାତିକ ବୟାନ, ଭାଜପା ମୋତେ…

ଭୁବନେଶ୍ୱର,୨୧।୭: ନାରୀ ସୁରକ୍ଷାର ନାରା ଦେଇ ସରକାରଙ୍କୁ ହରଡ଼ ଘଣାରେ ପକାଇ ଆସୁଥିଲେ। ହେଲେ ନିଜ ଦଳର ଛାତ୍ର ନେତା ବଳାତ୍କାର ଅଭିଯୋଗରେ ଗିରଫ ପରେ ଏବେ ଅଡୁଆ ସ୍ଥିତିରେ କଂଗ୍ରେସ। ବଳାତ୍କାର ଅଭିଯୋଗରେ ଛାତ୍ର କଂଗ୍ରେସ ସଭାପତି ଉଦିତ ପ୍ରଧାନଙ୍କ ଗିରଫଦାରିକୁ ନେଇ ଘେରିଛି ଭାଜପା। ଏହି ସମୟରେ ନିଜର ପ୍ରଥମ ପ୍ରତିକ୍ରିୟା ଦେଇଛନ୍ତି ଉଦିତ ପ୍ରଧାନ। ସେ କହିଛନ୍ତି, ଏହା ଭାଜପା ସରକାରର ପ୍ଲାନ୍‌। ଏବିଭିପି ଯୋଜନା କରି ଫସେଇ ଦେଇଛି। ମେଡିକାଲ ରିପୋର୍ଟ ଆସିଲେ ସତ୍ୟତା ଜଣାପଡିବ। ଆଗକୁ ନିର୍ବାଚନ ଆସୁଛି, ସେଥିପାଇଁ ମୋତେ ଫସାଯାଉଛି। ସେ ଯୁବତୀ କିଏ ମୁଁ ଜାଣିନାହିଁ। ମେଡିକାଲ ରିପୋର୍ଟ ଆସିଲେ ସତ ଜଣାପଡିବ ବୋଲି କହିଛନ୍ତି ଉଦିତ।

ଅନ୍ୟପଟେ ଗିରଫ ପରେ ଜେଲ ଯାଇଛନ୍ତି ନିଲମ୍ବିତ ଛାତ୍ର କଂଗ୍ରେସ ସଭାପତି ଉଦିତ୍‌ ପ୍ରଧାନ। ଭୁବନେଶ୍ୱର SDJM କୋର୍ଟରେ ହାଜର ପରେ ଝାରପଡ଼ା ଜେଲ ଯାଇଛନ୍ତି। ବଳାତ୍କାର ଅଭିଯୋଗରେ ଗିରଫ କରିଥିଲା ମଞ୍ଚେଶ୍ୱର ଥାନା ପୋଲିସ। ଗିରଫ ପରେ ଉଦିତ୍‌ ପ୍ରଧାନଙ୍କୁ ନିଲମ୍ବନ କରିଥିଲା କଂଗ୍ରେସ।

ସୂଚନାଯୋଗ୍ୟ, ଜଣେ ୧୯ ବର୍ଷୀୟା ଛାତ୍ରୀଙ୍କୁ ମୃଦୁ ପାନୀୟରେ ନିଶା ଦେଇ ବଳାତ୍କାର କରିବା ଅଭିଯୋଗରେ ପ୍ରଦେଶ ଛାତ୍ର କଂଗ୍ରେସ ସଭାପତି ଉଦିତ ପ୍ରଧାନଙ୍କୁ ଭୁବନେଶ୍ୱର ମଞ୍ଚେଶ୍ୱର ଥାନା ପୋଲିସ ରବିବାର ରାତିରେ ଗିରଫ କରିଛି। ଉଦିତଙ୍କୁ ସୋମବାର କୋର୍ଟ ଚାଲାଣ କରାଯିବ ବୋଲି ପୋଲିସ ପକ୍ଷରୁ ସୂଚନା ଦିଆଯାଇଛି।ଅଭିଯୋଗ ଅନୁଯାୟୀ, ପୀଡ଼ିତା ହେଉଛନ୍ତି ଚନ୍ଦକା ଥାନା ଅଞ୍ଚଳର। ସେ ଓ ତାଙ୍କର ଜଣେ ସାଙ୍ଗ ଅନ୍ୟ ଜଣେ ଯୁବକଙ୍କ ସହ ଗତ ମାର୍ଚ୍ଚ ୧୮ ସନ୍ଧ୍ୟାରେ ମାଷ୍ଟରକ୍ୟାଣ୍ଟିନକୁ ବୁଲି ଯାଇଥିଲେ। ଏହାପରେ ସେଠାରେ ଉଦିତ୍ ସେମାନଙ୍କ ଗାଡ଼ିରେ ଆସି ବସିଥିଲେ। ତାଙ୍କୁ ବୁଲେଇ ନେବାକୁ କହି ମଞ୍ଚେଶ୍ୱର ଥାନା ଅଞ୍ଚଳର ଏକ ହୋଟେଲକୁ ନେଇଯାଇଥିଲେ। ସେଠାରେ ଉଦିତ ଓ ଅନ୍ୟମାନେ ମଦ୍ୟପାନ କରିଥିଲେ। ଉଦିତ ତାଙ୍କୁ ମୃଦୁ ପାନୀୟରେ ନିଶା ଦ୍ରବ୍ୟ ମିଶାଇ ପିଇବାକୁ ଦେବା ପରେ ତାଙ୍କ ମୁଣ୍ଡ ବୁଲେଇଥିଲା। ସେ ଘରକୁ ଯିବାକୁ ଚେଷ୍ଟା କରିବାରୁ ଉଦିତ ଓ ଅନ୍ୟମାନେ ତାଙ୍କୁ ଛାଡ଼ି ନ ଥିଲେ। ତାଙ୍କୁ ନିଶା ହୋଇଯିବା ପରେ ଉଦିତ ତାଙ୍କୁ ବଳାତ୍କାର କରିଥିଲେ। ପ୍ରାୟ ୩୦ମିନିଟ ପରେ ତାଙ୍କ ଆଖି ଖୋଲିବାରୁ ଏ ବିଷୟରେ ସେ ଜାଣିପାରିଥିଲେ। ଉଦିତ ତାଙ୍କୁ ଧମକ ଦେବାରୁ ସେ ଚୁପ ରହିଥିଲେ। ତେବେ ବର୍ତ୍ତମାନ ପରିସ୍ଥିତିରେ ନାରୀଙ୍କୁ ନ୍ୟାୟ ଦେବା ଅଭିଯାନ ଚାଲିଥିବା ବେଳେ ପୀଡ଼ିତା ସାହସ କରି ଏତଲା ଦେଇଛନ୍ତି ବୋଲି ଜଣାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମୋଟା ହେଲେ କଟିଯିବ ଦରମା, ଫିଟନେସ ପାଇଁ ଆସିପାରେ ନୂଆ ନିୟମ, ଜାଣନ୍ତୁ ସମ୍ପୂର୍ଣ୍ଣ ଖବର

ନୂଆଦିଲ୍ଲୀ,୨୨।୩: ଏୟାର ଇଣ୍ଡିଆ ଏହାର କ୍ୟାବିନ କ୍ରୁ ପାଇଁ ଏକ ନୂତନ ସ୍ବାସ୍ଥ୍ୟ ଏବଂ ଫିଟନେସ ନୀତି ପ୍ରଚଳନ କରିବାକୁ ପ୍ରସ୍ତୁତ ହେଉଛି, ଯାହା କେବଳ ସେମାନଙ୍କ…

ଟ୍ରକରୁ କରୁଥିଲେ ଡିଜେଲ ଚୋରି: ମହଙ୍ଗା ପଡ଼ିଲା…

କୋରାପୁଟ,୨୨।୩(ଅମିତାଭ ବେହେରା ): କୋରାପୁଟ ସଦର ଥାନା ପୋଲିସ ଡିଜେଲ ଚୋରି ଘଟଣାରେ ୧୧ ଜଣଙ୍କୁ ଗିରଫ କରିଥିବା ନେଇ ରବିବାର ମଧ୍ୟାହ୍ନରେ ସ୍ଥାନୀୟ ସଦର ଥାନା…

ରାତିରେ ଲାଗିଲା ନିଆଁ: ଜୀବନ୍ତ ଜଳିଲେ ଗୋରୁ

ବନ୍ତ,୨୨।୩(କିଶୋର କୁମାର ସେଠି):ଭଦ୍ରକ ଜିଲା ବନ୍ତ ତହସିଲ ଅନ୍ତର୍ଗତ ଓଡ଼ଙ୍ଗ ପଞ୍ଚାୟତର ଏରଝାଟିଆ ଗ୍ରାମରେ ଶନିବାର ବିଳମ୍ବିତ ରାତିରେ ଏକ ଭୟାବହ ଅଗ୍ନିକାଣ୍ଡ ଘଟିଯାଇଛି। ବିଦ୍ୟୁତ୍‌ ସର୍ଟଶର୍କିଟ…

ନନ୍ଦପୁର ପରେ ପାଡୁଆ ଥାନା ଅଞ୍ଚଳରେ ଚାଞ୍ଚଲ୍ୟ: ଶନିବାର ରାତିରେ ୧ ବୋଲେରୋ ୨ଟି ବାଇକ ଚୋରି

ନନ୍ଦପୁର/ପାଡୁଆ, ୨୨।୩ (ତୁଷାର କାନ୍ତ ମହାନ୍ତି/ଶଙ୍କର ପୂଜାରୀ): କୋରାପୁଟ ଜିଲା ନନ୍ଦପୁର ପୋଲିସ ଉପଖଣ୍ଡ ଥାନା ଅଞ୍ଚଳରେ ଦିନକୁ ଦିନ ଗାଡ଼ି ଚୋରି ସଂଖ୍ୟା ବଢିବାରେ ଲାଗିଛି।…

ଆରବ ସାଗରରେ ପରମାଣୁ ବୁଡ଼ାଜାହାଜ ମୁତୟନ କଲା ବ୍ରିଟେନ, ସାରା ବିଶ୍ୱର ବଢିଲା ଚିନ୍ତା!

ଲଣ୍ଡନ,୨୨।୩: ଆମେରିକା, ଇସ୍ରାଏଲ ଏବଂ ଇରାନ ମଧ୍ୟରେ ତିନି ସପ୍ତାହ ଧରି ସଂଘର୍ଷ ଜାରି ରହିଛି। ପ୍ରତିଶୋଧ ସ୍ବରୂପ, ଇରାନ ମଧ୍ୟପ୍ରାଚ୍ୟର ଦେଶଗୁଡ଼ିକୁ, ବିଶେଷକରି ୟୁଏଇକୁ ଟାର୍ଗେଟ…

ମା‘ ତାରିଣୀ ମନ୍ଦିରର ବାର୍ଷିକ ଉତ୍ସବ: ଚଳଚଞ୍ଚଳ ପରଜଙ୍ଗ ଗାଁ

ପରଜଙ୍ଗ,୨୨।୩ (ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ବଜାର ମଧ୍ୟରେ ମା’ ତାରିଣୀଙ୍କ ମନ୍ଦିର ରହିଛି ।ଏହି ମନ୍ଦିରରେ ୩ ଦିନ ଧରି ହେବାକୁ ଥିବା ୧୨…

୧୩ହଜାର ଟଙ୍କା ଶସ୍ତା ହେଲା ସୁନା; ଏକ୍ସପର୍ଟ କଲେ ବଡ଼ ଭବିଷ୍ୟବାଣୀ, ଆଗକୁ…

ନୂଆଦିଲ୍ଲୀ,୨୨।୩: ଇରାନ, ଇସ୍ରାଏଲ ଏବଂ ଆମେରିକା ସହିତ ସଂଘର୍ଷ ଏବଂ ମଧ୍ୟପ୍ରାଚ୍ୟରେ ଉତ୍ତେଜନା ବୃଦ୍ଧି ପାଇବା ଯୋଗୁଁ, ଏହି ସପ୍ତାହରେ ସୁନା ଏବଂ ରୂପା ମୂଲ୍ୟରେ ତୀବ୍ର…

ବିମାନ ଭଡ଼ା ସୀମା ଉଠାଇ ଦେଲା ବେସାମରିକ ବିମାନ ଚଳାଚଳ ମନ୍ତ୍ରଣାଳୟ; କାହିଁକି ଏହି ନିଷ୍ପତ୍ତି ନିଆଯାଇଛି ଜାଣନ୍ତୁ

ନୂଆଦିଲ୍ଲୀ,୨୨।୩: ଘରୋଇ ବିମାନ ଯାତ୍ରା ଉପରେ ଲାଗୁ ହୋଇଥିବା ଅସ୍ଥାୟୀ ସୀମା ୨୩ ମାର୍ଚ୍ଚ, ୨୦୨୬ ରୁ ପ୍ରତ୍ୟାହାର କରିବାକୁ ନିଷ୍ପତ୍ତି ନେଇଛି ବେସାମରିକ ବିମାନ ଚଳାଚଳ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri